ଭାରତୀୟ ବଂଶୋଦ୍ଭବ ବିକାଶର ରାଷ୍ଟ୍ରଦୂତ

ମ୍ୟୁନିକ୍‌,୨୭ା୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜି ୭ ସମ୍ମିଳନୀରେ ଯୋଗଦେବା ପାଇଁ ରବିବାର ଜର୍ମାନୀର ମ୍ୟୁନିକ୍‌ରେ ପହଞ୍ଚତ୍ଛନ୍ତି। ଭାରତ ଜି ୭ର ସଦସ୍ୟ ହୋଇ ନ ଥିଲେ ହେଁ ଜର୍ମାନୀ ପକ୍ଷରୁ ସ୍ବତନ୍ତ୍ର ଭାବେ ନିମନ୍ତ୍ରିତ ହୋଇ ମୋଦି ସେଠାକୁ ଯାଇଛନ୍ତି। ମ୍ୟୁନିକ୍‌ ବିମାନବନ୍ଦରରେ ଅବତରଣ ପରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା। ପରେ ସେ ଭାରତୀୟ ବଂଶୋଦ୍ଭବମାନଙ୍କୁ ସମ୍ବୋଧନ କରିଥିଲେ। ଭାରତୀୟ ବଂଶୋଦ୍ଭବ ଭାରତର ବିକାଶକୁ ପ୍ରୋତ୍ସାହିତ କରି ଜର୍ମାନୀରେ ନିଜ ଦେଶର ସଫଳତାର ବ୍ରାଣ୍ଡ ଆମ୍ବାସାଡର ସାଜିଥିବା ଅଡି ଡୋମ୍‌ ଇନ୍‌ଡୋର ଏରେନାରେ ଆୟୋଜିତ କାର୍ଯ୍ୟକ୍ରମରେ ମୋଦି ପ୍ରଶଂସା କରିଥିଲେ।

ଦୁଇଦିନିଆ ଗସ୍ତ ବେଳେ ସେ ଜି ୭ ଏବଂ ଅତିଥି ରାଷ୍ଟ୍ରଗୁଡ଼ିକର ନେତାଙ୍କ ସହ ସାକ୍ଷାତ୍‌ କରି ପରିବେଶ, ଶକ୍ତି, ଜଳବାୟୁ, ଖାଦ୍ୟ ସୁରକ୍ଷା, ସ୍ବାସ୍ଥ୍ୟ, ଆତଙ୍କବାଦ ମୁକାବିଲା, ଲିଙ୍ଗଗତ ସମାନତା ଓ ଗଣତନ୍ତ୍ର ଭଳି ସାମ୍ପ୍ରତିକ ପ୍ରସଙ୍ଗଗୁଡ଼ିକ ଉପରେ ଭାବ ବିନିମୟ କରିବେ। ଏହା ପରେ ୨୮ ତାରିଖରେ ମୋଦି ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ଗସ୍ତ କରି ପରଲୋକଗତ ରାଷ୍ଟ୍ରପତି ତଥା ଆବୁଧାବି ଶାସକ ଶେଖ୍‌ ଖଲିଫା ବିନ୍‌ ଜାୟେଦ୍‌ ଅଲ୍‌ ନହ୍ୟାନ୍‌ଙ୍କୁ ଶ୍ରଦ୍ଧାଞ୍ଜଳି ଦେବେ।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୩ରେ ୨୮.୨ କୋଟି ଦୁର୍ଭିକ୍ଷ ପ୍ରଭାବିତ

ଜାତିସଂଘ,୨୬ା୪:୨୦୨୩ରେ ୫୯ଟି ଦେଶର ପ୍ରାୟ ୨୮.୨ କୋଟି ଲୋକ ଅତ୍ୟଧିକ କ୍ଷୁଧା ମଧ୍ୟରେ ରହିଛନ୍ତି। ଯୁଦ୍ଧ କ୍ଷତିଗ୍ରସ୍ତ ଗାଜାରେ ବହୁସଂଖ୍ୟାରେ ଲୋକ ଦୁର୍ଭିକ୍ଷର ସମ୍ମୁଖୀନ ହୋଇଥିବା...

ଲଣ୍ଡନ ରାସ୍ତାରେ ରାଜାଙ୍କ ଘୋଡ଼ା

ଲଣ୍ଡନ,୨୬ା୪:ବ୍ରିଟେନ୍‌ ରାଜାଙ୍କ ୪ଟି ଘୋଡ଼ା ବୁଧବାର ପୂର୍ବାହ୍ନର ଗହଳି ସମୟରେ କେନ୍ଦ୍ରୀୟ ଲଣ୍ଡନରେ ବିନା ସବାରରେ ଦୌଡ଼ୁଥିବା ଦେଖିବାକୁ ମିଳିଥିଲା। ସେଥିରୁ ୨ଟି ଘୋଡ଼ା କୌଣସି...

ମୋଦିଙ୍କୁ ନିମନ୍ତ୍ରଣ କଲେ ମେଲୋନି

ନୂଆଦିଲ୍ଲୀ, ୨୬ା୪:ଜୁନ୍‌ରେ ହେବାକୁ ଥିବା ଜି-୭ ସମ୍ମିଳନୀରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଇଟାଲୀ ପ୍ରଧାନମନ୍ତ୍ରୀ ଜିୟୋର୍ଜିଆ ମେଲୋନି ଟେଲିଫୋନ ଯୋଗେ ଗୁରୁବାର ନିମନ୍ତ୍ରଣ କରିଛନ୍ତି।...

୧୧ ବର୍ଷ ହେବ ଜେଲରେ ବନ୍ଦୀଥିବା ଝିଅକୁ ଭେଟିବାକୁ ଭାରତରୁ ୟେମେନ ପହଞ୍ଚିଲେ ମା’, ହତ୍ୟା ମାମଲାରେ ମିଳିଛି ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ/ସନା,୨୫।୪: ଦୀର୍ଘ ୧୧ ବର୍ଷ ଧରି ୟେମେନ ଜେଲରେ ବନ୍ଦୀ ଥିବା ଝିଅକୁ ଭେଟିବା ପାଇଁ ତାଙ୍କ ମା’ ଭାରତରୁ ୟେମେନ ଆସିଥିଲେ। ଦୁହେଁ ପରସ୍ପରକୁ...

ଗୁଗୁଲ ସର୍ଚ୍ଚର ସମସ୍ତ ରେକର୍ଡ ଭାଙ୍ଗିଲା ଉତ୍ତରାଧିକାର ଟ୍ୟାକ୍ସ, ସାମ ପିଟ୍ରୋଡାଙ୍କୁ ବି କରିଛନ୍ତି ଖୁବ ସର୍ଚ୍ଚ

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ, ଭାରତୀୟ ବିଦେଶ କଂଗ୍ରେସ ସଭାପତି ସାମ ପିଟ୍ରୋଡାଙ୍କ ଉତ୍ତରାଧିକାର ଟ୍ୟାକ୍ସ ସମ୍ପର୍କରେ ଦେଇଥିବା ବିବୃତ୍ତି ଉପରେ ରାଜନୀତି ବନ୍ଦ ହେଉନାହିଁ। ଗୁରୁବାର (ଏପ୍ରିଲ...

ଭୂକମ୍ପ ଝଟ୍‌କାରେ ଥରିଲା ପାକିସ୍ତାନର ସବୁଠାରୁ ବଡ ସହର କରାଚି, ଲୋକେ ଭୟଭୀତ

ଇସଲାମାବାଦ,୨୫।୪: ବୁଧବାର ରାତିରେ ଭୂକମ୍ପ ଯୋଗୁଁ ପାକିସ୍ତାନର ବୃହତ୍ତମ ସହର କରାଚି ଥରି ଉଠିଛି। କରାଚିରେ ୩.୨ ମ୍ୟାଗ୍ନିଚ୍ୟୁଡର ଏକ ଭୂକମ୍ପ ଘଟି ଲୋକଙ୍କୁ ଭୟଭୀତ...

ପରଦା ପଛରେ ଚାଇନା ସହ କଥାବାର୍ତ୍ତା କରୁଛି ତିବ୍ବତ: ଭାରତକୁ କଲା ଏମିତି ଅପିଲ୍‌

ଧର୍ମଶାଳା,୨୫।୪: ତିବ୍ଦତ ସରକାର ପରଦା ପଛରେ ଚାଇନା ସରକାରଙ୍କ ସହ କଥାବାର୍ତ୍ତା କରୁଛନ୍ତି। ଉଭୟ ପକ୍ଷ ଦୀର୍ଘ ବିଚାରାଧୀନ ଦ୍ୱିପାକ୍ଷିକ ଆଲୋଚନାକୁ ପୁଣି ଆରମ୍ଭ କରିବାକୁ...

ସ୍ତ୍ରୀଙ୍କ ବିରୋଧରେ ଆସିଲା ଦୁର୍ନୀତି ଅଭିଯୋଗ, ପଦ ଛାଡିବାର ସଙ୍କେତ ଦେଲେ ସ୍ପେନ୍‌ ପ୍ରଧାନମନ୍ତ୍ରୀ

ମାଦ୍ରିଦ୍‌,୨୫।୪: ସ୍ପେନର ପ୍ରଧାନମନ୍ତ୍ରୀ ପେଡ୍ରୋ ସାଞ୍ଚେଜଙ୍କ ସ୍ତ୍ରୀଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ଆଣିଛି। ପ୍ରଧାନମନ୍ତ୍ରୀ ତାଙ୍କର ସମସ୍ତ ସରକାରୀ କାର୍ଯ୍ୟ ବନ୍ଦ କରି ଦେଇଛନ୍ତି ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri