Posted inଜାତୀୟ

ଘାଇଲା ପରିସ୍ଥିତିରେ ଭାରତୀୟ ଅର୍ଥନୀତି: ସର୍ବନିମ୍ନ ସ୍ତରରେ ପହଞ୍ଚିଲା ଟଙ୍କା

ମୁମ୍ବାଇ,୬ା୯:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଟାରିଫ୍‌ ମାଡ଼ ଭାରତୀୟ ଅର୍ଥନୀତିକୁ ଘାଇଲା କରିଦେଇଥିବାବେଳେ ବିଦେଶୀ ସଂସ୍ଥାଗତ ନିବେଶକ (ଏଫ୍‌ଆଇଆଇ) ପୁଞ୍ଜିବଜାରରୁ ବିପୁଳ ନିବେଶ ପ୍ରତ୍ୟାହାର କରିବାରେ ଲାଗିଛନ୍ତି। ଏହାର ପ୍ରଭାବରେ ଟଙ୍କା ଦିନକୁ ଦିନ ନିମ୍ନଗାମୀ ହୋଇ ନୂଆ ରେକର୍ଡ ଭାଙ୍ଗୁଛି। ଏହି କ୍ରମରେ ଭାରତୀୟ ମୁଦ୍ରା ଶୁକ୍ରବାର ନିଜ ସର୍ବକାଳୀନ ତଳସ୍ତର ୮୮.୩୬କୁ ଛୁଇଁଛି। କାରବାର ଶେଷରେ ଟଙ୍କା ୦.୧୪% ଖସି ଡଲାର ତୁଳନାରେ ୮୮.୦୯ ଟଙ୍କାରେ ସ୍ଥିର ରହିଥଲା। ଏହା ପୂର୍ବରୁ ଗୁରୁବାର ସେସନ୍‌ରେ ଟଙ୍କାର ମୂଲ୍ୟ ୮୮.୧୪ ରହିଥିଲା। ମିଳିଥିବା ସୂଚନାନୁସାରେ ଏଫ୍‌ଆଇଆଇମାନେ କେବଳ ସେପ୍ଟେମ୍ବରରେ ୧.୪ ବିଲିୟନ୍‌ ଡଲାର ମୂଲ୍ୟର ଭାରତୀୟ ଇକ୍ୱିଟି ବିକ୍ରି କଲେଣି। ଏହାକୁ ମିଶାଇ ଚଳିତବର୍ଷ ବିଦେଶୀଙ୍କ ପ୍ରତ୍ୟାହୃତ ଅର୍ଥରାଶି ୧୬ ବିଲିୟନ୍‌ ଡଲାରରେ ପହଞ୍ଚତ୍ଛି। ତେବେ ଟଙ୍କାରେ ସ୍ଥିରତା ଆଣିବା ପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ) ସରକାରୀ ବ୍ୟାଙ୍କଗୁଡ଼ିକ ଜରିଆରେ ହସ୍ତକ୍ଷେପ କରିଥିବା କୁହାଯାଉଛି। ଭାରତୀୟ ସାମଗ୍ରୀଗୁଡ଼ିକର ଆମଦାନୀ ଉପରେ ଆମେରିକୀୟ ଟାରିଫ୍‌ ଯୋଗୁ ଏହି ସ୍ଥିତି ଜାରି ରହିଲେ ଟଙ୍କା ଆହୁରି ଦୁର୍ବଳ ହେବ ବୋଲି ଅର୍ଥନୀତିଜ୍ଞ ଓ ବଜାର ବିଶେଷଜ୍ଞମାନେ ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୭ ବିଶ୍ୱକପ ପାଇଁ ସୁନୀଲ ଗାଭାସ୍କର ବାଛିଲେ ଭାରତୀୟ ଦଳ; ବାଦ ପଡ଼ିଲେ ବଡ଼ ବଡ଼ ନାମ

ନୂଆଦିଲ୍ଲୀ,୫।୮: ଆସନ୍ତା ବର୍ଷ (୨୦୨୭) ହେବାକୁ ଥିବା ଏକଦିବସୀୟ ବିଶ୍ୱକପ ପାଇଁ ଭାରତୀୟ ଦଳରେ କିଏ ସ୍ଥାନ ପାଇବ ସେ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ…

NEET-UG ପ୍ୟାଟର୍ଣ୍ଣରେ ହେବ ବଡ଼ ପରିବର୍ତ୍ତନ, ସୁପ୍ରିମକୋର୍ଟରେ ଯୋଜନାର ରୂପରେଖା ପ୍ରଦାନ କଲେ ସରକାର

ନୂଆଦିଲ୍ଲୀ,୫।୮: ଜାତୀୟ ଡାକ୍ତରୀ ପ୍ରବେଶିକା ପରୀକ୍ଷା, NEET-UGର ଢାଞ୍ଚାରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ପାଇଁ ପ୍ରସ୍ତୁତି ଚାଲିଛି। କେନ୍ଦ୍ର ସରକାର ଏକ ସତ୍ୟପାଠ ମାଧ୍ୟମରେ ସୁପ୍ରିମକୋର୍ଟକୁ ଏହା ଜଣାଇ…

‘ବନ୍ଦେ ମାତରମ୍‌ ନ ଗାଇଲେ କ’ଣ ଆକାଶ ଛିଣ୍ଡି ପଡିବ?’ ରୋକ୍‌ଠୋକ୍‌ ଶୁଣାଇଦେଲେ କୋଲକାତା ହାଇକୋର୍ଟ

କୋଲକାତା,୫।୮: କୋଲକାତା ହାଇକୋର୍ଟ ମଙ୍ଗଳବାର ଦିନ ମଦ୍ରାସାଗୁଡ଼ିକରେ ‘ବନ୍ଦେ ମାତରମ୍’ର ଛଅଟିଯାକ ପଦ ଗାଇବା ବାଧ୍ୟତାମୂଳକ କରିବା ବିରୋଧରେ ଦାୟର ଏକ ଜନସ୍ୱାର୍ଥ ମାମଲା (PIL)ର ଶୁଣାଣି…

୭୫ ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ ପାଇଁ ରହିଛନ୍ତି ଜଣେ ମହିଳା ସୂପରଭାଇଜର-ସିଡ଼ିପିଓ: ଖାଲି ପଦବୀ ପୂରଣ ଦାବି

କର୍ଲାମୁଣ୍ଡା,୫।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ୧୨ଟି ପଞ୍ଚାୟତରେ ରହିଛି ୬୨ଟି ରାଜସ୍ବ ଗ୍ରାମ। ଶିଶୁ, ଗର୍ଭବତୀ, ପ୍ରସୂତୀ, କିଶୋରୀ ବାଳିକାମାନଙ୍କ ପାଇଁ ସରକାରଙ୍କ…

ଉପନିର୍ବାଚନରେ ପରାଜୟ ପରେ ଆକ୍ସନ ମୋଡକୁ ଆସିଲେ ପିଏମ୍‌ ମୋଦି: ନୀତୀଶ କୁମାର-ଶିବରାଜ ସିଂହଙ୍କୁ…

ନୂଆଦିଲ୍ଲୀ,୫।୮: ମଧ୍ୟପ୍ରଦେଶର ଦତିଆ ଏବଂ ବିହାରର ବାଙ୍କିପୁର ବିଧାନସଭା ଉପନିର୍ବାଚନରେ ଭାଜପା ପ୍ରାର୍ଥୀଙ୍କୁ କଡ଼ା ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଛି। ଏହାକୁ ନେଇ ଦଳ ଭିତରେ ତୀବ୍ର…

ଜଣେ ଶିକ୍ଷକରେ ଚାଲିଛି ଶିକ୍ଷାଦାନ: ସମସ୍ୟା ସମାଧାନର ପ୍ରତିଶ୍ରୁତି ଦେଲେ ବିଇଓ

କର୍ଲାମୁଣ୍ଡା,୫।୮(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ବୋରପଦର ଗ୍ରାମ ପଞ୍ଚାୟତ ବତିକୁପା ପ୍ରାଥମିକ ବିଦ୍ୟାଳୟରେ ଦୀର୍ଘଦିନ ଧରି ମାତ୍ର ଜଣେ ଶିକ୍ଷକଙ୍କ ଭରସାରେ ପାଠପଢ଼ା ଚାଲିଥିବାରୁ…

ଅନଲାଇନ ପେମେଣ୍ଟବେଳେ ଏକ୍ସଟ୍ରା ଚାର୍ଜ ଲାଗିଲେ କେତେ ଲୋକ ଛାଡିଦେବେ UPI? ସର୍ଭେରେ ବଡ଼ ଖୁଲାସା

ନୂଆଦିଲ୍ଲୀ,୫।୮: ଭାରତରେ ୟୁପିଆଇ (UPI) ଏବେ ଏକ ନୂଆ ପ୍ରସ୍ତାବକୁ ନେଇ ବେଶ ଚର୍ଚ୍ଚାରେ ଅଛି। ପ୍ରକୃତରେ ସରକାର ଡିଜିଟାଲ୍ ପେମେଣ୍ଟ ସହିତ ଜଡ଼ିତ ଆଇନରେ ପରିବର୍ତ୍ତନ…

ଭାଜପାକୁ ବଡ଼ ଝଟକା! ୩ ଟିଏମସି ଏମପିଙ୍କ ନିଷ୍ପତ୍ତିକୁ ନେଇ ବଢିଲାଣି ରାଜନୈତିକ ଚର୍ଚ୍ଚା

କୋଲକାତା,୫।୮: ପଶ୍ଚିମବଙ୍ଗ ରାଜନୀତି ବର୍ତ୍ତମାନ ସରଗରମ ହେବାରେ ଲାଗିଛି। ପୂର୍ବରୁ ଟିଏମସିରୁ ଅଲଗା ହୋଇ ଏକ ପୃଥକ ଗୋଷ୍ଠୀରେ ଯୋଗ ଦେଇଥିବା ତିନି ଜଣ ମୁସଲିମ ଏମପିଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri