ଖାଦ୍ୟ-ପାନୀୟ ସାମଗ୍ରୀ ଠାରୁ ଦେଶରେ ବଡୁଛି ଶିକ୍ଷା ପାଇଁ ଖର୍ଚ୍ଚ, ରିପୋର୍ଟରେ ନୂଆ ଖୁଲାସା

ନୂଆଦିଲ୍ଲୀ,୧୨।୯: ଶିକ୍ଷା ଲୋକଙ୍କ ଜୀବନରେ ପରିବର୍ତ୍ତନ ଆଣେ ବୋଲି କେହି ଅସ୍ବୀକାର କରିପାରିବେ ନାହିଁ। ଏହାର କାରଣ ହେଉଛି ଭାରତୟମାନେ ଶିକ୍ଷା କ୍ଷେତ୍ରରେ ଭଲ ପୁଞ୍ଜି ବିନିଯୋଗ କରିବାକୁ ପଛଘୁଞ୍ଚା ଦିଅନ୍ତି ନାହିଁ। ନିକଟରେ ଏକ ରିପୋର୍ଟରୁ ଜଣାପଡିଛି ଯେ ଦେଶରେ ଖାଦ୍ୟ ସାମଗ୍ରୀ ଖର୍ଚ୍ଚ ତୁଳନାରେ ଶିକ୍ଷା ଖର୍ଚ୍ଚ ଅଧିକ ହୋଇଛି।

ଭାରତରେ ଖୁଚୁରା ମୁଦ୍ରାସ୍ଫୀତି ହାରକୁ ୪ ପ୍ରତିଶତରେ ବଜାୟ ରଖିବାକୁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ଜୁଲାଇ ମାସରେ ଏହା ମଧ୍ୟ ୪ ପ୍ରତିଶତ ପରିସର ମଧ୍ୟରେ ଆସିଥିଲା । ଯଦି ଆମେ ଖାଦ୍ୟ ମୁଦ୍ରାସ୍ଫୀତି ବିଷୟରେ ଆଲୋଚନା କରିବା ଅର୍ଥାତ ସାମଗ୍ରିକ ମୁଦ୍ରାସ୍ଫୀତି ମଧ୍ୟରେ ଖାଦ୍ୟ ସାମଗ୍ରୀର ମୂଲ୍ୟ, ତେବେ ଜୁଲାଇରେ ଏହା ୬ ପ୍ରତିଶତ ତଳକୁ ଖସି ଆସିଛି। କିନ୍ତୁ ଏହି କ୍ଷେତ୍ରରେ ଶିକ୍ଷାର ପରିସ୍ଥିତି ବିପରୀତ ଅଟେ। ଦେଶରେ ଶିକ୍ଷା ମୁଦ୍ରାସ୍ଫୀତି ୧୧ ରୁ ୧୨ ପ୍ରତିଶତ ହାରରେ ବୃଦ୍ଧି ପାଉଛି।

ଦେଶରେ ଶିକ୍ଷା ମୁଦ୍ରାସ୍ଫୀତି ଯେଉଁ ବେଗରେ ବୃଦ୍ଧି ପାଉଛି, ପ୍ରତି ୬ ରୁ ୭ ବର୍ଷରେ ଶିକ୍ଷାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହେଉଛି । ସାଧାରଣ ପରିବାର ପାଇଁ ଏହି ଭାର ବହନ କରିବା ସହଜ ନୁହେଁ। ତେଣୁ ସେମାନଙ୍କୁ ଶିକ୍ଷାଋଣ ନେବାକୁ ପଡୁଛି। ଏହି ପରିପ୍ରେକ୍ଷୀରେ CRISIL ରେଟିଂ ଦ୍ୱାରା ଏକ ନୂଆ ରିପୋର୍ଟ ପ୍ରକାଶ ପାଇଛ।

CRISIL ରିପୋର୍ଟରେ ଦର୍ଶାଯାଇଛି ଯେ ଭାରତୀୟଙ୍କ ମଧ୍ୟରେ ବିଦେଶରୁ ଉଚ୍ଚଶିକ୍ଷା ଗ୍ରହଣ କରିବାର ଧାରା ବଢିବାରେ ଲାଗିଛି। ଏହି କାରଣରୁ, ଅଣ-ବ୍ୟାଙ୍କିଙ୍ଗ ଫାଇନାନ୍ସ କମ୍ପାନୀଗୁଡିକ ପାଇଁ ଶିକ୍ଷାଋଣ ଏକ ଦ୍ରୁତ ଅଭିବୃଦ୍ଧି କ୍ଷେତ୍ର ହୋଇ ରହିବ ଅର୍ଥାତ NBFC ଗୁଡ଼ିକର ଶିକ୍ଷାଋଣ ୨୦୨୪-୨୫ ଆର୍ଥିକ ବର୍ଷରେ ୪୦ ରୁ ୪୫ ପ୍ରତିଶତ ବୃଦ୍ଧି ପାଇଛି। ଏହା ପ୍ରାୟ ୬୦ ହଜାର କୋଟି ଟଙ୍କା ହେବ ବୋଲି ଆକଳନ କରାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟ ବିଧାୟକଙ୍କୁ ନୂଆ ଦାୟିତ୍ବ,ଜିଲାପାଳଙ୍କ ଉପସ୍ଥିତିରେ….

କୋରାପୁଟ,୬।୪(ଅମିତାଭ ବେହେରା ): କୋରାପୁଟ ଜିଲା ଯୋଜନା କମିଟି ଅଧ୍ୟକ୍ଷ ଭାବେ କୋରାପୁଟ ବିଧାୟକ ରଘୁରାମ ମାଛ ସୋମବାର ଦାୟିତ୍ବ ଗ୍ରହଣ କରିଛନ୍ତି । ସୋମବାର କୋରାପୁଟ…

୩ ବର୍ଷ ବିତିଯାଇଥିଲେ ସୁଦ୍ଧା ଧାନ ଖଳା ସମ୍ପୂର୍ଣ୍ଣ ହୋଇ ନ ଥିବାରୁ ଚାଷୀ ହଇରାଣ, ଏତେ କୋଟି ଟଙ୍କାରେ…

କେସିଙ୍ଗା,୬।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଶିରୋଲ ଗ୍ରାମ ପଞ୍ଚାୟତରେ ଚାଷୀଙ୍କ ସୁବିଧା ପାଇ ଗତ ୨୩-୨୪ ଆର୍ଥିକ ବର୍ଷରେ ଖଳା ନିର୍ମାଣ ପାଇଁ…

ପିଇବା ପାଣି ପାଇଁ ଗର୍ଜିଲେ ଅଞ୍ଚଳବାସୀ: ସମାଧାନ ପାଇଁ ମିଳିଲା ପ୍ରତିଶ୍ରୁତି

ଦାରିଙ୍ଗବାଡି,୬।୪(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଡବେରୀ ଶାଳବଣଠାରେ ସୋମବାର ଡବେରୀ ଅଞ୍ଚଳକୁ ମଦମୁକ୍ତ ଏବଂ ପିଇବା ପାଣି ସମସ୍ୟାର ସମାଧାନ ପାଇଁ ବସିଲା ବୈଠକ। ଅଞ୍ଚଳର…

ନୀଳମାଧବଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦେଲେ ରାଜ୍ୟ ସରକାର: ଛୁଟିଲା ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୪(ବାବୁଲା ପ୍ରଧାନ):ଭାଜପା ଭଞ୍ଜନଗର ସାଂଗଠନିକ ଜିଲା ସଭାପତି ନୀଳମାଧବ ପାତ୍ରଙ୍କୁ ରାଜ୍ୟ ସରକାର ଗଞ୍ଜାମ ଜିଲା ସ୍ବତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି। ଏହି…

ହର୍ମୁଜ ଖୋଲିବା ନେଇ ଇରାନର ସସପେନ୍ସ , ଯୁଦ୍ଧବିରତି ସର୍ତ୍ତ ଉପରେ କହିଲା-ଠିକ୍‌ ସମୟରେ…

ଓ୍ବାଶିଂଟନ୍‌୬।୪: ଇରାନ-ଆମେରିକା ବିବାଦ ମଧ୍ୟରେ, ଇରାନ ସୂଚିତ କରିଛି ଯେ ହର୍ମୁଜ ପ୍ରଣାଳୀ ଏବେ ଏହାର ନିୟନ୍ତ୍ରଣରେ ଏକ ରଣନୈତିକ ଉପକରଣ ପାଲଟିଛି। ଇରାନ ରିଭୋଲ୍ୟୁସନାରୀ ଗାର୍ଡ…

କାଳବୈଶାଖୀ ବର୍ଷା ସହ କୁଆପଥର ମାଡ଼: ବେହାଲ ହେଲା ଅତାବିରା ଅଞ୍ଚଳ, ଚାଷୀକୂଳ ହତାଶ

ଅତାବିରା, ୬।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଅଞ୍ଚଳରେ ସୋମବାର କାଳବୈଶାଖୀ ଝଡବର୍ଷା ସହ ପ୍ରଚୁର କୁଆପଥର ମାଡ଼ ହୋଇଛି l ଫଳରେ ଅତାବିରା ଅଞ୍ଚଳ ବେହାଲ…

ପ୍ରଶଂସକଙ୍କୁ ଗୁଡ୍‌ନ୍ୟୁଜ୍‌ ଦେଲେ କରିଶ୍ମା: ଖୁବ୍‌ଶୀଘ୍ର…

ଅଭିନେତ୍ରୀ କରିଶ୍ମା ତନ୍ନା ଖୁବଶୀଘ୍ର ମା’ ହେବାକୁ ଯାଉଛନ୍ତି। ସେ ତାଙ୍କ ସ୍ବାମୀ ବରୁଣ ବାଙ୍ଗେରା ସହ ଫଟୋ ଶେୟାର କରି ପ୍ରଶଂସକଙ୍କୁ ଏହି ଗୁଡ୍‌ନ୍ୟୁଜ୍‌ ଦେଇଛନ୍ତି।…

ଇରାନକୁ ଭିତିରିଆ ଶକ୍ତି ଯୋଗାଉଛନ୍ତି ଏହି ୨ ଦେଶ, ଏହି କାରଣରୁ ଶେଷ ହେଉନାହିଁ ଯୁଦ୍ଧ! ଚାଞ୍ଚଲ୍ୟକର ଖୁଲାସା

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ଏକ ମାସରୁ ଅଧିକ ସମୟ ବିତିଗଲାଣି, ତଥାପି ହର୍ମୁଜ ପ୍ରଣାଳୀ ଖୋଲିବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri