Posted inଜାତୀୟ

ୟୁକ୍ରେନ୍‌ର ଭାରତୀୟ ଦୂତାବାସ ପୋଲାଣ୍ଡକୁ ସ୍ଥାନାନ୍ତର ହେବ…

ନୂଆଦିଲ୍ଲୀ, ୧୩।୩ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ୧୮ ଦିନ ବିତିଗଲାଣି। ତେବେ ସ୍ଥିତିରେ ଉନ୍ନତି ପରିବର୍ତ୍ତେ ଏହା ଅଧିକ ସଙ୍କଟ ଜନକ ହେବାରେ ଲାଗିଛି। ଉଭୟ ଦେଶ କେହି କାହା ଆଗରେ ନୋଇବାକୁ ହେବାକୁ ପ୍ରସ୍ତୁତ ନୁହଁନ୍ତି।

ସୁରକ୍ଷା ଦୃଷ୍ଟିରୁ ୟୁକ୍ରେନ୍‌ରେ ଥିବା ଭାରତୀୟ ଦୂତାବାସକୁ ପୋଲାଣ୍ଡକୁ ସ୍ଥାନାନ୍ତର କରାଯାଇଛି। ରବିବାର ଭାରତୀୟ ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ଏ ସମ୍ପର୍କରେ ସୂଚନା ପ୍ରଦାନ କରାଯାଇଛି। ମନ୍ତ୍ରଣାଳୟ କହିଛି ଯେ ୟୁକ୍ରେନର ପଶ୍ଚିମ ଭାଗରେ ସ୍ଥିତି କ୍ରମଶଃ ଖରାପ ହେବାରେ ଲାଗିଛି।

ସ୍ଥିତିକୁ ଦୃଷ୍ଟିରେ ରଖି ଭାରତ ସରକାର ନିଷ୍ପତ୍ତି ନେଇଛନ୍ତି ଯେ ୟୁକ୍ରେନରେ ଥିବା ଭାରତୀୟ ଦୂତାବାସକୁ ଅସ୍ଥାୟୀ ଭାବେ ପୋଲାଣ୍ଡକୁ ସ୍ଥାନାନ୍ତର କରାଯିବ।

ୟୁକ୍ରେନର ସୁରକ୍ଷା ଅବସ୍ଥା ଖରାପ ହୋଇଥିବାର ଦର୍ଶାଇ ଭାରତ ସରକାର ୟୁକ୍ରେନର ଦୂତାବାସକୁ ପୋଲାଣ୍ଡକୁ ସ୍ଥାନାନ୍ତର କରିବାକୁ ନିଷ୍ପତ୍ତି ନେଇଛନ୍ତି।

ଏହାପୂର୍ବରୁ ରବିବାର ଦିନ ପ୍ରଧାନମନ୍ତ୍ରୀ ମୋଦି ୟୁକ୍ରେନ ସଙ୍କଟ ସମ୍ପର୍କରେ ଏକ ଉଚ୍ଚ ସ୍ତରୀୟ ବୈଠକରେ ଯୋଗଦେଇଥିଲେ। ବୈଠକରେ ବହିର୍ବ୍ୟାପାର ମନ୍ତ୍ରୀ, ଅର୍ଥମନ୍ତ୍ରୀ, ଜାତୀୟ ସୁରକ୍ଷା ପରାମର୍ଶଦାତାଙ୍କ ସମେତ ଅନ୍ୟ ମନ୍ତ୍ରୀ ଏବଂ ଅଧିକାରୀ ଅଂଶଗ୍ରହଣ କରିଥିଲେ। ୟୁକ୍ରେନ ଏବଂ ରୁଷିଆ ମଧ୍ୟରେ ଚାଲିଥିବା ଯୁଦ୍ଧରେ ବିଶ୍ୱର ସ୍ଥିତି ପରିବର୍ତ୍ତନ ହେବା ସହିତ ପ୍ରଧାନମନ୍ତ୍ରୀ ମୋଦି ଭାରତର ସୁରକ୍ଷା ପ୍ରସ୍ତୁତିର ସମୀକ୍ଷା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri