ୟୁକ୍ରେନରେ ପୁଣି କାର୍ଯ୍ୟ ଆରମ୍ଭ କରିବ ଭାରତୀୟ ଦୂତାବାସ

ନୂଆଦିଲ୍ଲୀ/କ୍ୱିଭ୍‌,୧୩।୫: ରୁଷିଆ ଓ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଜାରି ରହିଥିବା ବେଳେ ଭାରତୀୟ ବିଦେଶ ମନ୍ତ୍ରାଳୟ ପକ୍ଷରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରୁଷିଆ ଓ ୟୁକ୍ରେନ ଯୋଗୁ ରାଜଧାନୀ କ୍ୱିଭ୍‌ରେ ଭାରତୀୟ ଦୂତାବାସ କାର୍ଯ୍ୟାଳୟକୁ ବନ୍ଦ ରଖାଯାଇଥିଲା। କିନ୍ତୁ ବର୍ତ୍ତମାନ ପୁଣି ଥରେ କ୍ୱିଭ୍‌ରେ ଭାରତୀୟ ଦୂତାବାସ ନିଜର କାମ ଆରମ୍ଭ କରିବାକୁ ଯାଉଛି। ସୂଚନାଯୋଗ୍ୟ, ଯୁଦ୍ଧ ହେବା ପରଠାରୁ ମାର୍ଚ୍ଚ ୧୩ରେ ଅସ୍ଥାୟୀ ଭାବେ ପୋଲାଣ୍ଡର ରାଜଧାନୀ ଓ୍ବାରସୋରେ ଭାରତୀୟ ଦୂତାବାସ କାର୍ଯ୍ୟ କରୁଥିଲା। ଏହାପୂର୍ବରୁ ଭାରତୀୟ ଦୂତାବାସକୁ ପୋଲାଣ୍ଡରେ ସ୍ଥାନାନ୍ତରିତ କରାଯାଇଛି ବୋଲି ସରକାର ସୂଚନା ଦେଇଥିଲେ। ସୂଚନା ମୁତାବକ,ଗତ ଅଢ଼େଇ ମାସରୁ ଅଧିକ ସମୟ ହେବ ୟୁକ୍ରେନ୍‌ରେ ରୁଷିଆ ଆକ୍ରମଣ ଜାରି ରହିଛି। ରୁଷିଆ ଓ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଶେଷ ହୋଇନାହିଁ। କିନ୍ତୁ ପରିସ୍ଥିତିରେ ଏବେ ସୁଧାର ଆସିଥିବାରୁ ମ’୧୭ରୁ କ୍ୱିଭ୍‌ରେ ନିଜର ପରିଚାଳନାକୁ ପୁଣି ଆରମ୍ଭ କରିବ ବୋଲି ଭାରତୀୟ ଦୂତାବାସ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ନିଷ୍ପତ୍ତି ନେଲେ ସରକାର; ଅଫିସ୍‌ରେ ବଦଳିବ ମେନ୍ୟୁ! ହଟିବ ଜଙ୍କ ଫୁଡ୍‌

ମୁମ୍ବାଇ,୩ା୯: ଆଧୁନିକ ଜୀବନଶୈଳୀରେ ଜଙ୍କ ଫୁଡ୍‌ର ବଢ଼ୁଥିବା ଚାହିଦା ମଧ୍ୟରେ ମହାରାଷ୍ଟ୍ର ସରକାର ଏବେ ଏହାକୁ ନେଇ କଡ଼ା ପଦକ୍ଷେପ ନେଇଛନ୍ତି । ସରକାରୀ କାର୍ଯ୍ୟାଳୟର କ୍ୟାଣ୍ଟିନ୍‌ରେ…

ଦିଲ୍ଲୀ ଜଳ ବୋର୍ଡ ଦୁର୍ନୀତି, ସତ୍ୟେନ୍ଦ୍ର ଜୈନ୍‌ଙ୍କୁ ମିଳିଲା ବେଲ୍, ୨ ଲକ୍ଷ…

ନୂଆଦିଲ୍ଲୀ,୩ା୯: ଦିଲ୍ଲୀ ସରକାରଙ୍କ ପୂର୍ବତନ ମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟି (AAP) ନେତା ସତ୍ୟେନ୍ଦ୍ର ଜୈନ୍‌ଙ୍କୁ ରାଉଜ୍ ଆଭେନ୍ୟୁ କୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି ।…

ଆକ୍ସନ ମୋଡ୍‌ରେ ବିଇଓ: ପ୍ରଧାନଶିକ୍ଷକଙ୍କୁ ନିଲମ୍ବନ, ଦୁଇ ଶିକ୍ଷକଙ୍କ ଦରମା ବନ୍ଦ

ଉଦଳା,୩ା୯(ସନ୍ତୋଷ ବାଛିନୀ): ଆକ୍ସନ ମୋଡ୍‌ରେ କପ୍ତିପଦା ବିଇଓ। କାର୍ଯ୍ୟରେ ଅବହେଳା ଏବଂ ନିୟମ ଉଲ୍ଲଂଘନ ପାଇଁ ଜଣେ ପ୍ରଧାନଶିକ୍ଷକଙ୍କୁ ନିଲମ୍ବନ କରିବା ସହିତ ଦୁଇ ଜଣଙ୍କ ଦରମା…

ପୁଣି ଫୁଲିଲା ହୀରାକୁଦ, ଏବେ ୪ ଗେଟ୍‌ ଦେଇ ହେଉଛି ଜଳ ନିଷ୍କାସନ

ସମ୍ବଲପୁର,୩ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଜଳସ୍ତର କ୍ରମଶଃ ବୃଦ୍ଧି ପାଇ ୬୨୭ ଫୁଟ ଟପିଯାଇଛି। ଫଳରେ ଗୁରୁବାର ସକାଳେ ପୁଣି ୨ଟି ସ୍ଲୁଇସ ଗେଟ୍‌ ଖୋଲି ଦିଆଯାଇଛି।…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ଶିକ୍ଷୟିତ୍ରୀ ପୂରବୀ ପରିଡ଼ା

ନବରଙ୍ଗପୁର,୩ା୯(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାର ଶିକ୍ଷାକ୍ଷେତ୍ର ପାଇଁ ଆସିଛି ଆଉ ଏକ ଗୌରବର ଖବର। ଜିଲାର ଶାରୀରିକ ଶିକ୍ଷା ଶିକ୍ଷୟିତ୍ରୀ ପୂରବୀ ପରିଡ଼ା ଚଳିତବର୍ଷ ଗୁରୁଦିବସ ଅବସରରେ…

‘ଅଭିଜିତ ଦୀପକେଙ୍କ ସହ ଡିଲ୍ କରିଛନ୍ତି କେଜ୍ରିୱାଲ୍’, ବଡ଼ ଅଭିଯୋଗ ଆଣିଲେ ମନୀଷ

ନୂଆଦିଲ୍ଲୀ,୩।୯: କକରୋଚ୍ ଜନତା ପାର୍ଟି (CJP) ପରେ ଏବେ ‘କକରୋଚ୍ ଜନତା ପାର୍ଟି ଡେମୋକ୍ରାଟିକ’ (CJPD) ଘୋଷଣା ହୋଇଛି । ମନୀଷ ବ୍ରହ୍ମଭଟ୍ଟ ଗୁରୁବାର ଏହି ଘୋଷଣା…

ମୋଦିଙ୍କ ପଦାଙ୍କ ଅନୁସରଣ କଲେ ଯୋଗୀ! ଇନଷ୍ଟାଗ୍ରାମରେ ରିଲ ପୋଷ୍ଟ କରି କହିଲେ…

ଲକ୍ଷ୍ନୌ,୩।୯: ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସୋସିଆଲ ମିଡିଆ ପ୍ଲାଟଫର୍ମ ଇନଷ୍ଟାଗ୍ରାମରେ ଏକ ରିଲ ପୋଷ୍ଟ କରିଛନ୍ତି। ଏହି ସେଲଫି-ଶୈଳୀର ରିଲ୍ସରେ ବାବା ନୀବ କରୋରିଙ୍କ ପବିତ୍ର ଭୂମି…

ଶ୍ୱଶୁର ହେଲେ ରକ୍ତମୁଖା: ଲୁହାରଡ୍‌ରେ ପିଟିପିଟି ଜ୍ୱାଇଁଙ୍କୁ ମାରିଦେଲେ

ଉଦଳା,୩ା୯(ସନ୍ତୋଷ ବାଛିନୀ): ସାବତ ଶ୍ୱଶୁର ହେଲେ ରକ୍ତମୁଖା। ଲୁହା ରଡ୍‌ରେ ପିଟିପିଟି ଜ୍ୱାଇଁଙ୍କୁ ହତ୍ୟା କରିଛନ୍ତି। ଏଭଳି ଘଟଣା ଘଟିଛି ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ମଝିଗଡ଼ିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri