ମୋଦିଙ୍କୁ ସ୍ବାଗତ କରିବାକୁ ଉତ୍ସାହିତ ପ୍ରବାସୀ ଭାରତୀୟ, ବାଇଡେନ-ମୋଦିଙ୍କ ବନ୍ଧୁତ୍ୱର ସାକ୍ଷି ହେବେ ହଜାର ହଜାର ଲୋକ

ଓ୍ବାଶିଂଟନ,୫।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଥମ ରାଜକୀୟ ଗସ୍ତ ଏବଂ ଆମେରିକା ସଂସଦର ମିଳିତ ଅଧିବେଶନକୁ ସମ୍ବୋଧିତ କରିବା କାର୍ଯ୍ୟକ୍ରମକୁ ନେଇ ଆମେରିକାର ଭାରତୀୟ ପ୍ରବାସୀ ଖୁବ ଉତ୍ସାହିତ ଅଛନ୍ତି। ପ୍ରବାସୀ ଭାରତୀୟଙ୍କ ଅନୁଯାୟୀ, ସେମାନେ ଅନୁଭବ କରନ୍ତି ଯେ ଦ୍ୱିପାକ୍ଷିକ ସମ୍ପର୍କକୁ ମଜବୁତ କରିବା ପାଇଁ ଏହା ଏକ ଉତ୍ତମ ସୁଯୋଗ ହେବ। ମୋଦି ଏଠାରେ ପ୍ରତିରକ୍ଷା, ବାଣିଜ୍ୟ, ଶକ୍ତି, ମହାକାଶ ସହିତ ଅନେକ ପ୍ରସଙ୍ଗ ଉପରେ ଆଲୋଚନା କରିବେ। ସୂଚନାଯୋଗ୍ୟ, ଆମେରିକାର ରାଷ୍ଟ୍ରପତି ଏବଂ ଆମେରିକାର ଫାଷ୍ଟ ଲେଡି ଜିଲ ବାଇଡେନଙ୍କ ନିମନ୍ତ୍ରଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତିନି ଦିନିଆ ଆମେରିକା ଗସ୍ତରେ ଯିବେ। ଜୁନ ୨୧ ରୁ ୨୪ ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ମୋଦି ଆମେରିକାର ଅନେକ ପ୍ରମୁଖ କାର୍ଯ୍ୟକ୍ରମରେ ଯୋଗଦେବେ।
ଆମେରିକାର ବିଭିନ୍ନ ସମ୍ପ୍ରଦାୟର ପାଞ୍ଚ ହଜାର ସଦସ୍ୟଙ୍କୁ ରାଷ୍ଟ୍ରପତି ବାଇଡେନ ୱାଶିଂଟନରେ ଥିବା ହ୍ବାଇଟ ହାଉସର ସାଉଥ ଲନରେ ପିଏମ ମୋଦିଙ୍କ ଆନୁଷ୍ଠାନିକ ସ୍ବାାଗତ କାର୍ଯ୍ୟକ୍ରମ ପାଇଁ ନିମନ୍ତ୍ରଣ କରିଛନ୍ତି। ଏଠାରେ ତାଙ୍କୁ ବନ୍ଧୁକରେ ସଲାମି ମଧ୍ୟ ଦିଆଯିବ। ଏହି କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ଅନେକ ଲୋକ ୱାଶିଂଟନ ଆସୁଛନ୍ତି। ଆମେରିକାର ନେତା ଗୀତେଶ ଦେଶାଇ କହିଛନ୍ତି ଯେ ତାଙ୍କୁ କଂଗ୍ରେସର ସମ୍ବୋଧିନ ପାଇଁ ଆମନ୍ତ୍ରିତ କରିବା ଉଭୟ ଦେଶର ଐତିହାସିକ ଗୁରୁତ୍ୱକୁ ପ୍ରତିଫଳିତ କରୁଛି। ଉଭୟ ଦେଶ ବିଶ୍ୱ ଶାନ୍ତି ପାଇଁ ପ୍ରତିବଦ୍ଧ। ଦେଶାଇ କହିଛନ୍ତି ଯେ ଦୁଇ ଦେଶ ମଧ୍ୟରେ ନିରନ୍ତର ପ୍ରଗତି ଏବଂ ସମୃଦ୍ଧତା ପାଇଁ ଶକ୍ତି, ପରିବେଶ ଏବଂ ଶିକ୍ଷା ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ର ଅଟେ।
ପ୍ରଧାନମନ୍ତ୍ରୀ ଭାବେ ନଅ ବର୍ଷ ମଧ୍ୟରେ ନରେନ୍ଦ୍ର ମୋଦି ଆମେରିକାର ତିନିଜଣ ରାଷ୍ଟ୍ରପତିଙ୍କୁ ଭେଟିଛନ୍ତି। ଏଥର ପ୍ରଧାନମନ୍ତ୍ରୀଙ୍କୁ ରାତ୍ରୀ ଭୋଜନ ପାଇଁ ନିମନ୍ତ୍ରଣ କରାଯାଇଛି। ପ୍ରଧାନମନ୍ତ୍ରୀ ମୋଦୀ ଦ୍ୱିତୀୟ ଥର ପାଇଁ ମିଳିତ ଅଧିବେଶନକୁ ସମ୍ବୋଧିତ କରିବେ। ଏହାପୂର୍ବରୁ ୨୦୧୬ରେ ପ୍ରଧାନମନ୍ତ୍ରୀ ମୋଦି କଂଗ୍ରେସକୁ ସମ୍ବୋଧିତ କରିଥିଲେ। ଇଣ୍ଡୋ-ଆମେରିକୀୟ ଚାମ୍ବର ଅଫ କମର୍ସର ପ୍ରତିଷ୍ଠାତା ଜଗଦୀପ ଅହଲୁୱାଲିଆ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ରାଜକୀୟ ଗସ୍ତ ଏବଂ ଆମେରିକା କଂଗ୍ରେସକୁ ମିଳିତ ସମ୍ବୋଧନକୁ ନେଇ ପ୍ରବାସୀ ଭାରତୀୟ ଡିଆରପିଏ ଅତ୍ୟନ୍ତ ଉତ୍ସାହିତ। ଏହି ଗସ୍ତ ଭାରତରେ ଆର୍ଥିକ ସମ୍ପର୍କ ଏବଂ ନିବେଶକୁ ମଜବୁତ କରିବା ସହିତ ଦୁଇ ଦେଶର ନେତାଙ୍କ ମଧ୍ୟରେ ବନ୍ଧୁତାକୁ ମଜବୁତ କରିବ ।


Enter your email to get our daily news in your inbox.

All Right Reserved By Dharitri.Com

ମା’-ଭାଇଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ ପ୍ରତାପ: ମିଳିଲା ଏମିତି ଦଣ୍ଡ

ଦାରିଙ୍ଗବାଡି,୮।୪(ଅରୁଣ ସାହୁ):ଏକ ଘରୋଇ ହିଂସାକୁ ନେଇ ଦାରିଙ୍ଗବାଡି ପ୍ରଥମ ଶ୍ରେଣୀ ବିଚାର ବିଭାଗରେ ବିଚାର ହୋଇ ଅଭିଯୁକ୍ତଙ୍କୁ ଏକ ବର୍ଷ ସଶ୍ରମ କାରାଦଣ୍ଡ ଆଦେଶ ଶୁଣାଇଥିବା ଜଣାପଡିଛି।…

ଆମେରିକା-ଇରାନ ଯୁଦ୍ଧବିରତିରେ ଭାରତର ପ୍ରଥମ ପ୍ରତିକ୍ରିୟା: ଆମେ ଏହାକୁ ସ୍ୱାଗତ କରୁଛୁ, ଆମେ ଆରମ୍ଭରୁ…

ନୂଆଦିଲ୍ଲୀ,୮।୪:ଆମେରିକା-ଇରାନ ବିବାଦରେ ଘୋଷଣା ହୋଇଥିବା ଯୁଦ୍ଧବିରତି ଉପରେ ଭାରତ ସରକାର ପ୍ରଥମ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ବୁଧବାରବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଏହି ଯୁଦ୍ଧବିରତିକୁ ସ୍ୱାଗତ କରି ଏକ…

ଏପଟେ ଇରାନ-ଆମେରିକା ମଧ୍ୟରେ ଯୁଦ୍ଧବିରତି ଘୋଷଣା, ସେପଟେ ଭାରତକୁ ଖୁସିଖବର ଦେଲେ…

ନୂଆଦିଲ୍ଲୀ,୮।୪: ଆମେରିକାରେ ଏକ ସ୍ବତନ୍ତ୍ର ବୈଠକ ସମୟରେ ରାଷ୍ଟ୍ରଦୂତ ସର୍ଗିଓ ଗର୍‌ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ରାତ୍ରୀଭୋଜନ କରିଥିଲେ। ସେ ଏହି ବୈଠକକୁ ବହୁତ…

ଇରାନ-ଆମେରିକା ଯୁଦ୍ଧବିରତିରେ ପାକିସ୍ତାନ ନୁହେଁ, ଏହି ଦେଶ ଅସଲ ଖେଳାଳି! ଟ୍ରମ୍ପ କଲେ ବଡ଼ ଖୁଲାସା

ଓ୍ବାଶିଂଟନ୍‌,୮।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଯୁଦ୍ଧବିରତି ଘୋଷଣା କରିଛନ୍ତି। ଏଥିପାଇଁ ସେ ପାକିସ୍ତାନକୁ ଶ୍ରେୟ ଦେଇଛନ୍ତି । ହେଲେ ଏହି ସମୟରେ ଏକ…

ପାକିସ୍ତାନର ପ୍ରଶଂସାରେ ଶତମୁଖ ମେହବୁବା ମୁଫତି: କହୁ କହୁ କହିଦେଲେ…

ଶ୍ରୀନଗର,୮।୪: ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ପିଡିପି ମୁଖ୍ୟ ମେହବୁବା ମୁଫତି ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଉପରେ ଖୁସି ପ୍ରକାଶ କରିଛନ୍ତି। ସେ…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

ଯୁଦ୍ଧବିରତି ପରେ ଭାରତୀୟଙ୍କୁ ତୁରନ୍ତ ଇରାନ ଛାଡ଼ିବାକୁ ନିର୍ଦ୍ଦେଶ, ହେଲ୍‌ପଲାଇନ ନମ୍ବର ଜାରି କରି…

ତେହରାନ,୮ା୪: ଇରାନରେ ବଢ଼ୁଥିବା ସଂଘର୍ଷ ମଧ୍ୟରେ ତେହରାନର ଭାରତୀୟ ଦୂତାବାସ ବୁଧବାର ଏକ ନୂଆ ସୁରକ୍ଷା ପରାମର୍ଶ ଜାରି କରିଛି। ଏଥିରେ ଇରାନରେ ରହୁଥିବା ଭାରତୀୟ ନାଗରିକମାନଙ୍କୁ…

ଯୁଦ୍ଧବିରତି ଭିତରେ ପୁଣି ହାଇ ଆଲର୍ଟ, ମିସାଇଲ ମାଡ଼ କଲା ଇରାନ୍‌…

ତେହରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ସତ୍ତ୍ୱେ, ଇସ୍ରାଏଲ ଏବଂ ଇରାନ ଉଭୟ ଯୁଦ୍ଧକ୍ଷେତ୍ରରେ ସକ୍ରିୟ ଅଛନ୍ତି। ଏହା କାତାର ଏବଂ କୁୱେତ ସମେତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri