Posted inଖେଳ

ଦୂତି ଚାନ୍ଦଙ୍କୁ ଝଟକା, ଡୋପିଂ କାରଣରୁ ୪ ବର୍ଷ ପାଇଁ ହେଲେ ବାସନ୍ଦ

ନୂଆଦିଲ୍ଲୀ,୧୮।୮: ଭାରତୀୟ ଆଥଲେଟ ଦୂତି ଚାନ୍ଦଙ୍କ ଉପରେ ୪ବର୍ଷ ପାଇଁ ବାସନ୍ଦ କରାଯାଇଛି। ଡୋପିଂ କାରଣରୁ ତାଙ୍କୁ ବାସନ୍ଦ କରାଯାଇଥିବା ଜଣାପଡିଛି। ଦୂତିିଙ୍କ ଟେଷ୍ଟ କରାଯାଇଥିଲା। ଏଥିରେ ସିଲେକ୍ଟିଭ ଆଣ୍ଡ୍ରୋଜେନ ରିସେପ୍ଟର ମଡ୍ୟୁଲେଟର (ଏସ୍‌ଏଆରଏମ୍‌) ମିଳିଥିଲା। ଦୂତିଙ୍କ ଉପରେ ଲଗାଯାଇଥିବା ୪ବର୍ଷର ପ୍ରତିବନ୍ଧକକୁ ୨୦୨୩ ଜାନୁୟାରୀ ୩ରୁ ବିଚାର କରାଯିବ। ଏହି ତାରିଖଠୁ ବର୍ତ୍ତମାନ ମଧ୍ୟରେ ଦୂତି ଯେଉଁ ଇଭେଣ୍ଟଗଡିକରେ ଅଂଶଗ୍ରହଣ କରିଥିବେ, ତାହାର ପ୍ରଦର୍ଶନଗୁଡିକୁ ଅଯୋଗ୍ୟ ଘୋଷଣା କରାଯିବ ବୋଲି ଆଣ୍ଟି ଡୋପିଂ ଡିସିପ୍ଲିନାରି ପ୍ୟାନେଲ (ଏଡିଡିପି) ଅଧ୍ୟକ୍ଷ ଚେତନ୍ୟ ମହାଜନ ଗୁରୁବାର ସୂଚନା ଦେଇଛନ୍ତି। ତଥାପି ଏହି ଦଣ୍ଡ ବିରୋଧରେ ଆଣ୍ଟି ଡୋପିଂ ଅପିଲ ପ୍ୟାନେଲ (ଏଡିଏପି) ଆଗରେ ନିଜର ପକ୍ଷ ରଖିବାକୁ ଦୂତିଙ୍କୁ ୨୧ ଦିନ ସମୟ ଦିଆଯାଇଛି। ୨୦୨୧ରେ ସେ ଗ୍ରାଣ୍ଡ ପ୍ରିକ୍ସରେ ୧୦୦ ମିଟର ଦୌଡକୁ ୧୧.୧୭ସେକେଣ୍ଡରେ ପୂରଣ କରି ଏକ ଜାତୀୟ ରେକର୍ଡ ସୃଷ୍ଟି କରିଥିଲେ। ଅନେକ ସମୟରେ ଦୂତିି ଭଲ ପ୍ରଦର୍ଶନ କରିସାରିଛନ୍ତି।

ଖବର ଅନୁଯାୟୀ ନାଡା ଅଧିକାରୀମାନେ ଗତ ବର୍ଷ ଦୂତିଙ୍କ ନମୁନା ନେଇଥିଲେ। ଦୂତିଙ୍କ ପ୍ରଥମ ନମୁନାରେ ନିଷିଦ୍ଧ ଔଷଧ ଆଣ୍ଡାରିନ, ଓଷ୍ଟାରିନ ଓ ଲିଗାଣ୍ଡ୍ରୋଲ ଆସିଥିଲା ବେଳେ ଦ୍ବିତୀୟ ନମୁନାରେ ଆଣ୍ଡାରିନ ଓ ଓଷ୍ଟାରିନ ଥିବା ସ୍ପଷ୍ଟ ହୋଇଥିଲା। ଦୂତିଙ୍କ ପାଖରେ ବି ନମୁନା ଟେଷ୍ଟ ଦେବାର ସୁଯୋଗ ଥିଲା। ଏଥିପାଇଁ ତାଙ୍କୁ ୭ ଦିନ ସମୟ ଦିଆଯାଇଥିଲା, କିନ୍ତୁ ଦୂତି ଏହା କରି ନ ଥିଲେ। ଚଳିତ ବର୍ଷ ଜାନୁୟାରୀରେ ରାଷ୍ଟ୍ରୀୟ ଆଣ୍ଟି-ଡୋପିଂ ଏଜେନ୍ସି(ନାଡା) ତାଙ୍କ ନିଲମ୍ବିତ କରିଥିଲା। ଏହି କାରଣରୁ, ସେ ବର୍ତ୍ତମାନ ପର୍ଯ୍ୟନ୍ତ ସମସ୍ତ ପ୍ରତିଯୋଗିତାରୁ ଦୂରେଇ ଯାଉଥିଲେ। ସେ ବର୍ତ୍ତମାନ ନ୍ୟାଶନାଲ କ୍ୟାମ୍ପର ଏକ ଅଂଶନୁହଁନ୍ତି।

୨୦୨୧ରେ ସେ ଗ୍ରାଣ୍ଡ ପ୍ରିକ୍ସରେ ୧୦୦ ମିଟର ଦୌଡକୁ ୧୧.୧୭ସେକେଣ୍ଡରେ ପୂରଣ କରି ଏକ ଜାତୀୟ ରେକର୍ଡ ସୃଷ୍ଟି କରିଥିଲେ। ଅନେକ ସମୟରେ ଦୂତିି ଭଲ ପ୍ରଦର୍ଶନ କରିସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୭ ଦିନ ବନ୍ଦ ରହିବ ବିଜୁ ପଟ୍ଟନାୟକ ଶିଶୁ ଉଦ୍ୟାନ: ପଛରେ ରହିଛି ଏମିତି କାରଣ

ଭଞ୍ଜନଗର,୧୪।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଜୁ ପଟ୍ଟନାୟକ ଶିଶୁ ଉଦ୍ୟାନ ପରିସରରେ ହୋଇଥିବା ରାଜ୍ୟର ଏକ ମାତ୍ର ସରକାରୀ ୱାଟର ପାର୍କକୁ ଗତ ମାସରେ ଅନିର୍ଦ୍ଦିଷ୍ଟ…

ବଢିପାରେ ୨୦ ଟିଏମସି ବିଦ୍ରୋହୀଙ୍କ ସମସ୍ୟା! ବଡ଼ ନିଷ୍ପତ୍ତି ନେଲେ ଦିଦି

କୋଲକାତା,୧୪।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ନେତୃତ୍ୱରେ ତୃଣମୂଳ କଂଗ୍ରେସ (ଟିଏମସି) ୨୦ ଜଣ ବିଦ୍ରୋହୀ ଲୋକ ସଭା ସାଂସଦଙ୍କ ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛି।…

ରାଇକିଆରେ ସ୍ବାଧୀନତା ଦିବସ ପାଳନ ନେଇ ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି, ଦେଶ ଭକ୍ତିର ନାରା ଦେଇ…

ରାଇକିଆ,୧୪ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ୍‌ରେ ସ୍ବାଧୀନତା ଦିବସ ପାଳନକୁ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଶୁକ୍ରବାର ରାଇକିଆ ପଞ୍ଚାୟତ ସମିତି, ବ୍ଲକ ଭାଜପା…

ଦିଲ୍ଲୀ ଏମ୍ସରେ ଭର୍ତ୍ତି ହେଲେ ଜେପି ନଡ୍ଡା, ସ୍ୱାସ୍ଥ୍ୟାବସ୍ଥା ନେଇ ଡାକ୍ତର କହିଲେ…..

ନୂଆଦିଲ୍ଲୀ,୧୪।୮: ହସ୍ପିଟାଲରେ ଭର୍ତ୍ତି ହେଲେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଜେପି ନଡ୍ଡା । ସ୍ୱାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ଦିଲ୍ଲୀସ୍ଥିତ ଏମ୍ସରେ…

ଅଗଷ୍ଟ ୧୫ରୁୁ ୪ ରାଶିଙ୍କ ଫିଟିବ ଭାଗ୍ୟ! ବୁଧ କରିବେ ବମ୍ପର ଲାଭ…

ବୁଧ ଗ୍ରହ ନିଜ ନକ୍ଷତ୍ର ‘ଅଶ୍ଲେଷା’ରେ ପ୍ରବେଶ କରିବେ। ନିଜ ନକ୍ଷତ୍ରରେ ପ୍ରବେଶ କରୁଥିବାରୁ ଏହା ଅନେକ ଗୁଣା ଲାଭଦାୟକ ପ୍ରମାଣିତ ହେବ। ଏହାର ସକାରାତ୍ମକ ପ୍ରଭାବ…

ଜିଲା ମୁଖ୍ୟ ଚିକିତ୍ସାଳୟ ଖାଦ୍ୟରେ ଝିଟିପିଟି

ସମ୍ବଲପୁର,୧୪ା୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ମୁଖ୍ୟ ଚିକିତ୍ସାଳୟ (ଡିଏଚ୍‌ଏଚ୍‌)ର ମେଡିସିନ୍‌(ଭେଷଜ) ୱାର୍ଡରେ ରୋଗୀଙ୍କ ଜଳଖିଆ ତରକାରୀରୁ ମୃତ ଝିଟିପିଟି ବାହାରିବା ଘଟଣାରେ ଏଠାରେ ଗଭୀର ଆଲୋଡନ୍‌ ସୃଷ୍ଟି…

ଅଗଷ୍ଟ ୧୫ରେ କ’ଣ ଖୋଲା କ’ଣ ବନ୍ଦ? ଘରୁ ବାହାରିବା ପୂର୍ୱରୁ ଜାଣି ନିଅନ୍ତୁ ବଡ଼ ଅପଡେଟ୍‌…

ନୂଆଦିଲ୍ଲୀ,୧୪।୮: ଅଗଷ୍ଟ ୧୫ ଅର୍ଥାତ୍ ସ୍ୱାଧୀନତା ଦିବସରେ ସମଗ୍ର ଭାରତ ସ୍ୱାଧୀନତା ଉତ୍ସବ ପାଳନ କରିବ। ଏହାକୁ ଦୃଷ୍ଟିରେ ରଖି ଲୋକଙ୍କ ନିରାପତ୍ତା ପାଇଁ ନିୟମରେ କେତେକ…

ପାଣିରେ ବୁଡ଼ିରହିଛି ଚାଷଜମି, ଉଜୁଡ଼ିଲା ଖରିଫ ଫସଲ

ଡେରାବିଶ,୧୪ା୮(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲ୍ଳକର ଚାଷୀମାନେ ଜୁନ୍‌ ଦ୍ୱିତୀୟ ସପ୍ତାହରୁ ଖରିଫ୍‌ ଚାଷ ପାଇଁ ବିହନ ବୁଣା ପ୍ରକ୍ରିୟା ଆରମ୍ଭ କରିଥିଲେ। ଜୁଲାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri