Posted inଜାତୀୟ

ଭାରତ ସରକାରଙ୍କ ବଡ଼ ଘୋଷଣା, ପାକିସ୍ତାନ ସହ ଅସ୍ତ୍ରବିରତି ପାଇଁ ସହମତ

ନୂଆଦିଲ୍ଲୀ,୧୦।୫: ଭାରତ-ପାକିସ୍ତାନ ଅସ୍ତ୍ରବିରତି ପାଇଁ ସହମତି ହୋଇଛନ୍ତି। ଏନେଇ ସୂଚନା ଦେଇଛନ୍ତି ବୈଦେଶିକ ସଚିବ ବିକ୍ରମ ମିଶ୍ରି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ୍ସରେ ଏନେଇ ଘୋଷଣା ପରେ ବିକ୍ରମ ମିଶ୍ରି ସୂଚନା ଦେଇଛନ୍ତି।

ସାମ୍ବାଦିକ ସମ୍ମିଳନୀ କରି ସେ କହିଛନ୍ତି, ଭାରତୀୟ ସମୟ ଆଜି ସଂଧ୍ୟା ୫ଟାରୁ ଅସ୍ତ୍ରବିରତି ହୋଇଛି। ଜଳ, ସ୍ଥଳ ଓ ଆକାଶ ପଥରେ ଆକ୍ରମଣ ନ କରିବାକୁ ଉଭୟ ସହମତି ହୋଇଛୁ। ଦୁଇ ଦେଶର DGMO ସ୍ତରୀୟ କଥାବାର୍ତ୍ତା ପରେ ସହମତି ହୋଇଛି। ଆଜି ଅପରାହ୍ନ ୩ଟା ୩୫ରେ DGMO ସ୍ତରୀୟ କଥାବାର୍ତ୍ତା ହୋଇଥିଲା। ୩ ବାହିନୀକୁ ଉଭୟ ଦେଶ ପକ୍ଷରୁ ସହମତି କଥା ଜଣାଇ ଦିଆଯାଇଛି। ଆସନ୍ତା ୧୨ ତାରିଖ ୧୨ଟାରେ DGMO ସ୍ତରୀୟ ପୁଣି ଆଲୋଚନା ହେବ।

ଭାରତ-ପାକିସ୍ତାନ ଯୁଦ୍ଧ ଉତ୍ତେଜନା ଭିତରେ ବଡ଼ ଖବର। ଯୁଦ୍ଧବିରତି ନେଇ ଦୁଇ ଦେଶ ସହମତି ହୋଇଛନ୍ତି। ଏନେଇ ବଡ଼ ଦାବି କରିଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ। ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ରହିଛି। ଏନେଇ ସୋସିଆଲ ମିଡିଆରେ ଦାବି କରିଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ। ଡୋନାଲ୍ଡ ଟ୍ରମ୍ପ କହିଛନ୍ତି, ଉଭୟ ଦେଶ ଶାନ୍ତି ପାଇଁ ସହମତ ହୋଇଛନ୍ତି। ଆମେ ଉଭୟଙ୍କୁ ବୁଝାଇବାକୁ ଚେଷ୍ଟା କଲୁ, ଏବଂ ଆମେ ଏଥିରେ ସଫଳ ହୋଇଛି।

ଉଭୟ ଦେଶରେ ସୃଷ୍ଟି ହେଉଥିବା ପରିବେଶକୁ ଶାନ୍ତ କରିବା ଆବଶ୍ୟକ। ଆମେ ଗତକାଲି ରାତିରୁ ଏହା ଚେଷ୍ଟା କରିବା ଆରମ୍ଭ କରିଥିଲୁ ଏବଂ ଉଭୟ ଦେଶ ଏଥିରେ ରାଜି ହୋଇଛନ୍ତି। ଏବେ ଉଭୟ ଯୁଦ୍ଧବିରତି ପାଇଁ ପ୍ରସ୍ତୁତ ବୋଲି ଟ୍ରମ୍ପ କହିଛନ୍ତି।

 

 

India-Pakistan War Stop ଟ୍ରମ୍ପ ଆହୁରି କହିଛନ୍ତି, ଜେଡି ଭାନ୍ସ ଏବଂ ମୁଁ ଭାରତ ଏବଂ ପାକିସ୍ତାନର ବରିଷ୍ଠ ଅଧିକାରୀଙ୍କ ସହ କଥା ହୋଇଛୁ, ଯେଉଁଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଶେହବାଜ ସରିଫ, ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର, ସେନା ମୁଖ୍ୟ ଅସୀମ ମୁନିର ଏବଂ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ଏବଂ ଅସୀମ ମାଲିକ ସାମିଲ ଅଛନ୍ତି। ମୁଁ ଖୁସିର ସହିତ ଘୋଷଣା କରୁଛି ଯେ ଭାରତ ଏବଂ ପାକିସ୍ତାନ ସରକାର ତୁରନ୍ତ ଯୁଦ୍ଧବିରତି ପାଇଁ ରାଜି ହୋଇଛନ୍ତି ଏବଂ ଏକ ନିରପେକ୍ଷ ସ୍ଥାନରେ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ଆରମ୍ଭ କରିବାକୁ ନିଷ୍ପତ୍ତି ନେଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ଏବଂ ସରିଫଙ୍କ ଦ୍ୱାରା ଶାନ୍ତିପୂର୍ଣ୍ଣ ପଥ ବାଛିବା କ୍ଷେତ୍ରରେ ପ୍ରଦର୍ଶନ କରାଯାଇଥିବା ଦୂରଦୃଷ୍ଟି, ବିଚକ୍ଷଣତା ଏବଂ କୂଟନୈତିକ ବୁଦ୍ଧିକୁ ଆମେ ପ୍ରଶଂସା କରୁଛୁ।

India-Pakistan War Stop ଶନିବାର ସକାଳେ ଆମେରିକାର ବୈଦେଶିକ ମନ୍ତ୍ରୀ ମାର୍କ ରୁବିଓ ପାକିସ୍ତାନ ସେନା ମୁଖ୍ୟ ଅସୀମ ମୁନିରଙ୍କ ସହ କଥା ହୋଇଥିଲେ। ରୁବିଓ ମୁନିରଙ୍କୁ ଶାନ୍ତ ରହିବାକୁ କହିଥିଲେ। ରୁବିଓ କହିଛନ୍ତି ଯେ ଏହି ମାମଲାକୁ ଆଗକୁ ବଢାଇବା ଦ୍ୱାରା ପାକିସ୍ତାନର କ୍ଷତି ହେବ। ରୁବିଓ ଦୁଇ ଦେଶ ମଧ୍ୟରେ ଶାନ୍ତି ପ୍ରତିଷ୍ଠାରେ ଏକ ବଡ଼ ଭୂମିକା ଗ୍ରହଣ କରିବା ବିଷୟରେ କହିଥିଲେ। ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ ଉପରେ ପାକିସ୍ତାନର ଉପପ୍ରଧାନମନ୍ତ୍ରୀ ଇସାକ ଡାର ଏକ ବୟାନ ଦେଇଛନ୍ତି। ଡାର କହିଛନ୍ତି ଯେ ଆମେ ଯୁଦ୍ଧବିରତି ପାଇଁ ରାଜି। ପରେ ଯାହା ହେବ, ଆମେ ତାହାକୁ ଗ୍ରହଣ କରିବୁ।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri