ବ୍ରିଟେନକୁ ବିମାନ ଚଳାଚଳ ବନ୍ଦ

ନୂଆଦିଲ୍ଲୀ,୨୧ ।୧୨: ବ୍ରିଟେନରେ ସାମ୍ନାକୁ ଆସିଥିବା କରୋନା ଭାଇରସର ନୂଆ ରୂପକୁ ଦେଖି ଭାରତ ସରକାର ସତର୍କ ହୋଇଯାଇଛନ୍ତି । ବ୍ରିଟେନରୁ ଭାରତ ଆସିବାକୁ ଥିବା ସମସ୍ତ ବିମାନ ଚଳାଚଳକୁ ୩୧ ଡିସେମ୍ବର ପର୍ଯ୍ୟନ୍ତ ବନ୍ଦ କରି ଦିଆଯାଇଛି । ଏହି ନୂଆ ଭାଇରସକୁ ଦେଖି ବ୍ରିଟେନର ରାଜଧାନୀ ଲଣ୍ଡନ ସମେତ କେତେକ ସରରରେ ପୁଣିଥରେ ଲକଡାଉନ ଘୋଷଣା କରାଯାଇଛି । ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ କହିଛି ବ୍ରିଟେନରେ କରୋନା ସ୍ଥିତିକୁ ଦେଖି ଭାରତ ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି । ଡିସେମ୍ବର ୨୨, ୧୧ଟା ୫୯ରୁ ଡିସେମ୍ବର ୩୧, ୧୧ଟା ୫୯ ପର୍ଯ୍ୟନ୍ତ ବ୍ରିଟେନରୁ କୌଣସି ବିମାନ ଭାରତରେ ପ୍ରବେଶ କରିପାରିବ ନାହିଁ । ତେବେ ୨୨ ଡିସେମ୍ବର ରାତି ପୂର୍ବରୁ ଯେଉଁମାନେ ବ୍ରିଟେନରୁ ଆସି ଭାରତରେ ପହଞ୍ଚିବେ ବିମାନ ବନ୍ଦରରେ ସେମାନଙ୍କର ଆର୍‌ଟିପିସିଆର୍‌୍ ଟେଷ୍ଟ ବାଧ୍ୟତାମୂଳକ କରାଯାଇଛି । ଏହାକୁ ନେଇ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି ସରକାର ସଚେତନ ଅଛନ୍ତି ତେଣୁ ଭୟ କରିବାର କୌଣସି କାରଣ ନାହିଁ । ସୂଚନାଯୋଗ୍ୟ, ବ୍ରିଟେନରେ କରୋନାର ନୂଆ ରୂପ ଦେଖିବା ପରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଓ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ବିମାନ ସେବା ବନ୍ଦ କରିବାକୁ ସରକାରଙ୍କୁ ଅନୁରୋଧ କରିଥିଲେ । ତେବେ କେବଳ ଭାରତ ନୁହେଁ ଆଉ କିଛି ଦେଶ ମଧ୍ୟ ବ୍ରିଟେନକୁ ବିମାନ ଚଳାଚଳ ବନ୍ଦ କରି ଦେଇଥିବା ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?