Posted inଖେଳ

ଇଣ୍ଡିଆନ ଗ୍ରାଁ ପ୍ରି-୨: ଦୂତୀଙ୍କୁ କ୍ରମାଗତ ସ୍ବର୍ଣ୍ଣ, ଅମିୟ ରୌପ୍ୟ

ଭୁବନେଶ୍ୱର,୨୬।୨(କ୍ରୀଡ଼ା ପ୍ରତିନିଧି)-ପଞ୍ଜାବର ପଟିଆଲାରେ ଗୁରୁବାର ଅନୁଷ୍ଠିତ ଇଣ୍ଡିଆନ ଗ୍ରାଁ ପ୍ରି-୨ରେ ସ୍ପ୍ରିଣ୍ଟ କୁଇନ୍‌ ଓଡ଼ିଶାର ଦୂତୀ ଚାନ୍ଦ ସ୍ବର୍ଣ୍ଣ ପଦକ ଲାଭ କରିଛନ୍ତି। ସେ ମହିଳା ୧୦୦ ମିଟର ରେସ୍‌ରେ ୧୧.୪୪ ସେକେଣ୍ଡ ସମୟ ନେଇ ଏହି ସଫଳତା ପାଇଛନ୍ତି। କର୍ନାଟକର ଦନେଶ୍ୱରୀ ଏ.ଟି. ୧୧.୮୯ ସେକେଣ୍ଡ ସହ ରୌପ୍ୟ ଏବଂ ମହାରାଷ୍ଟ୍ରର ଡିଣ୍ଡ୍ରା ଡୁଲ୍‌ଲି ଭାଲାଡାରେସ ୧୧.୯୨ ସେକେଣ୍ଡ ସମୟ ନେଇ ବ୍ରୋଞ୍ଜ ପଦକ ପାଇଥିଲେ। ୧୦ ପ୍ରତିଯୋଗୀଙ୍କୁ ୨ଟି ଗ୍ରୁପ୍‌ରେ ବିଭକ୍ତ କରାଯାଇଥିଲା। ରେସ୍‌-୧ରେ ଭାଗ ନେଇଥିବା ପ୍ରତିଯୋଗୀମାନେ ୧୨ ସେକେଣ୍ଡରୁ ଅଧିକ ସମୟ ନେଇଥିଲେ। ଦୂତୀ ଭାଗ ନେଇଥିବା ରେସ୍‌-୨ରୁ ପ୍ରତିଯୋଗୀ ପଦକ ହାସଲ କରିଥିଲେ।

୨ ଜଣ ପ୍ରତିଯୋଗୀ ରେସ୍‌ ଆରମ୍ଭ କରି ନ ଥିଲେ। ପ୍ରକାଶଯୋଗ୍ୟ ଯେ କରୋନା ମହାମାରୀଜନିତ ବ୍ରେକ୍‌ ପରେ ଆରମ୍ଭ ହୋଇଥିବା ରେସ୍‌ରେ ଦୂତୀଙ୍କର ଏହା କ୍ରମାଗତ ଦ୍ୱିତୀୟ ସ୍ବର୍ଣ୍ଣ ପଦକ। ଇଣ୍ଡିଆନ ଗ୍ରାଁ ପ୍ରି-୧ରେ ମଧ୍ୟ ସେ ସ୍ବର୍ଣ୍ଣିମ ସଫଳତା ପାଇଥିଲେ। ତେବେ ସେତେବେଳେ ସେ ୧୧.୫୧ ସେକେଣ୍ଡ ସମୟ ନେଇଥିଲେ। ଏଥର ସେ ତାଙ୍କ ଟାଇମିଂରେ ଉନ୍ନତି ଆଣିପାରିଥିବାରୁ ଖୁସି ଜାହିର କରିଛନ୍ତି। ଏହି ଇଭେଣ୍ଟରେ ଦୂତୀ ୧୧.୨୨ ସେକେଣ୍ଡ ଟାଇମିଂ ସହିତ ଜାତୀୟ ରେକର୍ଡର ଅଧିକାରିଣୀ ଅଛନ୍ତି।
ପୁରୁଷ ୧୦୦ ମିଟର ରେସ୍‌ରେ ଓଡ଼ିଶାର ଅମିୟ ମଲିକ ରୌପ୍ୟ ପଦକ ହାସଲ କରିଛନ୍ତି। ସେ ୧୦.୭୪ ସେକେଣ୍ଡ ସମୟ ନେଇ ଏହି କୃତିତ୍ୱ ଅର୍ଜନ କରିଛନ୍ତି। ମହାରାଷ୍ଟ୍ରର କ୍ରିଷ୍ଣକୁମାର ସତୀଶ ରାଣେ ୧୦.୭୧ ସେକେଣ୍ଡ ସହ ସ୍ବର୍ଣ୍ଣ ଏବଂ ଦିଲ୍ଲୀର ଅମିତ ତିଓ୍ବାରୀ ୧୦.୮୧ ସେକେଣ୍ଡ ନେଇ ବ୍ରୋଞ୍ଜ ପଦକ ପାଇଛନ୍ତି। ଇଣ୍ଡିଆନ ଗ୍ରାଁ ପ୍ରି-୧ରେ ଅମିୟ ବ୍ରୋଞ୍ଜ ପଦକ ପାଇଥିଲେ। ସେଠାରେ ସେ ୧୦.୮୯ ସେକେଣ୍ଡ ସମୟ ନେଇଥିଲେ। ଦ୍ୱିତୀୟ ପ୍ରତିଯୋଗିତାରେ ଅମିୟ ମଧ୍ୟ ଟାଇମିଂରେ ଉନ୍ନତି ଆଣିଛନ୍ତି। ଏହି ଇଭେଣ୍ଟରେ ଅମିୟ ୧୦.୨୬ ସେକେଣ୍ଡ ଟାଇମିଂ ସହିତ ଜାତୀୟ ରେକର୍ଡର ଅଧିକାରୀ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

ଏସୀୟ କ୍ରୀଡ଼ା: ଭାରତୀୟ ମହିଳା ହକି ଦଳର ବଡ଼ ବିଜୟ, ସିଙ୍ଗାପୁରକୁ ହରାଇ ସେମିରେ ସ୍ଥାନ ପକ୍କା

କାକାମିଗାହାରା,୨୭ା୯: ସୁନେଲିତା ଟପ୍ପୋଙ୍କ ଡବଲ ଗୋଲ ବଳରେ ଭାରତୀୟ ମହିଳା ହକି ଦଳ ୭-୦ ଗୋଲରେ ସିଙ୍ଗାପୁରକୁ ହରାଇ ସେମିଫାଇନାଲରେ ପ୍ରବେଶ କରିଛି। ଭାରତ ପାଇଁ ଅଧିନାୟିକା…

ଗମ୍ଭୀରଙ୍କ ସହ ସିରାଜଙ୍କ ଝଗଡ଼ା! କ୍ରିକେଟ ଜଗତରେ ଛାଇଗଲା ଖବର, ଏହି କାରଣ ପାଇଁ…

ନୂଆଦିଲ୍ଲୀ,୨୭।୯: ଥିରଭାନନ୍ତପୁରମରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଭାରତ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ହେଲେ ଭାରତୀୟ ବୋଲରମାନେ ଦଳକୁ ଭଲ ଆରମ୍ଭ ଦେଇପାରିନଥିଲେ। ଏହାରି…

ଟିମ ଇଣ୍ଡିଆରୁ ଆସିଲା ବଡ଼ ଖବର: ଶୁଣିଲେ ଖୁସି ହୋଇଯିବେ ବୈଭବ

ନୂଆଦିଲ୍ଲୀ,୨୭।୯: ଏସିଆନ ଗେମ୍ସରେ ମହିଳା କ୍ରିକେଟ ଟିମ ଜବରଦସ୍ତ ପ୍ରଦର୍ଶନ କରିଛି। ଫାଇନାଲରେ ଶ୍ରୀଲଙ୍କାକୁ ପରାସ୍ତ କରି ଭାରତୀୟ ମହିଳା ଟିମ ସ୍ବର୍ଣ୍ଣ ପଦକ ଜିତିଛି। ଏବେ…

ବିରାଟଙ୍କ ନାଁରେ ବଡ଼ ଉପଲବ୍ଧି, ଏହି ଖେଳାଳିଙ୍କ ୨୮ ବର୍ଷର ରେକର୍ଡ ଭାଙ୍ଗି ରଚିଲେ ଇତିହାସ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ODI ସିରିଜ୍‌ର ପ୍ରଥମ ମ୍ୟାଚ୍‌ରେ ମଇଦାନକୁ ଓହ୍ଲାଇବା ସହ ନୂଆ ଇତିହାସ ରଚିଛନ୍ତି ବିରାଟ କୋହଲି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ୍‌ ଷ୍ଟାଡିୟମ୍‌ରେ…

ସଚିନ ତେନ୍ଦୁଲକରଙ୍କ ୧୯ ବର୍ଷ ପୁରୁଣା ରେକର୍ଡ ଭାଙ୍ଗିବାକୁ ପ୍ରସ୍ତୁତ ବିରାଟ, ଅପେକ୍ଷାରେ ଦର୍ଶକେ

ନୂଆଦିଲ୍ଲୀ,୨୭।୯: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚ ରବିବାର ତିରୁଭାନନ୍ତପୁରମରେ ଖେଳାଯିବ। ଗ୍ରୀନଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମରେ ଅପରାହ୍ନ ୨ଟାରେ ଏହି ମ୍ୟାଚ ଆରମ୍ଭ ହେବାର…

ମୁଥୁଟ ଫିନକର୍ପ (Muthoot Fincorp) ସହିତ ଏକ ନୂତନ ଅଧ୍ୟାୟ ଆରମ୍ଭ କରିଛି BCCI, ଜାଣନ୍ତୁ ଏହା କ’ଣ

ନୂଆଦିଲ୍ଲୀ,୨୭।୯: ଭାରତୀୟ କ୍ରିକେଟ କ୍ଷେତ୍ରରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ବରୂପ, ‘ମୁଥୁଟ ଫିନକର୍ପ ଲିମିଟେଡ’ (Muthoot Fincorp Limited) ଭାରତରେ ଖେଳାଯାଉଥିବା ଘରୋଇ କ୍ରିକେଟ ମ୍ୟାଚଗୁଡ଼ିକ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?