Posted inଖେଳ

ଇଣ୍ଡିଆନ ଗ୍ରାଁ ପ୍ରି: ନିଜ ଜାତୀୟ ରେକର୍ଡକୁ ଭାଙ୍ଗିଲେ ନୀରଜ

ପଟିଆଲା, ୬ା୩ (ପି.ଟି.)- ତୃତୀୟ ଇଣ୍ଡିଆନ ଗ୍ରାଁ ପ୍ରିରେ ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରା ୮୮.୦୭ ମିଟର ଥ୍ରୋ କରି ନିଜ ଜାତୀୟ ରେକର୍ଡକୁ ଭଙ୍ଗ କରିଦେଇଛନ୍ତି। କୋଭିଡ୍‌ ପାଇଁ ଏକ ବର୍ଷ ପ୍ରତିଯୋଗିତାରୁ ଦୂରେଇ ରହିବା ପରେ ସେ ଚମତ୍କାର ପ୍ରଦର୍ଶନ କରିଛନ୍ତି। ନୀରଜ ପୂର୍ବରୁ ଟୋକିଓ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ଅର୍ଜନ କରିସାରିଛନ୍ତି। ପୂର୍ବରୁ ୨୦୧୮ ଏସିଆନ ଗେମ୍ସରେ ୮୮.୦୬ ମିଟର ଥ୍ରୋ କରି ଜାତୀୟ ରେକର୍ଡ ସହ ସ୍ବର୍ଣ୍ଣ ପଦକ ହାସଲ କରିଥିଲେ। ହରିୟାଣାରୁ ପ୍ରତିନିଧିତ୍ୱ କରୁଥିବା ନୀରଜ କହିଛନ୍ତି, ସେ ମାର୍ଚ୍ଚ ୧୫ରୁ ୧୮ ପର୍ଯ୍ୟନ୍ତ ହେବାକୁଥିବା ଫେଡେରେଶନ କପ୍‌ ନ୍ୟାଶନାଲ ଚାମ୍ପିୟନଶିପ୍‌ରେ ଅଂଶଗ୍ରହଣ କରିବେ। ଅଲିମ୍ପିକ୍ସରେ ଭାଗ ନେବାକୁ ଥିବା ଅନ୍ୟ ଜଣେ ଜାଭେଲିନ୍‌ ଥ୍ରୋୟର ଉତ୍ତର ପ୍ରଦେଶର ଶିବପାଲ ସିଂ ୮୧.୬୩ ମିଟର ଶ୍ରେଷ୍ଠ ଥ୍ରୋ ସହ ଦ୍ୱିତୀୟ ସ୍ଥାନ ଅଧିକାର କରିଥିବାବେଳେ ହରିୟାଣାର ସାହିଲ ସିଲଓ୍ବାଲ ୮୦.୬୫ମିଟର ପ୍ରଚେଷ୍ଟା ସହ ତୃତୀୟ ହୋଇଛନ୍ତି। ଟୋକିଓ ଅଲିମ୍ପିକ୍ସ ପାଇଁ ପୁରୁଷ ଜାଭେଲିନ୍‌ରେ ଯୋଗ୍ୟତା ଅଙ୍କ ୮୫ ମିଟର ରହିଥିବାବେଳେ ଗେମ୍ସ ରେକର୍ଡ ୯୦.୫୭ ମିଟର ରହିଛି। କିନ୍ତୁ ବିଶ୍ୱରେକର୍ଡ ଚେକ୍‌ ରିପବ୍ଲିକର ଜାନ୍‌ ଜେଲେଜ୍‌ନି (୯୮.୪୮ମିଟର, ୧୯୯୬ରେ)ଙ୍କ ନାମରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପାକିସ୍ତାନ ପାଇଁ BCCI ସହିବ କ୍ଷତି! ଭାରତରୁ ଛଡ଼ାଇ ନିଆଯାଇପାରେ ବଡ଼ ଟୁର୍ଣ୍ଣାମେଣ୍ଟ

ନୂଆଦିଲ୍ଲୀ,୧୭।୨: କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ଚିନ୍ତାଜନକ ଖବର। ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ସୀମା ବିବାଦର ପ୍ରଭାବ ଏବେ କ୍ରିକେଟ୍ ମୈଦାନ ଉପରେ…

ଟି-୨୦ ବିଶ୍ୱକପ୍‌ରୁ ଅଷ୍ଟ୍ରେଲିଆ ଆଉଟ୍: ବର୍ଷା ସାଜିଲା ବାଧକ, ସୁପର-୮ରେ ଜିମ୍ବାୱେ

ନୂଆଦିଲ୍ଲୀ,୧୭।୨: ଟି-୨୦ ବିଶ୍ୱକପ୍‌ରେ ଏକ ବଡ଼ ବିପର୍ଯ୍ୟୟ ଦେଖିବାକୁ ମିଳିଛି। ପାଲେକେଲେରେ ଜିମ୍ବାୱେ ଏବଂ ଆୟରଲାଣ୍ଡ ମଧ୍ୟରେ ହେବାକୁ ଥିବା ମ୍ୟାଚ୍ ବର୍ଷା ଯୋଗୁ ବାତିଲ ହୋଇଯାଇଛି।…

କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ

ଚେନ୍ନାଇ,୧୭।୨: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ପାକିସ୍ତାନ କ୍ରିକେଟରଙ୍କ ଉପରେ ନିଜ ସନ୍ତାନଙ୍କୁ ହତ୍ୟା ଭଳି ଅଭିଯୋଗ ଆଣିଲେ ପୂର୍ବତନ ପତ୍ନୀ, ଦ୍ୱିତୀୟ ବିବାହ…

ଇସଲାମାବାଦ,୧୭।୨: ପାକିସ୍ତାନ କ୍ରିକେଟ ଦଳର ଅଲରାଉଣ୍ଡର ଇମାଦ ୱାସିମ ପୁଣିଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର କାରଣ ପଡ଼ିଆରେ ତାଙ୍କର ପ୍ରଦର୍ଶନ ନୁହେଁ, ବରଂ ତାଙ୍କ…

ଇତିହାସ ରଚିଲେ କାନାଡା ଯୁବରାଜ, T20 World Cupରେ କଲେ ଏମିତି ରନ ବର୍ଷା ବନିଗଲେ…

ନୂଆଦିଲ୍ଲୀ,୧୭।୨: କାନାଡାର ପ୍ରାରମ୍ଭିକ ବ୍ୟାଟ୍ସମ୍ୟାନ ଯୁବରାଜ ସାମରା ୨୦୨୬ ଟି-୨୦ ବିଶ୍ୱକପରେ ଏକ ଐତିହାସିକ ଶତକ ହାସଲ କରିଛନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷରେ ଏକ ନିଶ୍ଚିତ ବିଜୟୀ ମ୍ୟାଚରେ…

ପ୍ରେମାନନ୍ଦ ଜୀ ମହାରାଜଙ୍କ ଶରଣ ନେଲେ ବିରୁଷ୍କା

ନୂଆଦିଲ୍ଲୀ,୧୭।୨: ଭାରତୀୟ ଷ୍ଟାର କ୍ରିକେଟର ବିରାଟ କୋହଲି ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କ ସହିତ ପ୍ରେନାନନ୍ଦଜୀ ମହାରାଜଙ୍କ ଦର୍ଶନ ପାଇଁ ଆସିଛନ୍ତି। ଏହା ପ୍ରଥମ ଥର ନୁହେଁ…

ଆଜି ଏହି ୨ଟି ଦଳ T20 World Cup Super-8 ପାଇଁ ଟିକେଟ ପାଇପାରନ୍ତି, ପୂର୍ବରୁ ୫ଦଳକୁ ମିଳି ସାରିଛି ଏଣ୍ଟ୍ରି

ନୂଆଦିଲ୍ଲୀ,୧୭।୨: ୨୦୨୬ ଟି-୨୦ ବିଶ୍ୱକପ ଯାତ୍ରା ଆରମ୍ଭ ହୋଇଥିଲା ୨୦ଟି ଦଳକୁ ପାଞ୍ଚଟି ଲେଖାଏଁ ଗ୍ରୁପରେ ରଖାଯାଇ। ଏବେ ଗ୍ରୁପ ପର୍ଯ୍ୟାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି, ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri