ଆଜି ଭାରତୀୟ ହକି ଦଳର ରୋଡ୍‌ ଶୋ’

ଭୁବନେଶ୍ୱର, ୨୧।୮ (ତପନ ସ୍ବାଇଁ): ଭାରତୀୟ ପୁରୁଷ ହକି ଦଳ ପ୍ୟାରିସ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ହାସଲ କରି ଦେଶ ପାଇଁ ଗୌରବ ଆଣିଛି। ଫଳରେ ଖେଳାଳିଙ୍କୁ ବିଭିନ୍ନ ସ୍ଥାନରେ ସମ୍ବର୍ଦ୍ଧନା ପର୍ବ ଜାରି ରହିଛି। ଓଡ଼ିଶା ୨୦୧୮ରୁ ଭାରତୀୟ ହକି ଦଳର ପ୍ରାୟୋଜକ ରହି ଆସିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭାରତୀୟ ଦଳର ଖେଳାଳି ଓ ସପୋର୍ଟ ଷ୍ଟାଫ୍‌ଙ୍କ ପାଇଁ ପୁରସ୍କାର ରାଶି ଘୋଷଣା କରି ସାରିଛନ୍ତି। ପ୍ରତି ଖେଳାଳିଙ୍କୁ ୧୫ ଲକ୍ଷ, ସପୋର୍ଟ ଷ୍ଟାଫ୍‌ଙ୍କୁ ୧୦ ଲକ୍ଷ ଏବଂ ଓଡ଼ିଶାର ଅମିତ ରୋହିଦାସଙ୍କୁ ୪ କୋଟି ଟଙ୍କା ପ୍ରଦାନ କରାଯିବ। ଭାରତୀୟ ଦଳକୁ ଏଠାରେ ସମ୍ବର୍ଦ୍ଧନା ପାଇଁ ବୁଧବାର ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ଏ ସମ୍ପର୍କରେ ମଙ୍ଗଳବାର କଳିଙ୍ଗ ଷ୍ଟାଡିୟମରେ ସୂଚନା ଦେଇଛନ୍ତି କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। ସେ କହିଛନ୍ତି ଯେ, ”ପ୍ୟାରିସ୍‌ ଅଲିମ୍ପିକ୍ସ – ୨୦୨୪ରେ ବ୍ରୋଞ୍ଜ ପଦକ ଜିତି ଭାରତୀୟ ହକି ଦଳ ଦେଶ ପାଇଁ ସୁନାମ ଅର୍ଜନ କରିଛି। ଭାରତୀୟ ଦଳର ଏହି ବ୍ରୋଞ୍ଜ ପଦକ ଦୃଢ଼ନିଷ୍ଠ, ସ୍ବର୍ଣ୍ଣିମ ଭବିଷ୍ୟତର ଶୁଭାରମ୍ଭ ପାଇଁ ଏକ ଆହ୍ବାନ। ଏହି ବିଜୟ ଯୁବ କ୍ରୀଡ଼ାବିତ୍‌ମାନଙ୍କ ପାଇଁ ପ୍ରେରଣା ସଦୃଶ“।
ହକି ତାରକାମାନଙ୍କୁ ସମ୍ବର୍ଦ୍ଧିତ କରିବା ପାଇଁ ଓଡ଼ିଶା ସରକାରଙ୍କ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ବୁଧବାର ଅପରାହ୍ନ ୧୨.୩୦ରେ ଭାରତୀୟ ହକି ଦଳ ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ଆସି ପହଞ୍ଚତ୍ବ। ସେଠାରେ ଖେଳାଳି ଓ ସପୋର୍ଟ ଷ୍ଟାଫ୍‌ଙ୍କୁ ଭବ୍ୟ ସ୍ବାଗତ କରାଯିବ। ଏହାପରେ ଭାରତୀୟ ଦଳକୁ ରୋଡ଼ ଶୋ’ ମାଧ୍ୟମରେ କଳିଙ୍ଗ ଷ୍ଟାଡିୟମ୍‌ ପର୍ଯ୍ୟନ୍ତ ଅଣାଯିବ। ପରେ ଲୋକସେବା ଭବନ କନଭେନଶନ ସେଣ୍ଟରରେ ଖେଳାଳିମାନଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମ୍ବର୍ଦ୍ଧିତ କରିବେ ବୋଲି କ୍ରୀଡ଼ାମନ୍ତ୍ରୀ ସୂଚନା ଦେଇଛନ୍ତି।
ଯୁବ କ୍ରୀଡାବିତ୍‌ମାନେ ହେଉଛନ୍ତି ଆମ ପ୍ରେରଣାର ଉତ୍ସ। କ୍ରୀଡ଼ା ଏବଂ କ୍ରୀଡ଼ାବିତ୍‌ମାନଙ୍କର ସର୍ବାଙ୍ଗୀନ ବିକାଶ ପାଇଁ ଓଡ଼ିଶା ସରକାର ସଦାସର୍ବଦା ଚେଷ୍ଟିତ ଏବଂ ଏହି ଯାତ୍ରା ଆଗକୁ ମଧ୍ୟ ଜାରି ରହିବ ବୋଲି କ୍ରୀଡ଼ା ମନ୍ତ୍ରୀ ପ୍ରକାଶ କରିଛନ୍ତି। ୨୦୨୮ ଅଲିମ୍ପିକ୍ସରେ ଓଡ଼ିଶା କ୍ରୀଡ଼ାବିତ୍‌ମାନେ ଯେପରି ଅଧିକ ପଦକ ହାସଲ କରିପାରିବେ ସେଥିପାଇଁ ସମସ୍ତ ପ୍ରଚେଷ୍ଟା କରାଯିବ ବୋଲି ସେ କହିଛନ୍ତି। ଭାରତ ୨୦୩୬ରେ ଅଲିମ୍ପିକ୍ସ ଆୟୋଜନ ପାଇଁ ଯୋଜନା କରୁଛି। ସେହି ବର୍ଷ ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ୧୦୦ ବର୍ଷ ପୂର୍ତ୍ତି ପାଳନ ହେବାକୁ ଯାଉଛି। ଅଲିମ୍ପିକ୍ସ ଆୟୋଜନ ପାଇଁ ନର୍ଦ୍ଦିଷ୍ଟ ମାନଦଣ୍ଡ ରହିଥାଏ। ତାହା ପୂରଣ କରିପାରିଲେ ଆମେ ମଧ୍ୟ ଏହି ମେଗା ଇଭେଣ୍ଟ ଆୟୋଜନରେ ନିଜକୁ ସାମିଲ କରିପାରିବୁ ବୋଲି କ୍ରୀଡ଼ାମନ୍ତ୍ରୀ କହିଛନ୍ତି। ଖବରଦାତା ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ ବିଧାୟକ ବାବୁ ସିଂ, ଇରାଶିଷ ଆଚାର୍ଯ୍ୟ ଏବଂ କ୍ରୀଡ଼ା ସଚିବ ଭାସ୍କର ଜ୍ୟୋତି ଶର୍ମା ଉପସ୍ଥିତ ଥିଲେ।
ପ୍ରକାଶ ଯୋଗ୍ୟ ଯେ, ଭାରତୀୟ ହକିର ସଙ୍କଟ ସମୟରେ ସହାୟତାର ହାତ ବଢ଼ାଇଥିଲେ ଓଡ଼ିଶା ସରକାର। ୨୦୧୮ରେ ଜାତୀୟ ଦଳର ପ୍ରାୟୋଜକ ହୋଇଥିଲା ଓଡ଼ିଶା। ପ୍ରଥମ ରାଜ୍ୟଭାବେ ଏକ ଜାତୀୟ ହକି ଦଳର ପ୍ରାୟୋଜକ ହୋଇ ଓଡ଼ିଶା ଉଦାହରଣ ସୃଷ୍ଟି କରିଥିଲା। ଏହାପରେ ଭାରତୀୟ ହକି ଦଳର ପ୍ରଦର୍ଶନରେ ଉନ୍ନତି ଆସିଥିଲା। ୨୦୨୦ ଟୋକିଓ ଅଲିମ୍ପିକ୍ସରେ ଭାରତୀୟ ପୁରୁଷ ହକି ଦଳ ବ୍ରୋଞ୍ଜ ପଦକ ଜିତିଥିବାବେଳେ ମହିଳା ଦଳ ୪ର୍ଥ ସ୍ଥାନ ହାସଲ କରି ପ୍ରଶଂସିତ ହୋଇଥିଲା। ଏହାପରେ ରାଜ୍ୟ ସରକାର ୨୦୩୩ ପର୍ଯ୍ୟନ୍ତ ଚୁକ୍ତି ସମୟସୀମାକୁ ବୃଦ୍ଧି କରିଥିଲେ। ପରେ ଆଉ ୩ ବର୍ଷ ଅର୍ଥାତ୍‌ ୨୦୩୬ ପର୍ଯ୍ୟନ୍ତ ଏହାକୁ ବଢ଼ାଇବାକୁ ନୂଆ ସରକାର ନିଷ୍ପତ୍ତି ନେଇଥିଲେ। ତେଣୁ ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ୧୦୦ ବର୍ଷ ପୂର୍ତ୍ତି ପାଳନ ପର୍ଯ୍ୟନ୍ତ ଓଡ଼ିଶା ସରକାର ଭାରତୀୟ ହକି ଦଳର ପ୍ରାୟୋଜକ ରହିବେ।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri