Posted inଖେଳ

୧୦୯ ରନ୍‌ରେ ଭାରତୀୟ ଇନିଂସ ଶେଷ…

ଇନ୍ଦୋର,୧।୩ : ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ତୃତୀୟ ଟେଷ୍ଟ ମ୍ୟାଚରେ ସମସ୍ତ ଓ୍ବିକେଟ ହରାଇ ଭାରତୀୟ ଇନିଂସ ୧୦୯ରେ ଶେଷ ହୋଇଛି। ଇନ୍ଦୋରର ହୋଲକର ଷ୍ଟାଡିୟମରେ ଖେଳାଯାଉ ଥିବା ଏହି ମ୍ୟାଚରେ ଆରମ୍ଭରୁ ଟିମ୍‌ ଇଣ୍ଡିଆ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। ଅଷ୍ଟ୍ରେଲୀୟ ସ୍ପିନରମାନେ ଆରମ୍ଭରୁ ମ୍ୟାଚ ଉପରେ ପ୍ରାଧାନ୍ୟ ବିସ୍ତାର କରିଥିଲା। ଫଳରେ ଟିମ ଇଣ୍ଡିଆ ବ୍ୟାଟିଂ ଲାଇନ ବିପର୍ଯ୍ୟସ୍ତ ହୋଇ ଯାଇଥିଲା।

ଭାରତୀୟ ଅଧିନାୟକ ରୋହିତ ଶର୍ମା ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ତେବେ ମ୍ୟାଚ ଆରମ୍ଭ ହେବାର ଏକ ଘଣ୍ଟା ମଧ୍ୟରେ ଭାରତ ପାଞ୍ଚଟି ୱିକେଟ ହରାଇଛି। ଭାରତର ସ୍କୋର ୪୫ ଥିବାବେଳେ ଅଧା ଖେଳାଳି ପାଭିଲିୟନ ଫେରିଥିଲେ। ମ୍ୟାଚ ପୂର୍ବାହ୍ନ ସାଢ଼େ ୯ଟା ରେ ଆରମ୍ଭ ହୋଇଥିଲା ଏବଂ ସାଢ଼େ ୧୦ ସୁଦ୍ଧା ରୋହିତ ଶର୍ମା (୧୨), ଶୁଭମାନ ଗିଲ (୨୧), ଚେତେଶ୍ୱର ପୂଜାରା (୧), ରବିନ୍ଦ୍ର ଜାଡେଜା (୪) ଏବଂ ଶ୍ରେୟାସ ଆୟର (୦) କରି ପାଭିଲିୟନକୁ ଫେରିଥିଲେ। ମାଥ୍ୟୁ କୁହେମାନ ରୋହିତ, ଶୁବମାନ ଏବଂ ଶ୍ରେୟାସଙ୍କୁ ଆଉଟ କରିଥିଲେ। ଏଥି ସହିତ ନାଥନ ଲିଅନ ଚେତେଶ୍ୱର ପୂଜାରା ଏବଂ ରବିନ୍ଦ୍ର ଜାଡେଜାଙ୍କୁ ପାଭିଲିୟନ ଫେରାଇ ଦେଇଥିଲେ।

୨୨ ରନ ସ୍କୋର କରିବା ପରେ ବିରାଟ କୋହଲି ଆଉଟ ହୋଇଥିଲେ। ତାଙ୍କୁ ଟଡ ମର୍ଫି ଏଲବିଡବ୍ଲୁ କରିଥିଲେ। ସେ ତାଙ୍କ ଇନିଂସରେ ଦୁଇଟି ଚୌକା ମାରିଥିଲେ। ଇନିଂସର ୨୫ ତମ ଓଭରରେ ଭାରତ ସପ୍ତମ ଝଟକା ପାଇଥିଲା। ୧୭ ରନର ଇନିଂସ ଖେଳିବା ପରେ ଶ୍ରୀକର ଭରତ ଏଲବିଡବ୍ଲୁ ହୋଇଥିଲେ। ଲିଅନ ତାଙ୍କୁ ପାଭିଲିୟନକୁ ଫେରାଇ ଦେଇଥିଲେ। ତାଙ୍କ ଇନିଂସରେ ଭରତ ଗୋଟିଏ ଚୌକା ଏବଂ ଗୋଟିଏ ଛକା ମାରିଥିଲେ। ମଧ୍ୟାହ୍ନ ଭୋଜନ ପରେ ରବିଚନ୍ଦ୍ରନ ଅଶ୍ୱିନ ଆଉଟ ହୋଇଥିଲେ। ତାଙ୍କୁ ୱିକେଟ କିପର କେରିଙ୍କ ହାତରେ କୁହେମାନ କ୍ୟାଚ କରାଇଥିଲେ। ଅଶ୍ୱିନ ତିନି ରନ ସ୍କୋର କରଥିଲେ।

ଏହା ଉମେଶ ଯାଦବ ୧୭ ରନରେ ଆଉଟ ହୋଇଥିଲେ। ସେ ଗୋଟିଏ ଚୌକା ଏବଂ ଦୁଇଟି ଛକା ମାରିଥିଲେ। ଅକ୍ଷରର ୧୨ ରନରେ ଅପରାଜିତ ଥିବାବେଳେ ସିରାଜ ରନ ଆଉଟ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖୋଲିଲା ପ୍ରୀତିଙ୍କ ଗୁମର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମୁମ୍ବାଇ,୯।୧୨: ବଲିଉଡ ଅଭିନେତ୍ରୀ ପ୍ରୀତି ଜିଣ୍ଟା ଏବେ ତାଙ୍କ ଆଗାମୀ ଫିଲ୍ମ ‘ଭାଇବ’କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଏହି ଫିଲ୍ମର ପ୍ରମୋସନ୍‌ରେ ବ୍ୟସ୍ତ ଥିବା ପ୍ରୀତି ନିକଟରେ…

ମହମ୍ମଦ ସିରାଜ ଅଧିନାୟକ ଭାବେ ମନୋନୀତ; ଭାରତ-ଆଫଗାନିସ୍ତାନ ସିରିଜ ପୂର୍ବରୁ ମିଳିଲା ଭଲ ଖବର

ନୂଆଦଲ୍ଲୀ,୧୨।୯: ଭାରତୀୟ ଦଳ ଆସନ୍ତାକାଲି, ଅର୍ଥାତ ସେପ୍ଟେମ୍ବର ୧୩ରୁ ଆଫଗାନିସ୍ତାନ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ ଦଳର ଷ୍ଟାର୍‌…

ମୁଁ ଆତ୍ମହତ୍ୟା କରିଦେବି… ମୋତେ କ୍ଷମା କରିଦିଅ ବାପା: ଭାବପ୍ରବଣ ହୋଇ ଏମିତି କାହିଁକି କହିଲେ ୱୁଶୁ ଖେଳାଳି

ନୂଆଦିଲ୍ଲୀ,୧୨।୯: ଏସୀୟ କ୍ରୀଡ଼ାରେ ଭାରତର ପ୍ରତିନିଧିତ୍ୱ କରିବାର ସ୍ବପ୍ନ ଭାଙ୍ଗିଯିବା ପରେ ଭାରତୀୟ ୱୁଶୁ (Wushu) ଖେଳାଳି ଦିବ୍ୟାଂଶୀ ଚୌଧୁରୀଙ୍କ ଏକ ଅତ୍ୟନ୍ତ ଭାବପ୍ରବଣ ଭିଡିଓ ସାମ୍ନାକୁ…

ରିସର୍ଟରେ ଲାଗିଲା ନିଆଁ: ହଠାତ୍‌ ପ୍ରଚଣ୍ଡ ଶବ୍ଦ ହେବାରୁ….

ଦାରିଙ୍ଗବାଡ଼ି,୧୨।୯(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ କିରିକୁଟି ପଞ୍ଚାୟତ ଅଞ୍ଚଳରେ ଥିବା ଏକ ଘରୋଇ ରିସର୍ଟର ଗୋଟିଏ କଟେଜରେ ଅଗ୍ନିକାଣ୍ଡ ଘଟି ଏହା ସମ୍ପୂର୍ଣ୍ଣ ଜଳିପୋଡ଼ି…

ଯୁବକଙ୍କୁ ୧୭ଥର ଛୁରି ଭୁସିଲେ ସହଯୋଗୀ: ଆଉ ତା’ପରେ ଘଟିଲା…

ନୂଆଦିଲ୍ଲୀ,୧୨ା୯ :ପୂର୍ବ ଦିଲ୍ଲୀର ମାଣ୍ଡଓ୍ବାଲି ଅଞ୍ଚଳରେ ଜଣେ ୨୨ ବର୍ଷୀୟ ଯୁବକଙ୍କୁ ୧୭ ଥର ଛୁରାମାଡ଼ ହେବାରୁ ତାଙ୍କର ମୃତ୍ୟୁ ଘଟିଥିବା ଶୁକ୍ରବାର ପୋଲିସ କହିଛି। ପୋଲିସ…

BRICS Summit: ବିଦେଶୀ ନେତା ଓ ତାଙ୍କ ବଡ଼ ଟିମ୍‌ର ଖର୍ଚ୍ଚ ଉଠାଏ କିଏ? କାହା ପକେଟରୁ ଯାଏ କୋଟି କୋଟି ଟଙ୍କା, ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୯: ରାଜଧାନୀ ଦିଲ୍ଲୀ ସେପ୍ଟେମ୍ୱର ୧୨ ଏବଂ ୧୩ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ବ୍ରିକ୍ସ (BRICS) ଶିଖର ସମ୍ମିଳନୀର ଆୟୋଜନ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ରୁଷିଆ…

ଆଲୁମିନି କନେକ୍ଟ କ୍ୟାମ୍ପେନ ଉଦ୍‌ଘାଟିତ: ପୁରାତନ ଛାତ୍ରୀଙ୍କୁ ଦୃଢ଼ ନେଟୱର୍କରେ ଯୋଡ଼ିବା ଲକ୍ଷ୍ୟ

ଭଞ୍ଜନଗର,୧୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ନିର୍ଦ୍ଦେଶକ୍ରମେ ‘ଆମ ଗୌରବ ଆମ କଲେଜ ପରିଚାଳନା ସଂଗଠନ’ ଆନୁକୂଲ୍ୟରେ ଆଲୁମିନି…

ମହେନ୍ଦ୍ରତନୟା ଗାଧୋଇବାକୁ ଯାଇଥିଲେ ଦୁର୍ଗା: ହଠାତ୍‌ ଘଟିଲା…

ପାରଳାଖେମୁଣ୍ଡି,୧୨।୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଅମରା ନିକଟ ମହେନ୍ଦ୍ରତନୟା ନଦୀରେ ଗାଧୋଇବାବେଳେ ଜଣେ ବୃଦ୍ଧ ଭାସିଯାଇ ନିଖୋଜ ହୋଇଛନ୍ତି। ସେ ହେଲେ ଦୁର୍ଗା ପ୍ରସାଦ ପାଣିଗ୍ରାହୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?