Posted inଜାତୀୟ

ବ୍ୟାନ ହେଲା ଭାରତୀୟ ମସଲା ଏମଡିଏଚ-ଏଭରେଷ୍ଟ

ନୂଆଦିଲ୍ଲୀ,୨୪।୪: ଭାରତର ବଡ଼ ମସଲା କମ୍ପାନୀକୁ ନେଇ ଆସିଲା ବଡ଼ ଖବର। ଘରେ ଘରେ ବ୍ୟବହାର ହେଉଥିବା ଏହି ମସଲା ଘାତକ ସାବ୍ୟସ୍ତ ହୋଇପାରେ। କାରଣ ଏଥିରେ କାର୍ସିନୋଜେନିକ ବା କ୍ୟାନସର ସୃଷ୍ଟି କରୁଥିବା ତତ୍ତ୍ୱ ଥିବା ନେଇ ସନ୍ଦେହ ପ୍ରକାଶ କରିଛନ୍ତି ଦୁଇ ଦୁଇଟି ଦେଶ।

କେବଳ ଏତିକି ନୁହେଁ ଭାରତର ଏହି ଲୋକପ୍ରିୟ ବ୍ରାଣ୍ଡ ଦୁଇଟି ଦେଶରେ ବ୍ୟାନ ହୋଇସାରିଲାଣି। ଆଉ ଏହାକୁ ନେଇ ତତ୍ପରତା ଦେଖାଇଛନ୍ତି କେନ୍ଦ୍ର ସରକାର। ଭାରତୀୟ ମସଲା କମ୍ପାନି ‘ଏମଡିଏଚ’ ଓ ‘ଏଭରେଷ୍ଟ’ର ଉତ୍ପାଦର ଗୁଣବତ୍ତାକୁ ନେଇ ସିଙ୍ଗାପୁର ଓ ହଂକଂ ପ୍ରଶ୍ନ ଉଠାଇବା ସହିତ କଟକଣା ଲଗାଇଛି। ଏହାପରେ ଭାରତ ସରକାର ଏଥିରେ ହସ୍ତକ୍ଷେପ କରିଛନ୍ତି। ଏହି ଦୁଇ ଦେଶର ଖାଦ୍ୟ ସୁରକ୍ଷା କର୍ତ୍ତୃପକ୍ଷଙ୍କ ଠାରୁ ତଥ୍ୟ ମାଗିଛନ୍ତି ଭାରତ ସରକାର। ସିଙ୍ଗାପୁର ଓ ହଂକଂରେ ଅବସ୍ଥାପିତ ଭାରତୀୟ ଦୂତାବାସ କାର୍ଯ୍ୟାଳୟକୁ ଭାରତର ବାଣିଜ୍ୟ ମନ୍ତ୍ରାଳୟ ଏ ପ୍ରସଙ୍ଗରେ ବିସ୍ତୃତ ରିପୋର୍ଟ ପଠାଇବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ବାଣିଜ୍ୟ ମନ୍ତ୍ରାଳୟ ଦୁଇ ଭାରତୀୟ କମ୍ପାନି ଠାରୁ ରିପୋର୍ଟ ମଧ୍ୟ ମାଗିଛନ୍ତି। ଦୁଇ କମ୍ପାନିର କିଛି ମସଲାରେ ମାତ୍ରାଠାରୁ ଅଧିକ ପରିମାଣର ଏଥିଲିନ ଅକ୍ସାଇଡ ନାମକ କୀଟନାଶକ ମିଶାଯାଇଥିବା ନେଇ ଦୁଇ ଦେଶ ଅଭିଯୋଗ କରିଛନ୍ତି। ହଂକଂର ଖାଦ୍ୟ ସୁରକ୍ଷା ନିୟାମକ ଦେଶର ଗ୍ରାହକମାନଙ୍କୁ ଏସବୁ ଉତ୍ପାଦ ନ କିଣିବା ପାଇଁ ଏବଂ ବିକ୍ରେତାମାନଙ୍କୁ ବିକ୍ରି ନ କରିବାକୁ କହିଛି। ସେହିଭଳି ସିଙ୍ଗାପୁରର ଖାଦ୍ୟ ଏଜେନ୍ସି ଉକ୍ତ ମସଲାର ସଂମ୍ପର୍ଣ୍ଣ ମହଜୁଦ ପରିମାଣକୁ ପ୍ରତ୍ୟାହାର କରିନେବାକୁ ନିର୍ଦ୍ଦେଶ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସାମ୍ନାକୁ ଆସିଲା ବଡ଼ ଘୋଟାଲା, କମିଶନ୍‌ ନେଇ ୨୦୦ କୋଟିର ନକଲି ବିଲ୍‌ ପାସ୍‌

ନୂଆଦିଲ୍ଲୀ, ୨୬।୦୭: କରୋନା ସମୟରେ ୨୦୦ କୋଟି ଟଙ୍କାର ଏକ ବଡ ଦୁର୍ନୀତିର ଖୁଲାସା କରିଛି ଦୁର୍ନୀତି ନିବାରଣ ବ୍ୟୁରୋ ବା ଏସିବି । ଏହି...

ପ୍ରକାଶ ପାଇଲା ନିଟ୍‌ର ସଂଶୋଧିତ ତାଲିକା, ୬୭ରୁ ୧୭କୁ ଖସିଲେ ଟପ୍ପର

ନୂଆଦିଲ୍ଲୀ, ୨୬।୦୭: ଗତ କିଛିଦିନ ଧରି ବିବାଦରେ ରହିଥିବା ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି ବା ଏନ୍‌ଟିଏ ମେଡିକାଲ୍‌ ପ୍ରବେଶିକା ପରୀକ୍ଷା ନିଟ୍‌-ୟୁଜିର ଫାଇନାଲ୍‌ ରେଜଲ୍ଟ ପ୍ରକାଶ...

୯୯ରେ ସାପ କାମୁଡ଼େ, କଂଗ୍ରେସକୁ ଏମିତି କହିଦେଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ, ୨୬।୦୭: ବରିଷ୍ଠ ଜନତା ଦଳ ୟୁନାଇଟେଡ (ଜେଡିୟୁ) ନେତା ତଥା କେନ୍ଦ୍ର ମନ୍ତ୍ରୀ ରାଜୀବ ରଂଜନ (ଲଲନ ସିଂ) ଶୁକ୍ରବାର ଦିନ କଂଗ୍ରେସକୁ ଟାର୍ଗେଟ୍‌...

ମନୀଷ ସିସୋଦିଆଙ୍କୁ ପୁଣି କୋର୍ଟ ଝଟ୍‌କା, ବଢ଼ିଲା ନ୍ୟାୟିକ ହେପାଜତ ଅବଧି

ନୂଆଦିଲ୍ଲୀ, ୨୬।୦୭: ଦିଲ୍ଲୀ ମଦ ଦୁର୍ନୀତି ସହ ଜଡ଼ିତ ସିବିଆଇ ମାମଲାରେ ଆଜି ପୁଣିଥରେ କୋର୍ଟ ଶୁଣାଣି କରିଛନ୍ତି । ରାଉଜ ଆଭେନ୍ୟୁ କୋର୍ଟ ଦିଲ୍ଲୀର...

‘ଦିଲ୍ଲୀରୁ ଗୋଟିଚାଳନା ସରିଛି, ଉତ୍ତରପ୍ରଦେଶରେ କିଛି ବଡ଼ ହେବାକୁ ଯାଉଛି’

ନୂଆଦିଲ୍ଲୀ,୨୬।୭: ଆମ ଆଦମୀ ପାର୍ଟି(ଏଏପି)ର ଏମ୍‌ପି ସଞ୍ଜୟ ସିଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ନେଇ ଏକ ବଡ଼ ଦାବି କରିଛନ୍ତି। ସଞ୍ଜୟ ଶୁକ୍ରବାର କହିଛନ୍ତି...

ରାହୁଲ ଗାନ୍ଧୀଙ୍କ ନୂଆ ଠିକଣା: ବଙ୍ଗଳା ନମ୍ବର-୫, ସୁନ୍‌ହେରୀ ବାଗ୍‌ ରୋଡ…

ନୂଆଦିଲ୍ଲୀ,୨୬।୭: କଂଗ୍ରେସ ନେତା ଏବଂ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଠିକଣା ବଦଳିବାକୁ ଯାଉଛି। ସୁନ୍‌ହରୀ ବାଗ୍‌ ରୋଡ୍‌, ବଙ୍ଗଳା ନମ୍ବର-୫...

ଗୁଗୁଲ ସିଇଓ ସୁନ୍ଦର ପିଚାଇଙ୍କୁ ଭାରତରୁ ମିଳିଲା ବଡ଼ ଉପାଧି, କହିଲେ…

ନୂଆଦିଲ୍ଲୀ, ୨୬।୦୭: ଲୋକପ୍ରିୟ ସର୍ଚ୍ଚ ଇଞ୍ଜିନ୍‌ ଗୁଗୁଲର ସିଇଓ ସୁନ୍ଦର ପିଚାଇଙ୍କୁ ନିଜେ ପଢ଼ୁଥିବା ଅନୁଷ୍ଠାନରୁ ବଡ଼ ଉପାଧି ମିଳିଛି । ଆଇଆଇଟି ଖଡ଼ଗପୁରରୁ ସେ...

ଫିଟିଗଲା ଗୁମର, କଂଗ୍ରେସ ସହ ହୋଇଛି ଭିତିରି ମେଣ୍ଟ!

ନୂଆଦିଲ୍ଲୀ,୨୬।୭:ନିର୍ବାଚନରେ ହାରିବା ଏବଂ ମୁଖ୍ୟମନ୍ତ୍ରୀ ପଦ ହରାଇବା ପରେ ଜଗନମୋହନ ରେଡ୍ଡୀଙ୍କ ଅଡୁଆ ବଢିବାରେ ଲାଗିଛି। ଚନ୍ଦ୍ରବାବୁ ନାଇଡୁ ଆନ୍ଧ୍ରପ୍ରଦେଶର ସିଏମ ହୋଇଛନ୍ତି ଏବଂ ଦାୟିତ୍ୱ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri