ବିମାନ ଦୁର୍ଘଟଣାରେ ଭାରତୀୟ ଅରବପତି, ପୁଅ ସମେତ ୬ ମୃତ

ହରାରେ,୨।୧୦: ଜିମ୍ବାୱେରେ ବିମାନ ଦୁର୍ଘଟଣାରେ ଜଣେ ଭାରତୀୟ ବିଲିୟନେୟାର ଶିଳ୍ପପତି ଏବଂ ତାଙ୍କ ପୁଅଙ୍କ ସମେତ ୬ଜଣଙ୍କର ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାର ଶିକାର ହୋଇଥିବା ବିମାନଟି ଭାରତୀୟ ଶିଳ୍ପପତିଙ୍କ କମ୍ପାନୀର ଏକ ବ୍ୟକ୍ତିଗତ ବିମାନ ଥିଲା ଯାହା ଜିମ୍ବାୱେର ଦକ୍ଷିଣ-ପଶ୍ଚିମ ଅଞ୍ଚଳରେ ଅବସ୍ଥିତ ଏକ ହୀରା ଖଣି ନିକଟରେ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲା। ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, ଯାନ୍ତ୍ରିକ ତ୍ରୁଟି ହେତୁ ବିମାନଟି ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲା।

ସୂଚନାଯୋଗ୍ୟ, ଏହି ଦୁର୍ଘଟଣାରେ ପ୍ରାଣ ହରାଇଥିବା ବିଲିୟନେୟାର ହରପାଲ ସିଂ ରାନ୍ଧୱା ରିଓଜିମ ନାମକ ଏକ ଖଣି କମ୍ପାନୀର ମାଲିକ ଥିଲେ, ଯାହା ଜିମ୍ବାୱେରେ ସୁନା, କୋଇଲା ଖଣି କରିଥାଏ ଏବଂ ନିକେଲ ଏବଂ ତମ୍ବା ପରି ଧାତୁକୁ ବିଶୋଧନ କରିବାର କାର୍ଯ୍ୟ ମଧ୍ୟ କରିଥାଏ। ଏହି ବିମାନ ଦୁର୍ଘଟଣାରେ ମୃତ୍ୟୁ ହୋଇଥିବା ବ୍ୟକ୍ତିଙ୍କ ମଧ୍ୟରେ ହରପାଲ ସିଂ ରାଧୱା, ତାଙ୍କ ପୁଅ ଏବଂ ଅନ୍ୟ ଚାରିଜଣ ଅଛନ୍ତି। ଏହି ଦୁର୍ଘଟଣାର ସମ୍ମୁଖୀନ ହୋଇଥିବା ବିମାନଟି ହେଉଛି ସେସେନା ୨୦୬ ବିମାନ। ଏହି ଏକକ ଇଞ୍ଜିନ ବିମାନ ରିଓଜିମ କମ୍ପାନୀ ମାଲିକାନାରେ ରହିଥିଲା। ବିମାନଟି ରାଜଧାନୀ ହରାରେରୁ ମୁରୋଭା ହୀରା ଖଣି ଅଭିମୁଖେ ଯାଉଥିବାବେଳେ ମଶାୱା ଅଞ୍ଚଳରେ ଏକ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲା। ଯେଉଁଥିରେ ବିମାନରେ ଥିବା ସମସ୍ତ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିଲା। ଏହି ଘଟଣା ଶୁକ୍ରବାର ସକାଳ ୭ଟା ୩୦ ରୁ୮ଟା ମଧ୍ୟରେ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ନଦୀକୁ ଖସିଲା ବସ୍‌: ୨୪ ମୃତ, ଏବେ ବି ଅନେକ ନିଖୋଜ

ଢାକା,୨୬ା୩: ବାଂଲାଦେଶରେ ଏକ ବସ୍‌ ନଦୀ ମଧ୍ୟକୁ ଖସିପଡ଼ିବାରୁ ଅନୂ୍ୟନ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ନିଖୋଜ ଅଛନ୍ତି। ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri