ଭାରତୀୟ ପର୍ବତାରୋହୀଙ୍କ ଅବସ୍ଥାରେ ଆସୁଛି ସୁଧାର, ତଥାପି ବିପଦକୁ ଏଡ଼ାଇ ହେବନି

କାଠମାଣ୍ଡୁ,୨୪ା୪: ନେପାଳର ଅନ୍ନପୂର୍ଣ୍ଣା ପର୍ବତର ଏକ ଗଭୀର ଖାତ ମଧ୍ୟକୁ ଖସିଯିବା ପରେ ଉଦ୍ଧାର ହୋଇଥିବା ଭାରତୀୟ ପର୍ବତାରୋହୀ ଅନୁରାଗ ମାଲୁଙ୍କ ଅବସ୍ଥା ଗୁରୁତର ରହିଛି। ଏନେଇ ତାଙ୍କ ଭାଇ ଆଶିଷ ଏହି ସୂଚନା ଦେଇଛନ୍ତି। ତାଙ୍କ ଭାଇ କହିଛନ୍ତି, କାଠମାଣ୍ଡୁରେ ଡାକ୍ତରଙ୍କ ତତ୍ତ୍ୱାବଧାନରେ ତାଙ୍କ ଜୀବନ ବଞ୍ଚିଗଲା ଏବଂ ତାଙ୍କ ଅବସ୍ଥାରେ ସୁଧାର ଯଦିଓ ଆସୁଛି ତଥାପି ବିପଦକୁ ଏଡ଼ାଇ ହେବନି ବୋଲି ସେ କହିଛନ୍ତି।

ରାଜସ୍ଥାନର କିଶନଗଡ଼ର ବାସିନ୍ଦା ୩୪ ବର୍ଷୀୟ ଅନୁରାଗ ଏପ୍ରିଲ ୧୭ରେ ତୃତୀୟ ଶିବିରରୁ ଓହ୍ଲାଇଥିବା ବେଳେ ପ୍ରାୟ ୬୦୦୦ମିଟର ଉଚ୍ଚତାରୁ ଏକ ଘାଟିକୁ ଖସିପଡ଼ିଥିଲେ। ତିନି ଦିନ ପରେ ତାଙ୍କୁ ଉଦ୍ଧାର କରାଯାଇଥିଲା। ସେବେଠାରୁ ଅନୁରାଗ କାଠମାଣ୍ଡୁର ଏକ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ଅବସ୍ଥା ପୂର୍ବ ଅପେକ୍ଷା ଯଦିଓ ଟିକେ ଭଲ ରହିଛି ତଥାପି ବିପଦ ମୁକ୍ତ ନୁହନ୍ତି ବୋଲି ତାଙ୍କ ଭାଇ କହିଛନ୍ତି।

ଏହି ଅଭିଯାନ ସମୟରେ ଅନୁରାଗଙ୍କ ସହ ଆସିଥିବା ବରିଷ୍ଠ ପର୍ବତାରୋହୀ ଚିପାଲ ଶେର୍‌ପା କହିଛନ୍ତି, ଅନୁରାଗ ଭୁଲ ଦଉଡ଼ି ଧରିଦେବାରୁ ଗଭୀର ଖାଲ ମଧ୍ୟକୁ ଖସିପଡ଼ିଥିଲେ। ସେ କହିଛନ୍ତି, ପର୍ବତ ଉପରକୁ ଚଢ଼ିବା କିମ୍ବା ଓହ୍ଲାଇବା ପାଇଁ ବ୍ୟବହୃତ ଦଉଡ଼ି ଧରିବା ପରିବର୍ତ୍ତେ ସେ ଲଗେଜ ନେବା ପାଇଁ ବ୍ୟବହୃତ ଦଉଡ଼ିଟିକୁ ଧରିଥିଲେ, ଯାହା ବହୁତ ଛୋଟ ଅଟେ। ତେଣୁ ସେ ଖସିପଡ଼ିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୦୩୦ ସୁଦ୍ଧା ଭାରତ ହେବ ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତି; ୭.୩ ଟ୍ରିଲିୟନ ଡଲାରରେ ପହଞ୍ଚିବ GDP

ବେଙ୍ଗାଲୁରୁ,୨୯।୧୨: ଭାରତୀୟ ଅର୍ଥନୀତି ଏକ ନୂତନ ମାଇଲଖୁଣ୍ଟ ଅତିକ୍ରମ କରିଛି। ସୋମବାର ଜାରି ହୋଇଥିବା ଏକ ସରକାରୀ ବିବୃତ୍ତି ଅନୁଯାୟୀ, ୪.୧୮ ଟ୍ରିଲିୟନ ଡଲାର GDP...

ଆତ୍ମହତ୍ୟା କଲେ ଅଭିନେତ୍ରୀ, ସରକାରୀ ଚାକିରି କରିବାକୁ ଚାପ ପକାଉଥିଲେ ପରିବାର

ବେଙ୍ଗାଲୁରୁ,୨୯।୧୨: ସରକାରୀ ଚାକିରି ଆଉ ବିବାହ ଚାପରୁ ମୁକୁଳିପାରି ନାହାନ୍ତି ଲୋକପ୍ରିୟ ଅଭିନେତ୍ରୀ ନନ୍ଦିନୀ ସିଏମ୍‌। ବେଙ୍ଗାଲୁରୁର କେଙ୍ଗେରୀ ସ୍ଥିତ ଏକ ପେଇଂ ଗେଷ୍ଟ (PG)...

ଭୁବନେଶ୍ବର ପାଇଁ ନୂଆ ଟିମ୍‌ ନିଯୁକ୍ତ କଲେ ମନମୋହନ, ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨୯।୧୨: ଭାଜପା କଲା ବଡ଼ ଘୋଷଣା। ଭୁବନେଶ୍ବର ପାଇଁ ନୂଆ ପଦାଧିକାରୀ ଭାଜପା ନିଯୁକ୍ତି କରିଛି। ୨୧ ପଦାଧିକାରୀଙ୍କୁ ମନମୋହନ ସାମଲ ନିଯୁକ୍ତି ଦେଇଛନ୍ତି। ଭୁବନେଶ୍ବର...

ପୁଟିନଙ୍କ ବାସଭବନକୁ ୟୁକ୍ରେନର ଡ୍ରୋନ୍ ମାଡ଼; ଏପରି ପ୍ରତିକ୍ରିୟା ଦେଲେ ଜେଲେନସ୍କି

ନୂଆଦିଲ୍ଲୀ,୨୯।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନକୁ ୟୁକ୍ରେନ ଡ୍ରୋନ୍ ମାଧ୍ୟମରେ ଆକ୍ରମଣ କରିଥିବା ରୁଷିଆ ଦାବି କରିଛି। ତେବେ ଏହି ଅଭିଯୋଗକୁ ସମ୍ପୂର୍ଣ୍ଣ ମିଥ୍ୟା...

ଭାରତ-ନ୍ୟୁଜିଲାଣ୍ଡ ଦିନିକିଆ ସିରିଜ୍‌ ପୂର୍ବରୁ ହଠାତ୍‌ ସନ୍ନ୍ୟାସ ନେଇ ଚମକାଇଲେ ଏହି ଅଲରାଉଣ୍ଡର, କ୍ରିକେଟ ଜଗତରେ ଚହଳ

ନୂଆଦିଲ୍ଲୀ,୨୯।୧୨: ନ୍ୟୁଜିଲାଣ୍ଡର ଅଲରାଉଣ୍ଡର ଡଗ ବ୍ରାସୱେଲ କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ନେଇଛନ୍ତି। ବ୍ରାସୱେଲ ୬୯ଟି ଅନ୍ତର୍ଜାତୀୟ ମ୍ୟାଚରେ ନ୍ୟୁଜିଲାଣ୍ଡ ଦଳର ପ୍ରତିନିଧିତ୍ୱ କରିଥିଲେ, ୧୨୦...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ୭୯,୦୦୦ କୋଟି ଟଙ୍କାର ସାମରିକ ଉପକରଣ କିଣିବାକୁ ମଞ୍ଜୁରୀ

ନୂଆଦିଲ୍ଲୀ ,୨୯।୧୨: ଶକ୍ତିଶାଳୀ ହେବ ଭାରତୀୟ ସେନା। ନାଲି ଆଖି ଦେଖାଇଲେ ମିସାଇଲ ମାଡ଼ କରିବ ଭାରତ। ଦେଶର ପ୍ରତିରକ୍ଷା କ୍ଷମତାକୁ ଅଧିକ ସୁଦୃଢ଼ କରିବା...

ଜାନୁଆରୀ ୫ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି, ଏହିଦିନ ହେବ ପଞ୍ଜୀକରଣ

ଭୁବନେଶ୍ୱର,୨୯।୧୨: ଆସନ୍ତା ସୋମବାର ଜାନୁଆରୀ ୫ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ ୧୦ ଘଟିକାରୁ ୟୁନିଟ-୨, ଅଶୋକ ନଗର,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri