ସିଡ୍‌ନୀରେ ଭାରତୀୟ ନାଗରିକଙ୍କୁ ଗୁଳିକରି ହତ୍ୟା

ସିଡନୀ,୧ ।୩: ଅଷ୍ଟ୍ରେଲିଆର ସିଡନୀରେ ସେଠାକାର ପୋଲିସ ଜଣେ ଭାରତୀୟ ନାଗରିକଙ୍କୁ ଗୁଳିକରି ହତ୍ୟା କରିଥିବା ଜଣାପଡିଛି । ଏହି ଘଟଣା ସିଡନୀର ଏକ ରେଲୱେ ଷ୍ଟେଶନରେ ହୋଇଛି । ଏଠାରେ ଭାରତୀୟ ନାଗରିକଙ୍କ ଦ୍ୱାରା ସଫେଇକର୍ମୀଙ୍କୁ ଛୁରାମାଡ ଓ ଆଇନ ପ୍ରବର୍ତ୍ତନ ଅଧିକାରୀଙ୍କୁ ଧମକାଇବା ପରେ ଅଷ୍ଟ୍ରେଲିଆ ପୋଲିସ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ମିଡିଆ ରିପୋର୍ଟରେ ଏହି ସୂଚନା ଦିଆଯାଇଛି । ଏପଟେ ଏହି ଘଟଣାକୁ ନେଇ ଭାରତର ମହାବାଣିଜ୍ୟିୟ ଦୂତାବାସ ଏ ସମ୍ପର୍କରେ ଅଷ୍ଟ୍ରେଲିଆକୁ ସମ୍ପୂର୍ଣ୍ଣ ରିପୋର୍ଟ ମାଗିଛି ।
ମୃତ ଭାରତୀୟ ଜଣକ ତାମିଲନାଡୁର ୩୨ ବର୍ଷୀୟ ମହମ୍ମଦ ରହମତୁଲ୍ଲା ବୋଲି ଜଣାପଡିଛି । ସିଡନୀରେ ଥିବା ଭାରତୀୟ ମହାବାଣିଜ୍ୟିକ ଦୂତାବାସ ତାଙ୍କୁ ଚିହ୍ନଟ କରିଛି । ସିଡନୀ ମର୍ଣ୍ଣିଂ ହେରାଲ୍ଡ ଖବରକାଗଜ ପୋଲିସ ଅଧିକାରୀଙ୍କ ସୂଚନା ଆଧାରରେ କହିଛି ଯେ ରହମତୁଲ୍ଲା ମଙ୍ଗଳବାର ସିଡନୀର ଅର୍ବାନ ଟ୍ରେନ୍ ଷ୍ଟେଶନରେ ୨୮ ବର୍ଷୀୟ ସଫେଇ କର୍ମୀଙ୍କୁ ଆକ୍ରମଣ କରିଥିଲେ । ଏହାପରେ ସେ ଦୁଇଜଣ ପୋଲିସ ଅଧିକାରୀଙ୍କୁ ବି ଆକ୍ରମଣ କରିଥିଲେ । ଏହି ସମୟରେ ଜଣେ ପୋଲିସ ଅଧିକାରୀ ୩ ରାଉଣ୍ଡ ଗୁଳି କରିଥିଲେ । ସେଥିମଧ୍ୟରୁ ୨ଟି ଗୁଳି ତାଙ୍କ ଛାତିରେ ବାଜିଥିଲା । ଚିକିତ୍ସା ପାଇଁ ତୁରନ୍ତ ତାଙ୍କୁ ସ୍ଥାନୀୟ ସ୍ୱାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲେ ମଧ୍ୟ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ଦିରରୁ ଦର୍ଶନ ସାରି ଫେରିବାବେଳେ ଦୁର୍ଘଟଣା: ସ୍କୁଟିକୁ ଧକ୍କା ଦେଇ ଅଟୋ…

ଦିଗପହଣ୍ଡି,୨୭ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଳାସପୁର ନିକଟ ନୂଆ ଜଲମରା ବ୍ରିଜ ନିକଟରେ ଶନିବାର ମଧ୍ୟାହ୍ନରେ ଏକ ସ୍କୁଟି (ନଂ. ଓଡ଼ି୩୨ ଏମ…

ଥରିଲା ଆଫଗାନିସ୍ତାନ: ଭାରତ, ପାକିସ୍ତାନରେ ଝଟ୍‌କା

କାବୁଲ/ନୂଆଦିଲ୍ଲୀ,୨୭ା୬: ଆଫଗାନିସ୍ତାନର ହିନ୍ଦୁକୁଶ ଅଞ୍ଚଳରେ ଶନିବାର ରାତିରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍‌ରେ ଏହାର ତୀବ୍ରତା ୬.୨ ଥିବା ନ୍ୟାଶନାଲ ସେଣ୍ଟର ଫର୍‌…

ଏନ୍‌ଇଇଟି ପ୍ରଶ୍ନପତ୍ର ପ୍ରଘଟ ମାମଲା: ଧର୍ମେନ୍ଦ୍ର ପ୍ରଧାନଙ୍କ କୁଶପୁତ୍ତଳିକା ଦାହ କରି ଯୁବ କଂଗ୍ରେସ…

ବରଗଡ଼,୨୭ା୬(ପ୍ରେମାନନ୍ଦ ଖମାରୀ): ଏନ୍‌ଇଇଟି ପ୍ରଶ୍ନପତ୍ର ପ୍ରଘଟ ଘଟଣାରେ ଅସନ୍ତୋଷ, ଆନ୍ଦୋଳନ ଥମିବାର ନାଁ ନେଉ ନାହିଁ। ଏହି କ୍ରମରେ ଶନିବାର ବରଗଡ଼ ଜିଲା ଯୁବ କଂଗ୍ରେସ ପକ୍ଷରୁ…

ଠିକାଦାରଙ୍କ ନିମ୍ନମାନର କାର୍ଯ୍ୟ, ପାଚେରି ତଳେ ଚାପି ହୋଇ ଚାଲିଗଲା ମହିଳାଙ୍କ ଜୀବନ

ପୁରୁଷୋତ୍ତମପୁର,୨୭ା୬(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରବ୍ଲକ ତଥା ହିଞ୍ଜିଳୀଥାନା ଅନ୍ତର୍ଗତ ଅନ୍ତରିଗାଁ ଗ୍ରାମରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଗାଁ ପାଶର୍‌ବଦେଇ ଯାଇଥିବା ଋଷିକୂଲ୍ୟା…

ଓଡ଼ିଆ ଅସ୍ମିତାର ସୁରକ୍ଷା ପାଇଁ ସହଯୋଗ କାମନା

ଭଞ୍ଜନଗର,୨୭ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭାଷା, ସାହିତ୍ୟ, କଳା ଓ ସଂସ୍କୃତି ବିକାଶ ପରିଷଦ ଭଞ୍ଜନଗର ଶାଖାର ୪ର୍ଥ ବାର୍ଷିକ ଉତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏହି…

ଯାତ୍ରୀଙ୍କୁ ସୁନା ଅଳଙ୍କାର ସହ ଲକ୍ଷାଧିକ ଟଙ୍କା ଫେରାଇଲେ ଡ୍ରାଇଭର, ପ୍ରଶଂସା କରି ଲୋକେ କହିଲେ…

ପୁରୀ,୨୭ା୬(ଅଜିତ କୁମାର ମହାନ୍ତି): କାର୍‌ରେ ଯାତ୍ରୀ ଛାଡ଼ିଯାଇଥିବା ପ୍ରାୟ ୧୦ ଲକ୍ଷ ଟଙ୍କାର ସୁନା ଅଳଙ୍କାର ଓ ନଗଦ ୧ ଲକ୍ଷ ୩୦ ହଜାର ଟଙ୍କା ଭର୍ତ୍ତି…

ବ୍ରାଉନସୁଗାର ଜବତ: ମହିଳାଙ୍କ ସମେତ ୪ ଜଣଙ୍କୁ ବାନ୍ଧିଲା ପୋଲିସ

ବଞ୍ଚୋ/ହାଟଡିହୀ/ଛେନାପଦୀ,୨୭ା୬(ପ୍ରଦୋଷ ବିଶ୍ୱାଳ/ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ଏବଂ ଆନନ୍ଦପୁର ଏସ୍‌ଡିପିଓ ଚଢ଼ାଉ କରି ୧୨ ଗ୍ରାମ ବ୍ରାଉନସୁଗାର ଜବତ କରିବା ସହ ଏଥିରେ…

ଅଜଣା ଗାଡ଼ି ଧକ୍କାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ : ପୋଲିସର ତଦନ୍ତ ଜାରି

ଛତ୍ରପୁର,୨୭।୬ ଦିଲ୍ଲୀପ ସାମଲ : ଚମାଖଣ୍ଡି ଥାନା ଅଧୀନ କାଳିଆବାଲି ଛକ ନିକଟସ୍ଥ ରାସ୍ତାରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri