ଇଂଲଣ୍ଡରେ ଭାରତୀୟ ମୂଳ ବାସିନ୍ଦା ଡେଲିଭରି ଡ୍ରାଇଭରଙ୍କ ମୃତ୍ୟୁ, ହତ୍ୟା ସନ୍ଦେହରେ ୪ ଗିରଫ

ଲଣ୍ଡନ,୨୮।୮: ପଶ୍ଚିମ ଇଂଲଣ୍ଡର ଶୃସ୍ବରୀରେ ଜଣେ ୨୩ ବର୍ଷିୟ ଭାରତୀୟ ମୂଳ ବାସିନ୍ଦା ଡେଲିଭରି ଡ୍ରାଇଭରଙ୍କ ହତ୍ୟା ମାମଲାରେ ୪ ଜଣଙ୍କୁ ଗିରଫ କରାଯାଇଛି। ପଶ୍ଚିମ ଇଂଲଣ୍ଡର ଶୃସ୍ବରୀରେ ହୋଇଥିବା ଆକ୍ରମଣ ପରେ ୨୩ ବର୍ଷ ବୟସ୍କା ଭାରତୀୟ ଡେଲିଭରି ଡ୍ରାଇଭରଙ୍କୁ ହତ୍ୟା କରିଥିବା ୨୦ ବର୍ଷ ବୟସ ଚାରିଜଣ ଭାରତୀୟ ମୂଳ ବାସିନ୍ଦା ପୁରୁଷଙ୍କ ବିରୋଧରେ ଅଭିଯୋଗ ହୋଇଛି। ଡାଇନାମିକ ପାର୍ସଲ ବିତରଣ ସହିତ କାମ କରୁଥିବା ଓରମାନ ସିଂଙ୍କର ଅଗଷ୍ଟ ୨୧ରେ ଶୃସ୍ବରୀର ବେରୱିକ ଆଭେନ୍ୟୁରେ ଏକ ପାର୍ସଲ ବିତରଣ କରୁଥିବା ସମୟରେ ଆକ୍ରମଣରେ ମତ୍ୟୁ ଘଟିଥିଲା।
ସୂଚନାଯୋଗ୍ୟ, ପଶ୍ଚିମ ବ୍ରିଟେନର ଶୃସ୍ବରୀରେ ଜଣେ ୨୩ ବର୍ଷୀୟ ଭାରତୀୟ ମୂଳବାସିନ୍ଦା ଡେଲିଭରି ଡ୍ରାଇଭରଙ୍କୁ ହତ୍ୟା କରାଯାଇଥିଲା। ଏହି ହତ୍ୟାରେ ୪ଜଣଙ୍କୁ ଗିରଫ କରାଯାଇଛି। ଶୁକ୍ରବାର ଓରମାନ ସିଂଙ୍କ ହତ୍ୟା ମାମଲାରେ ୨୪ବର୍ଷିୟ ଅର୍ଶଦୀପ ସିଂ, ୨୨ ବର୍ଷୀୟ ଜଗଦୀପ ସିଂ, ୨୬ ବର୍ଷିୟ ଶିବଦୀପ ସିଂ ଏବଂ ୨୪ ବର୍ଷିୟ ମନଜୋତ ସିଂ ଉପରେ ଅଭିଯୋଗ ଆସିବା ପରେ ସେମାନଙ୍କୁ ଗିରଫ କରାଯାଇଛି। ପଞ୍ଚମ ଅପରାଧୀଙ୍କୁ ପୋଲିସ ଜାମିନରେ ମୁକ୍ତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

ବାଂଲାଦେଶର ନୂତନ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ତାରିକ୍ ରହମାନ

ନୂଆଦିଲ୍ଲୀ,୧୭।୨: ଦୀର୍ଘ ଦୁଇ ବର୍ଷର ଅନିଶ୍ଚିତତା ପରେ ବାଂଲାଦେଶରେ ଏକ ନୂତନ ରାଜନୈତିକ ଯୁଗର ଆରମ୍ଭ ହୋଇଛି। ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ମୁଖ୍ୟ ତାରିକ ରହମାନ…

କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ

ଚେନ୍ନାଇ,୧୭।୨: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri