ଟୁଇଟର ସିଇଓ ହେବାକୁ ଯାଉଛନ୍ତି ଭାରତୀୟ ବଂଶୋଦ୍ଭବ

ନୂଆଦିଲ୍ଲୀ,୨୯।୧୧: ଟୁଇଟରର ସହପ୍ରତିଷ୍ଠାତା ତଥା ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ଜ୍ୟାକ ଡୋରସି ସୋମବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କ ସ୍ଥାନରେ କମ୍ପାନୀର ଦାୟିତ୍ୱ ନେବାକୁ ଯାଉଛନ୍ତି ଭାରତୀୟ ବଂଶୋଦ୍ଭବ ପରାଗ ଅଗ୍ରଓ୍ବାଲ। ସେ ଏବେ ଟୁଇଟରର ଟେକ୍‌ନୋଲୋଜି ମୁଖ୍ୟ ପଦରେ ଅଛନ୍ତି।

ଆସନ୍ତା ବର୍ଷ ପର୍ଯ୍ୟନ୍ତ ଡୋରସି ସୋସିଆଲ ମିଡିଆ କମ୍ପାନୀର ବୋର୍ଡ ମେମ୍ବର ହୋଇ ରହିବେ। ୨୦୨୨ରେ ତାଙ୍କ କାର୍ଯ୍ୟକାଳ ଶେଷ ହେବ ବୋଲି ଟୁଇଟର୍‌ ପକ୍ଷରୁ ଏକ ବିବୃତି ଜରିଆରେ ସୋମବାର କୁହାଯାଇଛି।

”ମୁଁ ଟୁଇଟର ଛାଡ଼ିବାକୁ ନିଷ୍ପତ୍ତି ନେଇଛି। କାରଣ ମୋତେ ଲାଗୁଛି, କମ୍ପାନୀ ଏବେ ପ୍ରତିଷ୍ଠାତାଙ୍କ ଠାରୁ ଆଗକୁ ଯିବା ପାଇଁ ପ୍ରସ୍ତୁତ। ମୋ ପରେ ଟୁଇଟର ମୁଖ୍ୟ ପଦ ସମ୍ଭାଳିବାକୁ ଯାଉଥିବା ପରାଗଙ୍କ ଉପରେ ଗଭୀର ବିଶ୍ୱାସ ଅଛି। ଗତ ୧୦ ଧରି ସେ କମ୍ପାନୀ ପାଇଁ କାର୍ଯ୍ୟ କରି ଆସିଛନ୍ତି। ତାଙ୍କ କାର୍ଯ୍ୟଦକ୍ଷତା ପ୍ରତି ମୁଁ କୃତଜ୍ଞ। ଏହା ତାଙ୍କର ନେତୃତ୍ୱ ନେବାର ସମୟ“ ବୋଲି ଡୋରସି ଟୁଇଟ୍‌ କରି ଲେଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅମିତ ଶାହାଙ୍କ ବଡ଼ ବୟାନ: ବିରୋଧୀଙ୍କୁ ବି ମିଳିଛି ଇଲେକ୍ଟୋରାଲ ବଣ୍ଡ…

ନୂଆଦିଲ୍ଲୀ,୨୦।୪: ଇଲେକ୍ଟୋରାଲ ବଣ୍ଡକୁ ନେଇ ଦେଶରେ ଉତ୍ତେଜନା ଦେଖାଦେଇଛି। ବିରୋଧୀ ଏହି ପ୍ରସଙ୍ଗରେ ସରକାରଙ୍କ ଉପରେ କ୍ରମାଗତ ପ୍ରଶ୍ନ ଉଠାଉଛନ୍ତି। ବର୍ତ୍ତମାନ ବିରୋଧୀଙ୍କ ଅଭିଯୋଗକୁ ବିରୋଧ...

‘୪୦୦ ପାର୍‌ ସଙ୍କଳ୍ପ ମୁସ୍କିଲ’, ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଭାଜପାର ବରିଷ୍ଠ ନେତା

ନୂଆଦିଲ୍ଲୀ,୨୦।୪: ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ଚତୁର୍ଥ ପର୍ଯ୍ୟାୟରେ କାନପୁର ଲୋକ ସଭା ଆସନରେ ଭୋଟିଂ ଅନୁଷ୍ଠିତ ହେବ, କିନ୍ତୁ...

ଅତି ଜରୁରୀ ନ ଥିଲେ ଯାତ୍ରା କରନ୍ତୁ ନାହିଁ

ଆବୁଧାବି,୨୦।୪: ସଂଯୁକ୍ତ ଆରବ ଏମିରେଟ୍‌ସ(ୟୁଏଇ)ରେ ଭୟଙ୍କର ବନ୍ୟା ମଧ୍ୟରେ ଫସିରହିଥିବା ଭାରତୀୟଙ୍କ ପାଇଁ ନୂଆ ଆଡ୍‌ଭାଇଜରି ଜାରି ହୋଇଛି। ଦୁବାଇରେ ଥିବା ଭାରତୀୟ ଦୂତାବାସ ପକ୍ଷରୁ...

ଇନ୍‌ଷ୍ଟାଗ୍ରାମ ରିଲ୍‌ କରିବା କାଳ ହେଲା

ନୂଆଦିଲ୍ଲୀ,୨୦ା୪: ଉତ୍ତରପ୍ରଦେଶର ଏକ ଗ୍ରାମରେ ଜଣେ ୨୧ ବର୍ଷୀୟ ଯୁବକ ଇନ୍‌ଷ୍ଟାଗ୍ରାମ ରିଲ୍‌କୁ ଭାଇରାଲ କରିବାକୁ ଉଦ୍ୟମ କରି ପ୍ରାଣ ହରାଇଛନ୍ତି। ଶିବମ୍‌ କୁମାର ନାମକ...

ଇରାନରେ ଇସ୍ରାଏଲ୍‌ର ଏୟାରଷ୍ଟ୍ରାଇକ୍‌

ଦୁବାଇ,୨୦ା୪: ଇରାନ୍‌ ଉପରେ ଇସ୍ରାଏଲୀ ସେନା ଶୁକ୍ରବାର ମିଶାଇଲ୍‌ ଆକ୍ରମଣ କରିଥିବା ଆମେରିକାର ଜଣେ ବରିଷ୍ଠ ସେନା ଅଧିକାରୀ ସୂଚନା ଦେଇଛନ୍ତି। ଇରାକ୍‌ ଓ ସିରିଆରେ...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

୧୦୨ ଆସନରେ ୬୦% ମତଦାନ

ନୂଆଦିଲ୍ଲୀ,୨୦ା୪(ପି.ଟି.): ୨୧ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ଟି ଆସନରେ ପ୍ରଥମ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଭୋଟିଂ ଶେଷ ସୁଦ୍ଧା...

‘ଦୂରଦର୍ଶନର ଗୈରିକୀକରଣ’

ନୂଆଦିଲ୍ଲୀ,୨୦ା୪: ସରକାରୀ ନ୍ୟୁଜ୍‌ ଚ୍ୟାନେଲ୍‌ ‘ଡିଡି ନ୍ୟୁଜ୍‌’ ଏହାର ନୂଆ ଲୋଗୋ ଉନ୍ମୋଚନ କରିବା ପରେ ଏହାକୁ ନେଇ ସୋସିଆଲ ମିଡିଆରେ ଜୋର୍‌ଦାର ପ୍ରତିକ୍ରିୟା ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri