ବଜ୍ରକାପ୍ତା ବିକ୍ରି ପାଇଁ ଏତିକି ଟଙ୍କାରେ ଛିଡ଼ିଥିଲା ଦାମ୍‌, ହଠାତ୍‌ ପହଞ୍ଚିଗଲା ବନବିଭାଗ, ୨ ଜଣଙ୍କୁ ଧରି…

ନବରଙ୍ଗପୁର,୩୦ା୫(ସଦାଶିବ ପ୍ରହରାଜ): ନବରଙ୍ଗପୁର ଡିଏଫ୍‌ଓ ଉଦୟନ ସୁବୁଦ୍ଧିଙ୍କ ନିର୍ଦ୍ଦେଶ କ୍ରମେ ଏକ ବଜ୍ରକାପ୍ତା ଜବତ କରାଯିବା ସହ ଦୁଇଜଣ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛି ବନ ବିଭାଗ। ଅଭିଯୁକ୍ତ ଦୁଇଜଣ ହେଲେ ଜୟପୁର ସଦର ଥାନା ଅଧିନ ମାଳୀଗୁଡ଼ା ଗାଁର ବିଶ୍ୱନାଥ ମାଳୀ ଓ ଡୁମୁରି ଗୁଡ଼ା ଗାଁର ଗଙ୍ଗାଧର ଗଡ଼ବା। ବଜ୍ରକାପ୍ତା ବିକ୍ରି ପାଇଁ ଯୋଜନା କରାଯାଉଛି ବୋଲି କୌଣସି ସୂତ୍ରରୁ ଖବର ପାଇ ଡିଏଫ୍‌ଓ ସୁବୁଦ୍ଧି ନବରଙ୍ଗପୁର ରେଞ୍ଜର ଗୋପୀନାଥ ସାହୁଙ୍କୁ ଜଣାଇଥିଲେ। ରେଞ୍ଜର ଓ ତାଙ୍କ ଟିମ୍‌ ନବରଙ୍ଗପୁର ବ୍ଲକ ଦଶପୁର ଗ୍ରାମ୍ୟ ଜଙ୍ଗଲ ନିକଟରେ ପହଞ୍ଚିଥିଲେ। ସେଠାରେ ଦୁଇଜଣ ବ୍ୟକ୍ତି ଏକ ବ୍ୟାଗରେ ବଜ୍ରକାପ୍ତା ଧରି ଠିଆ ହୋଇ ଅନ୍ୟମାନଙ୍କ ସହିତ ବିକ୍ରି ପାଇଁ ମୂଲଚାଲ କରୁଥିଲେ। ଏହି ସମୟରେ କିଣିବାକୁ ଆସିଥିବା ବ୍ୟକ୍ତି ଫେରାର ହୋଇଯାଇଥିଲେ। ବନ ବିଭାଗ କର୍ମଚାରୀମାନେ ବଜ୍ରକାପ୍ତା ଜବତ କରିବା ସହ ବିକ୍ରି କରିବାକୁ ଆଣିଥିବା ଦୁଇ ଜଣ ଯୁବକଙ୍କୁ ଧରି ରେଞ୍ଜରଙ୍କ କାର୍ଯ୍ୟାଳୟକୁ ଆଣିଥିଲେ। ପଚରାଉଚରା ବେଳେ ଏହାକୁ ୪ ଲକ୍ଷ ଟଙ୍କାରେ ବିକ୍ରି କରିବା ଯୋଜନା ଥିଲା ବୋଲି ଅଭିଯୁକ୍ତମାନେ କରିଥିଲେ। ଏହି ଘଟଣାରେ ବଜ୍ରକାପ୍ତା, ଦୁଇଟି ମୋଟରସାଇକଲ ଜବତ କରାଯାଇଛି ଓ ଦୁଇଜଣ ଅଭିଯୁକ୍ତକୁ ଗିରଫ ପରେ କୋର୍ଟ ଚାଲାଣ କରାଯାଇଛ। ତଦନ୍ତକାରୀ ଅଧିକାରୀ ଭାବେ ଏସ୍‌ଇ୍‌ଏଫ୍‌ଓ ସୁବାସ ଚନ୍ଦ୍ର ଖୁଣ୍ଟିଆ ରହିଛନ୍ତି। ଘଟଣାର ଅଧିକ ତଦନ୍ତ ଚାଲିଛି। ଫରେଷ୍ଟର ଲକିରାମ ମାଝୀ, ଫରେଷ୍ଟଗାର୍ଡ ଲାଲୁ ବିଶୋଇ, ଭଗବାନ ଭତରା, ସୁଧୀର ପଟ୍ଟନାୟକ, ପୂଜା ସ୍ବାଇଁ, ସ୍ନିଗ୍ଧା ରାଣୀ ବେହେରା, ଗଗନ ନିଆଲ ପ୍ରମୁଖ ଚଢ଼ାଉରେ ସାମିଲ ଥିଲେ। ବଜ୍ରକାପ୍ତାର ସ୍ବାସ୍ଥ୍ୟ ପରୀକ୍ଷା ପରେ ଉପଯୁକ୍ତ ସୁରକ୍ଷିତ ଜଙ୍ଗଲରେ ଛଡ଼ା ଯିବ ବୋଲି ରେଞ୍ଜର ସାହୁ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସେପ୍ଟେମ୍ୱର ୪ରେ କାମ କରିବନି UPI, ଜାଣନ୍ତୁ କେତେ ସମୟ ବନ୍ଦ ରହିବ?

ନୂଆଦିଲ୍‌ଲୀ,୨।୯: ଯଦି ଆପଣ ପ୍ରତିଦିନ SBI ର UPI ମାଧ୍ୟମରେ ପେମେଣ୍ଟ କରୁଛନ୍ତି, ତେବେ ୪ ସେପ୍ଟେମ୍ୱର ରାତିରେ ଟିକେ ସତର୍କ ରହିବାକୁ ପଡ଼ିବ। ବ୍ୟାଙ୍କ ସୂଚନା…

ମୁହଁ ଉପରେ ହିଁ ଶୁଣାଇ ଦିଅନ୍ତି ଏହି ୩ ରାଶି; ହେଲେ ପଛରେ ଖେଳନ୍ତି ଭୟଙ୍କର ଗେମ୍‌

‘ମୁହଁରେ ରାମ, କାଖରେ ଛୁରୀ’ ଏହା କୌଣସି ନୂଆ ଢଗ ନୁହେଁ, ଏହାକୁ ଆମେ ସମସ୍ତେ ବହୁବାର ଶୁଣିଥିବା। କିନ୍ତୁ ଜ୍ୟୋତିଷ ଶାସ୍ତ୍ରରେ ଏପରି କିଛି ରାଶି…

କାର୍ଗିଲ୍ ଯୁଦ୍ଧର ଯୋଦ୍ଧା ଏବେ ରାମ ମନ୍ଦିରର CEO! ଜିତେନ୍ଦ୍ର ମିଶ୍ରାଙ୍କ ନାଁରେ ଲାଗିଲା ମୋହର

ନୂଆଦିଲ୍ଲୀ,୨।୯: ରାମ ମନ୍ଦିର ଟ୍ରଷ୍ଟର ପ୍ରଥମ ସିଇଓଙ୍କ ନାମ ଘୋଷଣା କରାଯାଇଛି । ସୂଚନା ଅନୁସାରେ, ଅବସରପ୍ରାପ୍ତ ଏୟାର ମାର୍ଶଲ ଜିତେନ୍ଦ୍ର ମିଶ୍ରାଙ୍କ ନାଁରେ ମୋହର ଲାଗିଛି…

ଦୈନିକ ରାଜ୍ୟ ବାହାରକୁ ଚାଲାଣ ହେଉଛି ଗଞ୍ଜେଇ, ପାଟ୍ରୋଲିଂବେଳେ ୨ ଜଣଙ୍କୁ ଅଟକାଇବାରୁ ମିଳିଲା…

ଭଞ୍ଜନଗର,୨ା୯(ବାବୁଲା ପ୍ରଧାନ): ଗଞ୍ଜେଇ ଚାଲାଣବେଳେ ଭଞ୍ଜନଗର ପୋଲିସ ଦୁଇଜଣଙ୍କୁ ଗିରଫ କରିବା ସହ ୨୪ କେଜି ୭୯୦ ଗ୍ରାମ ଗଞ୍ଜେଇ ଜବତ କରିଛି। ଏଥିସହ ଏକ ମୋଟରସାଇକେଲ…

ଜନ୍ମାଷ୍ଟମୀରେ ୪ଟି ବଡ଼ ରାଜଯୋଗ: ଚମକିବ ୫ ରାଶିର ଭାଗ୍ୟ, ପ୍ରଚୁର ଧନଲାଭକୁ ମିଳିବ ବଡ଼ ସଫଳତା

ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବର ପର୍ୱ ‘ଜନ୍ମାଷ୍ଟମୀ’ ସେପ୍ଟେମ୍ୱର ୪ ତାରିଖରେ ପାଳିତ ହେବ। ଧାର୍ମିକ ଦୃଷ୍ଟିକୋଣରୁ ଜନ୍ମାଷ୍ଟମୀ ଦିନଟି ବେଶ ସ୍ୱତନ୍ତ୍ର ହୋଇଥିବା ବେଳେ ଏଥର ଗ୍ରହମାନଙ୍କ…

ଠେଙ୍ଗାରେ ପିଟିପିଟି ବୃଦ୍ଧ ବାପାଙ୍କୁ ହତ୍ୟା: ପୁଅ-ବୋହୂ ଗିରଫ

କୁଆଁରମୁଣ୍ଡା,୨ା୯(ମହେନ୍ଦ୍ର କୁମାର ସାହୁ): ଠେଙ୍ଗାରେ ପିଟି ନିଜର ଜନ୍ମ କଲା ବୃଦ୍ଧ ବାପାଙ୍କୁ ହତ୍ୟା କରାଯାଇଛି। ଏଭଳି ହତ୍ୟାକାଣ୍ଡ କରିଛନ୍ତି ପୁଅ ଓ ବୋହୂ। ଏହି ଘଟଣା…

MKCG ପ୍ରଥମ ବର୍ଷ ଡାକ୍ତରୀ ଛାତ୍ର ନିଖୋଜ, ରେଲ୍‌ୱେ ଷ୍ଟେଶନରୁ ମିଳିଲା ମୋବାଇଲ

ବ୍ରହ୍ମପୁର,୨।୯(ସୁବାସ ଚନ୍ଦ୍ର ପାଢ଼ୀ) : ମହାରାଜା କୃଷ୍ଣଚନ୍ଦ୍ର ଗଜପତି (ଏମକେସିଜି) ଭେଷଜ ମହାବିଦ୍ୟାଳୟର ଜଣେ ଛାତ୍ର ନିଖୋଜ ନେଇ ବୈଦ୍ୟନାଥପୁର ଥାନାରେ ଅଭିଯୋଗ ହୋଇଛି। ସୂଚନା କ୍ରମେ…

ନେପାଳ ବନ୍ୟା ପରେ ଭାରତର ସହାୟତାକୁ ପ୍ରଶଂସା, ପ୍ରଧାନମନ୍ତ୍ରୀ କହିଲେ…

କାଠମାଣ୍ଡୁ,୨ା୯: ନେପାଳରେ ଭୟଙ୍କର ବନ୍ୟା ପରେ ଭାରତ ପକ୍ଷରୁ ମିଳୁଥିବା ଲଗାତାର ସହାୟତାକୁ ନେଇ ଭାରତ ଓ ଚାଇନାକୁ ଧନ୍ୟବାଦ ଜଣାଇଛନ୍ତି ନେପାଳ ପ୍ରଧାନମନ୍ତ୍ରୀ ବାଲେନ ଶାହା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri