୩୫ ଲକ୍ଷ ଟଙ୍କାରେ ବଜ୍ରକାପ୍ତା ବିକ୍ରି ପାଇଁ ହୋଇଥିଲା ଡିଲ୍‌: ମାଡ଼ିବସିଲା ବନ ବିଭାଗ

ଟିଟିଲାଗଡ଼,୨୩।୧୨(ଶରତ ମିଶ୍ର): ବଲାଙ୍ଗୀର ଜିଲା ଟିଟିଲାଗଡ଼ ବନାଞ୍ଚଳ ଅଧୀନ ବର୍ଣ୍ଣେଇ ରିଜର୍ଭ ଜଙ୍ଗଲରୁ ଏକ ବଜ୍ରକାପ୍ତା ଧରି ବିକ୍ରି କରୁଥିବା ବେଳେ ବନ ବିଭାଗ ହାତରେ ଧରାପଡିଛନ୍ତି ଏକ ଗ୍ୟାଙ୍ଗ।

ବଜ୍ରକାପ୍ତା ଚୋରା ଚାଲାଣ ହେଉଥିବା ନେଇ ଟିଟିଲାଗଡ଼ ବନାଞ୍ଚଳ ଅଧିକାରୀ ସଚ୍ଚିଦାନନ୍ଦ ସୁବୁଦ୍ଧି କୌଣସି ସତ୍ରରୁ ଖବର ପାଇଥିଲେ। ଏନେଇ ସଇଁତଳା ପୋଲିସ ସହାୟତାରେ ବନ ବିଭାଗ ଟିମ୍‌ ଚଢ଼ାଉ କରି ବଜ୍ରକାପ୍ତାକୁ ଉଦ୍ଧାର କରିଛି। ଘଟଣାରେ ସମ୍ପୃକ୍ତ ୫ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି।

ମିଳିଥିବା ସୂଚନା ମୁତାବକ, ସଇଁତଳା ଥାନା ଅନ୍ତର୍ଗତ ବେଲଗାଁ ପଞ୍ଚାୟତ ମାଲପଡ଼ା ଗ୍ରାମର ବାପ-ପୁଅ ଦେବରାଜ ଭୋଇ ଏବଂ ପିଲୁ ଜଙ୍ଗଲରୁ ଏକ ବଜ୍ରକାପ୍ତା ଧରି ଘରେ ଲୁଚାଇ ବିକ୍ରି ପାଇଁ ଯୋଜନା କରିଥିଲେ l ଏନେଇ ମଧ୍ୟସ୍ଥ ବେଲପଡା ଥାନା ଅନ୍ତର୍ଗତ ଭୂତେଶ୍ୱର ବାରିକ, କଣ୍ଟାବାଞ୍ଜି ଥାନା ଅଞ୍ଚଳର ବିଘ୍ନେଶ୍ୱର ମହାନନ୍ଦ, ଖଡିଆଳ ଥାନା ବାଙ୍କପୁର ଗ୍ରାମର ରୋହିତ ବେହେରାଙ୍କ ଜରିଆରେ ଛତିଶଗଡ଼ ଅଞ୍ଚଳରେ ବଜ୍ରକାପ୍ତାକୁ ୩୫ଲକ୍ଷ ଟଙ୍କାରେ ବିକ୍ରି ପାଇଁ ଡିଲ୍‌ ଫିକ୍ସ ହୋଇଥିଲା।

ଖବର ପାଇ ଟିଟିଲାଗଡ଼ ବନାଞ୍ଚଳ ଅଧିକାରୀ ସୁବୁଦ୍ଧି, ବନପାଳ ରଞ୍ଜିତ ସିଂଦେଓ, ବେଲଗାଁ ଫାଣ୍ଡି ଅଧିକାରୀ ଜୀବର୍ଦ୍ଧନ ମେହେର ଅଭିଯୁକ୍ତଙ୍କ ଘରେ ଚଢ଼ାଉ କରି ବଜ୍ରକାପ୍ତାକୁ ଜବତ କରିଥିଲେ। ଅନ୍ୟପକ୍ଷେ ଆହତ ବଜ୍ରକାପ୍ତାର ଚିକିତ୍ସା ପାଇଁ ବଲାଙ୍ଗୀର ପଠାଯାଇଛି l ଏନେଇ ବନ ବିଭାଗ ପକ୍ଷରୁ ୨ ଅଭିଯୁକ୍ତ, ୩ ମଧ୍ୟସ୍ଥଙ୍କ ସମେତ ମୋଟ ୫ ଜଣଙ୍କୁ ବନ୍ୟପ୍ରାଣୀ ସୁରକ୍ଷା ଆଇନରେ ଗିରଫ କରାଯାଇ ସଇଁତଳା କୋର୍ଟ ଚାଲାଣ କରାଯାଇଛି l


Enter your email to get our daily news in your inbox.

All Right Reserved By Dharitri.Com

ଯଖପୁରା ଷ୍ଟେଶନ ନିକଟରେ ଚେନ୍ନାଇ ସେଣ୍ଟ୍ରାଲ୍ ଏକ୍ସପ୍ରେସ୍ ଲାଇନଚ୍ୟୁତ, ମୃତାହତ…

ଯାଜପୁର,୫।୨: ଯାଜପୁର ରୋଡ୍ ଷ୍ଟେଶନ ନିକଟରେ ଚେନ୍ନାଇ ସେଣ୍ଟ୍ରାଲ୍ ଏକ୍ସପ୍ରେସ୍ ଲାଇନଚ୍ୟୁତ । ଯଖପୁରା ଷ୍ଟେଶନ ନିକଟରେ ଟ୍ରାକରୁ ଖସିଛି ୩ଟି ବଗି । ଆରମ୍ଭରୁ ଦୁଇଟି…

ଜଙ୍ଗଲ କିସମ ଜମି ଧାନ ଫସଲ ଜବତ ଘଟଣା: ନିଲାମ ବିରୋଧରେ ହାଇକୋର୍ଟଙ୍କ ରୋକ

ମହାକାଳପଡ଼ା,୫ା୨ (ପ୍ରତାପ ଚନ୍ଦ୍ର ସ୍ବାଇଁ)::କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟଛେଲା ମୌଜା ୨୪ ଏକର ଗ୍ରାମ୍ୟ ଜଙ୍ଗଲ ଜମିରେ ସ୍ଥାନୀୟ ଅଞ୍ଚଳର ୨୦ରୁ ଅଧିକ ଚାଷୀ ଭାଗ…

ମିଳିନି ୪ମାସର ଭତ୍ତା, ଜିଲାପାଳଙ୍କୁ ଭେଟିଲେ ବୃଦ୍ଧାବୃଦ୍ଧ

ନୟାଗଡ଼,୫।୨(ଲୋକନାଥ ମିଶ୍ର): ୪ମାସ ଧରି ଭତ୍ତା ନ ପାଇବାରୁ ନୟାଗଡ଼ ବ୍ଲକ ବାଲୁଗଁା ଓ ଲାଠିପଡା ଗ୍ରାମର ବୃଦ୍ଧାବୃଦ୍ଧ ବୁଧବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କରିଥିଲେ।…

ରାଜସ୍ବ ବିଭାଗର ବଡ଼ ନିଷ୍ପତ୍ତି, ଏଣିକି ଓଡ଼ିଆ ନାମ ଅନୁସାରେ ଲେଖାଯିବ ଜିଲାର ଇଂରାଜୀ ନାମ

ଭୁବନେଶ୍ବର,୫।୨: ରାଜ୍ୟର ୭ଟି ଜିଲାର ଇଂରାଜୀ ନାଁ ସଂଶୋଧନ କରିବେ ରାଜ୍ୟ ସରକାର । ଏନେଇ ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଧିବଦ୍ଧ ବିଜ୍ଞପ୍ତି ।…

୬.୬.୬.୬.୬.୬.୬…ମାତ୍ର ୨୦ ବଲ୍‌ରେ ଚମତ୍କାର କଲେ ଇଶାନ

ନୂଆଦିଲ୍ଲୀ,୫।୨: ଆଇସିସି ଟି-୨୦ ବିଶ୍ୱକପ ୨୦୨୬ ପାଇଁ ଟିମ ଇଣ୍ଡିଆ ପ୍ରସ୍ତୁତି ଆରମ୍ଭ କରିଦେଇଛି। ଗତ ୪ ଫେବୃଆରୀ ରାତିରେ ଟି-୨୦ ବିଶ୍ୱକପ ଅଭ୍ୟାସ ମ୍ୟାଚରେ ଟିମ…

ଉଠିଲାଣି ୫୬ ଲକ୍ଷ, ପଡ଼ିରହିଛି ୭ ଲକ୍ଷ କୁଇଣ୍ଟାଲ

ଭବାନୀପାଟଣା,୫ା୨ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାରେ ଚଳିତ ଖରିଫ ଧାନ କିଣା ଆରମ୍ଭରୁ ଅବ୍ୟବସ୍ଥା ଲାଗିରହିଛି। ଧାନ କିଣାକୁ ୨ ମାସରୁ ଊଦ୍ଧର୍‌ବ ସମୟ ବିତିଯାଇଥିଲେ ମଧ୍ୟ…

ଛାତିଥରା…ଦୁଇ ଗାଁରେ 162 ଜଣଙ୍କୁ ହତ୍ୟା

ନୂଆଦିଲ୍ଲୀ,୫।୨: ପଶ୍ଚିମ ନାଇଜେରିଆର ଦୁଇଟି ଗାଁରେ ଆକ୍ରମଣ କରି ସଶସ୍ତ୍ର ଆତଙ୍କବାଦୀମାନେ ଅତି କମରେ ୧୬୨ ଜଣଙ୍କୁ ନିର୍ମମ ଭାବରେ ହତ୍ୟା କରିଛନ୍ତି। ବୁଧବାର ଦିନ ଜଣେ…

ଘର ଭାଙ୍ଗି ଧାନ, ଚାଉଳ ଖାଇଲେ ହାତୀପଲ

ନୂଆପଡ଼ା,୫ା୨ (ମକାରୁ ବେମାଲ):ନୂଆପଡ଼ା ଜିଲା ସୁନାବେଡା ଅଭୟାରଣ୍ୟ ଭିତରେ ବସବାସ କରୁଥିବା ଏକ ଗଁାର ୧୦ରୁ ଊର୍ଦ୍ଧ୍ୱ ଘରକୁ ହାତୀ ଭାଙ୍ଗିଥିବା ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri