ଇଣ୍ଡିଆନ ପାନୋରାମା ୨୦୨୩ରେ ସାତଭାୟାର କାହାଣୀ: ଅଣ-ଫିଚର ବର୍ଗରେ ଓଡିଆ ଫିଲ୍ମ ‘ଦ ସି ଆଣ୍ଡ ସେଭେନ ଭିଲେଜ’ ଚୟନ…

ନୂଆଦିଲ୍ଲୀ/ଭୁବନେଶ୍ୱର,୨୩।୧୦: ଇଣ୍ଡିଆନ ପାନୋରାମା ୨୦୨୩, ୫୪ତମ ଭାରତୀୟ ଅନ୍ତର୍ଜାତୀୟ ଫିଲ୍ମ ଫେଷ୍ଟିଭାଲ(ଆଇଏଫଏଫଆଇ) ପାଇଁ ଅଣ-ଫିଚର ବର୍ଗରେ ଓଡିଆ ଫିଲ୍ମ ‘ଦ ସି ଆଣ୍ଡ ସେଭେନ ଭିଲେଜ’କୁ ଚୟନ କରାଯାଇଛି। ଏହି ଓଡିଆ ଡକ୍ୟୁମେଣ୍ଟାରୀ ବିଶିଷ୍ଟ ନିର୍ଦ୍ଦେଶକ ହିମାଂଶୁ ଶେଖର ଖଟୁଆଙ୍କ ଦ୍ୱାରା ନିର୍ଦ୍ଦେଶିତ।

ଏହି ଡକ୍ୟୁମେଣ୍ଟାରୀ ଚଳଚ୍ଚିତ୍ର ହିମାଂଶୁଙ୍କ ଦ୍ୱାରା କରାଯାଇଥିବା ଏକ ସମ୍ପୂର୍ଣ୍ଣ ଗବେଷଣା କାର୍ଯ୍ୟର ଫଳାଫଳ। ଜଳବାୟୁ ପରିବର୍ତ୍ତନ ଏବଂ ଓଡ଼ିଶାର କେନ୍ଦ୍ରାପଡ଼ା ଜିଲାର ରାଜନଗର ତହସିଲ ଅନ୍ତର୍ଗତ ସାତଭାୟା ଉପରେ ଏହାର ପ୍ରଭାବ ବିଷୟରେ ନିର୍ଦ୍ଦେଶକ ତଥ୍ୟ ସମ୍ବଳିତ ଫିଲ୍ମାଙ୍କନ କରିଛନ୍ତି।

ଡକ୍ୟୁମେଣ୍ଟାରୀରେ ସାତଭାୟା ଗାଁର ବାସିନ୍ଦାଙ୍କ ଜୀବନ ଏବଂ ସଂଘର୍ଷ ଚିତ୍ରିତ ହୋଇଛି। ଏହାର ପ୍ରଡ୍ୟୁସର ଇତି ସାମନ୍ତ ଥିବାବେଳେ କାଦମ୍ବିନୀ ମିଡିଆ ବ୍ୟାନରରେ ଅଚ୍ୟୁତା ସାମନ୍ତଙ୍କ ଦ୍ୱାରା ଏହା ଉପସ୍ଥାପିତ ହୋଇଛି ।

ଏହା ପୂର୍ବରୁ କେରଳରେ ଅନୁଷ୍ଠିତ ହୋଇଥିବା ୧୫ତମ ଅନ୍ତର୍ଜାତୀୟ ଡକ୍ୟୁମେଣ୍ଟାରୀ ଏବଂ କ୍ଷୁଦ୍ର ଫିଲ୍ମ ଊତ୍ସବ(ଆଇଡିଏସଏଫଏଫକେ)ରେ ପ୍ରଦର୍ଶିତ ହୋଇଥିଲା।

ଉଲ୍ଲେଖଯୋଗ୍ୟ, ସାତଭାୟ ଏକଦା ସାତୋଟି ଗାଁର ଏକ ମିଳିତ ଅଞ୍ଚଳ ଥିଲା। ଜଳବାୟୁ ପରିବର୍ତ୍ତନ ଯୋଗୁ ପ୍ରଭାବିତ ହୋଇଥିବା ଏହି ଅଞ୍ଚଳର ପାଞ୍ଚଟି ଗାଁ ସମୟ ସହିତ ଧୋଇ ହୋଇ ଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ପେଟ୍ରୋଲ-ଡିଜେଲ ଦର କମିବା ଆଶା! ୫ ଦିନର ଦ୍ରୁତ ବୃଦ୍ଧି ପରେ ଖସିଲା…

ନୂଆଦିଲ୍ଲୀ,୧୩।୮: ଅନ୍ତର୍ଜାତୀୟ ବଜାରରେ କଚା ତେଲ (Crude Oil) ଦରରେ ଗତ ୫ ଦିନ ଧରି ଚାଲିଆସୁଥିବା ବୃଦ୍ଧିରେ ଶେଷରେ ବ୍ରେକ ଲାଗିଛି। ୧୩ ଅଗଷ୍ଟ ୨୦୨୬ରେ…

କେସିଙ୍ଗା ଶିକ୍ଷା ବ୍ୟବସ୍ଥାକୁ ନେଇ ଅପପ୍ରଚାର: ଦୃଢ଼ କାର୍ଯ୍ୟାନୁଷ୍ଠାନ ଚେତାବନୀ

କେସିଙ୍ଗା, ୧୩।୮( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କେତେକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଥିବାବେଳେ, ଅନ୍ୟ କେତେକ ସ୍କୁଲରେ ଅଧିକ ଶିକ୍ଷକ ରହିଛନ୍ତି। ଏହି…

‘ଏଠାରେ ଏସବୁ ନାଟକ ଚଳିବନି’, ଅଭିଜିତ ଦୀପକେଙ୍କୁ ପାର୍କରୁ ତଡ଼ିଦେଲେ ଲୋକେ, ଜାଣନ୍ତୁ ପୂରା ଘଟଣା

ନୂଆଦିଲ୍ଲୀ,୧୩।୮: ଜନ୍ତର-ମନ୍ତର ସିଜନ-୨ର ପ୍ରସ୍ତୁତି ପାଇଁ ଦିଲ୍ଲୀରେ ବୈଠକ କରିବାକୁ ସ୍ଥାନ ଖୋଜୁଥିବା ଅଭିଜିତ ଦୀପକେ ଏବଂ ତାଙ୍କ ଟିମ୍‌କୁ ଏକ ରେସିଡେଣ୍ଟ ସୋସାଇଟିର ପାର୍କକୁ ଯିବା…

ଗାଁ ମୁହାଁ ୪ ଟିକିଆ ହାତୀ: ଭୟରେ କୋତାଗୁଡା ଗ୍ରାମବାସୀ

ଗୁଣପୁର,୧୩।୮(ସୁଜାତା ପାଢ଼ୀ):ରାୟଗଡା ଗୁଣପୁର ବ୍ଲକ ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର କୋତାଗୁଡା ଗାଁ ନିକଟରେ ଗୁରୁବାର ସକାଳେ ୪ ଟିକିଆ ହାତୀଙ୍କୁ ଦେଖିବାକୁ ମିଳିଛି l କାଦୁଆ ରାସ୍ତା…

ରାସ୍ତାର ସ୍ଥିତି ଶୋଚନୀୟ: ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ

ନନ୍ଦପୁର, ୧୩/୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ପରଜା ବଡପଡ଼ା ପଞ୍ଚାୟତର ଶ୍ରିଗାମପୁଟ ଗାଁକୁ ସଂଯୋଗ ରାସ୍ତାର ଶୋଚନୀୟ ସ୍ଥିତି ଗୁରୁବାର ସକାଳୁ ଜନନୀଯନ୍ତ୍ରଣାର କାରଣ…

କଟକରେ ଲଜ୍ଜା: କଥା ହେବା ବାହାନାରେ ନାବାଳିକାଙ୍କୁ ହୋଟେଲକୁ ଡାକି ନେଇ ଗଣବଳାତ୍କାର କଲେ ସହପାଠୀ

କଟକ, ୧୩।୮(ପ୍ରଭୁ କଲ୍ୟାଣ ପାଲ୍‌): କଟକରେ ଲଜ୍ଜା। ନାବାଳିକାଙ୍କୁ ହୋଟେଲକୁ ନେଇ ଗଣବଳାତ୍କାର ଅଭିଯୋଗ। ବାଦାମବାଡ଼ି ଥାନା ଅଂଚଳରେ ଘଟିଛି ଏହି ସଙ୍ଗୀନ ଘଟଣା। ଜଣେ ନାବାଳିକାଙ୍କୁ…

ରାଶନ ନେଉଥିବା ଲୋକଙ୍କ ପାଇଁ ଜରୁରୀ ଖବର: ଏଣିକି ଖାତାକୁ ଆସିବ ଟଙ୍କା, ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୧୩।୮: ଚଣ୍ଡୀଗଡ଼ ଏବଂ ଦାଦ୍ରା ଓ ନଗର ହାବେଳି ଏବେ ଏପରି ଦୁଇଟି କେନ୍ଦ୍ରଶାସିତ ପ୍ରଦେଶ ହୋଇଛି, ଯେଉଁଠାରେ ୧୪ ଅଗଷ୍ଟ ୨୦୨୬ରୁ ସରକାର ଡିଜିଟାଲ ରୁପି…

ଏଗ୍ରିଷ୍ଟାକ୍‌ ଆଇଡିି ଉଚ୍ଛେଦ ଦାବି ତେଜିଲା: ଏକାଠି ହେଲେ ପାକ୍ସ ସଭାପତି ସଂଘ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ):ଧାନବିକ୍ରି ପଞ୍ଜୀକରଣ ପ୍ରକିୟାକୁ ଦିନକୁ ଦିନ ଅଧିକ ଜଟିଳ କରି ଦିଆଯାଉଥିବା ଅଭିଯୋଗ ହୋଇଛି। ଚଳିତବର୍ଷ ଧାନବିକ୍ରି ପଞ୍ଜୀକରଣରେ ଏଗ୍ରିଷ୍ଟାକ୍‌ ଆଇଡ଼ି, ଭାଗଚାଷୀ କ୍ଷେତ୍ର୍ରରେ ଇ-କେୱାଇସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri