ସାଉଥାମ୍ପଟନ, ୫।୬(ପି.ଟି.)-
ସମ୍ପ୍ରତି ୟୁନାଇଟେଡ କିଙ୍ଗ୍ଡମ୍ ଟୁର୍ରେ ଥିବା ଭାରତୀୟ କ୍ରିକେଟ ଦଳର ୩ ଦିନିଆ କଠିନ କ୍ୱାରାଣ୍ଟାଇନ୍ ଆରମ୍ଭ ହୋଇଛି। ଏହି ସମୟ ମଧ୍ୟରେ ଖେଳାଳିମାନଙ୍କୁ ପରସ୍ପର ସହ ମିଶିବାକୁ ବାରଣ କରାଯାଇଛି। ୩ ଦିନିଆ କ୍ୱାରାଣ୍ଟାଇନ୍ ପରେ ଖେଳାଳିଙ୍କୁ ଏଜେସ ବାଓଲରେ ଟ୍ରେନିଂ ପାଇଁ ଅନୁମତି ମିଳିବ ବୋଲି ତାରକା ସ୍ପିନର ଅକ୍ଷର ପଟେଲ ପ୍ରକାଶ କରିଛନ୍ତି। ଭାରତ-ନ୍ୟୁଜିଲାଣ୍ଡ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ ଫାଇନାଲ ଚଳିତ ମାସ ୧୮ ତାରିଖରୁ ଏଠାରେ ଆରମ୍ଭ ହେବ। ବୁଧବାର ଏଠାରେ ପହଞ୍ଚତ୍ଥିବା ଭାରତୀୟ ଦଳ ପାଇଁ ଅଭ୍ୟାସ କରିବାକୁ ଖୁବ୍ କମ୍ ସମୟ ଅଛି। ଅନ୍ୟପକ୍ଷରେ ନ୍ୟୁଜିଲାଣ୍ଡ ଘରୋଇ ଇଂଲଣ୍ଡ ବିପକ୍ଷରେ ୨ ମ୍ୟାଚ ବିଶିଷ୍ଟ ଟେଷ୍ଟ ଖେଳିବା ଆରମ୍ଭ କରି ଏହାର ପ୍ରସ୍ତୁତିକୁ ଚୂଡ଼ାନ୍ତ ରୂପ ଦେଉଛି।
ୟୁକେ ଆସିବା ପୂର୍ବରୁ ଭାରତୀୟ ଦଳ ମୁମ୍ବାଇରେ ୧୪ ଦିନିଆ କ୍ୱାରାଣ୍ଟାଇନ୍ରେ ରହିଥିଲା। ଏଠାରେ ପହଞ୍ଚତ୍ବା ପରେ ସଂକ୍ଷିପ୍ତ ତଥା କଠିନ କ୍ୱାରାଣ୍ଟାଇନ୍ ଆରମ୍ଭ ହୋଇଛି। ”୩ ଦିନ କ୍ୱାରାଣ୍ଟାଇନ ମଧ୍ୟରେ ଆମକୁ କେହି କାହାରି ସହିତ ନ ମିଶିବାକୁ ପରାମର୍ଶ ଦିଆ ଯାଇଛି। ତେଣୁ ଶୋଇ ବିଶ୍ରାମ ନେବୁ“ ବୋଲି ବିସିସିଆଇ ପକ୍ଷରୁ ପୋଷ୍ଟ କରାଯାଇଥିବା ଭାରତୀୟ ଦଳର ଭ୍ରମଣ ସମୟର ଏକ ଭିଡିଓରେ ଅକ୍ଷର କହିଛନ୍ତି। ଗୋଟିଏ ଚାର୍ଟାର୍ଡ ବିମାନରେ ଉଭୟ ଭାରତୀୟ ମହିଳା ଓ ପୁରୁଷ ଦଳ ଇଂଲଣ୍ଡ ଯାତ୍ରା କରିଥିଲେ। ଲଣ୍ଡନରେ ପହଞ୍ଚତ୍ବା ପରେ ଭାରତୀୟ ଦଳ ୨ ଘଣ୍ଟା ବସ୍ ଯାତ୍ରା କରି ସାଉଥାମ୍ପଟନରେ ପହଞ୍ଚତ୍ଥିଲା। ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ ଫାଇନାଲ ପରେ ଇଂଲଣ୍ଡ ବିପକ୍ଷରେ ଭାରତ ୫ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବ। ଅନ୍ୟପକ୍ଷରେ ଭାରତୀୟ ଦଳ ଗୋଟିଏ ଟେଷ୍ଟ, ୩ଟି ଦିନିକିଆ ଓ ସମାନ ସଂଖ୍ୟକ ଟି୨୦ ଅନ୍ତର୍ଜାତୀୟ ମ୍ୟାଚ ଖେଳିବ। ଚଳିତମାସ ୧୬ ତାରିଖରୁ ମହିଳା ଦଳର ଅଭିଯାନ ଆରମ୍ଭ ହେବ।
ଦମ୍ଦାର ଜବାବ ଦେଲେ ବୈଭବ ସୂର୍ଯ୍ୟବଂଶୀ: କିଛି କହିବା ପୂର୍ବରୁ ୧୦୦୦ ଥର ଭାବିବେ କ୍ରିକେଟ ପଣ୍ଡିତ!
ନୂଆଦିଲ୍ଲୀ, ୩୧।୮: ଦୁଲୀପ ଟ୍ରଫି ଡେବ୍ୟୁ ମ୍ୟାଚରେ ବୈଭବ ସୂର୍ଯ୍ୟବଂଶୀ ମାତ୍ର ୮ ରନ କରି ଆଉଟ ହେବା ପରେ ତାଙ୍କ ରେଡ ବଲ ଟେମ୍ପରାମେଣ୍ଟକୁ ନେଇ…
ଅନ୍ତର୍ଜାତୀୟ ଫୁଟବଲ୍ରୁ ଅବସର ଘୋଷଣା କଲେ ଲିଓନେଲ ମେସି: କହିଲେ- ଏହି କାରଣ ପାଇଁ…
ନୂଆଦିଲ୍ଲୀ, ୩୧।୮: ଫୁଟବଲ ଜଗତର ପ୍ରଶଂସକଙ୍କ ପାଇଁ ଆସିଛି ବଡ଼ ଖବର। ଆର୍ଜେଣ୍ଟିନାର ମହାନ ଫୁଟବଲର୍ ଲିଓନେଲ ମେସି ଅନ୍ତର୍ଜାତୀୟ ଫୁଟବଲ୍ରୁ ଅବସର ଘୋଷଣା କରିଛନ୍ତି। ଏଣିକି…
ବୈଭବଙ୍କ ବୋଲିଂ ଆକ୍ସନ ଦେଖି ଯୁବରାଜଙ୍କ ମଜାଦାର କମେଣ୍ଟ, କହିଲେ ଏମିତି…ପଡିଗଲା ଚହଳ
ନୂଆଦିଲ୍ଲୀ, ୩୧।୮: ଭାରତୀୟ କ୍ରିକେଟର ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ ଏବେ ୨୦୨୬ ଦୁଲୀପ ଟ୍ରଫିରେ ନିଜ ପ୍ରତିଭାର ଝଲକ ଦେଖାଉଛନ୍ତି। ମାତ୍ର ୧୫ ବର୍ଷ ବୟସର…
ସଚିନ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିବାକୁ ଯାଉଥିଲେ ବୈଭବ, ହେଲେ…
ନୂଆଦିଲ୍ଲୀ,୩୧।୮: ଦୁଲୀପ ଟ୍ରଫି ସେମିଫାଇନାଲରେ ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ନିଜ ବ୍ୟାଟିଂରେ ପୁଣିଥରେ ଚର୍ଚ୍ଚା ସୃଷ୍ଟି କରିଛନ୍ତି। ଇଷ୍ଟ ଜୋନ ପକ୍ଷରୁ ସେଣ୍ଟ୍ରାଲ ଜୋନ ବିପକ୍ଷରେ…
ଧୋନୀ ମାଗୁଛନ୍ତି ୨୫% ଅଂଶଧନ! ଏମିତି ଜବାବ ଦେଲା CSK
ନୂଆଦିଲ୍ଲୀ,୩୧।୮: ଏମଏସ ଧୋନୀ ଏବଂ ଚେନ୍ନାଇ ସୁପର କିଙ୍ଗ୍ସ ମଧ୍ୟରେ ଥିବା ସମ୍ପର୍କକୁ ଆଇପିଏଲର ସବୁଠାରୁ ସ୍ବତନ୍ତ୍ର ସମ୍ପର୍କ ମଧ୍ୟରୁ ଗୋଟିଏ ବୋଲି ବିବେଚନା କରାଯାଏ। ଧୋନୀଙ୍କ…
ବୈଭବଙ୍କ ବଡ଼ କାରନାମା: ନାଁରେ କଲେ ଏମିତି ରେକର୍ଡ ଯାହା ଇତିହାସରେ କେହି କରିନଥିଲେ!
ନୂଆଦିଲ୍ଲୀ, ୩୧।୮: ମାତ୍ର ୧୫ ବର୍ଷ ବୟସରେ ଭାରତୀୟ କ୍ରିକେଟରେ ଲଗାତାର ରେକର୍ଡ କରି ଚାଲିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏବେ ଦୁଲୀପ ଟ୍ରଫି ୨୦୨୬ର ସେମିଫାଇନାଲରେ ଆଉ…
୫ ବର୍ଷ ପରେ ଟିମ୍ଇଣ୍ଡିଆକୁ ଫେରିପାରନ୍ତି ଏହି ୩୫ ବର୍ଷୀୟ ବୋଲର୍: ଜାଣିଲେ ହେବେ ଆଶ୍ଚର୍ଯ୍ୟ
ନୂଆଦିଲ୍ଲୀ,୨୯।୮: ଗତ ପାଞ୍ଚ ବର୍ଷ ଧରି ଭାରତୀୟ ଦଳରୁ ବାହାରେ ଥିବା କୃଣାଲ ପାଣ୍ଡ୍ୟା ପୁଣି ଦଳକୁ ଫେରିପାରନ୍ତି। ଦଳ ପରିଚାଳନା ନିୟମିତ ଭାବରେ ନୂତନ ଖେଳାଳିଙ୍କ…
୧୫ ବର୍ଷରେ ବୈଭବ ସୂର୍ଯ୍ୟବଂଶୀଙ୍କ ୭ଟି ବଡ଼ ରେକର୍ଡ: ଭାଙ୍ଗିବା ପ୍ରାୟ ଅସମ୍ଭବ! ବଡ଼ ବଡ଼ କ୍ରିକେଟର ଫଡିବେ ଫିକା
ନୂଆଦିଲ୍ଲୀ,୩୧।୮: ବୟସ ମାତ୍ର ୧୫ ବର୍ଷ। କିନ୍ତୁ କ୍ରିକେଟ ମଇଦାନରେ ରେକର୍ଡ ପରେ ରେକର୍ଡ କରି ଚର୍ଚ୍ଚାରେ ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ। ଅତ୍ୟନ୍ତ କମ ବୟସରେ…
Archives

