Posted inଖେଳ

କଳା ବ୍ୟାଣ୍ଡ୍‌ ପିନ୍ଧି ପଡ଼ିଆକୁ ଓହ୍ଲାଇଲେ ଭାରତୀୟ ଖେଳାଳି: ଜାଣନ୍ତୁ କ’ଣ ରହିଛି କାରଣ

ଲକ୍ଷ୍ନୌ,୨୯।୧୦: ଆଜି ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ବିଶ୍ୱକପର ୨୯ତମ ମ୍ୟାଚ୍‌ ଖେଳାଯାଉଛି। ଲକ୍ଷ୍ନୌର ଏକାନା କ୍ରିକେଟ ଷ୍ଟାଡିୟମରେ ଏହି ମ୍ୟାଚ ଖେଳାଯାଉଛି। ଏହି ମ୍ୟାଚରେ ଇଂଲଣ୍ଡ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଏହି ମ୍ୟାଚରେ ଟିମ ଇଣ୍ଡିଆର ସମସ୍ତ ଖେଳାଳି କଳା ବ୍ୟାଣ୍ଡ୍‌ ପିନ୍ଧି ପଡ଼ିଆକୁ ଆସିଛନ୍ତି। ପୂର୍ବତନ କିମ୍ବଦନ୍ତୀ କ୍ରିକେଟର ସ୍ବର୍ଗତ ବିଶ୍ୱ ସିଂ ବେଦିଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ଉଦ୍ଦେଶ୍ୟରେ କଳା ବ୍ୟାଣ୍ଡ୍‌ ପିନ୍ଧିଛନ୍ତି।
ଅକ୍ଟୋବର ୨୩ରେ ପୂର୍ବତନ ଭାରତୀୟ କ୍ରିକେଟରଙ୍କ ଦେହାନ୍ତ ହୋଇଛି। ଏହି ମହାନ ଭାରତୀୟ କ୍ରିକେଟରଙ୍କୁ ମନେ ରଖିବା ଏବଂ ଶ୍ରଦ୍ଧାଞ୍ଜଳି ଦେବା ପାଇଁ ଟିମ ଇଣ୍ଡିଆର ଖେଳାଳିମାନେ ବାହୁରେ କଳା ବ୍ୟାଣ୍ଡ ପିନ୍ଧିଛନ୍ତି। ବିସିସିଆଇ ଏହାର ଟୁଇଟର ହ୍ୟାଣ୍ଡେଲ ମାଧ୍ୟମରେ ମଧ୍ୟ ଏହି ସୂଚନା ଦେଇଛି।
ଏହି ବିଶ୍ୱକପ ଉଭୟ ଭାରତ ଏବଂ ଇଂଲଣ୍ଡ ଦଳ ପାଇଁ ଷଷ୍ଠ ମ୍ୟାଚ। ଭାରତ ଏହାର ସମସ୍ତ ପାଞ୍ଚଟି ମ୍ୟାଚ ଜିତିବା ପରେ ପଡ଼ିଆରେ ପ୍ରବେଶ କରିଥିବାବେଳେ ଏପର୍ଯ୍ୟନ୍ତ କେବଳ ଗୋଟିଏ ମ୍ୟାଚ୍ରେ ଇଂଲଣ୍ଡ ବିଜୟର ସ୍ବାଦ ପାଇବାର ସୁଯୋଗ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣିଗାରେଡି ସନ୍ଦେହରେ ବାପପୁଅଙ୍କୁ ହତ୍ୟା ମାମଲା, ୧୨ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

ପାରଳାଖେମୁଣ୍ଡି,୧୭ା୯(ଗିରିଧାରୀ ପରିଛା): ଗୁଣିଗାରେଡି ସନ୍ଦେହରେ ବାପା-ପୁଅଙ୍କୁ ହତ୍ୟା ମାମଲାରେ ପାରଳାଖେମୁଣ୍ଡି ଏଡିଜେ କୋର୍ଟ ୧୨ ଜଣ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶ ଦେଇଛନ୍ତି । ୨୦୨୧ ମସିହାରେ ଅଡବା…

ହୃଦୟ ବିଦାରକ ଦୃଶ୍ୟ; ଶବ ପାଇଁ ନାହିଁ ଷ୍ଟ୍ରେଚର୍‌! ତଳେ ଘୋଷାଡ଼ି ନେଲେ ମୃତଦେହ

ପାଟନା,୧୭ା୯: ବିହାରର ବକ୍ସରରୁ ମାନବିକତା ଓ ମୃତଦେହର ସମ୍ମାନ ସହ ଜଡ଼ିତ ବ୍ୟବସ୍ଥାକୁ ନେଇ ପ୍ରଶ୍ନ ଉଠାଇଲା ଭଳି ଏକ ଭିଡିଓ ସାମ୍ନାକୁ ଆସିଛି । ସୋସିଆଲ…

୧୪ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ କଲେ ବିଧାୟକ

ଗୁଡ଼ାରି,୧୭ା୯(ପ୍ରମୋଦ କୁମାର ପତି): ଗୁଡ଼ାରି ଏନ୍‌ଏସି କାର୍ଯ୍ୟାଳୟ ପରିସରରେ ୧୪ ଜଣ ହିତାଧିକାରୀଙ୍କୁ ଆବାସ ଯୋଜନାରେ କାର୍ଯ୍ୟାଦେଶ ବଣ୍ଟନ କରିଛନ୍ତି ବିଧାୟକ ସତ୍ୟଜିତ ଗମାଙ୍ଗ। ସହରର ୧୪…

ହତ୍ୟା କରିବା ପରେ ବାଇକ୍‌ ସହ ମୃତଦେହ ଫିଙ୍ଗି ଦେଇଥିଲେ ୧୨ ଅଭିଯୁକ୍ତ, ଆଜି ପୂରା ଘଟଣାର ପର୍ଦ୍ଦାଫାଶ କରି…

ଗୁଣପୁର,୧୭ା୯(ସୁଜାତା ପାଢ଼ୀ/ସଙ୍କେତ ପାତ୍ର): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ପଞ୍ଚାୟତର ନୂଆଲବା ଗ୍ରାମ ନିକଟରେ ଜଣେ ବ୍ୟକ୍ତିଙ୍କ ମୃତଦେହ ମିଳିବା ଘଟଣାକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଥିଲା।…

ଆଉ ୫ ବର୍ଷ ପାଇଁ ଟାଟାର ନେତୃତ୍ୱ ନେବେ ଏନ. ଚନ୍ଦ୍ରଶେଖରନ; ଟାଟା ସନ୍ସ ବୋର୍ଡର ମଞ୍ଜୁରୀ

ନୂଆଦିଲ୍ଲୀ,୧୭।୯: ମୁମ୍ବାଇରେ ଗୁରୁବାର ଟାଟା ଗ୍ରୁପ୍ର ବୋର୍ଡ ବୈଠକ ଅନୁଷ୍ଠିତ ହୋଇଥିଲା, ଯେଉଁଥିରେ ଗ୍ରୁପର ଅଧ୍ୟକ୍ଷ ପଦ ସମ୍ବନ୍ଧୀୟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଥିଲା: ଏନ. ଚନ୍ଦ୍ରଶେଖରନ…

ପାକିସ୍ତାନ କ୍ରିକେଟରେ ହଇଚଇ: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ମହମ୍ମଦ ରିଜୱାନ

ଇସଲାମାବାଦ,୧୭।୯: ସମ୍ପ୍ରତି ଶେଷ ହୋଇଥିବା ପାକିସ୍ତାନ-ଇଂଲଣ୍ଡ ଟେଷ୍ଟ ସିରିଜ ବିବାଦ ଘେରରେ ରହିଥିଲା। ଦ୍ୱିତୀୟ ଟେଷ୍ଟ ମ୍ୟାଚ ପରେ, ମହମ୍ମଦ ରିଜୱାନ, ଇମାମ-ଉଲ-ହକ ଏବଂ ସଲମାନ ଆଘାଙ୍କ…

ଦିଗପହଣ୍ଡିରେ ଆଶ୍ଚର୍ଯ୍ୟଜନକ ଘଟଣା; ସ୍ୱପ୍ନାଦେଶ ପରେ ମାଟିତଳୁ ମିଳିଲା ମା’ କାଳୀଙ୍କ ମୂର୍ତ୍ତି, ଗାଁ ଲୋକଙ୍କ ପୂଜାର୍ଚ୍ଚନା

ଦିଗପହଣ୍ଡି,୧୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଦେଖିବାକୁ ମିଳିଛି । ବି.ଯୁଧିଷ୍ଠିର ରେଡ୍ଡୀଙ୍କ ଘର…

ଛତ୍ରପୁର ସହରରେ କୁକୁର-ମାଙ୍କଡ଼ଙ୍କ ଉପଦ୍ରବ, ନିୟନ୍ତ୍ରଣ ପାଇଁ ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରି…

ଛତ୍ରପୁର,୧୭ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଜିଲାର ସଦରମହକୁମା ଛତ୍ରପୁର ସହରରେ ବୁଲା କୁକୁର ଓ ମାଙ୍କଡ଼ଙ୍କ ଉପଦ୍ରବ ଦିନକୁ ଦିନ ବଢ଼ୁଥିବା ନେଇ ସାଧାରଣରେ ଉଦ୍‌ବେଗ ପ୍ରକାଶ ପାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?