Posted inଖେଳ

ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଅନୁଭୂତି ବାଣ୍ଟିଲେ ଭାରତୀୟ ଖେଳାଳି: ପିଚ୍‌ ମାଟି ଖାଇବାର ରହସ୍ୟ କହିଲେ ହିଟ୍‌ମ୍ୟାନ

ନୂଆଦିଲ୍ଲୀ,୫ା୭: ଟି୨୦ କ୍ରିକେଟ ବିଶ୍ୱକପ୍‌ ବିଜେତା ଭାରତୀୟ ଦଳ ଗୁରୁବାର ପହଞ୍ଚିବା ପରେ ମୁମ୍ବାଇରେ ବିଜୟ ପରେଡ୍‌ ହୋଇଥିଲା। ପରେ ଓ୍ବାଙ୍ଖଡେ ଷ୍ଟାଡିୟମରେ ରୋହିତ ଶର୍ମାଙ୍କ ଦଳକୁ ୧୨୫ କୋଟି ଟଙ୍କାର ଚେକ୍‌ ଦିଆଯାଇ ସମ୍ବର୍ଦ୍ଧିତ କରା ଯାଇଥିଲା। ମୁମ୍ବାଇରେ ପହଞ୍ଚିବା ପୂର୍ବରୁ ଟିମ ଇଣ୍ଡିଆ ବାର୍ବଡସରୁ ସିଧା ଦିଲ୍ଲୀରେ ଅବତରଣ କରିଥିଲା। ସେଠାରେ ଟିମର ସଦସ୍ୟମାନେ ନିଜ ପରିବାର ଲୋକଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ କରିଥିଲେ।

ବିଶ୍ୱ ବିଜେତା ଦଳର ସଦସ୍ୟମାନଙ୍କ ପାଇଁ ମୋଦି ବ୍ରେକଫାଷ୍ଟର ଆୟୋଜନ କରିଥିଲେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦି ସବୁ ଖେଳାଳି ଓ ମୁଖ୍ୟ କୋଚ ରାହୁଲ ଡ୍ରାଭିଡଙ୍କ ସହ କିଛି ସମୟ କଥାବାର୍ତ୍ତା ହୋଇଥିଲେ। ଟିମ ଇଣ୍ଡିଆ ଅଧିନାୟକ ରୋହିତ ଶର୍ମାଙ୍କୁ ପ୍ରଧାନମନ୍ତ୍ରୀ ମୋଦି ମାଟିର ସ୍ବାଦ ସମ୍ପର୍କରେ ପ୍ରଶ୍ନ କରିଥିଲେ। ମାଟିର ସ୍ବାଦ କେମିତି ବୋଲି ମୋଦି ତାଙ୍କୁ ପଚାରିଥିଲେ।

ବାର୍ବଡସରେ ଭାରତ ୧୭ ବର୍ଷ ପରେ ଟି-୨୦ ବିଶ୍ୱକପ ଜିତିଥିଲା। ସେହିପରି ଦଳ ୧୧ ବର୍ଷପରେ କୌଣସି ଆଇସିସି ଟ୍ରଫି ଜିତିବାକୁ ସକ୍ଷମ ହୋଇଥିଲା। ତେଣୁ ଏହି ଐତିହାସିକ ବିଜୟକୁ ସ୍ମରଣୀୟ କରିବାକୁ ପିଚ୍‌ ମାଟି ଆଣି ଖାଇ ଥିବା ଅଧିନାୟକ ରୋହିତ କହିଥିଲେ। ଏହି ଭିଡିଓ ବେଶ ଭାଇରାଲ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯୁବପିଢ଼ିଙ୍କୁ ନେଇ ବିସ୍ଫୋରକ ମନ୍ତବ୍ୟ ଦେଲେ RSS ମୁଖ୍ୟ: ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୭: ଦିଲ୍ଲୀର ଆମ୍ବେଦକର ଭବନରେ ବିଶ୍ୱମଙ୍ଗଳ୍ୟ ସଭା ଦ୍ୱାରା ଆୟୋଜିତ ‘ଯୁଗାନୁକୂଳ ମାତୃତ୍ୱ’ କାର୍ଯ୍ୟକ୍ରମରେ ଭାଷଣ ଦେଇ ସଂଘ ମୁଖ୍ୟ ମୋହନ ଭାଗବତ ଯୁବପିଢ଼ି ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ…

କେସିଙ୍ଗା ଅଞ୍ଚଳରେ ବୃଦ୍ଧି ପାଉଛି ମଦ ବ୍ୟବସାୟ: ଯୁବପିଢି ନିଶାରେ ଆଶକ୍ତ

କେସିଙ୍ଗା,୨୫।୭:(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପରଲସିଙ୍ଗା, କାଣ୍ଡେଲ, ବୋରିଆ, ନୁନ ମାଠ, ତୁର୍ଳାଖମାନ, ତୁଣ୍ଡଳା, ବେଲଖଣ୍ଡି, ଗୋକୁଳେଶ୍ୱର, ଅଧମୁଣ୍ଡା, ଆଦି ଗ୍ରାମପଞ୍ଚାୟତ ଅଞ୍ଚଳରେ ଦେଶୀ,…

ରାମେଶ୍ୱର ଦର୍ଶନ ସାରି ଫେରୁଥିବା ବେଳେ ଦୁର୍ଘଟଣା, ସୁନାମଧନ୍ୟ ନୃତ୍ୟଶିଳ୍ପୀଙ୍କ ସମେତ ୨ ମୃତ

ଗୁଣପୁର,୨୫।୭(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ଶେଫାଳୀ ପାହାଡ଼ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ଏଥିରେ ଦୁଇଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ମୃତକଙ୍କ…

ବଙ୍ଗୋପସାଗରରେ ପୁଣି ଲଘୁଚାପ: ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୫।୭: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ପୁଣି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ପଶ୍ଚିମବଙ୍ଗ- ଓଡ଼ିଶା ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଥିବା ଜଣାପଡ଼ିଛି। ଏହା ପ୍ରଭାବରେ…

ନୂଆ ଡିଜିପିଙ୍କୁ ନେଇ ଅଙ୍କକଷା: ଚର୍ଚ୍ଚାରେ ୩, ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୨୫ା୭(ତ୍ରିନାଥ ମହାନ୍ତି):୧୯୯୦ ବ୍ୟାଚ୍‌ ଆଇପିଏସ୍‌ ଅଧିକାରୀ ପୋଲିସ ଡିଜି ଓ୍ବାଇ.ବି. ଖୁରାନିଆ ଅଗଷ୍ଟ ୧୬ରେ ଅବସର ଗ୍ରହଣ କରିବେ। ତାଙ୍କ କାର୍ଯ୍ୟକାଳ ସରି ଆସୁଥିବାବେଳେ ରାଜ୍ୟର କିଏ…

ନିଶା କାରବାରରେ ପୋଲିସର ହାତ: ମୁହଁ ଖୋଲିଲେ ଇନ୍‌ଫର୍ମର

ବରଗଡ଼,୨୫।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ନିଶା କାରବାର ଥମିବା ନାଁ ନେଉନାହିଁ। ତେବେ କିଛି ପୋଲିସ କର୍ମଚାରୀ ନିଶା ବେପାରୀଙ୍କ ସହିତ ସମ୍ପର୍କ ରଖିଥିବା ଯୋଗୁ ଏଭଳି କାରବାରକୁ…

ରେକର୍ଡ କଲା PM ମୋଦିଙ୍କ ଭିଡିଓ, ୨୪ ଘଣ୍ଟାରେ ସବୁଠୁ ଅଧିକ…

ନୂଆଦିଲ୍ଲୀ,୨୫।୭: CJP ବିକ୍ଷୋଭକାରୀ ଏବଂ ସରକାରଙ୍କ ମଧ୍ୟରେ ଶନିବାର ଆଉ ଏକ ବୈଠକ ହେବାର କାର୍ଯ୍ୟକ୍ରମ ରହିଛି। ଏହି ବୈଠକ ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ଦାବି ଉପରେ କେନ୍ଦ୍ରିତ…

ସରକାରଙ୍କ ଉପରେ ବଢୁଛି ଚାପ: ଏବେ କ’ଣ କରିବେ ମୋଦି

ନୂଆଦିଲ୍ଲୀ,୨୫ା୭(ପି.ଟି./ଏଜେନ୍ସି): କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ସିଜେପି ପକ୍ଷରୁ ଚାଲିଥିବା ଆନ୍ଦୋଳନ ସରକାରଙ୍କ ଉପରେ ବଡ଼ ଚାପ ସୃଷ୍ଟି କରିଛି। ଶୁକ୍ରବାର ସରକାର ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri