Posted inଜାତୀୟ

ଚାଇନା ହ୍ୟାକରଙ୍କ ଟାର୍ଗେଟରେ ଭାରତୀୟ ପାଓ୍ବାର ଗ୍ରୀଡ୍‌…

ନୂଆଦିଲ୍ଲୀ, ୭।୪ : ଭାରତୀୟ ପାଓ୍ବାର ଗ୍ରୀଡ୍‌କୁ ଚାଇନା ହ୍ୟାକର ଟାର୍ଗେଟ କରିଛନ୍ତି। ଏସମ୍ପର୍କରେ ଏକ ରିପୋର୍ଟ ପ୍ରକାଶିତ ହୋଇଛି। ଦେଶର ୭ଟି ପାଓ୍ବାର ଗ୍ରୀଡ୍‌ ଉପରେ ଚାଇନା ହ୍ୟାକରମାନେ ତୀକ୍ଷ୍‌ଣ ନଜର ରଖିଛନ୍ତି। ଏସବୁ ଗ୍ରୀଡ୍‌ ଗୁଡ଼ିକ ଭାରତ ଚାଇନା ସୀମାର ବିବାଦୀୟ ଅଞ୍ଚଳରେ ଲଦାଖଠାରେ ରହିଛି ବୋଲି ଘରୋଇ ଇଣ୍ଟେଲଜେନ୍ସ ଫାର୍ମ ରେକର୍ଡେଡ୍‌ ଫ୍ୟୁଚର ପକ୍ଷରୁ କୁହାଯାଇଛି।

ଟିଏଜି-୩୮ ନାମକ ଏହି ହ୍ୟାକିଂ ଗ୍ରୁପ ଶ୍ୟାଡପ୍ୟାଡ ନାମକ ଏକ ପ୍ରକାର ଭାଇରସ୍‌ ସଫ୍ଟୱେର୍‌ ବ୍ୟବହାର କରିଛି। ଏହା ପୂର୍ବରୁ ଚାଇନାର ପିପୁଲ୍ସ ଲିବରେଶନ ଆର୍ମି ଏବଂ ସୁରକ୍ଷା ମନ୍ତ୍ରଣାଳୟ ସହିତ ଜଡିତ ଥିଲା । ତେବେ ହ୍ୟାକରମାନଙ୍କୁ ଚିହ୍ନଟ କରାଯାଇ ପାରି ନାହିଁ।

ରେକର୍ଡେଡ୍‌ ଫ୍ୟୁଚରର ବରିଷ୍ଠ ପରିଚାଳକ ଜୋନାଥନ କଣ୍ଡ୍ରା କହିଛନ୍ତି ଯେ ସାଇବର ଆକ୍ରମଣକାରୀମାନେ ଅନୁପ୍ରବେଶ କରିବା ପାଇଁ ବ୍ୟବହାର କରୁଥିବା ପଦ୍ଧତି, ଉପକରଣ ଏବଂ କ୍ୟାମେରା ବିଶେଷ ଧରଣର। ଡାଟାବେସ୍‌ରେ ଅନୁପ୍ରବେଶ କରିବା ପାଇଁ ବ୍ୟବହୃତ ଉପକରଣଗୁଡ଼ିକ ଦକ୍ଷିଣ କୋରିଆ ଏବଂ ତାଇୱାନରେ ବିକଶିତ ହୋଇଥିବା ସେ କହିଛନ୍ତି।

ଚାଇନା ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଏନେଇ କୌଣସି ଉତ୍ତର ଦେଇ ନାହିଁ। ସାଇବର ହ୍ୟାକିଂ କାର୍ଯ୍ୟକଳାପରେ ଚାଇନାର ସମ୍ପୃକ୍ତି ନଥିବା ଚାଇନା ବାରମ୍ବାର ଅସୱୀକାର କରୁଛି। ଚାଇନାର ଏଭଳି ମତାମତ ନେଇ ଭାରତୀୟ କର୍ତ୍ତୃପକ୍ଷ ମଧ୍ୟ କୌଣସି ପ୍ରତିକ୍ରିୟା ଦେଇନାହାଁନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଏହି ଆସନରୁ ନିର୍ବାଚନ ଲଢିବେ ଅଖିଳେଶ,ଗୁରୁବାର ପ୍ରାର୍ଥିପତ୍ର ଦାଖଲ

ଲକ୍ଷ୍ନୌ,୨୪।୪: ଏସପି ସୁପ୍ରିମୋ ଅଖିଲେଶ ଯାଦବ କନ୍ନୌଜ ଲୋକ ସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ଗୁରୁବାର ମଧ୍ୟାହ୍ନ ୧୨ଟାରେ ନାମାଙ୍କନପତ୍ର ଦାଖଲ କରାଯିବ। ଏହାପୂର୍ବରୁ ଏସପି...

ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ

ମୁମ୍ବାଇ,୨୨ା୪: ମଙ୍ଗଳବାର ଅପରାହ୍ନରେ ମହାରାଷ୍ଟ୍ରର ୟବତମାଲରେ ଏକ ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ ହୋଇପଡିଛନ୍ତି। ଗଡକରୀ ଭାଜପାର ନାଗପୁର ପ୍ରାର୍ଥୀ ଭାବରେ...

ରେଳ ବିଭାଗର ବଡ଼ ଘୋଷଣା, ଏବେ ଆପଣଙ୍କୁ ମିଳିବ କନଫର୍ମ ଟିକେଟ୍‌

ନୂଆଦିଲ୍ଲୀ,୨୪।୪: ରେଳ ବିଭାଗର ବଡ଼ ଘୋଷଣା। ଟ୍ରେନ ଯାତ୍ରୀଙ୍କ ପାଇଁ ଆସିଲା ଖୁସି ଖବର । ଆଉ ଟ୍ରେନରେ ୱେଟିଂ କି ଆରଏସି ଟିକେଟ ଝାମେଲା...

ଭିଣୋଇ ଆସିଲେ ଘରର କାଗଜ ପତ୍ର ଲୁଚାଇ ଦେବେ, ରବର୍ଟ ଭଦ୍ରାଙ୍କୁ ଟାର୍ଗେଟ କଲେ ସ୍ମୃତି ଇରାନୀ

ନୂଆଦିଲ୍ଲୀ,୨୪।୪: ବୁଧବାର ଉତ୍ତର ପ୍ରଦେଶର ଆମେଠୀରେ ଏକ ନିର୍ବାଚନ କାର୍ଯ୍ୟକ୍ରମକୁ ସମ୍ବୋଧିତ କରୁଥିବା ବେଳେ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ ଗାନ୍ଧୀ ପରିବାରକୁ ଟାର୍ଗେଟ କରିଛନ୍ତି।...

ସନ୍ଦେହ ଆଧାରରେ ନିଷ୍ପତ୍ତି ଦିଆଯିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୪ା୪: ନିର୍ବାଚନ ଆୟୋଗଙ୍କ ସ୍ପଷ୍ଟୀକରଣ ପରେ ସୁପ୍ରିମକୋର୍ଟ ବୁଧବାର ଇଭିଏମ୍‌ ଭିଭିପାଟ ମାମଲାରେ ନିଜର ନିଷ୍ପତ୍ତି ସଂରକ୍ଷଣ କରିଛନ୍ତି ଏବଂ ସନ୍ଦେହ ଆଧାରରେ ଏହି ନିଷ୍ପତ୍ତି...

ବ୍ୟାନ ହେଲା ଭାରତୀୟ ମସଲା ଏମଡିଏଚ-ଏଭରେଷ୍ଟ

ନୂଆଦିଲ୍ଲୀ,୨୪।୪: ଭାରତର ବଡ଼ ମସଲା କମ୍ପାନୀକୁ ନେଇ ଆସିଲା ବଡ଼ ଖବର। ଘରେ ଘରେ ବ୍ୟବହାର ହେଉଥିବା ଏହି ମସଲା ଘାତକ ସାବ୍ୟସ୍ତ ହୋଇପାରେ। କାରଣ...

ଓବିସିରେ ସାମିଲ ହେଲେ ମୁସଲମାନ

ବେଙ୍ଗାଲୁରୁ,୨୪।୪: ସଂରକ୍ଷଣର ସୁବିଧା ଯୋଗାଇବା ପାଇଁ କର୍ନାଟକ ସରକାର ମୁସଲମାନମାନଙ୍କୁ ପଛୁଆ ଶ୍ରେଣୀ (ଓବିସି) ରେ ଅନ୍ତର୍ଭୁକ୍ତ କରିଛନ୍ତି। ଜାତୀୟ ପଛୁଆ ଆୟୋଗ ଏକ ପ୍ରେସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri