Posted inଖେଳ

ସିଏସ୍‌କେ-ଆର୍‌ଆର୍‌ ମ୍ୟାଚ୍‌ ବାତିଲ

ନୂଆଦିଲ୍ଲୀ,୪।୫: ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ)ରେ ଚେନ୍ନାଇ ସୁପର କିଙ୍ଗ୍ସ ଏବଂ (ସିଏସକେ) ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ବୁଧବାର ଖେଳାଯିବାକୁ ଥିବା ମ୍ୟାଚ ବାତିଲ ହୋଇଛି। ଚେନ୍ନାଇ ବୋଲିଂ କୋଚ ଏଲ ବାଲାଜୀ କୋଭିଡ ପଜିଟିଭ ବୋଲି ଜଣାପଡିବା ପରେ ମ୍ୟାଚକୁ ବାତିଲ କରାଯାଇଛି। ବୋର୍ଡର ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିସର୍‌ (ଏସଓପି) ଅନୁଯାୟୀ, ଯଦି କୌଣସି ବ୍ୟକ୍ତି ସଂକ୍ରମିତ ବ୍ୟକ୍ତିଙ୍କ ସଂସ୍ପର୍ଶରେ ଆସନ୍ତି, ତେବେ ତାଙ୍କୁ ୬ ଦିନ ଅଲଗା ହେବାକୁ ପଡ଼ିବ ଏବଂ ଏହି ସମୟ ମଧ୍ୟରେ ତାଙ୍କ ଆରଟିପିସିଆର ତିନିଟି ରିପୋର୍ଟ ନେଗେଟିଭ୍‌ ହେବା ଉଚିତ୍‌।
ଦଳର ସମସ୍ତ ଖେଳାଳି ଆଇସୋଲେଟରେ ଅଛନ୍ତି। କ୍ରିକେଟ ବୋର୍ଡ ଅଫ ଇଣ୍ଡିଆ (ବିସିସିଆଇ) ର ଜଣେ ଅଧିକାରୀ କହିଛନ୍ତି ଯେ ବୁଧବାର ଅରୁଣ ଜେଟଲୀ ଷ୍ଟାଡିୟମରେ ସିଏସକେ ଏବଂ ରୟାଲ୍ସ ମଧ୍ୟରେ ମ୍ୟାଚ ବାତିଲ ହୋଇଛି। ଏସଓପି ନିୟମ ଅନୁଯାୟୀ ପରବର୍ତ୍ତୀ ସମୟରେ ଏହି ମ୍ୟାଚ୍‌ ଅନୁଷ୍ଠିତ ହେବ। ବାଲାଜୀ ସମସ୍ତ ଖେଳାଳିଙ୍କ ସଂସ୍ପର୍ଶରେ ଆସିଥିଲେ ଏବଂ ସେଥିପାଇଁ ସମସ୍ତଙ୍କୁ ଆଇସୋଲେଟରେ ରହିବାକୁ ପଡିବ। ଦ୍ୱିତୀୟ ଥର ପାଇଁ ମ୍ୟାଚ ବାତିଲ କରାଯାଇଥିଲା। ଏହି ଦୁଇଟି ମ୍ୟାଚ୍‌ର କାର୍ଯ୍ୟସୂଚୀ ପୁନଃନିର୍ଦ୍ଧାରିତ ହେବ। ଏହାପୂର୍ବରୁ ସୋମବାର ଦିନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ କୋଲକାତା ନାଇଟ ରାଇଡର୍ସ ମ୍ୟାଚ୍‌ ବାତିଲ ହୋଇଥିଲା। କୋଲକାତା ନାଇଟ ରାଇଡର୍ସର ଖେଳାଳି ବରୁଣ ଚକ୍ରବର୍ତ୍ତୀ ଏବଂ ସନ୍ଦୀପ ୱାରିୟର କରୋନା ଆକ୍ରାନ୍ତ ହେବା ପରେ ମ୍ୟାଚ୍‌ ସ୍ଥଗିତ ରଖାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର ତହସିଲ୍ ଅଫିସ ପରିସରେ ଜଳିଗଲା ବୁଲେଟ୍, କେମିତି ଲାଗିଲା ନିଆଁ?

ବଲାଙ୍ଗୀର,୧୩।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଅଭାବନୀୟ ଘଟଣା । ଜଣେ ଓକିଲ ତାଙ୍କ ବୁଲେଟ୍ ରଖି ରେକର୍ଡ ରୁମକୁ ଯାଇଥିବା ବେଳେ ହଠାତ୍…

ମହିଳାଙ୍କୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଅପେକ୍ଷାର ଅନ୍ତ ହେବାକୁ…

ନୂଆଦିଲ୍ଲୀ,୧୩।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀରେ ନାରୀ ଶକ୍ତି ବନ୍ଦନ ସମ୍ମିଳନୀକୁ ସମ୍ବୋଧିତ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଦେଶର ବିକାଶ ଯାତ୍ରାର ଏହି ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ…

ଅପମାନିତ ପରେ ମନ ବୁଝିଲାନି, ପୁଣି ଥରେ ଆମେରିକା-ଇରାନ ମଧ୍ୟରେ ଆଲୋଚନା ପାଇଁ ପାକିସ୍ତାନ…

ଇସଲାମାବାଦ,୧୩ା୪: ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ଆଲୋଚନା ବିଫଳ ହେବା ପରେ, ପାକିସ୍ତାନ ଦୁଇ ଦେଶକୁ ଆଲୋଚନା ଟେବୁଲକୁ ଫେରାଇ ଆଣିବା ପାଇଁ…

ବନ୍ଧାହେଲେ କୁବେର ଗୁଡାରି ରେଞ୍ଜର

ଗୁଡାରି,୧୩।୪(ପ୍ରମୋଦ କୁମାର ପତି): ଗୁଡାରି ରେଞ୍ଜର ସୁକୁମାର ଦୁଖୁ ରବିବାର ରାତିରେ ଓଡିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି। ଗୁଡାରି ରେଞ୍ଜର ନିଜ ଅଫିସ ଗାଡ଼ି (ବୋଲେରୋ…

ରଙ୍ଗ ରୁଟ୍‌ରେ ପଶିଆସିଲା ହାଇଓ୍ବା: ଧକ୍କାଦେଲା କଲେଜ ବସ୍‌,୧୫ରୁ ଉର୍ଦ୍ଧ୍ୱ ଛାତ୍ର ଗୁରୁତର  

କଳିଙ୍ଗନଗର,୧୩୪(ଶୁଭାଶିଷ ରାଉତ ): ଯାଜପୁର ଜିଲା କୋରେଇ ଥାନା ଅନ୍ତର୍ଗତ ଓଉପଦା ଛକ ନିକଟରେ ଏକ ଘରୋଇ କଲେଜ(ପ୍ରୟାସ)ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ରଙ୍ଗରୁଟରେ ପଶିଆସିଥିବା ଏକ ହାଇୱାକୁ…

ଶାନ୍ତି ଆଲୋଚନା ବାଟବଣା ହେବା ବେଳେ, ଆକ୍ରମଣାତ୍ମକ ମନୋଭାବ ଗ୍ରହଣ କରିଛନ୍ତି ଟ୍ରମ୍ପ

ଓ୍ବାଶିଂଟନ,୧୩।୪: ପାକିସ୍ତାନରେ ଆମେରିକା-ଇରାନ ‘ଶାନ୍ତି ଆଲୋଚନା’ ବିଫଳ ହୋଇଛି। ଇରାନ ଆମେରିକୀୟ ପ୍ରସ୍ତାବକୁ ଗ୍ରହଣ କରିବାକୁ ମନା କରିଛି। ଫଳସ୍ବରୂପ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ…

ଯୁବ ବ୍ୟବସାୟୀଙ୍କୁ ଗାଡ଼ି ଚଢ଼ାଇ ହତ୍ୟା ଉଦ୍ୟମ: ପ୍ରି ପ୍ଲାନ୍‌ରେ ଲୁଚାଯାଇଥିବା ଗାଡ଼ି ଜବତ

ବଲାଙ୍ଗୀର/ସଇଁତଳା,୧୩।୪(ସୁନିଲ ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁତଳା ଜାତୀୟ ରାଜପଥ-୨୬ ନବୀନ ଛକ ନିକଟରେ ଶୁକ୍ରବାର ଅପରାହ୍ନ ସମୟରେ ଏକ ଚାରି ଚକିଆ ଗାଡ଼ି ମଡ଼ାଇ…

ବିଶୋଧିତ ଜଳ ବ୍ୟବହାର କଲେ ମନୁଷ୍ୟ ସମାଜ ସୁସ୍ଥ ରହିବ

ବିଶାଳ ଭୂପୃଷ୍ଠକୁ ସୁବିସ୍ତୃତ ଜଳରାଶି ଚାରିପଟୁ ସଜାଗ ପୋଲିସ ବାହିନୀ ସଦୃଶ ଘେରିରହିଛି। ମହାସାଗର, ସାଗର ଓ ନଦୀଜଳ ଦ୍ୱାରା ଜାଗତିକ ସଭ୍ୟତା ଉନ୍ନତିର ସୋପାନରେ ଆଗେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri