Posted inଖେଳ

ସିଏସ୍‌କେ-ଆର୍‌ଆର୍‌ ମ୍ୟାଚ୍‌ ବାତିଲ

ନୂଆଦିଲ୍ଲୀ,୪।୫: ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ)ରେ ଚେନ୍ନାଇ ସୁପର କିଙ୍ଗ୍ସ ଏବଂ (ସିଏସକେ) ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ବୁଧବାର ଖେଳାଯିବାକୁ ଥିବା ମ୍ୟାଚ ବାତିଲ ହୋଇଛି। ଚେନ୍ନାଇ ବୋଲିଂ କୋଚ ଏଲ ବାଲାଜୀ କୋଭିଡ ପଜିଟିଭ ବୋଲି ଜଣାପଡିବା ପରେ ମ୍ୟାଚକୁ ବାତିଲ କରାଯାଇଛି। ବୋର୍ଡର ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିସର୍‌ (ଏସଓପି) ଅନୁଯାୟୀ, ଯଦି କୌଣସି ବ୍ୟକ୍ତି ସଂକ୍ରମିତ ବ୍ୟକ୍ତିଙ୍କ ସଂସ୍ପର୍ଶରେ ଆସନ୍ତି, ତେବେ ତାଙ୍କୁ ୬ ଦିନ ଅଲଗା ହେବାକୁ ପଡ଼ିବ ଏବଂ ଏହି ସମୟ ମଧ୍ୟରେ ତାଙ୍କ ଆରଟିପିସିଆର ତିନିଟି ରିପୋର୍ଟ ନେଗେଟିଭ୍‌ ହେବା ଉଚିତ୍‌।
ଦଳର ସମସ୍ତ ଖେଳାଳି ଆଇସୋଲେଟରେ ଅଛନ୍ତି। କ୍ରିକେଟ ବୋର୍ଡ ଅଫ ଇଣ୍ଡିଆ (ବିସିସିଆଇ) ର ଜଣେ ଅଧିକାରୀ କହିଛନ୍ତି ଯେ ବୁଧବାର ଅରୁଣ ଜେଟଲୀ ଷ୍ଟାଡିୟମରେ ସିଏସକେ ଏବଂ ରୟାଲ୍ସ ମଧ୍ୟରେ ମ୍ୟାଚ ବାତିଲ ହୋଇଛି। ଏସଓପି ନିୟମ ଅନୁଯାୟୀ ପରବର୍ତ୍ତୀ ସମୟରେ ଏହି ମ୍ୟାଚ୍‌ ଅନୁଷ୍ଠିତ ହେବ। ବାଲାଜୀ ସମସ୍ତ ଖେଳାଳିଙ୍କ ସଂସ୍ପର୍ଶରେ ଆସିଥିଲେ ଏବଂ ସେଥିପାଇଁ ସମସ୍ତଙ୍କୁ ଆଇସୋଲେଟରେ ରହିବାକୁ ପଡିବ। ଦ୍ୱିତୀୟ ଥର ପାଇଁ ମ୍ୟାଚ ବାତିଲ କରାଯାଇଥିଲା। ଏହି ଦୁଇଟି ମ୍ୟାଚ୍‌ର କାର୍ଯ୍ୟସୂଚୀ ପୁନଃନିର୍ଦ୍ଧାରିତ ହେବ। ଏହାପୂର୍ବରୁ ସୋମବାର ଦିନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ କୋଲକାତା ନାଇଟ ରାଇଡର୍ସ ମ୍ୟାଚ୍‌ ବାତିଲ ହୋଇଥିଲା। କୋଲକାତା ନାଇଟ ରାଇଡର୍ସର ଖେଳାଳି ବରୁଣ ଚକ୍ରବର୍ତ୍ତୀ ଏବଂ ସନ୍ଦୀପ ୱାରିୟର କରୋନା ଆକ୍ରାନ୍ତ ହେବା ପରେ ମ୍ୟାଚ୍‌ ସ୍ଥଗିତ ରଖାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?