Posted inଜାତୀୟ

ବଡ଼ ଖବର: ଆଜି ୫ଘଣ୍ଟା ଚାଲିବନି ଟ୍ରେନ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୨।୧୧: ଯାତ୍ରୀଙ୍କ ପାଇଁ ଜରୁରୀ ସୂଚନା। ଭାରତୀୟ ରେଳ ବିଭାଗର ଟିକେଟ ବୁକିଂ ସେବା ଆଜି ୫ ଘଣ୍ଟା ପାଇଁ ବନ୍ଦ ରହିବ । ଏହି କ୍ରମରେ ଟିକେଟ ରିଜରଭେସନ ଓ ଟିକେଟ୍ କ୍ୟାନସଲ ସେବା ବନ୍ଦ ରହିବ। ରେଳ ବିଭାଗର ପେସେଞ୍ଜର ରିଜରଭେସନ ସିଷ୍ଟମ ଆଜି ରାତି ୧୧.୪୫ ରୁ ଆସନ୍ତାକାଲି ଭୋର ୪.୪୫ ପର୍ଯ୍ୟନ୍ତ ବନ୍ଦ ରହିବ। ଏହି ୫ ଘଣ୍ଟାରେ ଦିଲ୍ଲୀର ପେସେଞ୍ଜର ରିଜରଭେସନ ସିଷ୍ଟମର ଅଧିକାଂଶ ସେବା ବନ୍ଦ ରହିବ।

ଏହି ସମୟ ମଧ୍ୟରେ ଆପଣ ରିଜରଭେସନ, କ୍ୟାନସଲ କିମ୍ବା ଇନକ୍ୱାରୀ ସହ ଜଡ଼ିତ ସମସ୍ତ ସେବା ବନ୍ଦ ରହିବ। ରେଳ ବିଭାଗର ସୂଚନା ମୁତାବକ ପୁରୁଣାରୁ ନୂଆ କୋର ସ୍ୱିଚକୁ ବଦଳାଇବା ପାଇଁ ଏହି ସେବା ପ୍ରଭାବିତ ହେବ। ଏଥିପାଇଁ ରେଳ ବିଭାଗ ତରଫରୁ ନନ୍ ପିକ୍ ହାର୍ସ ଚୟନ କରାଯାଇଛି। ଫଳରେ କମ୍ ଯାତ୍ରୀ ଏହାଦ୍ୱାରା ପ୍ରଭାବିତ ହେବେ।

ନଭେମ୍ବର ୨୨ ରାତି ୧୧.୪୫ ରୁ ନଭେମ୍ବର ୨୩ ସକାଳ ୪.୪୫ ପର୍ଯ୍ୟନ୍ତ ଟିକେଟ୍ ବୁକିଂ, କ୍ୟାନସଲ, କରେଣ୍ଟ ରିଜରଭେସନ, ଚାର୍ଟ ମେକିଙ୍ଗ, ଇଣ୍ଟରନେଟ୍ ଟିକେଟ୍ ବୁକିଂ ଭଳି ସେବା ବନ୍ଦ ରହିବ। ପିଆରଏସ୍ ସିଷ୍ଟମର ସହାୟତାରେ ଡାଟାକୁ ଦ୍ରୁତ ଓ ସୁରକ୍ଷିତ ରଖିବାକୁ ଚେଷ୍ଟା କରାଯାଉଛି । ଏହା ମାଧ୍ୟମରେ ଟ୍ରେନର ରିଜର୍ଭ ଓ ନନରିଜର୍ଭ ଟିକେଟ୍ ବୁକିଂ ସହଜ ହୋଇଥାଏ ।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri