Posted inଜାତୀୟ

ଟ୍ରେନ ଦୁର୍ଘଟଣା ଅନୁକମ୍ପା ରାଶି ୧୦ ଗୁଣ ବଢିଲା

ନୂଆଦିଲ୍ଲୀ,୨୧।୯: ଭାରତୀୟ ରେଳ ବୋର୍ଡ ଟ୍ରେନ ଦୁର୍ଘଟଣାରେ ମୃତ୍ୟୁ କିମ୍ବା ଆଘାତରେ ଦିଆଯାଇଥିବା ଅନୁକମ୍ପା ରାଶିକୁ ୧୦ ଗୁଣ ବୃଦ୍ଧି କରିଛି। ଏହି ରାଶି ଶେଷ ଥର ପାଇଁ ୨୦୧୨ ଏବଂ ୨୦୧୩ରେ ସଂଶୋଧିତ ହୋଇଥିଲା। ବୋର୍ଡ କହିଛି ଯେ, ବର୍ତ୍ତମାନ ଟ୍ରେନ ଦୁର୍ଘଟଣା ଏବଂ ଅପ୍ରତ୍ୟାଶିତ ଦୁର୍ଘଟଣା ଘଟଣାରେ ସମ୍ପୃକ୍ତ ମୃତ ତଥା ଆହତ ଯାତ୍ରୀଙ୍କ ପରିବାରକୁ ଦିଆଯିବାକୁ ଥିବା ରାଶି ସଂଶୋଧନ କରିବାକୁ ନିଷ୍ପତ୍ତି ନିଆଯାଇଛି।
ରେଳ ଦୁର୍ଘଟଣାରେ ଏଣିକି ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଦିଆଯିବ। ଦୁର୍ଘଟଣାରେ ଗୁରତରଙ୍କୁ ୨ ଲକ୍ଷ ୫୦ ହଜାର ଓ ସାମାନ୍ୟ ଆହତଙ୍କୁ ୫୦ ହଜାର ଟଙ୍କାର ଅନୁକମ୍ପା ରାଶି ମିଳିବ। ସେହିପରି ଲେବଲ କ୍ରସିଂ ଦୁର୍ଘଟଣାରେ ମୃତାହତଙ୍କ ପାଇଁ ମଧ୍ୟ ସମାନ ଅନୁକମ୍ପା ରାଶି ଘୋଷଣା କରାଯାଇଛି।
ଅପରପକ୍ଷେ ଅପ୍ରତ୍ୟାଶିତ ଦୁର୍ଘଟଣାରେ ମୃତ୍ୟୁ ହେଲେ ଦେଢ଼ ଲକ୍ଷ ଟଙ୍କା, ଅପ୍ରତ୍ୟାଶିତ ଦୁର୍ଘଟଣାରେ ଗୁରୁତରଙ୍କ ପାଇଁ ୫୦ ହଜାର ଓ ସାମାନ୍ୟ ଆହତଙ୍କ ପାଇଁ ୫ ହଜାର ଟଙ୍କାର ଅନୁକମ୍ପା ରାଶି ଦିଆଯିବ। ଟ୍ରେନ ଦୁର୍ଘଟଣାରେ ଗୁରୁତର ହୋଇ ମେଡିକାଲରେ ୩୦ ଦିନରୁ ଅଧିକ ସମୟ ଆଡମିଟ ହେଲେ ଅନୁକମ୍ପା ରାଶି ବି ବୃଦ୍ଧି ପାଇବ ବୋଲି ରେଲବାଇ ପକ୍ଷରୁ ସ୍ପଷ୍ଟ ଭାବେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହାତ ମିଳାଇଲେ ଚାଇନା-ବାଂଲାଦେଶ; ବର୍ଡରରେ ବଢିଲା ଭାରତର ଚିନ୍ତା!

ନୂଆଦିଲ୍‌ଲୀ,୨୩।୬: ଦକ୍ଷିଣ ଏସିଆର ପ୍ରତିରକ୍ଷା ବଜାର (ଡିଫେନ୍ସ ମାର୍କେଟ)ରେ ଏବେ ଜୋରଦାର ହଲଚଲ ଦେଖିବାକୁ ମିଳିଛି। ପାକିସ୍ତାନକୁ ଅନୁସରଣ କରି ଏବେ ବାଂଲାଦେଶ ମଧ୍ୟ ଚାଇନାର ଲଢ଼ୁଆ…

TMCର କମାଣ କାହା ହାତରେ? ମମତା ଖେଳିଲେ ବଡ଼ ଗେମ୍‌! ସମସ୍ତେ କାବା…

ନୂଆଦିଲ୍ଲୀ,୨୩।୬: ତୃଣମୂଳ କଂଗ୍ରେସ (TMC)ରେ ବିଦ୍ରୋହ ପରେ ଏବେ ଦଳ ଉପରେ କାହାର ନିୟନ୍ତ୍ରଣ ରହିବ, ସେ ନେଇ ଲଢ଼େଇ ଆରମ୍ଭ ହୋଇଯାଇଛି। ଟିଏମସିର କମାଣ କାହା…

IPL ଇତିହାସର ସବୁଠାରୁ ବଡ଼ ଡିଲ୍‌: LSGରୁ ଅଲଗା ହେଲେ ରିଷଭ ପନ୍ତ

ନୂଆଦିଲ୍ଲୀ,୨୩।୬: ରିଷଭ ପନ୍ତ ଲକ୍ଷ୍ନୌ ସୁପର ଜାଏଣ୍ଟସରୁ ଅଲଗା ହୋଇ ଦିଲ୍ଲୀ କ୍ୟାପିଟାଲ୍ସକୁ ଫେରିଛନ୍ତି। ପନ୍ତଙ୍କ ନିଜ ପୂର୍ବ ଦଳକୁ ଫେରିବା ଏକ ଟ୍ରେଡ୍‌ ଡିଲ୍‌ ମାଧ୍ୟମରେ…

ରାଘବ ଚଢାଙ୍କୁ କ୍ୟାବିନେଟ ମନ୍ତ୍ରୀ ଅଫର୍‌! ହଠାତ୍‌ ଦିଲ୍ଲୀରୁ ଫେରି…

ନୂଆଦିଲ୍ଲୀ,୨୩।୬: ପଞ୍ଜାବ ଗସ୍ତରେ ଯାଇଥିବା ଭାରତୀୟ ଜନତା ପାର୍ଟି (BJP)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନ ହଠାତ ଦିଲ୍ଲୀ ଫେରି ଆସିଛନ୍ତି। ଚଣ୍ଡୀଗରେ ସେ ପଞ୍ଜାବର ରାଜ୍ୟପାଳ…

ଶେୟାର ମାର୍କେଟ୍‌ କ୍ରାଶ୍‌: ୫ ଲକ୍ଷ କୋଟି ଟଙ୍କା ହରାଇଲେ ନିବେଶକ

ନୂଆଦିଲ୍ଲୀ,୨୩।୬: ଦକ୍ଷିଣ କୋରିଆ ବଜାରରେ ତୀବ୍ର ହ୍ରାସର ପ୍ରଭାବ ଭାରତୀୟ ଷ୍ଟକ ବଜାରରେ ପଡ଼ିଛି। BSE ସେନସେକ୍ସ ପ୍ରାୟ ୬୦୦-୭୦୦ ପଏଣ୍ଟ ହ୍ରାସ ପାଇଛି। NSE ନିଫ୍ଟି …

୧୦୨ କେଜି ଗଞ୍ଜେଇ ସହ ୪ ଜଣଙ୍କୁ ବାନ୍ଧିଲା ପୋଲିସ: ଇନୋଭା ଗାଡିରେ…

ଭଞ୍ଜନଗର,୨୩।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ସୋମବାର ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ୩ ଜଣଙ୍କୁ ଗିରଫ କରିଛି। ଏଥିସହ ସେମାନଙ୍କ ଠାରୁ ୧୦୨ କେଜି ଗଞ୍ଜେଇ,…

ଉଦ୍ୟାନ ପରିସର ସଫା କଲେ ବିଧାୟକ: କହିଲେ, ସ୍ବଚ୍ଛତା ଅଭିଯାନ ନୁହେଁ, ଏକ ସାମାଜିକ ଦାୟିତ୍ୱ

ଛତ୍ରପୁର,୨୩।୬(ଦିଲ୍ଲୀପ ସାମଲ): ‘ଆମ ଗଞ୍ଜାମ, ସ୍ବଚ୍ଛ ଗଞ୍ଜାମ’ ଅଭିଯାନ ଅନ୍ତର୍ଗତ ଆଜି ଛତ୍ରପୁର ପୌରପରିଷଦର ଏକାମ୍ର ନଗରସ୍ଥିତ ଶିଶୁ ଉଦ୍ୟାନରେ ସ୍ବଚ୍ଛତା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ଏହି…

ବିଧାନସଭା ଭିତରେ ଷ୍ଟାଲିନଙ୍କ ନକଲ କଲେ ମୁଖ୍ୟମନ୍ତ୍ରୀ ବିଜୟ, ତାଳିରେ କମ୍ପିଲା ଗୃହ, ଦେଖନ୍ତୁ VIDEO

ଚେନ୍ନାଇ,୨୩।୬: ତାମିଲନାଡୁ ବିଧାନସଭାରେ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ଭାଷଣର ଶେଷ ଭାଗ ମଧ୍ୟ ସେତିକି ଚର୍ଚ୍ଚାରେ ରହିଥିଲା, ଯେତିକି ତାଙ୍କର ସମ୍ପୂର୍ଣ୍ଣ ସମ୍ବୋଧନ ଥିଲା। ଭାଷଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri