Posted inଜାତୀୟ

ଦୀପାବଳି-ଛଟ୍‌ରେ ଚାଲିବ ସ୍ବତନ୍ତ୍ର ୩୨ ଟ୍ରେନ୍‌

ନୂଆଦିଲ୍ଲୀ, ୧୮।୧୦: ପାର୍ବଣ ଋତୁରେ ଟ୍ରେନରେ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ଖୁସି ଖବର। ଯାତ୍ରୀମାନେ ଯାତାୟାତରେ କୌଣସି ଅସୁବିଧାର ସମ୍ମୁଖୀନ ନ ହେବା ପାଇଁ ଭାରତୀୟ ରେଲଓ୍ବେ ମଙ୍ଗଳବାର ୩୨ଟି ସ୍ବତନ୍ତ୍ର ଟ୍ରେନ୍‌ ଚଳାଇବାକୁ ନିଷ୍ପତ୍ତି ନେଇଛି। ତେବେ ପାର୍ବଣ ଋତୁକୁ ଦେଖି ରେଲଓ୍ବେ ଦ୍ୱାରା ସମୁଦାୟ ୨୧୧ଟି ସ୍ବତନ୍ତ୍ର ଟ୍ରେନ୍‌ ଚଳାଚଳ କରୁଛି, ଯାହା ୨୫୬୧ଯାତ୍ରା ଶେଷ କରିବ। ଏହା ପୂର୍ବରୁ ୧୭୯ଟି ସ୍ବତନ୍ତ୍ର ଟ୍ରେନ ଚଳାଚଳ କରୁଛି। ଏହି ଟ୍ରେନ୍‌ଗୁଡିକ ରେଳ ମାର୍ଗରେ ଦେଶର ପ୍ରମୁଖ ଗନ୍ତବ୍ୟସ୍ଥଳକୁ ସଂଯୋଗ କରିବ। ସୂଚନାଯୋଗ୍ୟ, ଆଗାମୀ କିଛି ଦିନରେ ଦୀପାବଳୀ ଓ ଛଟ୍‌ରେ ଦିଲ୍ଲୀରୁ ଲକ୍ଷ ଲକ୍ଷ ଲୋକ ଟ୍ରେନ ଯୋଗେ ଯାତ୍ରା କରିବେ। ଏଭଳି ପରିସ୍ଥିତିରେ ଉତ୍ସବକୁ ଦୃଷ୍ଟିରେ ରଖି ରେଲଓ୍ବେ ପକ୍ଷରୁ ୧୫-୨୦ଲକ୍ଷ ଅତିରିକ୍ତ ସିଟ୍‌ ପାଇଁ ବ୍ୟବସ୍ଥା କରାଯାଇଛି। ଏଥିସହ ଯାତ୍ରୀମାନଙ୍କ ସୁବିଧା ପାଇଁ ସୋମବାରଠାରୁ ରେଳ ଷ୍ଟେସନଗୁଡ଼ିକରେ ଟେଣ୍ଟ ଲଗାଇବା ଆରମ୍ଭ ହୋଇଛି। ଷ୍ଟେସନରେ ଭିଡ଼କୁ ଦୃଷ୍ଟିରେ ରଖି ରେଲଓ୍ବେ ଯାତ୍ରୀମାନଙ୍କ ସୁବିଧା ପାଇଁ ଏହି ଟେଣ୍ଟ ଲଗାଇଛି। ଏତଦ୍‌ବ୍ୟତୀତ ଶୁକ୍ରବାର ପର୍ଯ୍ୟନ୍ତ ଯାତ୍ରୀମାନଙ୍କ ପାଇଁ ସ୍ବତନ୍ତ୍ର କାଉଣ୍ଟର, ଶୌଚାଳୟ, ବସିବା ସ୍ଥାନ ଓ ସୁରକ୍ଷା ପାଇଁ ସମ୍ପୂର୍ଣ୍ଣ ବ୍ୟବସ୍ଥା କରାଯିବ। ଏଥିସହ ଯାତ୍ରୀଙ୍କ ଟିକଟ ସଂଗ୍ରହ ପାଇଁ କାଉଣ୍ଟର ବ୍ୟବସ୍ଥା ମଧ୍ୟ କରାଯାଉଥିବା ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୧ ପଦକ ଜିତିଲେ ଗଞ୍ଜାମର ୩ ଖେଳାଳି, ଛୁଟୁଛି ଶୁଭେଚ୍ଛାର ସୁଅ

ଛତ୍ରପୁର,୩୦।୩ (ଦିଲ୍ଲୀପ ସାମଲ): ରାଜସ୍ଥାନର ଜୟପୁରଠାରେ ଅନୁଷ୍ଠିତ ଦ୍ୱିତୀୟ ଜାତୀୟ ପାରା ଅସିଚାଳନା ପ୍ରତିଯୋଗିତାରେ ଦଶରୁ ଅଧିକ ପଦକ ଜିତିଛନ୍ତି ଗଞ୍ଜାମର ୩ ଖେଳାଳି। ଛତ୍ରପୁର ଗିଲିଟିପେଟା…

ଟ୍ରମ୍ପଙ୍କ ହୃଦୟ ଭାଙ୍ଗିଲେ ନେତାନ୍ୟାହୁ! ଇସ୍ରାଏଲ ଘୋଷଣା କରି କହିଲା….

ନୂଆଦିଲ୍ଲୀ,୩୦ା୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଇସ୍ରାଏଲ ଆମେରିକାକୁ ଏକ ବଡ଼ ଧୋକା ଦେଇଛି। ଇସ୍ରାଏଲ ସ୍ପଷ୍ଟ ଭାବରେ କହିଛି ଯେ ଏହାର ସେନା ଗ୍ରାଉଣ୍ଡ…

ଖରାଦିନେ ଶରୀର ପାଇଁ ଉପକାରୀ ଆଖୁରସ

ଶରୀର ପାଇଁ ବେଶ୍‌ ଉପକାରୀ ହେଉଛି ଆଖୁରସ। ମୁଖ୍ୟତଃ ଖରାଦିନେ ଏହାର ଚାହିଦା ଅଧିକ। ଏଥିରେ ବିଭିନ୍ନ ପ୍ରକାର ଭିଟାମିନ୍‌ ଭରି ରହିଛି। ଆଖୁରସ ପିଇବା ଦ୍ୱାରା…

ହୋମଗାର୍ଡ ପରୀକ୍ଷାରେ ଆସିଲା ଦୁର୍ନୀତି ଅଭିଯୋଗ: ଏସ୍‌ପିଙ୍କୁ ତଦନ୍ତ ପାଇଁ ଦାବିପତ୍ର ପ୍ରଦାନ କଲେ ପ୍ରାର୍ଥୀ

ଛତ୍ରପୁର,୩୦।୩ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ହୋମଗାର୍ଡ ପରୀକ୍ଷାରେ ମହାଦୁର୍ନୀତି ହୋଇଥିବା ନେଇ ଅଭିଯୋଗ ହୋଇଛି। ଗଞ୍ଜାମ ଜିଲାର ବିଭିନ୍ନ ଥାନା ଅଧୀନରେ ଫର୍ମପୂଣର କରି ପରୀକ୍ଷା…

ହେମସାଗର ଭୋଇ ହେଲେ ପଦ୍ମପୁର ନୂତନ ଉପଜିଲାପାଳ

ପଦ୍ମପୁର,୩୦।୩( ପ୍ରଦୀପ୍ତ ଦାଶ ): ପଦ୍ମପୁର ଉପଖଣ୍ଡରେ ନୂତନ ଉପଜିଲାପାଳ ଭାବେ ହେମସାଗର ଭୋଇଙ୍କୁ ନିଯୁକ୍ତି ଦିଆଯାଇଛି। ଏନେଇ ଓଡିଶା ସରକାରଙ୍କ ସାଧାରଣ ପ୍ରଶାସନ ଓ ଅଭିଯୋଗ…

୩୧ରେ ସରିଯିବ ଧାନ ସଂଗ୍ରହ ପ୍ରକ୍ରିୟା, ବିକ୍ରି ଅପେକ୍ଷାରେ ହଜାର ହଜାର ବସ୍ତା ଧାନ

ବରଗଡ଼,୩୦।୩(ପ୍ରେମାନନ୍ଦ ଖମାରୀ): ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିବାକୁ ଆଉମାତ୍ର ୨ଦିନ ବାକି। ଆସନ୍ତା ୩୧ତାରିଖରେ ଏହି ପ୍ରକ୍ରିୟା ଶେଷ ହୋଇଯିବ। ଅନ୍ୟପଟେ ଏବେ ମଧ୍ୟ ବରଗଡ଼…

ହଷ୍ଟେଲରେ ଖାଇବା ପରେ ବିଗିଡ଼ିଲା ଛାତ୍ରୀଙ୍କ ସ୍ବାସ୍ଥ୍ୟ, ହସ୍ପିଟାଲରେ ଭର୍ତ୍ତି ହେଲେ ୧୫

ମୋରଡ଼ା,୩୦।୩(ସ୍ମାରକ ମାଜୀ): କର୍ତ୍ତୃପକ୍ଷଙ୍କ ଅବହେଳା ଯୋଗୁଁ ୧୫ ଜଣ ଛାତ୍ରୀ ଗୁରୁତର ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି । ଏମିତି ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା…

ଫଳପ୍ରଦ ଆଣ୍ଟିବାୟୋଟିକ୍‌ ପଦାର୍ଥର ବିକାଶ

ବ୍ୟାକ୍ଟେରିଓଫେଜ୍‌ ଭାଇରସ୍‌ ବ୍ୟାକ୍ଟେରିଆର ପ୍ରତିରକ୍ଷା ବ୍ୟବସ୍ଥା ଭେଦ କରେ କିପରି। ବ୍ୟାକ୍ଟେରିଓଫେଜ୍‌ ହେଉଛି ବ୍ୟାକ୍ଟେରିଆକୁ ସଂକ୍ରମିତ କରୁଥିବା ଏକ ଭାଇରସ୍‌। ବଞ୍ଚତ୍ବା ପାଇଁ ସେମାନଙ୍କୁ ଏକ ବ୍ୟାକ୍ଟେରିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri