Posted inଜାତୀୟ

ଦୀପାବଳି-ଛଟ୍‌ରେ ଚାଲିବ ସ୍ବତନ୍ତ୍ର ୩୨ ଟ୍ରେନ୍‌

ନୂଆଦିଲ୍ଲୀ, ୧୮।୧୦: ପାର୍ବଣ ଋତୁରେ ଟ୍ରେନରେ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ଖୁସି ଖବର। ଯାତ୍ରୀମାନେ ଯାତାୟାତରେ କୌଣସି ଅସୁବିଧାର ସମ୍ମୁଖୀନ ନ ହେବା ପାଇଁ ଭାରତୀୟ ରେଲଓ୍ବେ ମଙ୍ଗଳବାର ୩୨ଟି ସ୍ବତନ୍ତ୍ର ଟ୍ରେନ୍‌ ଚଳାଇବାକୁ ନିଷ୍ପତ୍ତି ନେଇଛି। ତେବେ ପାର୍ବଣ ଋତୁକୁ ଦେଖି ରେଲଓ୍ବେ ଦ୍ୱାରା ସମୁଦାୟ ୨୧୧ଟି ସ୍ବତନ୍ତ୍ର ଟ୍ରେନ୍‌ ଚଳାଚଳ କରୁଛି, ଯାହା ୨୫୬୧ଯାତ୍ରା ଶେଷ କରିବ। ଏହା ପୂର୍ବରୁ ୧୭୯ଟି ସ୍ବତନ୍ତ୍ର ଟ୍ରେନ ଚଳାଚଳ କରୁଛି। ଏହି ଟ୍ରେନ୍‌ଗୁଡିକ ରେଳ ମାର୍ଗରେ ଦେଶର ପ୍ରମୁଖ ଗନ୍ତବ୍ୟସ୍ଥଳକୁ ସଂଯୋଗ କରିବ। ସୂଚନାଯୋଗ୍ୟ, ଆଗାମୀ କିଛି ଦିନରେ ଦୀପାବଳୀ ଓ ଛଟ୍‌ରେ ଦିଲ୍ଲୀରୁ ଲକ୍ଷ ଲକ୍ଷ ଲୋକ ଟ୍ରେନ ଯୋଗେ ଯାତ୍ରା କରିବେ। ଏଭଳି ପରିସ୍ଥିତିରେ ଉତ୍ସବକୁ ଦୃଷ୍ଟିରେ ରଖି ରେଲଓ୍ବେ ପକ୍ଷରୁ ୧୫-୨୦ଲକ୍ଷ ଅତିରିକ୍ତ ସିଟ୍‌ ପାଇଁ ବ୍ୟବସ୍ଥା କରାଯାଇଛି। ଏଥିସହ ଯାତ୍ରୀମାନଙ୍କ ସୁବିଧା ପାଇଁ ସୋମବାରଠାରୁ ରେଳ ଷ୍ଟେସନଗୁଡ଼ିକରେ ଟେଣ୍ଟ ଲଗାଇବା ଆରମ୍ଭ ହୋଇଛି। ଷ୍ଟେସନରେ ଭିଡ଼କୁ ଦୃଷ୍ଟିରେ ରଖି ରେଲଓ୍ବେ ଯାତ୍ରୀମାନଙ୍କ ସୁବିଧା ପାଇଁ ଏହି ଟେଣ୍ଟ ଲଗାଇଛି। ଏତଦ୍‌ବ୍ୟତୀତ ଶୁକ୍ରବାର ପର୍ଯ୍ୟନ୍ତ ଯାତ୍ରୀମାନଙ୍କ ପାଇଁ ସ୍ବତନ୍ତ୍ର କାଉଣ୍ଟର, ଶୌଚାଳୟ, ବସିବା ସ୍ଥାନ ଓ ସୁରକ୍ଷା ପାଇଁ ସମ୍ପୂର୍ଣ୍ଣ ବ୍ୟବସ୍ଥା କରାଯିବ। ଏଥିସହ ଯାତ୍ରୀଙ୍କ ଟିକଟ ସଂଗ୍ରହ ପାଇଁ କାଉଣ୍ଟର ବ୍ୟବସ୍ଥା ମଧ୍ୟ କରାଯାଉଥିବା ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri