ଦେଶରେ କରୋନା ଟିକାକରଣ ୬୦ କୋଟି ଟପିଲା, ଏବେବି ପ୍ରତିଦିନ ଆବଶ୍ୟକ ୧ କୋଟି ଟିକା

ନୂଆଦିଲ୍ଲୀ,୨୬ ।୮: କରୋନାକୁ ହରାଇବାରେ ଦେଶ ତା’ର ଉଦ୍ୟମ ଜାରି ରଖିଛି । ଦେଶରେ ଦ୍ରୁତ ଗତିରେ ଚାଲୁଥିବା ଟିକାକରଣ ଏବେ ୬୦ କୋଟିରେ ପହଞ୍ଚିଛି । ସବୁଠାରୁ ବଡ କଥା ହେଲା ମାତ୍ର ୧୯ ଦିନରେ ପ୍ରାୟ ୧୦ କୋଟି ଭ୍ୟାକ୍ସିନ ଦିଆ ସରିଛି । ଏହି ସୂଚନା କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡବିୟ ଟୁଇଟ୍ କରି ଜଣାଇଛନ୍ତି । ସେ ଲେଖିଛନ୍ତି ସମସ୍ତଙ୍କ ସ୍ୱାସ୍ଥ୍ୟ, ସମସ୍ତଙ୍କ ସୁରକ୍ଷା ମନ୍ତ୍ର ସହ ଦେଶ କୋଭିଡ ଟିକାକରଣରେ ଆଗେଇ ଚାଲିଛି । ସେ କହିଛନ୍ତି ୧୦ କୋଟି ଟିକା ଲଗାଇବାକୁ ୮୫ ଦିନ , ୨୦ କୋଟି ପାଇଁ ୪୫ ଦିନ, ୩୦ କୋଟି ପାଇଁ ୨୯ ଦିନ, ୪୦ କୋଟି ପାଇଁ ୨୪ ଦିନ, ୫୦ କୋଟି ପାଇଁ ୨୦ ଦିନ ଓ ୬୦ କୋଟି ଟିକାକରଣରେ ପହଞ୍ଚିବାକୁ ୧୯ ଦିନ ସମୟ ଲାଗିଛି । ତେବେ ୨୦୨୧ ଡିସେମ୍ବର ସୁଦ୍ଧା ସମଗ୍ର ଦେଶବାସୀଙ୍କୁ ଟିକା ଦେବା ଲାଗି ପ୍ରତିଦିନ ପ୍ରାୟ ୧ କୋଟି ଟିକାର ଆବଶ୍ୟକତା ରହିଛି ବୋଲି ଜଣାପଡିଛି । ଚଳିତ ବର୍ଷ ଶେଷ ସୁଦ୍ଧା ଦେଶକୁ ପ୍ରାୟ ୧୨୭.୮ କୋଟି ଭ୍ୟାକ୍ସିନ ଡୋଜ୍ ଆବଶ୍ୟକ ପଡିବ । ତାହେଲେ ଯାଇ ୯୩.୯ କୋଟି ଲୋକଙ୍କୁ ଭ୍ୟାକ୍ସିନର ଦୁଇଟି ଯାକ ଡୋଜ୍ ମିଳିଯାଇ ପାରିବ । ଏଥିରେ ଅଧିକ ଜନସଂଖ୍ୟା ବିଶିଷ୍ଟ ରାଜ୍ୟକୁ ଗୁରୁତ୍ୱ ଦେବା ଦରକାର ବୋଲି କୁହାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଜିଓର ଦମଦାର ଅଫର: ୧୪୯୯ ଟଙ୍କାରେ ମିଳିବ ଫୋନ୍‌, ୬ ମାସ ମାଗଣା ରିଚାର୍ଜ

ମୁମ୍ବାଇ,୨।୧୦: ୧୦ମ ବାର୍ଷିକୋତ୍ସବ ଉପଲକ୍ଷେ ଜିଓ ସ୍ବତନ୍ତ୍ର ଅଫର ଘୋଷଣା କରିଛି । ୧୪୯୯ ଟଙ୍କା ମୂଲ୍ୟର ଜିଓଭାରତ ୪ଜି ଫୋନ୍‌ ସହ ୬ ମାସର ମାଗଣା…

ସ୍ମିତ୍‌ ମଚ୍ଛାରଙ୍କ ସାହସର ଖୁବ ପ୍ରଶଂସା କରି ଫୋନରେ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ଫ୍ଲାଏଦୁବାଇ’ (Flydubai) ବିମାନର ପାଇଲଟ କ୍ୟାପଟେନ ସ୍ମିତ୍‌ ମଚ୍ଛାରଙ୍କ ସହ ଫୋନ ଯୋଗେ କଥା ହୋଇଥିଲେ। କ୍ୟାପଟେନ ସ୍ମିତ୍‌ ନିଜର ଅନୁଭୂତି…

ମିଠା ପ୍ୟାକେଟ୍‌ ଖୋଳ ତିଆରି କରୁଛନ୍ତି ବାପା: ଦେଶ ପାଇଁ ସ୍ବର୍ଣ୍ଣ ଆଣିଲେ ଝିଅ

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ମହିଳା ରିକର୍ଭ ତୀରନ୍ଦାଜୀ ଦଳ ଇତିହାସ ରଚିଛି। ଅଙ୍କିତା ଭକତ, କୀର୍ତ୍ତି ଓ କୁମକୁମ ମୋହୋଦଙ୍କୁ ନେଇ ଗଠିତ ଭାରତୀୟ…

ଝାଟିପଦର ଠାକୁରାଣୀ ମନ୍ଦିରରେ ଶେଷ ପର୍ଯ୍ୟାୟରେ ନବରାତ୍ର ପୂଜା ପ୍ରସ୍ତୁତି

ଗଞ୍ଜାମ,୨ା୧୦(ବିଦ୍ୟାଧର ସାହୁ): ଚଳିତ ଆଶ୍ୱିନ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି ଶନିବାରଠାରୁ ଆରମ୍ଭ ହୋଇଛି ମା’ ଠାକୁରାଣୀଙ୍କ ପୀଠରେ ଶାରଦୀୟ ନବ ରାତ୍ର ପୂଜା। ଏହି ପୂଜା…

ଫ୍ଲାଇଦୁବାଇ ଘଟଣାରେ ବଡ଼ ଖୁଲାସା; ସାମ୍ନାକୁ ଆସିଲା ସ୍ମିତଙ୍କ ନୂଆ ଭିଡିଓ, ମୋତେ….

ନୂଆଦିଲ୍ଲୀ,୨।୧୦: ଦୁବାଇରୁ ତେଲ୍‌ ଅଭିଭ୍‌ ଯାଉଥିବା ଫ୍ଲାଇଦୁବାଇ ବିମାନରେ ଘଟିଥିବା କକ୍‌ପିଟ୍‌ ଆକ୍ରମଣ ଘଟଣାକୁ ନେଇ ନୂଆ ଭିଡିଓ ସାମ୍ନାକୁ ଆସିଛି । ଭିଡିଓରେ ବିମାନ ଭିତରେ…

କୁକୁର ମୁହଁରୁ କୃଷ୍ଣସାର ମୃଗଛୁଆକୁ ଉଦ୍ଧାର କରି ଘରେ ରଖିଥିଲେ ବ୍ୟକ୍ତି, ବନ ବିଭାଗ କର୍ମଚାରୀ ପହଞ୍ଚି…

ଦିଗପହଣ୍ଡି,୨।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ବଜ୍ରଗୁମାରୁ ଏକ କୃଷ୍ଣସାର ମୃଗ ଛୁଆକୁ ବନ ବିଭାଗ କର୍ମଚାରୀମାନେ ଉଦ୍ଧାର କରିଛନ୍ତି।…

ଇତିହାସ ରଚିଲେ ସୁନା ଝିଅ ଲଭଲିନା: ଏସିଆନ ଗେମ୍ସରେ କଲେ କମାଲ୍‌

ନୂଆଦିଲ୍ଲୀ,୨।୧୦: ଭାରତୀୟ ବକ୍ସିଂ ପାଇଁ ଆସିଛି ବଡ଼ ଖୁସି ଖବର। ୨୦୨୬ ଏସିଆନ ଗେମ୍ସରେ ମହିଳା ୭୫ କିଲୋଗ୍ରାମ ବର୍ଗରେ ସ୍ବର୍ଣ୍ଣ ପଦକ ଜିତିଛନ୍ତି ଭାରତୀୟ ବକ୍ସର…

ଆସୁଛି ଲଘୁଚାପ; ଏଥର ବର୍ଷାରେ ଭିଜିପାରେ ଦଶହରା, ଏହି ଜିଲାରେ…

ଭୁବନେଶ୍ୱର,୨।୧୦: ଆସୁଛି ଆଉ ଏକ ଲଘୁଚାପ । ଦଶହରା ସମୟରେ ବଡ଼ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆସନ୍ତା ୧୨ ତାରିଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?