Posted inଖେଳ

ଇତିହାସ ରଚିଲା ଭାରତୀୟ ରିଲେ ଟିମ୍‌

ବୁଦାପେଷ୍ଟ,୨୭।୮: ଭାରତର ପୁରୁଷ ୪x୪୦୦ ରିଲେ ଦଳ ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ୍‌ର ଫାଇନାଲରେ ଯୋଗ୍ୟତା ଅର୍ଜନ କରି ଇତିହାସ ସୃଷ୍ଟି କରିଛି। ଭାରତୀୟ ଦଳ ପ୍ରଥମ ଥର ପାଇଁ ଫାଇନାଲରେ ପ୍ରବେଶ କରିବାରେ ସଫଳ ହୋଇଥିଲା। ଭାରତୀୟ ଦଳ ଏହି ଦୌଡ଼କୁ ୨ ମିନିଟ ୫୯.୦୫ ସେକେଣ୍ଡରେ ସମାପ୍ତ କରିଥିଲେ, ଯାହାକି କୌଣସି ଏସୀୟ ଦଳ ଅପେକ୍ଷା ଅଧିକ ଥିଲା। ଭାରତ ଦଳରେ ମହମ୍ମଦ ଅଜମଲ, ରାଜେଶ ରମେଶ, ଆମୋଜ ଯାଦବ ଏବଂ ମହମ୍ମଦ ଅନାସ ୟାହିଆ ସାମିଲ ଥିଲେ।
ଦ୍ୱିତୀୟ ସ୍ଥାନ ହାସଲ କରି ଟିମ ଇଣ୍ଡିଆ ପ୍ରଥମ ଥର ପାଇଁ ବିଶ୍ୱ ଚାମ୍ପିଅନସିପ ପାଇଁ ଯୋଗ୍ୟତା ଅର୍ଜନ କରିଛି। କେବଳ ଆମେରିକାର ଦଳ ଭାରତଠାରୁ ଆଗରେ ଥିଲା। ଆମେରିକାର ରିଲେ ଦଳ ୨ ମିନିଟ ୫୮.୪୭ ସେକେଣ୍ଡରେ ଦୌଡ଼କୁ ସମାପ୍ତ କରିଥିଲେ। ବର୍ତ୍ତମାନ ଫାଇନାଲ ମ୍ୟାଚ ରବିବାର ଅନୁଷ୍ଠିତ ହେବ। ଏହି ରେସ ସହିତ ଭାରତର ରିଲେ ଦଳ ଏସିଆର ସର୍ବଶ୍ରେଷ୍ଠ ଦଳ ହୋଇପାରିଛି।
ଭାରତ ପୂର୍ବରୁ ଏସୀୟ ଦଳ ମଧ୍ୟରେ ଦ୍ରୁତତମ ରିଲେ ଦଳର ରେକର୍ଡ ଜାପାନ କରିଥିଲା, ଯିଏ ଦୌଡ଼କୁ ୨ ମିନିଟ ୫୯.୫୧ ସେକେଣ୍ଡରେ ସମାପ୍ତ କରିଥିଲା। ଏହାପୂର୍ବରୁ, ଭାରତର ରେକର୍ଡ ୩ ମିନିଟ ୦୦.୨୫ ସେକେଣ୍ଡ ଥିଲା, ଯାହା ସମାନ ଭାରତୀୟ ଦଳ (ମହମ୍ମଦ ଅଜମଲ, ରାଜେଶ ରମେଶ, ଆମୋଜ ଯାଦବ ଏବଂ ମହମ୍ମଦ ଅନାସ ୟାହିଆ)ଙ୍କ ଦ୍ୱରା ୨୦୨୦ ଅଲିମ୍ପିକରେ କରାଯାଇଥିଲା। ତା’ପରେ ଭାରତୀୟ ଦଳ ଫାଇନାଲରୁ ବଞ୍ଚିତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଗକୁ ପଞ୍ଚାୟତ ନିର୍ବାଚନ: ଜିତିବା ପାଇଁ ଭାଜପା କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ରାଜ୍ୟ ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ

ଭୁବନେଶ୍ୱର,୪ା୧୦: ରାଜ୍ୟରେ ଆଗକୁ ଆସୁଛି ପଞ୍ଚାୟତ ନିର୍ବାଚନ। ଗ୍ରାମାଞ୍ଚଳରେ ଦଳର ସଂଗଠନକୁ ଆହୁରି ସୁଦୃଢ଼ କରିବା ଏବଂ ନିର୍ବାଚନୀ ମଇଦାନରେ ସଫଳତା ହାସଲ କରିବା ପାଇଁ ଭାରତୀୟ…

ଏମ.ଏସ. ଧୋନିଙ୍କ ଯୋଗୁ ଟିମ ଇଣ୍ଡିଆ ତୃତୀୟ ଦିନିକିଆ ମ୍ୟାଚ ହାରିଗଲା; ଐତିହାସିକ ବିଜୟ ପରେ ଏକ ବଡ଼ ରହସ୍ୟ ଖୁଲାସା କଲେ…

ନୂଆଦିଲ୍ଲୀ,୪।୧୦: ଶନିବାର ନୂଆ ଚଣ୍ଡିଗଡ଼ରେ ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟାଚରେ ଭାରତୀୟ କ୍ରିକେଟ ଦଳ ୱେଷ୍ଟଇଣ୍ଡିଜ ଠାରୁ ପରାଜିତ ହୋଇଛି। ଶାଇ ହୋପଙ୍କ ଚମତ୍କାର ଶତକ ବଳରେ…

IND vs WI:‘ବର୍ତ୍ତମାନ ପରୀକ୍ଷା-ନିରୀକ୍ଷା କରିବାର ସମୟ ନୁହେଁ’ ରୋହିତ ଶର୍ମା, ବିରାଟ କୋହଲିଙ୍କୁ ନେଇ ବଡ଼ କଥା କହିଲେ ଶୁବମନ ଗିଲ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳର ଦୁଇ ପ୍ରମୁଖ ଖେଳାଳି ରୋହିତ ଶର୍ମା ଏବଂ ବିରାଟ କୋହଲିଙ୍କୁ ନେଇ, ବିଶେଷକରି ଆସନ୍ତା ବର୍ଷ ହେବାକୁ ଥିବା ଦିନିକିଆ ବିଶ୍ୱକପରେ…

ଡବଲ ପର୍ସନାଲିଟିର ଶିକାର ହୋଇଛନ୍ତି ବୈଭବ ସୂର୍ଯ୍ୟବଂଶୀ! ଶ୍ରେୟସ ଆୟର ଖୋଲିଲେ ବିସ୍ଫୋରକ ବ୍ୟାଟରଙ୍କ ରାଜ

ନୂଆଦିଲ୍ଲୀ,୪।୧୦: ଯୁବ ଭାରତୀୟ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ ତାଙ୍କର ଧୂଆଁଧାର ବ୍ୟାଟିଂ ପାଇଁ ଜଣାଶୁଣା; ଯେତେବେଳେ ସେ ଲୟକୁ ଆସନ୍ତି, ସେତେବେଳେ ତାଙ୍କ ପ୍ରଭାବ ସାରା ବିଶ୍ୱରେ…

Chanakya Niti: ସ୍ତ୍ରୀଙ୍କ ପାଖରେ ସବୁବେଳେ ସ୍ବାମୀ ଏହି ୫ କଥା ଲୁଚାଇ ରଖିବା ଜରୁରୀ, ନଚେତ୍‌…

ସଫଳ ଏବଂ ସୁଖମୟ ଜୀବନ ବିତାଇବା ପାଇଁ ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତି ଅତ୍ୟନ୍ତ ମାର୍ଗଦର୍ଶକ ସାବ୍ୟସ୍ତ ହୋଇଥାଏ। ନିଜର ଆତ୍ମସମ୍ମାନ, ସମ୍ପର୍କ ଏବଂ ସାମାଜିକ ପ୍ରତିଷ୍ଠାକୁ ବଜାୟ…

ଶେଖ ହାସିନା କେବେ ବାଂଲାଦେଶ ଫେରିବେ? ଉତ୍ତର ଦେଲା ଭାରତ

ନୂଆଦିଲ୍ଲୀ/ଢାକା,୪।୧୦: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ପ୍ରତ୍ୟାବର୍ତ୍ତନ ସମ୍ବନ୍ଧୀୟ ପ୍ରଶ୍ନର ଉତ୍ତର ଦେଇ ଭାରତ କହିଛି ଯେ ତାଙ୍କ ଫେରିବା ପାଇଁ କୌଣସି ନିର୍ଦ୍ଦିଷ୍ଟ ସମୟସୀମା…

ଆଟଲାଣ୍ଟିକ ମହାସାଗର ଉପରେ ରହସ୍ୟଜନକ ଭାବେ ନିଖୋଜ ହେଲା ବିମାନ, ସାମ୍ନାକୁ ଆସିଲା ପାଇଲଟ୍‌ଙ୍କ ଶେଷ କଲ୍‌

ନୂଆଦିଲ୍‌ଲୀ,୪।୧୦: ଆଟଲାଣ୍ଟିକ ମହାସାଗର ଉପରେ ଉଡ଼ାଣ ଭରୁଥିବା ଏକ ବିମାନ ନିଖୋଜ ହୋଇଯାଇଛି, ଯାହା ଏକ ମେଡିକାଲ ଜେଟ ଅର୍ଥାତ ଏୟାର ଆମ୍ୱୁଲାନ୍ସ ଅଟେ। ଏଥିରେ ୬…

ବନ୍ଧୁକ ମୁନରେ ଯୁବତୀଙ୍କୁ ବଳାତ୍କାର ମାମଲା: ଗପ ଶୁଣାଉଛି ପୋଲିସ

ଭୁବନେଶ୍ୱର,୪।୧୦ (ତ୍ରିନାଥ ମହାନ୍ତି): ନୟାପଲ୍ଲୀ ବେହେରାସାହି ବନ୍ଧୁକ ମୁନରେ ବଳାକତ୍ାର ମାମଲାରେ ଅଭିଯୁକ୍ତ ସନ୍ତୋଷ ପଣ୍ଡା ଓରଫ ଶ୍ରୀଧରଙ୍କୁ ପୋଲିସ ଗୁଳି କରିିବା ଘଟଣା ଏବେ ସାଧାରଣରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?