ହର୍ମୁଜରେ ଜାହାଜ ଉପରେ ବଡ଼ ଧରଣର ଆକ୍ରମଣ, ଚାଲିଗଲା ଭାରତୀୟ ନାବିକଙ୍କ ଜୀବନ

ଓମାନ,୨୩।୯: ଓମାନ ଉପକୂଳ ନିକଟ ହର୍ମୁଜ୍ ଅଞ୍ଚଳରେ ଭାରତ ଆସୁଥିବା ଏକ ମାଲବାହୀ ଜାହାଜ ଉପରେ ଟର୍ପିଡୋ ଆକ୍ରମଣ ହୋଇଛି । ଏହି ଆକ୍ରମଣରେ ଉତ୍ତରପ୍ରଦେଶର ଦେବରିଆ ଜିଲାର ଭାରତୀୟ ନାବିକ ସୂରଜ ଯାଦବଙ୍କ ମୃତ୍ୟୁ ହୋଇଛି । ସେ ଜାହାଜରେ ୱାଇପର ଭାବେ କାର୍ଯ୍ୟରତ ଥିଲେ। ସୂଚନା ଅନୁସାରେ, ଆଣ୍ଟିଗୁଆ ଓ ବାରବୁଡା ପତାକା ବହନ କରୁଥିବା ଏମଭି କେପ୍ ଡାଓ ଜାହାଜ ଭାରତ ଅଭିମୁଖେ ଆସୁଥିବା ବେଳେ ବୁଧବାର ଆକ୍ରମଣର ଶିକାର ହୋଇଥିଲା। ଜାହାଜରେ ମୋଟ ୨୮ ଜଣ କ୍ରୁ ସଦସ୍ୟ ଥିବାବେଳେ ସେମାନଙ୍କ ମଧ୍ୟରେ ଭାରତୀୟ ନାବିକ ମଧ୍ୟ ଥିଲେ ।

ରିପୋର୍ଟ ଅନୁସାରେ, ଜାହାଜ ଉପରେ ଦୁଇଟି ଟର୍ପିଡୋ ମାଡ଼ ହୋଇଥିଲା। ଗୋଟିଏ ଟର୍ପିଡୋ ଜାହାଜର ବାମ ପାର୍ଶ୍ୱରେ ଥିବା ଆବାସିକ ଅଞ୍ଚଳକୁ ଏବଂ ଅନ୍ୟଟି ବାମ ପାର୍ଶ୍ୱର ଇଞ୍ଜିନ୍ କକ୍ଷ ଅଞ୍ଚଳକୁ ଟାର୍ଗେଟ କରିଥିଲା । ଆକ୍ରମଣ ପରେ ଜାହାଜରେ ନିଆଁ ଲାଗିବା ସହ ବିଦ୍ୟୁତ୍ ବ୍ୟବସ୍ଥା ଏବଂ ଦିଗ ନିୟନ୍ତ୍ରଣ କ୍ଷମତା ପ୍ରଭାବିତ ହୋଇଥିବା ଜଣାପଡ଼ିଛି। ଓମାନର ତଟରକ୍ଷୀ ବାହିନୀ ଜାହାଜର କ୍ରୁ ସଦସ୍ୟମାନଙ୍କୁ ସୁରକ୍ଷିତ ଭାବେ ବାହାର କରିଥିବା ସୂଚନା ମିଳିଛି।

ଓମାନସ୍ଥିତ ଭାରତୀୟ ଦୂତାବାସ ଘଟଣା ନେଇ ଗଭୀର ଚିନ୍ତା ପ୍ରକାଶ କରିଛି । ଦୂତାବାସ ପକ୍ଷରୁ କୁହାଯାଇଛି ଯେ, ଏମଭି କେପ୍ ଡାଓ ଉପରେ ହୋଇଥିବା ଆକ୍ରମଣ ନେଇ ଓମାନ କର୍ତ୍ତୃପକ୍ଷଙ୍କ ସହ ଯୋଗାଯୋଗରେ ରହିଛନ୍ତି। ଜାହାଜରେ ଥିବା ଭାରତୀୟ ନାବିକଙ୍କ ସମେତ ସମସ୍ତ କ୍ରୁ ସଦସ୍ୟଙ୍କ ସୁରକ୍ଷା ନେଇ ଦୂତାବାସ ତଥ୍ୟ ସଂଗ୍ରହ କରୁଛି। ଆକ୍ରମଣରେ ଜଣେ ଭାରତୀୟ ନାବିକଙ୍କ ମୃତ୍ୟୁ ନେଇ ଦୂତାବାସ ଗଭୀର ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇଛି। ଦୂତାବାସ ଆରପିଏସ୍‌ଏଲ୍‌ ସହ ସମନ୍ୱୟ କରି ମୃତକଙ୍କ ପରିବାର ସହ ଯୋଗାଯୋଗରେ ଥିବା ଜଣାପଡ଼ିଛି।

ଆକ୍ରମଣ ସମୟରେ ସୂରଜ ଯାଦବଙ୍କ ମୁଣ୍ଡରେ ଗୁରୁତର ଆଘାତ ଲାଗିଥିଲା। ପରେ ତାଙ୍କର ମୃତ୍ୟୁ ହୋଇଥିଲା। ଘଟଣା ସମ୍ପର୍କରେ ତାଙ୍କ ପରିବାରକୁ ଅବଗତ କରାଯାଇଛି। ଜାହାଜର ଅନ୍ୟ କ୍ରୁ ସଦସ୍ୟମାନଙ୍କୁ ଓମାନରେ ସୁରକ୍ଷିତ ସ୍ଥାନକୁ ନିଆଯାଇଛି। ଘଟଣା ପରେ ଜାହାଜର ମାଲିକ ଓ ପରିଚାଳନା ସଂସ୍ଥା ସହ ସମ୍ପୃକ୍ତ କମ୍ପାନୀଗୁଡ଼ିକ ସମନ୍ୱୟ କରୁଛନ୍ତି। ଘଟଣାର ବିସ୍ତୃତ ରିପୋର୍ଟ ଏବଂ ମାମଲା ସମ୍ପର୍କିତ ପ୍ରକ୍ରିୟା ଜାରି ରହିଛି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କିଛି ଘଣ୍ଟାରେ ସ୍ଥଳଭାଗ ଛୁଇଁବ ଗଭୀର ଅବପାତ; ଏହି ସ୍ଥାନରେ ହେବ ଲ୍ୟାଣ୍ଡଫଲ୍! ୫୦ରୁ ୬୦ କିମି ବେଗରେ ବୋହିବ ପବନ

ଭୁବନେଶ୍ବର,୨୩ା୯: ସ୍ଥଳଭାଗ ଆଡକୁ ମାଡ଼ିଆସୁଛି ଗଭୀର ଅବପାତ । ଗତ ୬ ଘଣ୍ଟା ଧରି ୭କିମି ବେଗରେ ସ୍ଥଳଭାଗ ମୁହାଁ ହେଉଛି । ଏପଟେ ବର୍ଷାର ପରିମାଣ…

ହୃଦୟବିଦାରକ! ଜନ୍ମ ଦେଇ କେନାଲରେ ଫିଙ୍ଗିଦେଲେ, ଧାନ ବିଲରୁ ଶିଶୁ କନ୍ୟାର ମୃତଦେହ ଉଦ୍ଧାର

ଅତାବିରା, ୨୩/୯ (ଯୁଧିଷ୍ଠିର ମହାପାତ୍ର): ପୁଣି ସାମ୍ନାକୁ ଆସିଛି ମାନବିକତାକୁ ଲଜ୍ଜିତ କଲା ଭଳି ଏକ କରୁଣ ଓ ହୃଦୟବିଦାରକ ଚିତ୍ର। ଧାନ ବିଲର ଅଳିଆ ଆବର୍ଜନା…

ପାକିସ୍ତାନରେ ହଇଚଇ! ସାଧାରଣ ଚିକିତ୍ସା ପରେ ପିଲାଙ୍କ HIV ରିପୋର୍ଟ ପଜିଟିଭ୍, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇସଲାମବାଦ,୨୩।୯: ପାକିସ୍ତାନରେ ଅନେକ ପରିବାର ପାଇଁ ପିଲାଙ୍କ ସାଧାରଣ ଚିକିତ୍ସା ପରେ ସାମ୍ନାକୁ ଆସିଥିବା HIV ପଜିଟିଭ୍ ରିପୋର୍ଟ ଚିନ୍ତାର କାରଣ ପାଲଟିଛି । NPRର ଏକ…

ବାଫ୍ଲା ମାଳି ଖଣି ପ୍ରଭାବିତ ଅଞ୍ଚଳରେ ବିକାଶର ନଗ୍ନ ଚିତ୍ର: ଉପରେ ଚାଲିଛି ଖଣି, ତଳେ ରାସ୍ତା ନାହିଁ; ପ୍ରଶାସନର ଅବହେଳା ପରେ…

ଥୁଆମୂଳ ରାମପୁର/କାଶୀପୁର, ୨୩।୯ (ଦୁର୍ଗା କୀର୍ତ୍ତି/ ପ୍ରଫୁଲ୍ଲ ବେହେରା): ଗୋଟିଏ ପଟେ ବାଫ୍ଲା ମାଳି ପାହାଡ଼ ଉପରେ ବାକ୍ସାଇଟ୍ ଖଣି ଖନନ କରି କୋଟି କୋଟି ଟଙ୍କାର…

ବଡ଼ ବିପଦ! ଭାରତରେ ଜୀବନ ନେଇପାରେ ତାତି, ଯାଇପାରେ ୪.୫ ଲକ୍ଷରୁ ଅଧିକ ଜୀବନ

ନୂଆଦିଲ୍ଲୀ,୨୩।୯: ଶକ୍ତିଶାଳୀ ଏଲ୍‌ ନିନୋକୁ ନେଇ ଜଳବାୟୁ ବିଶେଷଜ୍ଞମାନେ ବଡ଼ ଚେତାବନୀ ଦେଇଛନ୍ତି । ଏକ ନୂଆ ଆକଳନ ଅନୁସାରେ, ଆଗାମୀ ୬ ମାସରେ ଏହି କାରଣ…

‘ଯିଏ ରାମଙ୍କର ହେଲେନି, ସେ କୃଷ୍ଣଙ୍କର ହୋଇପାରିବେନି’: ଅଖିଳେଶଙ୍କୁ ଟାର୍ଗେଟ୍ କଲେ…

ଲକ୍ଷ୍ନୌ,୨୩।୯: ୨୦୨୭ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ଅଯୋଧ୍ୟା, କାଶୀ ଓ ମଥୁରାକୁ ନେଇ ରାଜନୈତିକ ବୟାନବାଜି ଜୋରଦାର ହୋଇଛି। ଅଯୋଧ୍ୟାରେ ରାସ୍ତା ପ୍ରଶସ୍ତୀକରଣକୁ ନେଇ ସମାଜବାଦୀ…

ଆପଣଙ୍କର SBIରେ ଆକାଉଣ୍ଟ ଅଛି କି? ଅକ୍ଟୋବର ୧ରୁ ATMରୁ ଟଙ୍କା କାଢ଼ିବା ହେବ ମହଙ୍ଗା, ଜାଣନ୍ତୁ କେତେ କଟିବ…

ନୂଆଦିଲ୍ଲୀ,୨୩।୯: ଦେଶର ସବୁଠାରୁ ବଡ଼ ସରକାରୀ ବ୍ୟାଙ୍କ ‘ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ’ (SBI) ନିଜ ଗ୍ରାହକମାନଙ୍କ ପାଇଁ ATM ଏବଂ ନଗଦ ଟଙ୍କା ଉଠାଣ (Cash…

ନ୍ୟାସନାଲ ପେନଚାକ ପ୍ରତିଯୋଗିତା, ସ୍ବର୍ଣ୍ଣପଦକ ବିଜେତାଙ୍କୁ ଗଞ୍ଜାମରେ ସମ୍ବର୍ଦ୍ଧନା

ଗଞ୍ଜାମ,୨୩ା୯(ବିଦ୍ୟାଧର ସାହୁ ): ଲେହ ଲଦାଖରେ ଅନୁଷ୍ଠିତ ରାଜ୍ୟ ସ୍ତରୀୟ ପେନଚାକ ସିଲାଟ ପ୍ରତିଯୋଗିତା 2026 ରେ ଓଡ଼ିଆ ପୁଅ ଶିବପ୍ରସାଦ ଜେନା ଗୋଲ୍ଡ ମେଡାଲ ହାସଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?