ଭାରତର ପ୍ରଥମ ମହିଳା ଭାବେ ଆଇୟୁପିଏସି ପୁରସ୍କାର ପାଇବେ ଓଡ଼ିଆ ବୈଜ୍ଞାନିକ

ଭୁବନେଶ୍ୱର, ୧୨।୩(ବ୍ୟୁରୋ): ଓଡ଼ିଶାର ନାଁ ରଖିଲେ ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ମହାନ୍ତି। ଅନ୍ତର୍ଜାତୀୟ ସ୍ତରରେ ସମ୍ମାନ ପାଇଁ ମନୋନୀତ ହେବା ପରେ ଓଡ଼ିଶା ତାଙ୍କ ପାଇଁ ଗର୍ବ ଅନୁଭବ କରୁଛି। ଜ୍ୟୋତିର୍ମୟୀ ରସାୟନ ବିଜ୍ଞାନ ବା କେମିକାଲ ଇଞ୍ଜିନିୟରିଂ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଇଣ୍ଟରନ୍ୟାଶନାଲ ୟୁନିଅନ ଅଫ୍‌ ପିୟୋର ଆଣ୍ଡ୍‌ ଆପ୍ଲାଏଡ୍‌ କେମିଷ୍ଟ୍ରି (ଆଇୟୁପିଏସି) ପୁରସ୍କାର ପାଇବା ପାଇଁ ମନୋନୀତ ହୋଇଛନ୍ତି। ମୁମ୍ବାଇ ଭାବା ଅଟୋମିକ୍‌ ରିସର୍ଚ୍ଚ ସେଣ୍ଟରରେ ବର୍ତ୍ତମାନ ବୈଜ୍ଞାନିକ ଥିବା ଜ୍ୟୋତିର୍ମୟୀ ଭାରତର ପ୍ରଥମ ମହିଳା ଭାବେ ଏହି ପୁରସ୍କାର ପାଇଁ ମନୋନୀତ ହୋଇଥିବା ଜଣାପଡ଼ିଛି। ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ଅବସରରେ ଆଇୟୁପିଏସି ଶନିବାର ଜ୍ୟୋତିର୍ମୟୀଙ୍କ ସମେତ ୧୨ଜଣ ମନୋନୀତ ପ୍ରାର୍ଥୀଙ୍କ ନାମ ଘୋଷଣା କରିଥିଲା।
ସୂଚନାଯୋଗ୍ୟ, ଜ୍ୟୋତିର୍ମୟୀ ସାଇନ୍ସ ଆଣ୍ଡ୍‌ ଇିନିୟରିଂ ରିସର୍ଚ୍ଚ ବୋର୍ଡରେ ଫେଲୋସିପ ପାଇବାରେ ପ୍ରଥମ ମହିଳା ଥିଲେ। ସେହିପରି ଗତବର୍ଷ ସେ ବ୍ରିଟେନରେ ରୟାଲ ସୋସାଇଟି ଅଫ୍‌ କେମିଷ୍ଟ୍ରି ସମ୍ମାନ ପାଇଥିଲେ। କଟକ ଚାଉଳିଆଗଞ୍ଜର ବିଶିଷ୍ଟ ଶିଶୁରୋଗ ବିଶେଷଜ୍ଞ ଡା. ବୈକୁଣ୍ଠନାଥ ପାତ୍ରଙ୍କ ଝିଅ ଜ୍ୟୋତିର୍ମୟୀ ଜଗତ୍‌ସିଂହପୁରର ରଶ୍ମିରଞ୍ଜନ ମହାନ୍ତିଙ୍କୁ ବିବାହ କରିଛନ୍ତି। ରଶ୍ମିରଞ୍ଜନ ମଧ୍ୟ ଜଣେ ବୈଜ୍ଞାନିକ।


Enter your email to get our daily news in your inbox.

All Right Reserved By Dharitri.Com

ମ୍ୟାଚ୍‌ ଜିତିଲା ଇଂଲଣ୍ଡ, ହୃଦୟ ଜିତିଲା ନେପାଳ

ମୁମ୍ବାଇ,୮ା୨- ଚଳିତ ଟି୨୦ ବିଶ୍ୱକପ୍‌ରେ ରବିବାର ଅପରାହ୍ନରେ ଖେଳାଯାଇଥିବା ଏକ ରୋମାଞ୍ଚକ ପୂର୍ଣ୍ଣ ମ୍ୟାଚ୍‌ରେ ଇଂଲଣ୍ଡ ୪ ରନରେ ନେପାଳକୁ ହରାଇ ଦେଇଛି। ଇଂଲଣ୍ଡ ଦ୍ୱାରା ପ୍ରଦତ୍ତ…

ଟିମ୍‌ ଅଫ୍‌ ଦି ଟୁର୍ନାମେଣ୍ଟରେ ବୈଭବ ସୂର୍ଯ୍ୟବଂଶୀ

ଦୁବାଇ, ୮ା୨: ଆଇସିସି ୧୬ ବର୍ଷରୁ କମ୍‌ ବିଶ୍ୱକପ୍‌ ଉଦ୍‌ଯାପିତ ହେବା ପରେ ଟିମ୍‌ ଅଫ୍‌ ଦି ଟୁର୍ନାମେଣ୍ଟ ମନୋନୀତ କରାଯାଇଛି। ଏଥିରେ ସ୍ଥାନ ପାଇଥିବା ୩ଜଣ…

ମେଟ୍ରୋରେ ପ୍ରେମିକା ସହ ଧରାପଡ଼ିଲେ ପୁଅ; ସେଠାରେ ହିଁ ‘ନିର୍ବନ୍ଧ’ କରାଇଦେଲେ ମା’

ନୂଆଦିଲ୍ଲୀ,୮ା୨: ସୋସିଆଲ ମିଡିଆରେ ଏବେ ଏକ ଅଜବ ତଥା ମଜାଦାର ଭିଡିଓ ବେଶ୍ ଭାଇରାଲ ହେବାରେ ଲାଗିଛି। ଜଣେ ମା’ ନିଜ ପୁଅକୁ ତାଙ୍କ ପ୍ରେମିକାଙ୍କ ସହ…

ସଚିନ ତେନ୍ଦୁଲକରଙ୍କ ଫିଡର ସେଣ୍ଟର ନେଟ୍ସ ପାଇଁ ଆଦିଦେବ ମନୋନୀତ

କେନ୍ଦୁଝର,୮ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶା କ୍ରିକେଟ ଆସୋସିଏଶନ ଆନୁକୂଲ୍ୟରେ ଅନୁଷ୍ଠିତ ହେଉଥିବା ୧୪ବର୍ଷରୁ କମ୍‌ କ୍ରିକେଟରେ କେନ୍ଦୁଝର ଜିଲାର ଏକମାତ୍ର ଖେଳାଳି ଭାବେ ଆଦିଦେବ ସାହୁ ସଚିନ…

ପେଟ୍ରୋଲଠାରୁ କେତେ ଶସ୍ତା CNG କାର୍‌? ୧୦ ଲକ୍ଷ ମଧ୍ୟରେ କେଉଁଟି ଭଲ…ନୂଆ କାର୍‌ କିଣିବାକୁ ଥିଲେ…

ନୂଆଦିଲ୍ଲୀ,୮।୨: ଭାରତରେ ନୂଆ କାର୍‌ କିଣିବା ସମୟରେ ଅଧିକାଂଶ ଲୋକଙ୍କ ମନରେ ଏକ ପ୍ରଶ୍ନ ଆସେ ଯେ ପେଟ୍ରୋଲ କାର୍‌ ନେବେ ନା ସିଏନଜି (CNG) କାର୍‌?…

ପୁଅଙ୍କୁ ଛୁରି ଭୁସି ମାରିଦେଲେ ପିଶାଚ ବାପା

କାମାକ୍ଷାନଗର,୮।୨: ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା କମ୍ପୁଲେଇ ପୁରୁଣାସାହି ଗାଁରେ ରବିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ବାପା ନିଜ ପୁଅଙ୍କୁ ଛୁରି ଭୁସି…

ବିଦ୍ୟାଳୟରୁ ଛାତ୍ର ନିଖୋଜ ଘଟଣା: ନିଆଁ ପୁଉଁଥିବାବେଳେ ଏମିତି ପଡ଼ିଲେ ଧରା

ଦାରିଙ୍ଗବାଡ଼ି,୮ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରୁ ନବମ ଛାତ୍ର ନିଖୋଜ ଛାତ୍ର କିଷାନ ବେହେରା ୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ…

ବିପଦରେ ୧୦୦ କୋଟିରୁ ଅଧିକ ଆଣ୍ଡ୍ରଏଡ୍ ଫୋନ୍; ହ୍ୟାକିଂ ଆଶଙ୍କାରେ ଗୁଗଲ୍ ଦେଲା ଚେତାବନୀ

ନୂଆଦିଲ୍ଲୀ,୮ା୨: ଯଦି ଆପଣ ଏକ ପୁରୁଣା ଆଣ୍ଡ୍ରଏଡ୍ ସ୍ମାର୍ଟଫୋନ୍ ବ୍ୟବହାର କରୁଛନ୍ତି, ତେବେ ସାବଧାନ ହୋଇଯାଆନ୍ତୁ। ଗୁଗଲ ରିପୋର୍ଟ ଅନୁଯାୟୀ, ବିଶ୍ୱର ପ୍ରାୟ ୧୦୦ କୋଟିରୁ ଅଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri