ହର୍ମୁଜରେ ଭାରତୀୟ ଜାହାଜ ଉପରେ ହୋଇଛି ଆକ୍ରମଣ: ଟ୍ରମ୍ପଙ୍କ ଦାବିକୁ ନେଇ ଚାଞ୍ଚଲ୍ୟକର ଖୁଲାସା କଲା ଇରାନ

ଓ୍ବାଶିଂଟନ୍‌,୧୩।୬:ହର୍ମୁଜ ପ୍ରଣାଳୀ ନିକଟରେ ଏକ ଭାରତୀୟ ଜାହାଜ ଉପରେ ଆକ୍ରମଣ ସମ୍ପର୍କରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦାବି ଉପରେ ଇରାନ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି। ଟ୍ରମ୍ପଙ୍କ ଅଭିଯୋଗକୁ ସମ୍ପୂର୍ଣ୍ଣ ‘ଭିତ୍ତିହୀନ” ବୋଲି ଖାରଜ କରି ଭାରତରେ ଥିବା ଇରାନୀ ଦୂତାବାସ କହିଛି ଯେ, ଆମେରିକା ଜନସାଧାରଣଙ୍କ ଧ୍ୟାନ ହଟାଇବାକୁ ଚେଷ୍ଟା କରୁଛି। ଗୋଟିଏ ସପ୍ତାହରୁ କମ ସମୟ ମଧ୍ୟରେ, ଆମେରିକୀୟ ସେନା ଭାରତୀୟ ନାବିକମାନଙ୍କୁ ନେଇ ଯାଉଥିବା ତିନୋଟି ଜାହାଜ ଉପରେ ଆକ୍ରମଣ କରିଛି, ଯାହା ଫଳରେ ତିନି ଜଣ ଭାରତୀୟ ନାଗରିକଙ୍କ ମୃତ୍ୟୁ ଘଟିଛି।

ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ପ୍ରକାଶିତ ଏକ ବିବୃତ୍ତିରେ, ଭାରତରେ ଥିବା ଇରାନୀ ଦୂତାବାସ ଘୋଷଣା କରିଛି ଯେ, ହର୍ମୁଜ ପ୍ରଣାଳୀରେ ଭାରତୀୟ ଜାହାଜ ସମ୍ପର୍କରେ ଟ୍ରମ୍ପଙ୍କ ଅଭିଯୋଗ ସମ୍ପୂର୍ଣ୍ଣ ଭିତ୍ତିହୀନ। ଏହା ଭାରତୀୟ ନାବିକଙ୍କ ଜୀବନ ନେଇଥିବା ସମ୍ପ୍ରତିକ ଆକ୍ରମଣରୁ ଧ୍ୟାନ ହଟାଇବା ପାଇଁ ଆମେରିକାର ଏକ ପ୍ରୟାସ।

ଇରାନ ଅଭିଯୋଗ କରିଛି ଯେ ଆମେରିକା ଗୋଟିଏ ସପ୍ତାହ ମଧ୍ୟରେ ତିନୋଟି ଭାରତୀୟ ଜାହାଜକୁ ଟାର୍ଗେଟ କରିଛି, ଯାହା ଫଳରେ ତିନି ଜଣ ନିର୍ଦ୍ଦୋଷ ଭାରତୀୟ ନାବିକଙ୍କ ମୃତ୍ୟୁ ଘଟିଛି। ଦୂତାବାସ ଆମେରିକାର କାର୍ଯ୍ୟଗୁଡ଼ିକୁ କଡ଼ା ସମାଲୋଚନା କରିଛି, ଏହାକୁ ‘କ୍ରୁର’ ଏବଂ ‘ଲଜ୍ଜାଜନକ’ ବୋଲି ବର୍ଣ୍ଣନା କରିଛି।

ପୂର୍ବରୁ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାବି କରିଥିଲେ ଯେ, ହର୍ମୁଜ ପ୍ରଣାଳୀ ନିକଟରେ ଭାରତୀୟ ନାବିକମାନଙ୍କୁ ନେଇ ଯାଉଥିବା ଜାହାଜ ଉପରେ ଆକ୍ରମଣ ପଛରେ ଇରାନର ହାତ ଅଛି। ସେ ଏହି ଘଟଣାକୁ ‘ସମ୍ପୂର୍ଣ୍ଣ ଭାବରେ ଗ୍ରହଣୀୟ ନୁହେଁ’ ବୋଲି କହିଥିଲେ।

ଇରାନର ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ଏସମାଇଲ ବାଘାଇ ମଧ୍ୟ ଆମେରିକା ଉପରେ ଏକ କଠୋର ଆକ୍ରମଣ ଆରମ୍ଭ କରିଛନ୍ତି। ସେ କହିଛନ୍ତି ଯେ, ଭାରତୀୟ ବାଣିଜି୍ୟକ ଜାହାଜ ଉପରେ ଆମେରିକାର ଆକ୍ରମଣ ‘ରାଷ୍ଟ୍ର-ପ୍ରାୟୋଜିତ ସାମୁଦ୍ରିକ ଜଳଦସ୍ୟୁ’ ଏବଂ ‘ସଶସ୍ତ୍ର ଡକାୟତି’ ନୀତିର ଉଦାହରଣ। ସେ ମୃତ ଭାରତୀୟ ନାଗରିକଙ୍କ ପରିବାର ପ୍ରତି ମଧ୍ୟ ସମବେଦନା ପ୍ରକାଶ କରିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ସମ୍ଭାବ୍ୟ ବାତ୍ୟା ‘ମୁରାସୁ’କୁ ନେଇ ଆଗୁଆ ସତର୍କତା: ଖୋଲିଲା ହରଭଙ୍ଗୀ ଜଳଭଣ୍ଡାରର ୪ ଗେଟ୍‌

ମୋହନା,୨।୧୧( ମନ୍ମଥ ମିଶ୍ର): ବାତ୍ୟା ଅର୍ଣ୍ଣବର ପ୍ରଭାବ ନ କମୁଣୁ ଏବେ ସମ୍ଭାବ୍ୟ ବାତ୍ୟା ମୁରାସୁକୁ ନେଇ ବଢ଼ିଲାଣି ଚିନ୍ତା। ସମ୍ଭାବ୍ୟ ବାତ୍ୟା ଓ ଲଗାଣ ବର୍ଷାକୁ…

ଶ୍ୱଶୁର ଘରକୁ ଯାଉଥିଲେ ଦୁର୍ଯ୍ୟ, ବାଟରେ ଛକିଥିଲା ଯମ: ଘଟିଲା…

ଲାଞ୍ଜିଗଡ଼,୨।୧୧ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲାର ଭବାନୀପାଟଣା-ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥର କଦଳୀଘାଟି କୁଚେଇଯୋର ନିକଟରେ ଘଟିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।…

ପ୍ରଦ୍ମଶ୍ରୀ ଡା. ଅଶୋକ ମହାପାତ୍ରଙ୍କ ପରଲୋକ: ଖେଲିଗଲା ଶୋକର ଛାୟା

ନୂଆଦିଲ୍ଲୀ,୨।୧୧: ବିଶିଷ୍ଟ ସ୍ନାୟୁଶଲ୍ୟ ବିଶେଷଜ୍ଞ ତଥା ପ୍ରଦ୍ମଶ୍ରୀ ଡାକ୍ତର ଅଶୋକ ମହାପାତ୍ରଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ବୟସ ହୋଇଥିଲା। ବ୍ରେନ ଷ୍ଟ୍ରୋକ…

ବାତ୍ୟା ‘ମୁରାସୁ’ ପାଇଁ ଦାରିଙ୍ଗବାଡ଼ିରେ ଆଗୁଆ ପ୍ରସ୍ତୁତି: ୨୫ ପଞ୍ଚାୟତରୁ ୬୯୧ ଜଣଙ୍କୁ ଥଇଥାନ

ଦାରିଙ୍ଗବାଡ଼ି,୨।୧୧(ଅରୁଣ ସାହୁ): ବଙ୍ଗୋପସାଗରରେ ଘନୀଭୂତ ହେଉଥିବା ବାତ୍ୟା ‘ମୁରାସୁ’କୁ ନେଇ କନ୍ଧମାଳ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ଲୋକଙ୍କ ସୁରକ୍ଷାକୁ ପ୍ରାଥମିକତା…

ଲୋକଙ୍କୁ ସହାନୁଭୂତି ଦେଖାଅ, ସହାୟତା ଯୋଗାଅ: ଅଧିକାରୀଙ୍କୁ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ପରାମର୍ଶ

ଭଞ୍ଜନଗର, ୨।୧୧ (ବାବୁଲା ପ୍ରଧାନ): ଗୋଟିଏ ବାତ୍ୟାର ଦୁଃଖ ନ ଲିଭୁଣୁ ପୁଣି ଆଉ ଏକ ବାତ୍ୟାର ଆଶଙ୍କା ଦେଖାଦେଇଛି। ଏଭଳି ଘଡ଼ିସନ୍ଧି ମୁହୂର୍ତ୍ତରେ ବିପନ୍ନ ଲୋକଙ୍କ…

ଏହି ଦିନ ଖେଳାଯିବ ଭାରତ-ପାକିସ୍ତାନ ମହାମୁକାବିଲା: ପ୍ରତିଶୋଧ ନେବେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨।୧୧:ଆଗାମୀ ଏସିସି ରାଇଜିଂ ଷ୍ଟାର୍ସ ଏସିଆ କପ ପାଇଁ ଇଣ୍ଡିଆ-ଏ ଦଳ ଘୋଷଣା କରିଛି ବିସିସିଆଇ। ଦଳର ନେତୃତ୍ୱ ଭାର ତିଳକ ବର୍ମାଙ୍କୁ ଦିଆଯାଇଥିବା ବେଳେ ରଜତ…

ଏସିଆ କପ ପାଇଁ ଟିମ ଇଣ୍ଡିଆ ଘୋଷଣା: ତିଳକ ଅଧିନାୟକ; ବୈଭବଙ୍କୁ ମିଳିଲା ସୁଯୋଗ, ଏହି ଦିନ ଭାରତ-ପାକିସ୍ତାନ ମ୍ୟାଚ

ନୂଆଦିଲ୍ଲୀ, ୨।୧୧: ୨୦୨୬ ପୁରୁଷ ରାଇଜିଂ ଷ୍ଟାର୍ସ ଏସିଆ କପ ପାଇଁ ଇଣ୍ଡିଆ-ଏ ଦଳ ଘୋଷଣା କରିଛି ବିସିସିଆଇ। ତିଳକ ବର୍ମାଙ୍କୁ ଦଳର ଅଧିନାୟକ ଏବଂ ରଜତ…

‘ଅର୍ଣ୍ଣବ’ ଉଜାଡ଼ିଥିଲା ଫସଲ, ଏବେ ‘ମୁରାସୁ’କୁ ନେଇ ଚିନ୍ତାରେ ଉଦ୍ୟାନ କୃଷକ

ଦାରିଙ୍ଗବାଡ଼ି, ୨।୧୧ (ଅରୁଣ ସାହୁ): ବାତ୍ୟା ‘ଅର୍ଣ୍ଣବ’ ଆଣିଥିଲା ଦୁଃଖ। ଏବେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ମୁରାସୁ’କୁ ନେଇ ଆତଙ୍କିତ ହୋଇପଡ଼ିଛନ୍ତି ଦାରିଙ୍ଗବାଡ଼ି ଅଞ୍ଚଳର ଉଦ୍ୟାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?