Posted inଖେଳ

Video: କିଏ ହେବ ଟି ୨୦ ବିଶ୍ୱକପରେ ଅଧିନାୟକ ? ସ୍ପଷ୍ଟ କଲେ ବିସିସିଆଇ ସଚିବ ଜୟ ଶାହା

ନୂଆଦିଲ୍ଲୀ,୧୪ା୨: ଗତ ବର୍ଷ ଭାରତୀୟ କ୍ରିକେଟ୍ ଦଳ ପାଇଁ ଶୁଭଙ୍କର ନ ଥିଲା। ଆଇସିସି ଟେଷ୍ଟ ଚାମ୍ପିଅନସିପ୍ ଏବଂ ଦିନିକିଆ ବିଶ୍ୱକପ୍ ଫାଇନାଲରେ ଅଷ୍ଟ୍ରେଲିଆ ହାତରେ ପରାଜୟର ସାମ୍ନା କରିବାକୁ ପଡିଥିଲା। କିନ୍ତୁ ଚଳିତ ବର୍ଷ ଭାରତୀୟ ଦଳକୁ ଜୁନ ମାସରେ ଟି୨୦ ବିଶ୍ୱକପ ଖେଳିବାକୁ ପଡିବ।

ତେବେ ଏଠାରେ ପ୍ରଶଂସକଙ୍କ ପାଇଁ ସବୁଠାରୁ ବଡ ପ୍ରଶ୍ନ ହେଲା ଏହି ବିଶ୍ୱକପରେ ଭାରତୀୟ ଦଳର ଅଧିନାୟକ କିଏ ହେବେ? ଅଧିନାୟକତ୍ୱ ପାଇଁ ରୋହିତ ଶର୍ମା ଏବଂ ତାରକା ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଆଗରେ ରହିଛନ୍ତି।

ବର୍ତ୍ତମାନ କ୍ରିକେଟ୍ ବୋର୍ଡ ଅଫ୍ ଇଣ୍ଡିଆ (ବିସିସିଆଇ) ସଚିବ ଜୟ ଶାହା ଏହା ନିଶ୍ଚିତ କରିଛନ୍ତି। ଏକ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବାବେଳେ ଜୟ ଶାହା ସ୍ପଷ୍ଟ କରିଛନ୍ତି ଯେ ଆସନ୍ତା ଟି ୨୦ ବିଶ୍ୱକପରେ ଭାରତୀୟ ଦଳର ଅଧିନାୟକତ୍ୱ ରୋହିତ ଶର୍ମାଙ୍କ ହାତରେ ରହିବ। ହାର୍ଦ୍ଦିକ ପାଣ୍ଡ୍ୟା ମଧ୍ୟ ଉପ-ଅଧିନାୟକ ହେବେ।

ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ୫ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜର ତୃତୀୟ ମ୍ୟାଚ୍ ୧୫ ଫେବୃଆରୀରୁ ରାଜକୋଟରେ ଖେଳାଯିବ। ଏହାର ଗୋଟିଏ ଦିନ ପୂର୍ବରୁ ରାଜକୋଟରେ ଥିବା ସୌରାଷ୍ଟ୍ର କ୍ରିକେଟ୍ ଆସୋସିଏସନ୍ (ଏସସିଏ) କ୍ରିକେଟ୍ ଷ୍ଟାଡିୟମର ନାମ ପ୍ରଥମ ଶ୍ରେଣୀ ଖେଳାଳି ତଥା ବରିଷ୍ଠ ପ୍ରଶାସକ ନିରଂଜନ ଶାହାଙ୍କ ନାମରେ ନାମିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

UAE ର ଦୁଇ ଜାହାଜ ଉପରେ ଏୟାରଷ୍ଟ୍ରାଇକ୍ କଲା ସାଉଦି ଆରବ, ଦେଲା ୨୪ ଘଣ୍ଟା ଅଲ୍ଟିମେଟମ୍

ନୂଆଦିଲ୍ଲୀ,୩୦।୧୨: ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆର ଦୁଇ ଶକ୍ତିଶାଳୀ ଦେଶ ସାଉଦି ଆରବ ଏବଂ ୟୁନାଇଟେଡ ଆରବ ଏମିରେଟ୍ସ (UAE) ମଧ୍ୟରେ ତିକ୍ତତା ଚରମ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri