Posted inଖେଳ

ଜିମ୍ବାଓ୍ବେ ବିପକ୍ଷ ଟି୨୦ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା: ସଞ୍ଜୁ ସାମସନ ବାଦ୍‌

ନୂଆଦିଲ୍ଲୀ, ୬ା୭: ଚଳିତମାସ ପରବର୍ତ୍ତୀ ଭାଗରେ ଖେଳାଯିବାକୁ ଥିବା ଜିମ୍ବାଓ୍ବେ ବିପକ୍ଷ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ସିରିଜ ପାଇଁ ସୋମବାର ଭାରତୀୟ ଦଳ ଘୋଷଣା କରାଯାଇଛି। ଚୟନକର୍ତ୍ତାମାନେ ବିଶ୍ୱକପ୍‌ ବିଜୟୀ ଉଇକେଟକିପର-ବ୍ୟାଟର ସଞ୍ଜୁ ସାମସନଙ୍କୁ ଏଥିରୁ ବାଦ୍‌ ଦେଇଥିବା ବେଳେ ଦଳରେ ପ୍ରଥମ ଥର ଦୁଇ ପେସ୍‌ ବୋଲର ୟଶ ଠାକୁର ଓ ଅଶୋକ ଶର୍ମାଙ୍କୁ ସ୍ଥାନ ଦେଇଛନ୍ତି। ଜିମ୍ବାଓ୍ବେ ଟୁର୍‌ ବେଳେ ଭାରତ ଜୁଲାଥ ୨୩, ୨୫ ଓ ୨୭ରେ ତିନୋଟି ଟି୨୦ ମ୍ୟାଚ ଖେଳିବ। ସମସ୍ତ ମ୍ୟାଚ ହରାରେଠାରେ ଖେଳାଯିବ। ବର୍ତ୍ତମାନ ଇଂଲଣ୍ଡ ବିପକ୍ଷରେ ଚାଲିଥିବା ୫ ମ୍ୟାଚ ବିଶିଷ୍ଟ ସିରିଜ ଅନ୍ତର୍ଗତ ଦ୍ୱିତୀୟ ଟି୨୦ରେ ସାମସନଙ୍କ ସ୍ଥାନରେ ସ୍ବଳ୍ପ ବୟସ ପ୍ରତିଭା ବୈଭବ ସୂର୍ଯ୍ୟବଂଶୀଙ୍କୁ ସ୍ଥାନ ମିଳିଥିଲା। କେରଳ ବ୍ୟାଟର ଆୟର୍ଲାଣ୍ଡ ବିପକ୍ଷରେ ଦୁଇଥର ଏବଂ ଡରହାମଠାରେ ଇଂଲଣ୍ଡ ବିପକ୍ଷ ଓପନିଂ ଟି୨୦ରେ ବିପଳ ହୋଇଥିଲେ। ଅଜିତ ଅଗରକରଙ୍କ ନେତୃତ୍ୱରେ ଚୟନମଣ୍ଡଳୀ ଦଳରେ ଆଉ ଜଣେ ଖେଳାଳି ଉଇକେଟକିପର ବ୍ୟାଟର ପ୍ରଭସିିମରନ ସିଂଙ୍କୁ ପ୍ରଥମ ଥର ସୁଯୋଗ ଦେଇଛନ୍ତି। ୨୦୨୪ ପରେ ଏକ୍ସପ୍ରେସ୍‌ ପେସର ମୟଙ୍କ ଯାଦବ ମଧ୍ୟ ପ୍ରଥମ ଥର ଦଳକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି।
ନୀତିଶଙ୍କ ସ୍ଥାନରେ ଦୁବେ
ସିରିଜ ପରେ ଇଂଲଣ୍ଡ ବିପକ୍ଷରେ ଖେଳାଯିବାକୁଥିବା ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଦିନିକିଆ ସିରିଜ ପାଇଁ ମଧ୍ୟ ଦଳ ଘୋଷଣା କରାଯାଇଛି। ଚୟନକର୍ତ୍ତାମାନେ ଆଘାତପ୍ରାପ୍ତ ନୀତିଶ କୁମାର ରେଡ୍ଡୀଙ୍କ ସ୍ଥାନରେ ଶିବମ ଦୁବେଙ୍କ ଦଳରେ ସାମିଲ କରିଛନ୍ତି।
ଭାରତୀୟ ଟି୨୦ ଦଳ: ଶେୟସ ଆୟର (ଅଧିନାୟକ), ବୈଭବ ସୂଯର୍ର୍‌ୟବଂଶୀ, ଅଭିଷେକ ବର୍ମା, ତିଳକ ବର୍ମା(ଉପଅଧିନାୟକ), ଇଶାନ କିଶନ (ଉଇକେଟକିପର), ଶିବମ ଦୁବେ, ସୂର୍ଯ୍ୟାଂଶ ଶେଡ୍‌ଗେ, ରିଙ୍କୁ ସିଂ, ହର୍ଷ ଦୁବେ, ବରୁଣ ଚକ୍ରବର୍ତ୍ତୀ, ପ୍ରିନ୍ସ ଯାଦବ, ୟଶ ଠାକୁର, ଅଶୋକ ଶର୍ମା, ମୟଙ୍କ ଯାଦବ ଓ ପ୍ରଭସିମରନ ସିଂ (ଉଇକେଟ କିପର)।
ଭାରତର ଅପ୍‌ ଡେଟେଡ ଦିନିକିଆ ଦଳ: ଶୁବମନ ଗିଲ୍‌ (ଅଧିନାୟକ), ରୋହିତ ଶର୍ମା, ବିରାଟ କୋହଲି, ଶେୟସ ଆୟର(ଉପଅଧିନାୟକ), କେ.ଏଲ୍‌ ରାହୁଲ (ଉଇକେଟକିପର),ଇଶାନ୍‌ କିଶନ (ଉଇକେଟକିପର), ଓ୍ବାଶିଂଟନ ସୁନ୍ଦର, ଅକ୍ଷର ପଟେଲ, କୁଲଦୀପ ଯାଦବ, ଯଶପ୍ରୀତ ବୁମ୍‌ରା, ପ୍ରସିଦ୍ଧ କ୍ରିଷ୍ଣା, ହର୍ଷିତ ରାଣା, ଅଶ;ଦୀପ ସିଂ, ଗୁର୍ନୁର ବ୍ରାର୍‌ ଓ ଶିବମ ଦୁବେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

୬ଟି ଆସନରେ ଆଜି ଉପନିର୍ବାଚନ; CM ବିଜୟଙ୍କ ପାଇଁ ବଡ଼ ରାଜନୈତିକ ପରୀକ୍ଷା, ଏହି ଦିନ ଫଳାଫଳ

ନୂଆଦିଲ୍ଲୀ,୬।୧୦: ଦେଶର ୬ଟି ଆସନରେ ଆଜି ଉପନିର୍ବାଚନ ପାଇଁ ଭୋଟିଂ ଆରମ୍ଭ ହୋଇଛି । ଆସାମର ନଗାଓଁ ଲୋକସଭା ଆସନ ସମେତ ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଓ ରେଜିନଗର,…

ଭାଉଜଙ୍କୁ ଶାରୀରିକ ସମ୍ପର୍କ ରଖିବାକୁ ବାଧ୍ୟ କରୁଥିଲେ ଦିଅର: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୬।୧୦ (ପ୍ରସନଜିତ୍‌ ସାହୁ):ରାଜଧାନୀରେ ମହିଳାଙ୍କୁ ନିର୍ଯାତନା ଘଟଣା ସାମନାକୁ ଆସିଛି। ଭାଉଜଙ୍କୁ ଦିଅର ମାନସିକ ନିର୍ଯାତନା ଦେବା ସହ ତାଙ୍କ ଫଟୋ ଭିଡିଓ ଶୁଟ୍‌ କରି ଭାଇରାଲ…

SCB ମେଡିକାଲ୍‌ କ୍ୟାମ୍ପସ୍‌ରେ ଯୁବକଙ୍କ ହାଇଡ୍ରାମା, ୫୦ ଫୁଟ ପାଣିଟାଙ୍କି ଉପରୁ ଡେଇଁ…

କଟକ,୬।୧୦(ପ୍ରଭୁକଲ୍ୟାଣ ପାଲ୍): କଟକ ବଡ ମେଡିକାଲରେ ଅଘଟଣ। ପାଣି ଟାଙ୍କି ଉପରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ। ଦୀର୍ଘ ସମୟଧରି ହାଇଡ୍ରାମା ପରେ ସେ ଟାଙ୍କି…

ଅବିଶ୍ୱାସର ସୁଅ

ମୁଖ୍ୟ ନିର୍ବାଚନ କମିଶନର (ସିଇସି)ଙ୍କୁ ହଟେଇବା ପାଇଁ ଦେଶବ୍ୟାପୀ ଆନ୍ଦୋଳନ ଚାଲିଥିବା ବେଳେ ଏବେ ତାଙ୍କୁ ଅଦାଲତରୁ ମଧ୍ୟ ବଡ଼ ଝଟ୍‌କା ମିଳିଛି। ଜ୍ଞାନେଶଙ୍କ ବିରୋଧରେ ମାମଲା…

ସୂର୍ଯ୍ୟକୁମାରଙ୍କୁ ଲାଗିଲା ଝଟକା: ସବୁଠୁ ବିଦା, ଅନ୍ଧାରରେ କ୍ୟାରିୟର

ମୁମ୍ବାଇ,୬।୧୦: ଭାରତର ଟି-୨୦ ବିଶ୍ୱକପ ବିଜୟୀ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ପାଇଁ ଏବେ ଚିନ୍ତା ବଢ଼ିଛି। ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ଏବେ ମୁମ୍ବାଇର ରଣଜୀ…

୫୦୦୦ ବର୍ଷ ପରେ ଖୋଲିଲା ଭୟଙ୍କର ରହସ୍ୟ, ରାଜାଙ୍କ ମୃତ୍ୟୁ ପରେ ସେବକ….

କାଏରୋ,୬।୧୦: ପ୍ରାଚୀନ ଇଜିପ୍ଟରେ ମୃତ ରାଜାଙ୍କ ସହିତ ସେବକମାନଙ୍କୁ ମଧ୍ୟ ଜିଅନ୍ତା ପୋତି ଦିଆଯାଉଥିବା କଥାକୁ ନେଇ ବିଭିନ୍ନ ପ୍ରକାରର ଆଲୋଚନା ହୋଇଥାଏ। ଶତାବ୍ଦୀ ଧରି ପ୍ରତ୍ନତତ୍ତ୍ୱବିତମାନଙ୍କୁ…

ୱାଇଡ ବଲ୍‌ରେ ସିଧା ଛକା! କ୍ରିକେଟ୍‌ରେ ଘଟିଲା ଅଜବ ଘଟଣା, ଦେଖନ୍ତୁ Video

ନୂଆଦିଲ୍ଲୀ,୫।୧୦: କ୍ରିକେଟ୍‌ରେ ୱାଇଡ ବଲ ବାଉଣ୍ଡାରୀ ପାର କରିବା ଦୃଶ୍ୟ ଦର୍ଶକମାନେ ଅନେକ ଥର ଦେଖିଛନ୍ତି। ବିଶେଷକରି ଉଇକେଟକିପରଙ୍କ ପହଞ୍ଚରୁ ଦୂରକୁ ଯାଇଥିବା ୱାଇଡ ବଲ ବାଉଣ୍ଡାରୀ…

ଶୋଇଥିବା ବେଳେ ହଠାତ୍ ହେଲା ଭୂକମ୍ପ, ଲୋକେ ଛାନିଆ ହୋଇ…

ଗୁଆହାଟୀ,୬।୧୦: ଆସାମର ନଗାଓଁ ଜିଲାରେ ମଙ୍ଗଳବାର ସକାଳୁ ଭୂକମ୍ପର ଝଟକା ଅନୁଭୂତ ହୋଇଛି। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର (NCS) ଅନୁସାରେ, ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?