Posted inଖେଳ

ପ୍ରଣୟ ନମ୍ବର ଓ୍ବାନ୍‌

କୁଆଲାଲାମ୍ପୁର, ୯ା୯ (ପି.ଟି) : ଭାରତୀୟ ଷ୍ଟାର ସଟଲର ଏଚ୍‌ ଏସ୍‌ ପ୍ରଣୟ ବିଶ୍ୱ ମାନ୍ୟତାର ଏକ ନମ୍ବର ସ୍ଥାନ ଅଳଙ୍କୃତ କରିଛନ୍ତି। ପୁରୁଷ ସିଙ୍ଗଲ୍ସ ବର୍ଗରେ ପ୍ରଣୟ ବିଡବ୍ଲ୍ୟୁଏଫ୍‌ ଓ୍ବାଲର୍‌ଡ ଟୁର୍‌ ର଼୍ୟାଙ୍କିଙ୍ଗରେ ପଦୋନ୍ନତିକୁ ନେଇ ଭାରତୀୟ ବ୍ୟାଡମିଣ୍ଟନ ସଂଘି(ବାଇ) ସଭାପତି ହିମନ୍ତ ବିଶ୍ୱ ଶର୍ମା ଶୁଭେଚ୍ଛା ଜଣାଇଛନ୍ତି। ବିଡବ୍ଲ୍ୟୁଏଫ୍‌ ଓ୍ବାଲର୍‌ଡ ଟୁରର ଏହା ୫ମ ସଂସ୍କରଣ ହୋଇଥିବା ବେଳେ ଜାନୁୟାରୀ ୧୧ରୁ ଡିସେମ୍ବର ୧୮ ଯାଏଁ ଟୁର୍ନାମେଣ୍ଟ ଗୁଡିକ ଏହା ମଧ୍ୟରେ ଅନ୍ତର୍ଭୁକ୍ତ। ସେପ୍ଟେମ୍ବର ୬ ତାରିଖରେ ବିଡବ୍ଲ୍ୟୁଏଫ୍‌ ପକ୍ଷରୁ ଏହାର ର଼୍ୟାଙ୍କିଙ୍ଗ ତାଲିକାକୁ ଅପଡେଟ୍‌ କରାଯାଇଥିବା ବେଳେ ପ୍ରଣୟଙ୍କୁ ଏକ ନମ୍ବର ସ୍ଥାନ ମିଳିଥିଲା। ଜାନୁୟାରୀରେ ପ୍ରଣୟ ଇଣ୍ଡିଆନ୍‌ ଓପନ ଓ ସୟଦ ମୋଦୀ ଇଣ୍ଟରନ୍ୟାସନାଲ ୨୦୨୨ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଥିଲେ। ମାର୍ଚ୍ଚ ମାସରେ ଜର୍ମାନ ଓପନ କ୍ୱାର୍ଟରରେ ପ୍ରବେଶ କରିଥିବା ବେଳେ ଅଲ ଇଂଲଣ୍ଡ ଚାମ୍ପିୟନଶିପର ପ୍ରଥମ ରାଉଣ୍ଡରୁ ବିଦାୟ ନେଇଥିଲେ। ତେବେ ଏହାର କିଛି ଦିନ ମଧ୍ୟରେ ସ୍ବିସ୍‌ ଓପନ ରନର୍ସ ଅପ୍‌ ହୋଇଥିଲେ। ଏପ୍ରିଲ ମାସରେ କୋରିଆ ଓପନ ଓ ଥାଇଲାଣ୍ଡ ଓପନ ପ୍ରଥମ ରାଉଣ୍ଡରୁ ବିଦାୟ ନେଇଥିଲେ। ଜୁନ୍‌ ମାସରେ ଇଣ୍ଡୋନେସିଆ ଓପନ ଓ ମାଲେସିଆ ଓପନରେ ଯଥାକ୍ରମେ ସେମି ଓ କ୍ୱାର୍ଟର ଫାଇନାଲ ପ୍ରବେଶ କରିଥିଲେ। ଜୁଲାଇ ମାସରେ ମଧ୍ୟ ମାଲେସିଆ ମାଷ୍ଟର୍ସ ସେମି ଓ ସିଙ୍ଗାପୁର ଓପନ କ୍ୱାର୍ଟର ଫାଇନାଲରେ ସେ ପ୍ରବେଶ କରଥିଲେ। ଅଗଷ୍ଟ ମାସରେ ମଧ୍ୟ ସେ ଜାପାନ ଓପନରେ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିବା ସହିତ ବିଶ୍ୱ ମାନ୍ୟତାରେ ଏକ ନମ୍ବର ସ୍ଥାନକୁ ଉନ୍ନୀତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ପାକିସ୍ତାନ କ୍ରିକେଟକୁ ନେଇ ଆସିଲା ବଡ଼ ଖବର, ସୋଏବ ଅଖତର ଦେଲେ ଏମିତି ଉତ୍ତର ସମସ୍ତେ ଚକିତ

ଇସଲାମାବାଦ,୪।୧୦: ଶୋଏବ ଅଖତର କ’ଣ ପାକିସ୍ତାନ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା (ଚିଫ ସିଲେକ୍ଟର) ହେବାକୁ ଯାଉଛନ୍ତି? ସାମ୍ପ୍ରତିକ ସମୟରେ ଇଣ୍ଟରନେଟରେ ଏହାକୁ ନେଇ ବ୍ୟାପକ ଚର୍ଚ୍ଚା…

ଅକ୍ଟୋବରରେ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ଦିନିକିଆ ମ୍ୟାଚ ଖେଳିବ ଟିମ ଇଣ୍ଡିଆ; ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ଥାନ ନେବେ ଏହି ଖେଳାଳି

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳ ଅକ୍ଟୋବର ୬ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ, ଅନ୍ୟ ଏକ ଭାରତୀୟ ଦଳ ଅଷ୍ଟ୍ରେଲିଆର…

ଟିଏମସି (TMC)କୁ ଲାଗିବ ଶକ୍ତ ଧକ୍କା, ଦଳ ଛାଡିଥିବା ନେତାଙ୍କୁ ଭାଜପା ଦେଲା ବଡ଼ ସୁଯୋଗ

ନୂଆଦିଲ୍ଲୀ,୪।୧୦: ଭାରତୀୟ ଜନତା ପାର୍ଟି(ଭାଜପା)ର କେନ୍ଦ୍ରୀୟ ନିର୍ବାଚନ କମିଟି ରବିବାର (ଅକ୍ଟୋବର ୪) ରାଜ୍ୟ ସଭା ନିର୍ବାଚନ ପାଇଁ ଦୁଇଜଣ ପ୍ରମୁଖ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?