Posted inଖେଳ

ଇଣ୍ଡିଆନ୍‌ ସୁପର ଲିଗ୍‌: ବେଙ୍ଗାଲୁରୁଠାରୁ ହାରିଲା ଇଷ୍ଟ ବେଙ୍ଗଲ

ଭାସ୍କୋ,୩।୨(ପି.ଟି.): ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ସୁନୀଲ ଛେତ୍ରୀଙ୍କ ବେଙ୍ଗାଲୁରୁ ଏଫ୍‌ସି ୨-୦ ଗୋଲରେ ଇଷ୍ଟ ବେଙ୍ଗଲକୁ ପରାସ୍ତ କରିଛି। କ୍ୱାଲିଟି ଖେଳ ପ୍ରଦର୍ଶନ କରିଥିଲେ ମଧ୍ୟ ଇଷ୍ଟ ବେଙ୍ଗଲ ସୁଯୋଗର ସଦ୍‌ବ୍ୟବହାର କରିପାରି ନ ଥିଲା। ପୁଣି ଆତ୍ମଘାତୀ ଗୋଲ ପାଇଁ ଦଳ ପରାସ୍ତ ହୋଇଥିଲା। ସ୍ଥାନୀୟ ତିଲକ ମଇଦାନରେ ଅନୁଷ୍ଠିତ ଏହି ମାଚ୍‌ରେ ବେଙ୍ଗାଲୁରୁ ତରଫରୁ ବ୍ରାଜିଲ ଷ୍ଟ୍ରାଇକର କ୍ଲେଇଟନ ସିଲ୍‌ଭା ୧୧ତମ ମିନିଟ୍‌ରେ ପ୍ରଥମ ଗୋଲ ସ୍କୋର କରିଥିଲେ। ଏହାପରେ ୪୫ତମ ମିନିଟ୍‌ରେ ଇଷ୍ଟ ବେଙ୍ଗଲର ଦେବଜିତ ମଜୁମଦାରଙ୍କ ଦ୍ୱାରା ଆତ୍ମଘାତୀ ଗୋଲ ହୋଇଥିଲା। ଫଳରେ ପ୍ରଥମାର୍ଦ୍ଧ ଶେଷ ସୁଦ୍ଧା ବେଙ୍ଗାଲୁରୁ ୨-୦ରେ ଅଗ୍ରଣୀ ହାସଲ କରିଥିଲା। ଏହାପରେ ମ୍ୟାଚ୍‌ ବେଶ୍‌ ସଂଘର୍ଷପୂର୍ଣ୍ଣ ହୋଇଥିଲେ ମଧ୍ୟ ଗୋଲ ସମ୍ଭବ ହୋଇ ନ ଥିଲା। ଫଳରେ ବେଙ୍ଗାଲୁରୁ ବିଜୟୀ ହୋଇଥିଲା।
ବଲ ପଜେଶନ, ପାସ୍‌ ଓ ପାସ୍‌ ଆକ୍ୟୁରେସିରେ ଇଷ୍ଟ ବେଙ୍ଗଲ ଯଥେଷ୍ଟ ଆଗରେ ଥିଲା। ଏଥିସହ ବେଙ୍ଗାଲୁରୁ ୧୫ଟି ମ୍ୟାଚ୍‌ ଖେଳି ୪ ବିଜୟ, ୬ ଡ୍ର ଓ ୫ ପରାଜୟ ସହ ୧୮ ପଏଣ୍ଟ ପାଇ ତାଲିକାର ଷଷ୍ଠ ସ୍ଥାନରେ ରହିଛି। ଅନ୍ୟପଟେ ଇଷ୍ଟ ବେଙ୍ଗଲ ୧୫ ମ୍ୟାଚ୍‌ ଖେଳି ୨ ବିଜୟ, ୭ ଡ୍ର ଓ ୬ ପରାଜୟ ସହ ୧୩ ପଏଣ୍ଟ ପାଇ ତାଲିକାର ଦଶମ ସ୍ଥାନରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିରାଟ-ରୋହିତଙ୍କୁ ଟେଷ୍ଟରୁ ଅବସର ନେବାକୁ କରାଯାଇଥିଲା ବାଧ୍ୟ! ଏହି ଖେଳାଳିଙ୍କ ବୟାନ ପରେ କ୍ରିକେଟ ଜଗତରେ ଝଡ

ନୂଆଦିଲ୍ଲୀ,୩୧।୧୨: କ୍ରିକେଟର ଦୁଇ ବଡ ନାମ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ହଠାତ୍‌ ଟେଷ୍ଟ କ୍ରିକେଟରୁ ଅବସରକୁ ନେଇ ଚର୍ଚ୍ଚା ପୁଣି ଥରେ ତୀବ୍ର...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

ଟି-୨୦ ବିଶ୍ୱକପରୁ ବାଦ୍‌ ପଡିଲେ ଏହି ୩ ଷ୍ଟାର ଖେଳାଳି, ଆଇପିଏଲ ନିଲାମରେ କୋଟି କୋଟି ଟଙ୍କା ମିଳି ମଧ୍ୟ…

ନୂଆଦିଲ୍ଲୀ,୩୦।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଇଂଲଣ୍ଡର ଦଳ ଘୋଷଣା କରାଯାଇଛି। ଇସିବି ଅସ୍ଥାୟୀ ଦଳ ପ୍ରକାଶ କରିଛି। ଦଳରେ ହ୍ୟାରି ବ୍ରୁକ (ଅଧିନାୟକ), ଜୋଫ୍ରା...

ବଲିଉଡ ଅଭିନେତ୍ରୀଙ୍କ ବିସ୍ଫୋରକ ବୟାନ, ବିବାହିତ ସୂରିୟାଙ୍କୁ ନେଇ ଚର୍ଚ୍ଚା

ମୁମ୍ବାଇ,୩୦।୧୨: ଭାରତୀୟ ଟି-୨୦ କ୍ରିକେଟ ଦଳର ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ନେଇ ଚାଞ୍ଚଲ୍ୟକର ଦାବି କରିଛନ୍ତି ବଲିଉଡ ଅଭିନେତ୍ରୀ। ପୂର୍ବରୁ ଅନେକ ଅଭିନେତ୍ରୀଙ୍କ ସହିତ କ୍ରିକେଟରଙ୍କ...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଦଳ ଘୋଷଣା କଲା ଇଂଲଣ୍ଡ, ଜାଣନ୍ତୁ କାହାକୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୩୦।୧୨: ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB) ଭାରତରେ ହେବାକୁ ଥିବା ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଏହାର ଦଳ ଘୋଷଣା କରିଛି। ଆଶ୍ଚର୍ଯ୍ୟଜନକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri