Posted inଖେଳ

ଇଣ୍ଡିଆନ ସୁପର ଲିଗ୍‌: ବିଜୟଧାରକୁ ଫେରିଲା ନର୍ଥଇଷ୍ଟ

ଭାସ୍କୋ,୧୮।୧: ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ରବିବାର ଖେଳାଯାଇଥିବା ପ୍ରଥମ ମ୍ୟାଚ୍‌ରେ ନର୍ଥଇଷ୍ଟ ୟୁନାଇଟେଡ ଏଫ୍‌ସି ୨-୧ ଗୋଲରେ ଜାମସେଦପୁର ଏଫ୍‌ସିକୁ ପରାସ୍ତ କରିଛି। ଏଥିସହିତ ନର୍ଥଇଷ୍ଟ ୭ଟି ମ୍ୟାଚ୍‌ ପରେ ବିଜୟୀ ହୋଇଛି। ସ୍ଥାନୀୟ ତିଳକ ମଇଦାନରେ ଅନୁଷ୍ଠିତ ଏହି ମୁକାବିଲାରେ ଜାମସେଦପୁର ପ୍ରଭାବ ବିସ୍ତାର କରି ଖେଳିଥିଲେ ମଧ୍ୟ ବିଜୟୀ ହୋଇପାରି ନ ଥିଲା। ନର୍ଥଇଷ୍ଟ ତରଫରୁ ଆଶୁତୋଷ ମେହେଟ୍ଟା ୩୬ତମ ମିନିଟ୍‌ରେ ପ୍ରଥମ ଗୋଲ ଦେଇଥିଲେ। ଏହାପରେ ଜାମାଇକା ଫରଓ୍ବାର୍ଡ ଡେସହର୍ନ ବ୍ରାଉନ ୬୧ ତମ ମିନିଟ୍‌ରେ ଗୋଲ ଦେଇ ନର୍ଥଇଷ୍ଟକୁ ୨-୦ରେ ଅଗ୍ରଣୀ କରାଇଥିଲେ। ନିର୍ଦ୍ଧାରିତ ସମୟ ଶେଷ ହେବାର ଗୋଟିଏ ମିନିଟ୍‌ ପୂର୍ବରୁ ଜାମସେଦପୁର ତରଫରୁ ଇଂଲଣ୍ଡ ଡିଫେଣ୍ଡର ପିଟର ହାର୍ଟଲି ଗୋଲ ଦେଇ ପରାଜୟ ବ୍ୟବଧାନକୁ କମାଇଥିଲେ। ଏଥିସହ ୧୨ଟି ମ୍ୟାଚ ଖେଳି ୩ ବିଜୟ, ୬ ଡ୍ର ଓ ୩ ପରାଜୟ ସହ ୧୬ ପଏଣ୍ଟ ହାସଲ କରି ନର୍ଥଇଷ୍ଟ ତାଲିକାର ପଞ୍ଚମ ସ୍ଥାନକୁ ଉଠିଛି। ଅନ୍ୟପଟେ ୧୨ ମ୍ୟାଚ ଖେଳି ୩ ବିଜୟ, ୪ ଡ୍ର ଓ ୫ ପରାଜୟ ସହ ୧୩ ପଏଣ୍ଟ ପାଇ ଜାମସେଦପୁର ଅଷ୍ଟମ ସ୍ଥାନରେ ରହିଛି।

ଏଟିକେ ମୋହନ ବାଗାନ- ଗୋଆ ମ୍ୟାଚ ଡ୍ର
ମାର୍ଗାଓ,୧୮।୧: ଆଇଏସ୍‌ଏଲ୍‌ରେ ରବିବାର ଏଫ୍‌ସି ଗୋଆ ଓ ଏଟିକେ ମୋହନ ବାଗାନ ମଧ୍ୟରେ ଅନୁଷ୍ଠିତ ଦ୍ୱିତୀୟ ମ୍ୟାଚ ୧-୧ ଗୋଲରେ ଅମୀମାଂସିତ ରହିଛି। ସ୍ଥାନୀୟ ଫାଟୋର୍ଡା ଷ୍ଟାଡିୟମରେ ଅନୁଷ୍ଠିତ ଏହି କଡ଼ା ସଂଘର୍ଷପୂର୍ଣ୍ଣ ମୁକାବିଲାର ପ୍ରଥମାର୍ଦ୍ଧ ଗୋଲଶୂନ୍ୟ ଭାବେ ଶେଷ ହୋଇଥିଲା। ଦ୍ୱିତୀୟାର୍ଦ୍ଧରେ ଏଟିକେ ତରଫରୁ ୭୫ତମ ମିନିଟ୍‌ରେ ସ୍ପାନିଶ ଫୁଟବଲର ଏଡୁ ଗାର୍ସିଆ ଗୋଲ ଦେଇ ଦଳକୁ ଅଗ୍ରଣୀ କରାଇଥିଲେ। ତେବେ ୮୪ତମ ମିନିଟ୍‌ରେ ଇଶାନ ପଣ୍ଡିତ ଗୋଆ ତରଫରୁ ଗୋଲ ଦେଇ ମ୍ୟାଚକୁ ୧-୧ ସମାନସ୍ତରକୁ ଆଣିଥିଲେ। ୪ ମିନିଟ୍‌ର ଇଞ୍ଜୁରି ଟାଇମ ଖେଳ ହୋଇଥିଲେ ମଧ୍ୟ ଆଉ ଗୋଲ ସ୍କୋର ହୋଇପାରି ନ ଥିଲା। ଫଳରେ ମ୍ୟାଚ ଅମୀମାଂସିତ ରହିଥିଲା। ଏଥିସହ ଗୋଆ ୧୨ ମ୍ୟାଚ ଖେଳି ୫ ବିଜୟ, ୪ ଡ୍ର ଓ ୩ ପରାଜୟ ସହ ୧୯ ପଏଣ୍ଟ ହାସଲ କରି ତାଲିକାର ତୃତୀୟ ସ୍ଥାନରେ ରହିଛି। ଅନ୍ୟପଟେ ଏଟିକେ ୧୧ ମ୍ୟାଚ ଖେଳି ୬ ବିଜୟ, ୩ ଡ୍ର ଓ ୨ ପରାଜୟ ସହ ୨୧ ପଏଣ୍ଟ ହାସଲ କରି ଦ୍ୱିତୀୟ ସ୍ଥାନରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ୟୁଏଇକୁ ହରାଇ ଖାତା ଖୋଲିଲା ଆଫଗାନିସ୍ଥାନ

ନୂଆଦିଲ୍ଲୀ,୧୬ା୨: ଅଜ୍‌ମାତୁଲ୍ଲାଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ସହାୟତାରେ ଆଫଗାନିସ୍ତାନ ସୋମବାର ଖେଳାଯାଇଥିବା ୟୁଏଇ ବିପକ୍ଷ ଟି୨୦ ବିଶ୍ୱକପ ମ୍ୟାଚ୍‌ରେ ୫ ଉଇକେଟରେ ବିଜୟ ହୋଇଛି। ଓମାରଜାଇ ୪ ଉଇକେଟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ଇତିହାସ ରଚିଲେ ରସିଦ୍ ଖାନ୍: ବିଶ୍ୱର ପ୍ରଥମ ବୋଲର ଭାବେ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୬।୨: ଆଫଗାନିସ୍ତାନର ଅଧିନାୟକ ରଶିଦ ଖାନ୍ କ୍ରିକେଟ୍ ଜଗତରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ସୋମବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଆଇସିସି ପୁରୁଷ…

ପରୀକ୍ଷା ଦେବେନାହିଁ ବୈଭବ ସୂର୍ଯ୍ୟବଂଶୀ, କାରଣ କହିଲେ ପିତା

ନୂଆଦିଲ୍ଲୀ,୧୬।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ସମ୍ପର୍କରେ ଏକ…

ଟିମ ଇଣ୍ଡିଆ ହାତରୁ ଖସିପାରେ ବିଶ୍ୱକପ୍‌ ଟ୍ରଫି: ପାକିସ୍ତାନ ବିପକ୍ଷ ବିଜୟ ଭଲ ସଙ୍କେତ ନୁହେଁ, ଡରାଉଛି ସଂଯୋଗ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ୨୦୨୬ ଟି୨୦ ବିଶ୍ୱକପ୍‌ର ଗ୍ରୁପ ପର୍ଯ୍ୟାୟରେ ପାକିସ୍ତାନକୁ ପରାସ୍ତ କରି ସୁପର ୮ରେ ପ୍ରବେଶ କରିଥିଲା। ଫଳାଫଳ କାହାକୁ ଆଶ୍ଚର୍ଯ୍ୟ କରି ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri