Posted inଖେଳ

ଇଣ୍ଡିଆନ ସୁପର ଲିଗ୍‌: ଓଡ଼ିଶା- ହାଇଦ୍ରାବାଦ ମ୍ୟାଚ୍‌ ଡ୍ର

ମାର୍ଗାଓ,୧୯।୧: ଇଣ୍ଡିଆନ ସୁପର ଲିଗ (ଆଇଏସ୍‌ଏଲ୍‌)ରେ ଓଡ଼ିଶା ଏଫ୍‌ସି ଆଉ ଏକ ମ୍ୟାଚ୍‌ ଡ୍ର ରଖିଛି। ସ୍ଥାନୀୟ ଫାଟୋର୍ଡା ଷ୍ଟାଡିୟମରେ ମଙ୍ଗଳବାର ଓଡ଼ିଶା ଓ ହାଇଦ୍ରାବାଦ ଏଫ୍‌ସି ମଧ୍ୟରେ ଅନୁଷ୍ଠିତ ମ୍ୟାଚ୍‌ ୧-୧ ଗୋଲରେ ଅମୀମାଂସିତ ରହିଛି। କଡ଼ା ସଂଘର୍ଷପୂର୍ଣ୍ଣ ଏହି ମ୍ୟାଚ୍‌ରେ ଲେଫ୍ଟ ଓ୍ବିଙ୍ଗର ହାଲିଚରଣ ନାର୍ଜାରୀ ୧୩ ତମ ମିନିଟ୍‌ରେ ଗୋଲ ଦେଇ ହାଇଦ୍ରାବାଦକୁ ଅଗ୍ରଣୀ କରାଇଥିଲେ। ତେବେ ଦ୍ୱିତୀୟାର୍ଦ୍ଧରେ ଓଡ଼ିଶା ତରଫରୁ ଦକ୍ଷିଣ ଆଫ୍ରିକା ସେଣ୍ଟ୍ରାଲ ମିଡ୍‌ଫିଲ୍ଡର କୋଲ ଆଲେକଜାଣ୍ଡାର ୫୧ତମ ମିନିଟ୍‌ରେ ଗୋଲ ଦେଇ ମ୍ୟାଚ୍‌କୁ ୧-୧ ସମାନସ୍ତରକୁ ଆଣିଥିଲେ। ଏହାପରେ ଉଭୟ ଦଳ ପ୍ରଭାବ ବିସ୍ତାର କରି ଖେଳିବାକୁ ପ୍ରୟାସ କରିଥିଲେ ମଧ୍ୟ ଗୋଲ ହୋଇପାରି ନ ଥିଲା। ଫଳରେ ମ୍ୟାଚ୍‌ ଡ୍ର ରହିଥିଲା। ଏଥିସହ ଓଡ଼ିଶା ୧୨ ମ୍ୟାଚ୍‌ ଖେଳି ୧ ବିଜୟ, ୪ ଡ୍ର ଓ ୭ ପରାଜୟ ସହ ୭ ପଏଣ୍ଟ ପାଇ ତାଲିକାର ଏକାଦଶ ତଥା ସିର୍ବନିମ୍ନ ସ୍ଥାନରେ ରହିଛି। ଅନ୍ୟପଟେ ହାଇଦ୍ରାବାଦ ୧୨ ମ୍ୟାଚ୍‌ ଖେଳି ୪ ବିଜୟ, ୫ ଡ୍ର ଓ ୩ ପରାଜୟ ସହ ୧୭ ପଏଣ୍ଟ ପାଇ ତାଲିକାର ଚତୁର୍ଥ ସ୍ଥାନରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସେବା ସେତୁ କାର୍ଯ୍ୟକ୍ରମରେ ଲୋକଙ୍କ ଅଭିଯୋଗ ଶୁଣିଲେ ଉପଜିଲାପାଳ

ଦାରିଙ୍ଗବାଡି,୫।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସୋମବାର ‘ସେବା ସଂକଳ୍ପ ଅଭିଯାନ-୨୦୨୬’ ଅନୁଷ୍ଠିତ ହୋଇଯାଇଛି। ଅଭିଯାନର ମୂଳ ଲକ୍ଷ ଏବଂ ଜନସାଧାରଣଙ୍କ…

ଘରକୁ ଫେରୁଥିଲେ ଈଶ୍ୱର, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଗଲା…

ବଲାଙ୍ଗୀର, ୫।୧୦ (ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ସହରର ସଦର ଥାନା ନିକଟ ଲାଲଟିକ୍ରାସ୍ଥିତ ଇରିଗେସନ ଅଫିସ ସମ୍ମୁଖରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ…

ୟୁପି ରାଜ୍ୟସଭା ନିର୍ବାଚନ: ୮ ପ୍ରାର୍ଥୀଙ୍କ ନାଁ ଘୋଷଣା କଲା ଭାଜପା

ଲକ୍ଷ୍ନୌ,୫।୧୦: ଉତ୍ତର ପ୍ରଦେଶ(ୟୁପି)ରେ ହେବାକୁ ଥିବା ୨୦୨୬ ରାଜ୍ୟସଭା ନିର୍ବାଚନ ପାଇଁ ୮ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ଭାଜପା। ଦଳର କେନ୍ଦ୍ରୀୟ ନିର୍ବାଚନ କମିଟି ଏହି…

କେସିଙ୍ଗା-ଭବାନୀପାଟଣା ଭାୟା ଉତ୍କେଲା ରେଳ ପ୍ରକଳ୍ପ: ଆରଇଟି ସର୍ଭେ ପାଇଁ ଡିଆରଏମ୍‌ଙ୍କୁ ଦାବି

କେସିଙ୍ଗା, ୫।୧୦ (ତୁମେଶ୍ୱର ସାହୁ): କେସିଙ୍ଗା-ଭବାନୀପାଟଣା ଭାୟା ଉତ୍କେଲା ରେଳ ପ୍ରକଳ୍ପର ଆରଇଟି ସର୍ଭେ ତଥା ପ୍ରକଳ୍ପ ପାଇଁ ଆବଶ୍ୟକ ବଜେଟ ବ୍ୟୟବରାଦ ଦାବିରେ କଳାହାଣ୍ଡି ରେଳ…

ଧରିତ୍ରୀରେ ଖବର ପ୍ରକାଶ ପରେ ବଡ଼ ପଦକ୍ଷେପ: ସିମନବାଡ଼ିରେ ଡ୍ରେନ ସଫେଇ, ଜେସିବିରେ ହଟିଲା ଅଳିଆ

ଦାରିଙ୍ଗବାଡ଼ି, ୫।୧୦ (ଅରୁଣ ସାହୁ): ଖବର ପ୍ରକାଶ ପରେ ତତ୍ପର ହୋଇଛି ପଞ୍ଚାୟତ ପ୍ରଶାସନ। କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ପଞ୍ଚାୟତ ଅଞ୍ଚଳରେ ଦୀର୍ଘଦିନ ଧରି…

ଟିମ୍‌ଇଣ୍ଡିଆ ଉପରେ ICC ନେଲା କଡ଼ା କାର୍ଯ୍ୟାନୁଷ୍ଠାନ: ଜିତିବା ସତ୍ତ୍ୱେ ବି…

ନୂଆଦିଲ୍ଲୀ,୫।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଶେଷ ହୋଇଛି ୩ ମ୍ୟାଚ୍‌ର ଦିନିକିଆ ସିରିଜ। ଭାରତ ସିରିଜକୁ ୨-୧ରେ ଜିତିଥିଲେ ମଧ୍ୟ ତୃତୀୟ ମ୍ୟାଚକୁ ନେଇ ଅନ୍ତର୍ଜାତୀୟ…

ଭଞ୍ଜନଗର ସର୍କଲ ବିଦ୍ୟୁତ କର୍ମଚାରୀଙ୍କ ଧାରଣା: ଟାଟା ପାୱାରରେ ଛଟେଇ ଓ କର୍ମଚାରୀ ହ୍ରାସକୁ ବିରୋଧ

ଭଞ୍ଜନଗର, ୫।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ଅଧୀକ୍ଷଣ ଯନ୍ତ୍ରୀଙ୍କ ଅଧୀନରେ କାର୍ଯ୍ୟରତ ଠିକା ବିଦ୍ୟୁତ କର୍ମଚାରୀଙ୍କ ଛଟେଇ ଆଶଙ୍କା ଏବଂ କଣ୍ଟ୍ରୋଲ୍…

ନୋଟ୍ ନୁହେଁ, ଭୋଟ୍! ଛାତ୍ର ନିର୍ବାଚନରେ ଖର୍ଚ୍ଚ ସୀମା ୫ ହଜାର

ଭୁବନେଶ୍ୱର,୫।୧୦: କଲେଜ ଓ ବିଶ୍ୱବିଦ୍ୟାଳୟରେ ନିର୍ବାଚନକୁ ନେଇ ଆସିଲା କଡ଼ା ନିୟମ। ନିର୍ବାଚନ ଲଢ଼ୁଥିବା ପ୍ରତ୍ୟେକ ପ୍ରାର୍ଥୀ ସର୍ବାଧିକ ୫ ହଜାର ଟଙ୍କା ଖର୍ଚ୍ଚ କରିପାରିବେ। ନିର୍ବାଚନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?