Posted inଖେଳ

ଇଣ୍ଡିଆନ ସୁପରଲିଗ୍‌: ଶେଷ ମୁହୂର୍ତ୍ତ ଗୋଲରେ ହାରିଲା ଓଡ଼ିଶା

ଫତୋର୍ଡା, ୪।୧୨-
୯୦ ମିନିଟରେ କଡ଼ା ଟକ୍କର। ଉଭୟ ଓଡ଼ିଶା ଏଫ୍‌ସି ଓ ଏଟିକେ ମୋହନବାଗାନ ଗୋଲଶୂନ୍ୟଭାବେ ୪ ମିନିଟ ଇଞ୍ଜୁରି ଟାଇମ୍‌ ଖେଳିଲେ। ଏହାର ୩ ମିନିଟ ପର୍ଯ୍ୟନ୍ତ ମଧ୍ୟ ଗୋଲ ନାହିଁ। ମାତ୍ର ଶେଷ ମୁହୂର୍ତ୍ତରେ ଗୋଲ ବରଣ ଯୋଗୁ ଓଡ଼ିଶା ଏଫ୍‌ସିକୁ ଚଳିତ ଇଣ୍ଡିଆନ ସୁପରଲିଗ୍‌ (ଆଇଏସ୍‌ଏଲ୍‌)ର ଗୁରୁବାର ମ୍ୟାଚରେ ଦୁଃଖଦ ପରାଜୟ ମିଳିଛି। ପୂରା ମ୍ୟାଚରେ ଲଢ଼ୁଆ ପ୍ରଦର୍ଶନ କରିଥିଲେ ହେଁ ଫଳାଫଳ ଭୁବନେଶ୍ୱରଭିତ୍ତିକ ଏହି ଫ୍ରାଞ୍ଚାଇଜ୍‌କୁ ନିରାଶ କରିଛି। ଏଟିକେ ମୋହନବାଗାନର ତାରକା ଷ୍ଟ୍ରାଇକର ରୟ କ୍ରିଷ୍ଣା ପୁଣି ହିରୋ ସାବ୍ୟସ୍ତ ହୋଇଛନ୍ତି। ତାଙ୍କ ଇଞ୍ଜୁରି ଟାଇମ୍‌ ଗୋଲ ବଳରେ ଏଟିକେ ୩ ମ୍ୟାଚରୁ ତୃତୀୟ ବିଜୟ ସହ ପଏଣ୍ଟ ଟେବୁଲର ଶୀର୍ଷକୁ ଫେରିଛି। ପୂର୍ବ ୨ ମ୍ୟାଚରେ ଏହି ଦଳ ଯଥାକ୍ରମେ କେରଳ ବ୍ଲାଷ୍ଟର୍ସକୁ ୧-୦ ଏବଂ ଇଷ୍ଟବେଙ୍ଗଲକୁ ୨-୦ ଗୋଲରେ ପରାସ୍ତ କରିଥିଲା। ଅନ୍ୟପକ୍ଷରେ ୩ ମ୍ୟାଚରୁ ଦ୍ୱିତୀୟ ପରାଜୟ ସହ ଓଡ଼ିଶା ଏଫ୍‌ସି ୧୦ମ ସ୍ଥାନରେ ଅପରିବର୍ତ୍ତିତ ରହିଛି। ମୋହନବାଗାନର ଟିରି ପାସ୍‌ ଅଫ୍‌ ଦି ମ୍ୟାଚ ଏବଂ କ୍ରିଷ୍ଣା ହିରୋ ଅଫ୍‌ ଦି ମ୍ୟାଚ ପୁରସ୍କାର ଲାଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏହି ଟିମ୍‌ ହେବ ଏଥର ଆଇପିଏଲ୍‌ ଚାମ୍ପିୟନ୍‌: ଭବିଷ୍ୟବାଣୀ କଲେ ୱାସିମ ଆକ୍ରମ

ନୂଆଦିଲ୍ଲୀ,୨୫।୪: ପାକିସ୍ତାନର ପୂର୍ବତନ ଦ୍ରୁତ ବୋଲର ୱାସିମ ଆକ୍ରମ ଆଇପିଏଲ ୨୦୨୪ର ବିଜେତାକୁ ନେଇ ଭବିଷ୍ୟବାଣୀ କରିଛନ୍ତି। ସେ କହିଛନ୍ତି, ଏହା ପୂର୍ବାନୁମାନ କରିବା କଷ୍ଟକର...

ପନ୍ତଙ୍କ ଛକାରେ କ୍ୟାମେରାମ୍ୟାନ୍‌ ଆହତ: ମ୍ୟାଚ୍‌ ପରେ ଏମିତି କଥା କହି ସମସ୍ତଙ୍କ ହୃଦୟ ଜିତିଲେ

ନୂଆଦିଲ୍ଲୀ,୨୫।୪: ଆଇପିଏଲ୍‌ ୨୦୨୪ରେ ରିଷଭ ପନ୍ତ ଭଲ ଫର୍ମ ଦେଖାଉଛନ୍ତି। ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଖେଳାଯାଇଥିବା ଟୁର୍ନାମେଣ୍ଟର ୪୦ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ଅଧିନାୟକ ଏକ...

ଏହି କ୍ରିକେଟର୍‌ଙ୍କୁ ଆକ୍ରମଣ କଲା ଚିତାବାଘ: ପୋଷା କୁକୁର ବଞ୍ଚାଇଦେଲା ଜୀବନ

ହରାରେ,୨୫।୪: ଜିମ୍ବାୱେର ପୂର୍ବତନ କ୍ରିକେଟର ଗାଏ ହ୍ବିଟଲଙ୍କୁ ଏକ ଚିତାବାଘ ଆକ୍ରମଣ କରିଛି। ଏହି ଆକ୍ରମଣରେ ସେ ଗୁରୁତର ଆହତ ହୋଇଛନ୍ତି। ପୋଷା କୁକୁର ତାଙ୍କ...

ଯଦି ଫାଇନାଲରେ କୁମ୍ବଲେଙ୍କ ଏହି କଥା ମାନିଥାନ୍ତେ ଉଥପ୍ପା, ଆଇପିଏଲ୍‌ ଚାମ୍ପିୟନ ହୋଇଥାନ୍ତା RCB

ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ ସମୟରେ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ଲୋକପ୍ରିୟ ଟିମ୍‌ ମଧ୍ୟରେ ରହିଛନ୍ତି ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ। ଏହାଛଡ଼ା ରୟାଲ ଚ୍ୟାଲେଞ୍ଜର୍ସ...

ଗୋଟିଏ ବଲ୍‌ରେ ପଲଟିଗଲା ପୂରା ମ୍ୟାଚ୍‌: ସମସ୍ତେ ହୋଇଗଲେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫।୪: ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସକୁ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନ୍‌ରେ ପରାସ୍ତ କରିଛି। ମୁକେଶ କୁମାର ଶେଷ ଓଭରରେ ଭଲ ବୋଲିଂ କରିଥିଲେ।...

ଭାରତର ଘରୋଇ କ୍ରିକେଟରମାନେ ବର୍ଷକୁ କୋଟିଏ ଟଙ୍କା ପାଇବେ ଦରମା, ବିସିସିଆଇର ବଡ଼ ନିଷ୍ପତି

ମୁମ୍ବାଇ,୨୫।୪: ଘରୋଇ ଖେଳାଳିଙ୍କ ଆୟ ବଢାଇବାକୁ ବିସିସିଆଇ ଚାହୁଁଛି। ଭାରତର ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକରଙ୍କ ନେତୃତ୍ୱରେ ଚୟନ କମିଟିକୁ ଦରମା ବୃଦ୍ଧି କରିବାର ଉପାୟ...

ଅଲିମ୍ପିକ କିମ୍ବଦନ୍ତୀ ଉସେନ ବୋଲ୍ଟ ହେଲେ ଟି-୨୦ ବିଶ୍ୱକପ୍‌ର ଆମ୍ବାସାଡାର

ନୂଆଦିଲ୍ଲୀ,୨୫।୪: ବିଶ୍ୱର କିମ୍ବଦନ୍ତୀ ଦ୍ରୁତ ଧାବକ ଉସେନ ବୋଲ୍ଟ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ର ବ୍ରାଣ୍ଡ ଆମ୍ବାସାଡର ଭାବେ ନିଯୁକ୍ତ ହୋଇଛନ୍ତି। ଜୁନ ୧ରୁ ଆମେରିକା...

ଲଜ୍ଜାଜନକ ରେକର୍ଡ କଲେ ମୋହିତ ଶର୍ମା

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଗୁଜୁରାଟ ଟାଇଟାନ୍ସ ବୋଲର ମୋହିତ ଶର୍ମାଙ୍କ ନାମରେ ଏକ ଲଜ୍ଜାଜନକ ରେକର୍ଡ କରିଛନ୍ତି। ମୋହିତ ଶର୍ମା ଆଇପିଏଲ ଇତିହାସରେ ସର୍ବାଧିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri