Posted inଖେଳ

ଇଣ୍ଡିଆନ ସୁପର ଲିଗ୍‌: ବେଙ୍ଗାଲୁରୁ- ହାଇଦ୍ରାବାଦ୍‌ ମ୍ୟାଚ ଡ୍ର’

ଫାଟୋର୍ଡା,୨୯।୧୧(ପି.ଟି.): ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ଶନିବାର ବେଙ୍ଗାଲୁରୁ ଏଫ୍‌ସି ଓ ହାଇଦ୍ରାବାଦ ଏଫ୍‌ସି ମଧ୍ୟରେ ଅନୁଷ୍ଠିତ ମ୍ୟାଚ୍‌ ଗୋଲଶୂନ୍ୟ ଭାବେ ଶେଷ ହୋଇଛି। ଗୋଆର ଫାଟୋର୍ଡା ଷ୍ଟାଡିୟମରେ ଖେଳଯାଇଥିବା ଏହି ମ୍ୟାଚ୍‌ରେ କଡ଼ା ସଂଘର୍ଷ ଦେଖିବାକୁ ମିଳିଥିଲା। ନିର୍ଦ୍ଧାରତି ସମୟ ଓ ୪ ମିନିଟ୍‌ର ଇଞ୍ଜୁରି ଟାଇମ୍‌ ପରେ ରେଫରି ଫାଇନାଲ ହ୍ବିସିଲ ମାରିଥିଲେ। କିନ୍ତୁ କେହି କାହାରିକୁ ଗୋଲ ଦେଇପାରି ନ ଥିଲେ। ବଲ୍‌ ପଜେଶନ, ପାସ୍‌ ଓ ପାସ୍‌ ଆକ୍ୟୁରେସିରେ ହାଇଦ୍ରାବାଦ୍‌ ଆଗରେ ରହିଥିଲେ ମଧ୍ୟ ଗୋଲ ଦେଇ ପାରି ନ ଥିଲା। ଉଭୟ ଦଳକୁ ଏକାଧିକ ସୁଯୋଗ ମିଳିଥିଲେ ମଧ୍ୟ ଗୋଲ ଶୂନ୍ୟ ଭାବେ ମ୍ୟାଚ୍‌ ଶେଷ ହୋଇଥିଲା। ଏଥିସହ ହାଇଦ୍ରାବାଦ ୨ଟି ମ୍ୟାଚ୍‌ ଖେଳି ଗୋଟିଏ ବିଜୟ ଓ ଗୋଟିଏ ଡ୍ର ସହ ୪ ପଏଣ୍ଟ ପାଇ ତାଲିକାର ତୃତୀୟ ସ୍ଥାନରେ ରହିଛି। ଅନ୍ୟପଟେ ବେଙ୍ଗାଲୁରୁ ୨ଟି ମ୍ୟାଚ୍‌ ଖେଳି ୨ଟି ଡ୍ର ସହ ୨ ପଏଣ୍ଟ ପାଇ ତାଲିକାର ଷଷ୍ଠ ସ୍ଥାନରେ ରହିଛି।
ଅପେକ୍ଷାକୃତ ଭଲ ପ୍ରଦର୍ଶନ କରିଥିଲେ ମଧ୍ୟ ହାଇଦ୍ରାବାଦ୍‌ ଗୋଟିଏ ପଏଣ୍ଟ ପାଇଥିବାରୁ ସନ୍ତୁଷ୍ଟ ହୋଇ ନ ଥିବ। ବେଙ୍ଗାଲୁରୁ ରକ୍ଷଣାତ୍ମକ ଖେଳ ପ୍ରଦର୍ଶନ କରିଥିଲା। ଗୋଲପୋଷ୍ଟକୁ ହାଇଦ୍ରାବାଦ ଖେଳାଳି ୭ଟି ଶଟ୍‌ ମାରିଥିବା ବେଳେ ବେଙ୍ଗାଲୁରୁ ଖେଳାଳି ମାତ୍ର ଗୋଟିଏ ଶଟ୍‌ ମାରିଥିଲେ। ପୂର୍ବତନ ଚାମ୍ପିୟନ ବେଙ୍ଗାଲୁରୁର ଖେଳ ଆଶାନୁରୂପ ହୋଇ ପାରି ନ ଥିଲା। ଗତ ମ୍ୟାଚ୍‌ରେ ହାଇଦ୍ରାବାଦ୍‌ ୧-୦ ଗୋଲରେ ଓଡ଼ିଶା ଏଫ୍‌ସିକୁ ପରାସ୍ତ କରି ବିଜୟରୁ ଅଭିଯାନ ଆରମ୍ଭ କରିଥିଲା। ଅନ୍ୟପଟେ ଗତ ରବିବାର ବେଙ୍ଗାଲୁରୁ ଓ ଗୋଆ ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍‌ ୨-୨ ଗୋଲରେ ଅମୀମାଂସିତ ରହିଥିଲା। ହାଇଦ୍ରାବାଦ ତା’ର ପରବର୍ତ୍ତୀ ମ୍ୟାଚ୍‌ରେ ବୁଧବାର ଜାମଶେଦପୁରକୁ ଭେଟିବ। ସେହିପରି ବେଙ୍ଗାଲୁରୁ ଡିସେମ୍ବର ୪ ତାରିଖ ଶୁକ୍ରବାର ଚେନ୍ନାଇନ ଏଫ୍‌ସିକୁ ଭେଟିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପ୍ରଥମ ଟି-୨୦ରେ ଅଭିଷେକଙ୍କ ବଡ଼ କାରନାମା, ଭାଙ୍ଗିଲେ ୩ ବଡ଼ ରେକର୍ଡ; ଭାରତୀୟଙ୍କ ମଧ୍ୟରେ ନମ୍ବର-୧

ନୂଆଦିଲ୍ଲୀ,୧୪।୯: ଆଫଗାନିସ୍ତାନ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚରେ ଭାରତ ୭ ଉଇକେଟ୍‌ରେ ଜିତିଛି। ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଭାରତ ସମ୍ମୁଖରେ ୧୫୭ ରନର ବିଜୟ ଲକ୍ଷ୍ୟ…

ଟିମ ଇଣ୍ଡିଆ କାହିଁକି ଗ୍ରହଣ କଲା ନାହିଁ ଟ୍ରଫି? ଜବାବ ରଖିଲା BCCI

ନୂଆଦିଲ୍ଲୀ,୧୪।୯: ମୋହସିନ ନକଭିଙ୍କ ଠାରୁ ଟ୍ରଫି ଗ୍ରହଣ ନ କରିବାକୁ ନେଇ ଟିମ ଇଣ୍ଡିଆ ନେଇଥିବା ନିଷ୍ପତ୍ତି ଉପରେ BCCI ପ୍ରତିକ୍ରିୟା ରଖିଛି। BCCI ସମ୍ପାଦକ ଦେବଜିତ…

‘ନକଭିଙ୍କ ଖେଳ…’ ‘ଚୋର’ ବୋଲି ସ୍ଲୋଗାନରେ ପାକିସ୍ତାନ କ୍ଷୁବ୍ଧ; ଭାରତ ଗ୍ରହଣ କଲା ନାହିଁ ଟ୍ରଫି

ନୂଆଦିଲ୍ଲୀ,୧୪।୯: ଭାରତୀୟ ମହିଳା କ୍ରିକେଟ ଦଳ ଶ୍ରୀଲଙ୍କାକୁ ୭୨ ରନରେ ପରାସ୍ତ କରି ୨୦୨୬ ମହିଳା ଏସିଆ କପ ଟାଇଟଲ ଜିତିଥିଲା, କିନ୍ତୁ ମ୍ୟାଚ ପରବର୍ତ୍ତୀ ଟ୍ରଫି…

ପୁଣି ସର୍ବସାଧାରଣରେ ଅପମାନ ପାଇଲା ପାକିସ୍ତାନ, ଟିମ ଇଣ୍ଡିଆ କଲା ଏମିତି କାମ

ନୂଆଦିଲ୍ଲୀ,୧୪।୯: ଭାରତୀୟ ଦଳ ଶ୍ରୀଲଙ୍କାକୁ ପରାସ୍ତ କରି ମହିଳା ଏସିଆ କପ ୨୦୨୬ର ଟାଇଟଲ ଜିତିଛି। ଫାଇନାଲ ମ୍ୟାଚରେ ଭାରତୀୟ ଦଳ ୭୨ ରନରେ ବିଜୟୀ ହୋଇଥିଲା,…

ସଚିନଙ୍କ ବିଶାଳ ଟେଷ୍ଟ ରେକର୍ଡ ଭାଙ୍ଗିଲେ ଜୋ ରୁଟ୍‌, ଜାଣନ୍ତୁ…

ଏଜବାଷ୍ଟନ,୧୩ା୯: ଇଂଲଣ୍ଡର ଭେଟେରାନ ବ୍ୟାଟର ଜୋ ରୁଟ୍‌ ତାଙ୍କ କ୍ୟାରିୟରରେ ଏକ ବିରଳ ରେକର୍ଡର ଅଧିକାରୀ ହୋଇଛନ୍ତି। ସେ ୧୪୭ ବର୍ଷର ଟେଷ୍ଟ କ୍ରିକେଟ ଇତିହାସରେ ନିର୍ଦ୍ଦିଷ୍ଟ…

Video: ସତରେ ସେମାନେ ହିରୋ! ଭାରତୀୟ କ୍ରିକେଟରଙ୍କର ୮୦ ଦଶକର ଲୁକ (look) ଦେଖନ୍ତୁ, ବୈଭବଙ୍କ ଲୁକ୍ସ ତ…

ନୂଆଦିଲ୍ଲୀ,୧୩।୯: ୧୯୮୦ ଦଶକ ବହୁତ ଆଗରୁ ବିତିଯାଇଥିଲେ ମଧ୍ୟ, ଟିମ ଇଣ୍ଡିଆର ଖେଳାଳିମାନଙ୍କୁ ହଠାତ ସେହି ସମୟର ଲୁକ ବା ବେଶଭୂଷାରେ ଦେଖିବାକୁ ମିଳିଥିଲା। ଆଫଗାନିସ୍ତାନ ବିପକ୍ଷ…

ଖେଳିବେନି ବୈଭବ ସୂର୍ଯ୍ୟବଂଶୀ! ଟିମ୍‌ରେ ମିଳିଲାନି ସ୍ଥାନ, ୧୧ଜଣିଆ ଦଳ ଚୟନ କଲେ…

ନୂଆଦିଲ୍ଲୀ,୧୩।୯: ଭାରତର ପୂର୍ୱତନ କ୍ରିକେଟର ଆକାଶ ଚୋପ୍ରା ବୈଭବ ସୂର୍ଯ୍ୟବଂଶୀଙ୍କୁ ପ୍ଲେଇଂ ଇଲେଭେନରୁ ବାହାରେ ରଖିଛନ୍ତି। ଆଜି ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଭାରତ ଏବଂ ଆଫଗାନିସ୍ତାନ…

IND vs AFG T20: କିଭଳି ରହିବ ଭାରତର ପ୍ଲେଇଂ-11? ବୈଭବଙ୍କୁ ମିଳିବନି ସୁଯୋଗ !

ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ଆଜିଠୁ ଆରମ୍ଭ ହେଉଛି ୩ ଟିକିଆ ଟ୍ବେଣ୍ଟି ଟ୍ବେଣ୍ଟି ସିରିଜ୍‌ । ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ସନ୍ଧ୍ୟା ୭ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?