Posted inଖେଳ

ଇଣ୍ଡିଆନ ସୁପରଲିଗ୍‌: ବେଙ୍ଗାଲୁରୁର ପ୍ରଥମ ବିଜୟ

ବାମ୍ବୋଲିମ୍‌,୫।୧୨: ଇଣ୍ଡିଆନ ସୁପରଲିଗ୍‌ (ଆଇଏସ୍‌ଏଲ୍‌)ରେ ଶୁକ୍ରବାର ଖେଳାଯାଇଥିବା ମ୍ୟାଚ୍‌ରେ ବେଙ୍ଗାଲୁରୁ ଏଫ୍‌ସି ୧-୦ ଗୋଲରେ ଚେନ୍ନାଇନ୍‌ ଏଫ୍‌ସିକୁ ପରାସ୍ତ କରିଛି। ଗୋଆର ବାମ୍ବୋଲିମ୍‌ସ୍ଥିତ ଜିଏମ୍‌ସି ଷ୍ଟାଡିୟମରେ ଅନୁଷ୍ଠିତ ଏହି ସଂଘର୍ଷପୂର୍ଣ୍ଣ ମୁକାବିଲାର ପ୍ରଥମାର୍ଦ୍ଧ ଗୋଲ ଶୂନ୍ୟ ଭାବେ ଶେଷ ହୋଇଥିଲା। ତେବେ ଦ୍ୱିତୀୟାର୍ଦ୍ଧରେ ବେଙ୍ଗାଲୁରୁ ତରଫରୁ ଅଭିଜ୍ଞ ଷ୍ଟ୍ରାଇକର ସୁନୀଲ ଛେତ୍ରୀ ୫୬ତମ ମିନିଟ୍‌ରେ ପେନାଲ୍ଟି ଜରିଆରେ ମ୍ୟାଚ୍‌ର ଏକମାତ୍ର ଗୋଲ ସ୍କୋର କରିଥିଲେ। ଚେନ୍ନାଇନ ମିଡ୍‌ଫିଲ୍ଡର ଅନିରୁଦ୍ଧ ଥାପ୍ପା ୧୬ତମ ମନିଟ୍‌ରେ ଆହତ ହୋଇ ପଡିଆ ଛାଡିଥିଲେ। ଫଳରେ ଚେନ୍ନାଇନ୍‌କୁ ଜବରଦସ୍ତ ଝଟ୍‌କା ଲାଗିଥିଲା। ତାଙ୍କ ସ୍ଥାନରେ ଏଡ୍‌ଓ୍ବିନ ଭାନ୍ସପଲ୍‌ ଖେଳିଥିଲେ। ବେଙ୍ଗାଲୁରୁ ୩ଟି ମ୍ୟାଚ୍‌ ଖେଳି ଗୋଟିଏ ବିଜୟ, ୨ଟି ଡ୍ର ସହ ୫ ପଏଣ୍ଟ ହାସଲ କରି ତାଲିକାର ଦ୍ୱିତୀୟ ସ୍ଥାନ ଅଧିକାର କରିଛି। ଅନ୍ୟପଟେ ଚେନ୍ନାଇନ ୩ଟି ମ୍ୟାଚ୍‌ ଖେଳି ଗୋଟିଏ ଲେଖାଏ ବିଜୟ, ଡ୍ର ଓ ପରାଜୟ ସହ ୪ ପଏଣ୍ଟ ପାଇ ଷଷ୍ଠ ସ୍ଥାନରେ ରହିଛି। ବେଙ୍ଗାଲୁରୁ ତା’ର ପରବର୍ତ୍ତୀ ମ୍ୟାଚ୍‌ ୮ ତାରିଖରେ ନର୍ଥଇଷ୍ଟ ୟୁନାଇଟେଡକୁ ଭେଟିବ। ସେହିପରି ଚେନ୍ନାଇନ୍‌ ୯ ତାରିଖରେ ମୁମ୍ବାଇ ସିଟି ଏଫ୍‌ସି ବିପକ୍ଷରେ ପଡିଆକୁ ଓହ୍ଲାଇବ। ବେଙ୍ଗାଲୁରୁ ଏଫସିର ସୁରେଶ ଓ୍ବାଙ୍ଗଜାମ ହିରୋ ଅଫ୍‌ ଦି ମ୍ୟାଚ ପୁରସ୍କାର ପାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

ଟି-୨୦ ବିଶ୍ୱକପରୁ ବାଦ୍‌ ପଡିଲେ ଏହି ୩ ଷ୍ଟାର ଖେଳାଳି, ଆଇପିଏଲ ନିଲାମରେ କୋଟି କୋଟି ଟଙ୍କା ମିଳି ମଧ୍ୟ…

ନୂଆଦିଲ୍ଲୀ,୩୦।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଇଂଲଣ୍ଡର ଦଳ ଘୋଷଣା କରାଯାଇଛି। ଇସିବି ଅସ୍ଥାୟୀ ଦଳ ପ୍ରକାଶ କରିଛି। ଦଳରେ ହ୍ୟାରି ବ୍ରୁକ (ଅଧିନାୟକ), ଜୋଫ୍ରା...

ବଲିଉଡ ଅଭିନେତ୍ରୀଙ୍କ ବିସ୍ଫୋରକ ବୟାନ, ବିବାହିତ ସୂରିୟାଙ୍କୁ ନେଇ ଚର୍ଚ୍ଚା

ମୁମ୍ବାଇ,୩୦।୧୨: ଭାରତୀୟ ଟି-୨୦ କ୍ରିକେଟ ଦଳର ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ନେଇ ଚାଞ୍ଚଲ୍ୟକର ଦାବି କରିଛନ୍ତି ବଲିଉଡ ଅଭିନେତ୍ରୀ। ପୂର୍ବରୁ ଅନେକ ଅଭିନେତ୍ରୀଙ୍କ ସହିତ କ୍ରିକେଟରଙ୍କ...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଦଳ ଘୋଷଣା କଲା ଇଂଲଣ୍ଡ, ଜାଣନ୍ତୁ କାହାକୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୩୦।୧୨: ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB) ଭାରତରେ ହେବାକୁ ଥିବା ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଏହାର ଦଳ ଘୋଷଣା କରିଛି। ଆଶ୍ଚର୍ଯ୍ୟଜନକ...

ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଦେହାନ୍ତ ଯୋଗୁ ହଠାତ୍‌ ସ୍ଥଗିତ ରହିଲା ୨ଟି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌

ଢାକା,୩୦।୧୨: ଆଜି ସକାଳେ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ପରଲୋକ ଯୋଗୁ ବାଂଲାଦେଶ କ୍ରିକେଟ ବୋର୍ଡ ମଙ୍ଗଳବାର, ଡିସେମ୍ବର ୩୦, ୨୦୨୫ରେ ହେବାକୁ ଥିବା ଉଭୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri