Posted inଖେଳ

ଇଣ୍ଡିଆନ ସୁପର ଲିଗ୍‌: ବିପିନଙ୍କ ହ୍ୟାଟ୍ରିକ, ଓଡ଼ିଶା ଏଫ୍‌ସିର ଶୋଚନୀୟ ପରାଜୟ

ବାମ୍ବୋଲିମ୍‌,୨୫।୨: ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ବୁଧବାର ଖେଳାଯାଇଥିବା ମ୍ୟାଚ୍‌ରେ ମୁମ୍ବାଇ ସିଟି ଏଫ୍‌ସି ୬-୧ ଗୋଲରେ ଓଡ଼ିଶା ଏଫ୍‌ସିକୁ ପରାସ୍ତ କରିଛି। ସ୍ଥାନୀୟ ଜିଏମ୍‌ସି ଷ୍ଟାଡିୟମରେ ଅନୁଷ୍ଠିତ ସମ୍ପୂର୍ଣ୍ଣ ଏକପାଖିଆ ଏହି ମ୍ୟାଚ୍‌ରେ କିନ୍ତୁ ଓଡ଼ିଶା ପ୍ରଥମ ଗୋଲ ଦେଇ ଅଗ୍ରଣୀ ହାସଲ କରିଥିଲା। ମ୍ୟାଚ୍‌ର ନବମ ମିନିଟ୍‌ରେ ପେନାଲ୍ଟି ଜରିଆରେ ଡିଏଗୋ ମୌରେସିଓ ଗୋଲ ଦେଇ ଓଡ଼ିଶାକୁ ୧-୦ରେ ଅଗ୍ରଣୀ କରିଥିଲେ। ତେବେ ଏହାପରେ ଜବରଦସ୍ତ ପ୍ରତ୍ୟାବର୍ତ୍ତନ କରି ମୁମ୍ବାଇ ଗୋଟିଏ ପରେ ଗୋଟିଏ ଗୋଲ ଦେଇଥିଲା। ମୁମ୍ବାଇ ତରଫରୁ ନାଇଜେରିଆ ଫୁଟ୍‌ବଲର ବାର୍ଥୋଲେମ୍ୟୁ ଓଗ୍‌ବେଚେ ୧୩ ଓ ୪୩ତମ ମିନିଟ୍‌ରେ ଦୁଇଟି ଗୋଲ ଦେଇଥିଲେ। ସେହିପରି ବିପିନ ସିଂ ୩୮, ୪୭ ଓ ୮୬ତମ ମିନିଟ୍‌ରେ ସର୍ବାଧିକ ୩ଟି ଗୋଲ ଦେଇ ହ୍ୟାଟ୍ରିକ ଅର୍ଜନ କରିଥିଲେ। ଜାପାନ ଫୁଟବଲର ସି ଗୋଡାର୍ଡ ୪୪ତମ ମିନିଟ୍‌ରେ ଗୋଟିଏ ଗୋଲ ଦେଇଥିଲେ। ମୁମ୍ବାଇ ସମ୍ପୂର୍ଣ୍ଣ ରୂପେ ଓଡ଼ିଶା ଉପରେ ଆଧିପତ୍ୟ ବିସ୍ତାର କରି ଖେଳିଥିଲା।
ଏହି ବିଜୟ ସହ ମୁମ୍ବାଇ ଏ ପର୍ଯ୍ୟନ୍ତ ୧୯ଟି ମ୍ୟାଚ୍‌ ଖେଳି ୧୧ଟି ବିଜୟ, ୪ଟି ଲେଖାଏ ଡ୍ର ଓ ପରାଜୟ ସହ ୩୭ ପଏଣ୍ଟ ପାଇ ତାଲିକାର ଦ୍ୱିତୀୟ ସ୍ଥାନରେ ରହିଛି। ଅନ୍ୟପଟେ ଏଟିକେ ମୋହନ ବାଗାନ ୧୯ଟି ମ୍ୟାଚ୍‌ କେଳି ୧୨ ବିଜୟ, ୪ ଡ୍ର ଓ ୩ ପରାଜୟ ସହ ୪୦ ପଏଣ୍ଟ ପାଇ ତାଲିକାର ଶୀର୍ଷରେ ରହିଛି। ସେହିପରି ଓଡ଼ିଶା ୧୯ଟି ମ୍ୟାଚ୍‌ ଖେଳି ମାତ୍ର ଗୋଟିଏ ବିଜୟ ହାସଲ କରିଛି। ୬ ଡ୍ର ଓ ୧୨ଟି ପରାଜୟ ସହ ଓଡ଼ିଶା ୯ ପଏଣ୍ଟ ପାଇ ତାଲିକାର ସର୍ବନିମ୍ନ ଏକାଦଶ ସ୍ଥାନରେ ରହିଛି। ଏହି ୩ ଦଳ ଲିଗ୍‌ ପର୍ଯ୍ୟାୟରେ ଆଉ ଗୋଟିଏ ଲେଖାଏ ମ୍ୟାଚ୍‌ ଖେଳିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାରତ-ଶ୍ରୀଲଙ୍କା ପ୍ରଥମ ଟେଷ୍ଟରୁ ଆସିଲା ଭୟଙ୍କର ଖବରି; ଅଭିଜ୍ଞ ଖେଳାଳି ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ,୧୮।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଟେଷ୍ଟ ମ୍ୟାଚର ଚତୁର୍ଥ ଦିନରେ ଏକ ଦୁଃଖଦ ଦୃଶ୍ୟ ଦେଖାଦେଇଛି। ଶ୍ରୀଲଙ୍କା କ୍ରିକେଟର ଦିନେଶ ଚାନ୍ଦିମଲ ଫିଲ୍ଡିଂ କରୁଥିବା…

ଲାଇଭ୍‌ ମ୍ୟାଚ୍‌ରେ ପଡିକ୍କଲଙ୍କୁ କୋଳାଗ୍ରତ କରି ଚୁମ୍ବନ ଦେଲେ ରାହୁଲ: ପଡ଼ିଆରେ ଏମିତି କ’ଣ ଘଟିଲା, ଦେଖନ୍ତୁ VIDEO

ଗାଲେ,୧୮।୮: ଗାଲେରେ ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ୍‌ର ଚତୁର୍ଥ ଦିନରେ ଦେବଦତ୍ତ ପଡିକ୍କଲ ତାଙ୍କ ସାଥୀ କେଏଲ ରାହୁଲଙ୍କୁ ଆଉଟ ହେବାରୁ ରକ୍ଷା…

ଇତିହାସ ରଚିଲେ ରବୀନ୍ଦ୍ର ଜାଡେଜା, ଏପରି କରିବାରେ ହେଲେ ଦ୍ୱିତୀୟ ଭାରତୀୟ

ନୂଆଦିଲ୍ଲୀ, ୧୭।୮: ଶ୍ରୀଲଙ୍କା ବିପକ୍ଷରେ ଗଲ୍‌ରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ସ୍ପିନ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜ ନାମରେ ଏକ ବଡ଼ ରେକର୍ଡ କରିଛନ୍ତି।…

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…

ଅଷ୍ଟ୍ରେଲିଆକୁ ICC ଦେଲା ବଡ଼ ଦଣ୍ଡ: ବାଂଲାଦେଶଠାରୁ ଶୋଚନୀୟ ପରାଜୟ ପରେ କଙ୍ଗାରୁ ଟିମ୍‌କୁ…

ଆଡ଼ିଲେଡ,୧୭।୮: ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଅଷ୍ଟ୍ରେଲିଆକୁ ୯ ଉଇକେଟେରେ ପରାସ୍ତ କରି ବାଂଲାଦେଶ ଇତିହାସ ରଚିଥିଲା। ଟେଷ୍ଟ କ୍ରିକେଟ ଇତିହାସରେ ଏହା ପ୍ରଥମ ଥର ପାଇଁ ଅଷ୍ଟ୍ରେଲିଆ…

ଗିଲଙ୍କ ଧମାକା, ଗୋଟିଏ ହାତରେ ଏମତି କ୍ୟାଚ୍‌ ଧରିଲେ ସବୁ ଆଶ୍ଚର୍ଯ୍ୟ!

ନୂଆଦିଲ୍ଲୀ,୧୭।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟରେ ଭାରତୀୟ ଅଧିନାୟକ ଶୁଭମନ ଗିଲ୍ ଏକ ଚମତ୍କାର କ୍ୟାଚ୍ ଧରି ସମସ୍ତଙ୍କୁ ଚକିତ କରିଛନ୍ତି। କୁଲଦୀପ ଯାଦବଙ୍କ ବଲ୍‌ରେ ଶ୍ରୀଲଙ୍କା ବ୍ୟାଟର…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

Men’s Hockey World Cup: ବିଜୟରୁ ଭାରତର ଅଭିଯାନ ଆରମ୍ଭ

ଆମଷ୍ଟେଲଭିନ, ୧୫।୮: ଆରମ୍ଭ ହୋଇଯାଇଛି ପୁରୁଷ ହକି ବିଶ୍ୱକପ। ଶନିବାର ଅନୁଷ୍ଠିତ ପୁଲ ଡି’ର ଉଦ୍‌ଘାଟନୀ ମ୍ୟାଚ୍‌ରେ ଭାରତ ୱେଲ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ବିଜୟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri