Posted inଖେଳ

ଇଣ୍ଡିଆନ ସୁପର ଲିଗ୍‌: ପ୍ରଥମ ବିଜୟ ଲକ୍ଷ୍ୟରେ ଇଷ୍ଟବେଙ୍ଗଲ

ଭାସ୍କୋ,୧୦।୧୨(ପି.ଟି.): ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌) ଟୁର୍ନାମେଣ୍ଟରେ ଗୁରୁବାର ଇଷ୍ଟବେଙ୍ଗଲ ଓ ଜାମଶେଦପୁର ଏଫ୍‌ସି ପରସ୍ପରକୁ ଭେଟିବେ। ଏହି ମ୍ୟାଚ ଇଷ୍ଟ ବେଙ୍ଗଲ ପାଇଁ ବେଶ୍‌ ଗୁରୁତ୍ୱ ବହନ କରୁଛି। ଇଷ୍ଟବେଙ୍ଗଲ ତା’ର ପ୍ରଥମ ୩ଟି ମ୍ୟାଚରେ ପରାସ୍ତ ହୋଇଛି ଓ ପଏଣ୍ଟ ତାଲିକାରେ ଖାତା ଖୋଲି ନ ପାରି ସର୍ବନିମ୍ନ ସ୍ଥାନରେ ରହିଛି। ଫଳରେ ବେଙ୍ଗଲ କୋଚ ତଥା ଲିଭରପୁଲ ଲିଜେଣ୍ଡ ଖେଳାଳି ରୋବି ଫୋଲରଙ୍କ ପାଇଁ ଏହି ମ୍ୟାଚ ପରୀକ୍ଷା ସୃଷ୍ଟି କରିଛି। ଦଳର ନୈରାଶ୍ୟଜନକ ପ୍ରଦର୍ଶନ ପାଇଁ ସେ ପ୍ରବଳ ଚାପରେ ରହିଛନ୍ତି। ଅଧିନାୟକ ତଥା ଡିଫେଣ୍ଡର ଡାନୀ ଫକ୍ସଙ୍କ ଇଞ୍ଜୁରି ପରେ ଦଳର ଦୁର୍ବଳତା ପଦାରେ ପଡିଛି। ଏହା ପୂର୍ବରୁ ବେଙ୍ଗଲ ପ୍ରଥମ ମ୍ୟାଚରେ ଏଟିକେ ମୋହନ ବାଗାନଠାରୁ ୨-୦ ଗୋଲରେ ପରାସ୍ତ ହୋଇଥିଲା। ସେହିପରି ଦ୍ୱିତୀୟ ମ୍ୟାଚରେ ମୁମ୍ବାଇ ସିଟିଠାରୁ ୩-୦ ଗୋଲ ଓ ତୃତୀୟ ମ୍ୟାଚରେ ନର୍ଥଇଷ୍ଟ ୟୁନାଇଟେଡଠାରୁ ୨-୦ ଗୋଲରେ ପରାସ୍ତ ହୋଇଥିଲା। ସୁଯୋଗର ସଦ୍‌ବ୍ୟବହାର ଉପରେ ବେଙ୍ଗଲ ମିଡ୍‌ଫିଲ୍ଡର ଜାକ୍ୟୁସ ମାଘୋମା ଗୁରୁତ୍ୱ ଦେଇଛନ୍ତି। ତ୍ରୁଟି ସୁଧାରି ପାରିଲେ ଆମେ ନିଶ୍ଚିତ ବିଜୟୀ ହେବୁ ବୋଲି ସେ କହିଛନ୍ତି। ବିଜୟୀ ହେବା ପାଇଁ ସବୁ ପ୍ରକାର ପ୍ରୟାସ କରିବୁ ବୋଲି କୋଚ୍‌ ଫୋଲର କହିଛନ୍ତି।
ଅପରପକ୍ଷରେ ଜାମେଶେଦପୁର ଏପର୍ଯ୍ୟନ୍ତ ୪ଟି ମ୍ୟାଚ୍‌ ଖେଳି ଗୋଟିଏ ବିଜୟ, ୨ଟି ଡ୍ର ଓ ଗୋଟିଏ ପରାଜୟ ସହ ୫ ପଏଣ୍ଟ ପାଇ ତାଲିକାର ସପ୍ତମ ସ୍ଥାନରେ ରହିଛି। ପ୍ରଥମ ମ୍ୟାଚ୍‌ ଜାମେଶେଦପୁର ୧-୨ ଗୋଲରେ ଚେନ୍ନାଇନ୍‌ ଏଫ୍‌ସିଠାରୁ ପରାସ୍ତ ହୋଇଥିଲା। ସେହିପରି ଦ୍ୱିତୀୟ ମ୍ୟାଚରେ ଓଡ଼ିଶା ଏଫ୍‌ସି ବିପକ୍ଷରେ ୨-୨ ଗୋଲରେ ମ୍ୟାଚ୍‌ ଅମୀମାଂସିତ ରଖିଥିଲା। ହାଇଦ୍ରାବାଦ ବିପକ୍ଷ ତୃତୀୟ ମ୍ୟାଚ୍‌କୁ ୧-୧ ଗୋଲରେ ଅମୀମାଂସିତ ରଖିଥିଲା। ତେବେ ଗତ ମ୍ୟାଚ ଜାମଶେଦପୁର ୨-୧ ଗୋଲରେ ଏଟିକେ ମୋହନବାଗାନକୁ ହରାଇ ପ୍ରଥମ ବିଜୟ ହାସଲ କରିଥିଲା। ଫଳରେ ଦଳର ଆତ୍ମବିଶ୍ୱାସ ଦୃଢ ରହିଛି। ତେଣୁ ଇଷ୍ଟବେଙ୍ଗଲ ବିପକ୍ଷରେ ଜାମଶେଦପୁର ଫେଭରାଇଟ୍‌ ବିବେଚିତ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରାଜ୍ୟଗୋଷ୍ଠୀ କ୍ରୀଡ଼ା: ସ୍ବାନ ଜିତିଲେ ପ୍ରଥମ ସ୍ବର୍ଣ୍ଣ

ଗ୍ଲାସଗୋ,୨୫ା୭: ଇଂଲଣ୍ଡର ମାର୍କ ସ୍ବାନ ଚଳିତ ଗ୍ଲାସ୍‌ଗୋ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ପ୍ରଥମ ସ୍ବର୍ଣ୍ଣ ବିଜେତା ହୋଇଛନ୍ତି। ଲାଇଟ୍‌ଓ୍ବେଟ୍‌ ପାଓ୍ବାରଲିଫ୍ଟିଙ୍ଗ ପ୍ରତିଯୋଗିତାରେ ସେ ୨୨୨କେଜି ଉତ୍ତୋଳନ କରି ପ୍ରଥମ…

ରୋହିତ ଶର୍ମାଙ୍କୁ ନେଇ ହୃଦୟସ୍ପର୍ଶୀ ବାର୍ତ୍ତା ଶେୟାର କଲେ ଜସ ବଟଲର୍‌

ନୂଆଦିଲ୍ଲୀ,୨୫।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଏକଦିବସୀୟ ସିରିଜ ଶେଷ ହେବା ପରେ, ଉଭୟ ଦଳର ଖେଳାଳିଙ୍କ ମଧ୍ୟରେ ଉତ୍କୃଷ୍ଟ ଖେଳ ମନୋଭାବ ଦେଖିବାକୁ ମିଳିଥିଲା। ଇଂଲଣ୍ଡର…

ରୋହିତଙ୍କ ଅବସରକୁ ନେଇ ରାଜୀବ ଶୁକ୍ଳାଙ୍କ ବଡ଼ ଘୋଷଣା, ୨୦୨୭ ବିଶ୍ବକପ୍…

ନୂଆଦିଲ୍ଲୀ,୨୫।୭: ଇଂଲଣ୍ଡ ଗସ୍ତ ସମୟରେ ଟିମ୍ ଇଣ୍ଡିଆର ଓପନର ରୋହିତ ଶର୍ମାଙ୍କ ଅବସର ନେଇ ସମ୍ପ୍ରତି ଅନେକ କଳ୍ପନାଜଳ୍ପନା ଚାଲିଥିଲା। ଗଣମାଧ୍ୟମ ରିପୋର୍ଟରେ ଦାବି କରାଯାଇଥିଲା ଯେ…

Commonwealth Games: ଭାରତ ପାଇଁ ପ୍ରଥମ ପଦକ ଜିତିଲେ ଝଣ୍ଡୁ କୁମାର

ନୂଆଦିଲ୍ଲୀ,୨୫।୭: ୨୦୨୬ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ଦ୍ୱିତୀୟ ଦିନରେ, ପାରା ଭାରୋତ୍ତୋଳକ ଝଣ୍ଡୁ କୁମାର କାଂସ୍ୟ ପଦକ ଜିତି ଭାରତ ପାଇଁ ଏକ ପ୍ରମୁଖ ମାଇଲଖୁଣ୍ଟ ହାସଲ କରିଛନ୍ତି…

ଚମକାଇଲା ECBର ନିଷ୍ପତ୍ତି: ଜୋ ରୁଟ୍ ପୁଣି ହେବେ ଇଂଲଣ୍ଡର ଷ୍ଟେଟ୍ କ୍ୟାପଟେନ୍

ଲଣ୍ଡନ,୨୪।୭: : ଇଂଲଣ୍ଡ କ୍ରିକେଟ୍ ଦଳକୁ ମିଳିବାକୁ ଯାଉଛି ଜଣେ ନୂତନ ଟେଷ୍ଟ କ୍ୟାପଟେନ୍। ବରିଷ୍ଠ ବ୍ୟାଟ୍ସମ୍ୟାନ୍ ଜୋ ରୁଟଙ୍କୁ ପୁଣି ଥରେ ଇଂଲଣ୍ଡ ଟେଷ୍ଟ ଦଳର…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ସନ୍ତରଣ, ନଟରାଜ ସେମିରେ

ଗ୍ଲାସ୍‌ଗୋ, ୨୪ା୭:ଭାରତୀୟ ସନ୍ତରଣକାରୀ ଶ୍ରୀହରି ନଟରାଜ ରାଜ୍ୟଗୋଷ୍ଠୀ କ୍ରୀଡ଼ା ସନ୍ତରଣର ୫୦ମିଟର ବ୍ୟାକ୍‌ଷ୍ଟ୍ରୋକ୍‌ ପ୍ରତିଯୋଗିତାର ସେମିଫାଇନାଲରେ ପ୍ରବେଶ କରିଛନ୍ତି। ଶୁକ୍ରବାର ଅନୁଷ୍ଠିତ ହିଟ୍‌ରଗୁଡ଼ିକରୁ ଶ୍ରେଷ୍ଠ ୧୬ଜଣ ଏହି…

ଡୋପିଙ୍ଗ ମାମଲା, ରାଜ୍ୟଗୋଷ୍ଠୀ କ୍ରୀଡ଼ାରୁ ବାଦ୍‌ ପଡ଼ିଲେ ଜୁଡୋକା ମାନ୍‌

ନୂଆଦିଲ୍ଲୀ,୨୪ା୭: ବର୍ମିଂହାମ୍‌ ରାଜ୍ୟଗୋଷ୍ଠୀ କ୍ରୀଡ଼ା ରୌପ୍ୟ ପଦକ ବିଜୟିନୀ ଜୁଡୋକା ତୁଲିକା ମାନ୍‌ଙ୍କୁ ଚଳିତ ଗ୍ଲ୍‌ାସ୍‌ଗୋ ସଂସ୍କରଣରୁ ପ୍ରତ୍ୟାହାର କରି ନିଆଯାଇଛି। ଗତ ୧୨ ମାସ ମଧ୍ୟରେ…

ଭାଇରାଲ ସେଲିବ୍ରେଶନକୁ ନେଇ ମୁହଁ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୪।୭: ଇଂଲଣ୍ଡ ଗସ୍ତର ବିଫଳତାକୁ ପଛରେ ପକାଇ, ବୈଭବ ସୂର୍ଯ୍ୟବଂଶୀ ଗୁରୁବାର ଜିମ୍ବାୱେ ବିପକ୍ଷରେ ପ୍ରଥମ ଟି-୨୦ ମ୍ୟାଚରେ ଏକ ଚମତ୍କାର ଇନିଂସ ଖେଳି ଅର୍ଦ୍ଧଶତକ ହାସଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri