Posted inଖେଳ

ଇଣ୍ଡିଆନ ସୁପର ଲିଗ୍‌: ପ୍ରଥମ ବିଜୟ ଲକ୍ଷ୍ୟରେ ଇଷ୍ଟବେଙ୍ଗଲ

ଭାସ୍କୋ,୧୦।୧୨(ପି.ଟି.): ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌) ଟୁର୍ନାମେଣ୍ଟରେ ଗୁରୁବାର ଇଷ୍ଟବେଙ୍ଗଲ ଓ ଜାମଶେଦପୁର ଏଫ୍‌ସି ପରସ୍ପରକୁ ଭେଟିବେ। ଏହି ମ୍ୟାଚ ଇଷ୍ଟ ବେଙ୍ଗଲ ପାଇଁ ବେଶ୍‌ ଗୁରୁତ୍ୱ ବହନ କରୁଛି। ଇଷ୍ଟବେଙ୍ଗଲ ତା’ର ପ୍ରଥମ ୩ଟି ମ୍ୟାଚରେ ପରାସ୍ତ ହୋଇଛି ଓ ପଏଣ୍ଟ ତାଲିକାରେ ଖାତା ଖୋଲି ନ ପାରି ସର୍ବନିମ୍ନ ସ୍ଥାନରେ ରହିଛି। ଫଳରେ ବେଙ୍ଗଲ କୋଚ ତଥା ଲିଭରପୁଲ ଲିଜେଣ୍ଡ ଖେଳାଳି ରୋବି ଫୋଲରଙ୍କ ପାଇଁ ଏହି ମ୍ୟାଚ ପରୀକ୍ଷା ସୃଷ୍ଟି କରିଛି। ଦଳର ନୈରାଶ୍ୟଜନକ ପ୍ରଦର୍ଶନ ପାଇଁ ସେ ପ୍ରବଳ ଚାପରେ ରହିଛନ୍ତି। ଅଧିନାୟକ ତଥା ଡିଫେଣ୍ଡର ଡାନୀ ଫକ୍ସଙ୍କ ଇଞ୍ଜୁରି ପରେ ଦଳର ଦୁର୍ବଳତା ପଦାରେ ପଡିଛି। ଏହା ପୂର୍ବରୁ ବେଙ୍ଗଲ ପ୍ରଥମ ମ୍ୟାଚରେ ଏଟିକେ ମୋହନ ବାଗାନଠାରୁ ୨-୦ ଗୋଲରେ ପରାସ୍ତ ହୋଇଥିଲା। ସେହିପରି ଦ୍ୱିତୀୟ ମ୍ୟାଚରେ ମୁମ୍ବାଇ ସିଟିଠାରୁ ୩-୦ ଗୋଲ ଓ ତୃତୀୟ ମ୍ୟାଚରେ ନର୍ଥଇଷ୍ଟ ୟୁନାଇଟେଡଠାରୁ ୨-୦ ଗୋଲରେ ପରାସ୍ତ ହୋଇଥିଲା। ସୁଯୋଗର ସଦ୍‌ବ୍ୟବହାର ଉପରେ ବେଙ୍ଗଲ ମିଡ୍‌ଫିଲ୍ଡର ଜାକ୍ୟୁସ ମାଘୋମା ଗୁରୁତ୍ୱ ଦେଇଛନ୍ତି। ତ୍ରୁଟି ସୁଧାରି ପାରିଲେ ଆମେ ନିଶ୍ଚିତ ବିଜୟୀ ହେବୁ ବୋଲି ସେ କହିଛନ୍ତି। ବିଜୟୀ ହେବା ପାଇଁ ସବୁ ପ୍ରକାର ପ୍ରୟାସ କରିବୁ ବୋଲି କୋଚ୍‌ ଫୋଲର କହିଛନ୍ତି।
ଅପରପକ୍ଷରେ ଜାମେଶେଦପୁର ଏପର୍ଯ୍ୟନ୍ତ ୪ଟି ମ୍ୟାଚ୍‌ ଖେଳି ଗୋଟିଏ ବିଜୟ, ୨ଟି ଡ୍ର ଓ ଗୋଟିଏ ପରାଜୟ ସହ ୫ ପଏଣ୍ଟ ପାଇ ତାଲିକାର ସପ୍ତମ ସ୍ଥାନରେ ରହିଛି। ପ୍ରଥମ ମ୍ୟାଚ୍‌ ଜାମେଶେଦପୁର ୧-୨ ଗୋଲରେ ଚେନ୍ନାଇନ୍‌ ଏଫ୍‌ସିଠାରୁ ପରାସ୍ତ ହୋଇଥିଲା। ସେହିପରି ଦ୍ୱିତୀୟ ମ୍ୟାଚରେ ଓଡ଼ିଶା ଏଫ୍‌ସି ବିପକ୍ଷରେ ୨-୨ ଗୋଲରେ ମ୍ୟାଚ୍‌ ଅମୀମାଂସିତ ରଖିଥିଲା। ହାଇଦ୍ରାବାଦ ବିପକ୍ଷ ତୃତୀୟ ମ୍ୟାଚ୍‌କୁ ୧-୧ ଗୋଲରେ ଅମୀମାଂସିତ ରଖିଥିଲା। ତେବେ ଗତ ମ୍ୟାଚ ଜାମଶେଦପୁର ୨-୧ ଗୋଲରେ ଏଟିକେ ମୋହନବାଗାନକୁ ହରାଇ ପ୍ରଥମ ବିଜୟ ହାସଲ କରିଥିଲା। ଫଳରେ ଦଳର ଆତ୍ମବିଶ୍ୱାସ ଦୃଢ ରହିଛି। ତେଣୁ ଇଷ୍ଟବେଙ୍ଗଲ ବିପକ୍ଷରେ ଜାମଶେଦପୁର ଫେଭରାଇଟ୍‌ ବିବେଚିତ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରାଗିଯାଇ କାନ୍ଥରେ ବ୍ୟାଟ୍‌ ପିଟିଦେଲେ ରିଷଭ ପନ୍ତ: ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୨୯।୩; ରାଜସ୍ଥାନ ରୟାଲ୍ସ ବିପକ୍ଷରେ ଦିଲ୍ଲୀ କ୍ୟାପିଟାଲ୍ସକୁ ପରାଜୟର ସାମ୍ନା କରିବାକୁ ପଡିଥିଲା। ରାଜସ୍ଥାନ ରୟାଲ୍ସ ଦିଲ୍ଲୀ କ୍ୟାପିଟାଲକୁ ୧୨ ରନରେ ପରାସ୍ତ କରିଛି। ଏହିପରି...

ଜାତୀୟ ପିକଲବଲ୍‌ରେ ଓଡ଼ିଶାର ସଫଳତା

ଭୁବନେଶ୍ୱର, ୨୮।୩(ତପନ ସ୍ବାଇଁ):ପିକଲବଲ୍‌ ଆସୋସିଏଶନ ଅଫ୍‌ ଓଡ଼ିଶା ଆନୁକୂଲ୍ୟରେ ଆୟୋଜିତ ପ୍ରଥମ ଜାତୀୟ ପିକଲବଲ୍‌ ଟୁର୍ନାମେଣ୍ଟରେ ଓଡ଼ିଶା ପ୍ରତିଯୋଗୀମାନେ ପ୍ରଦର୍ଶନର ଛାପ ଛାଡ଼ିଛନ୍ତି। ଏହି ସମ୍ମାନଜନକ...

ଲାଟିନ୍‌ ଆମେରିକା ଲିଗ୍‌ରେ ବିଜୟ ପ୍ରଥମ ଭାରତୀୟ

ଚେନ୍ନାଇ,୨୮ା୩(ପି.ଟି.):ଡିଫେଣ୍ଡର ବିଜୟ ଛେତ୍ରୀ ପ୍ରଥମ ଭାରତୀୟ ଖେଳାଳି ଭାବରେ ଏକ ଲାଟିନ୍‌ ଆମେରିକୀୟ କ୍ଲବରେ ସାମିଲ ହେବାକୁ ଯାଉଛନ୍ତି। ଉରୁଗୁଏର କ୍ଲବ କଲୋନା ଏଫ୍‌ସି ସହିତ...

ଭାରତୀୟ ହକି ଦଳକୁ ଓସ୍‌ଜାର ‘ପ୍ୟାରିସ ଅଲିମ୍ପିକ୍ସ ଶୁଭେଚ୍ଛା’

ଭୁବନେଶ୍ବର, ୨୯ା୩ (ବିଜୟ ରଣା):ଭାରତୀୟ ପୁରୁଷ ହକି ଦଳକୁ ‘ପ୍ୟାରିସ ଅଲିମ୍ପିକ୍ସ ଶୁଭେଚ୍ଛା’ ଜଣାଇଛି ଓ ଓଡ଼ିଶା ସ୍ପୋଟର୍‌ସ ଜର୍ନାଲିଷ୍ଟ ଆସୋସିଏଶନ (ଓସ୍‌ଜା)। ଗୁରୁବାର ସଂଧ୍ୟାରେ...

ଏହି କ୍ରିକେଟର୍‌ଙ୍କୁ ଚପଲରେ ପିଟିବାକୁ ଚାହୁଁଛନ୍ତି ଯୁବରାଜ: ଜାଣନ୍ତୁ କାହିଁକି

ମୁମ୍ବାଇ,୨୯।୩: ସନରାଇଜର୍ସ ହାଇଦ୍ରାବାଦ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ହୋଇଥିବା ମ୍ୟାଚରେ ବିସ୍ଫୋରକ ଇନିଂସ ଜରିଆରେ ଅଭିଷେକ ଶର୍ମା ଚର୍ଚ୍ଚାକୁ ଆସିଛନ୍ତି। ସେ ମାତ୍ର ୧୬...

୩ ଦିନ ହେବ ପେନ୍‌କିଲର ନେଉଥିବା ଖେଳାଳି ପଡିଆରେ ସାଜିଲେ ବିଜୟର ହିରୋ

ନୂଆଦିଲ୍ଲୀ,୨୯।୩: ଚଳିତ ଆଇପିଏଲ୍‌ର ଏକ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ଦିଲ୍ଲୀ କ୍ୟାପଟାଲ୍ସକୁ ପରାସ୍ତ କରିଛି। ସଞ୍ଜୁ ସାମସନଙ୍କ ଦଳର ବିଜୟର ରିୟାନ ପରାଗ ଥିଲେ। ସେ...

ଆଇପିଏଲ୍‌ ଅରେଞ୍ଜ୍‌-ପର୍ପଲ କ୍ୟାପ୍‌ ରେସ୍‌ରେ ଅଛନ୍ତି ଏହି ଖେଳାଳି

ନୂଆଦିଲ୍ଲୀ,୨୯।୩: ଦିଲ୍ଲୀ କ୍ୟାପଟାଲ୍ସ ବିପକ୍ଷରେ ରିୟାନ ପରାଗ ଏକ ଚମତ୍କାର ଇନିଂସ ଖେଳିଥିଲେ। ରିୟାନ ପାରାଗ ୪୫ ବଲରେ ୮୪ ରନ ସଂଗ୍ରହ କରିଥିଲେ। ଏହି...

ରାଜସ୍ଥାନର କ୍ରମାଗତ ଦ୍ୱିତୀୟ ବିଜୟ

ଜୟପୁର,୨୮ା୩: ଜୟପୁରର ସଓ୍ବାଇ ମାନସିଂ ଷ୍ଟାଡିୟମରେ ଗୁରୁବାର ଖେଳାଯାଇଥିବା ୯ତମ ଆଇପିଏଲ୍‌ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସକୁ ୧୨ ରନ୍‌ରେ ହରାଇ କ୍ରମାଗତ ଦ୍ୱିତୀୟ ବିଜୟୀ ହୋଇଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri