Posted inଖେଳ

ଇଣ୍ଡିଆନ ସୁପର ଲିଗ୍‌: ଇଷ୍ଟ ବେଙ୍ଗଲ- କେରଳ ମ୍ୟାଚ୍‌ ଡ୍ର

ଭାସ୍କୋ,୧୬।୧: ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ)ରେ ଶୁକ୍ରବାର ଇଷ୍ଟ ବେଙ୍ଗଲ୍‌ ଓ କେରଳ ବ୍ଲାଷ୍ଟର୍ସ ମଧ୍ୟରେ ଅନୁଷ୍ଠିତ ମ୍ୟାଚ୍‌ ୧-୧ ଗୋଲରେ ଅମୀମାଂସିତ ରହିଛି। କଡ଼ା ସଂଘର୍ଷପୂର୍ଣ୍ଣ ଏହି ମ୍ୟାଚର ପ୍ରଥମାର୍ଦ୍ଧ ଗୋଲ ଶୂନ୍ୟ ଭାବେ ଶେଷ ହୋଇଥିଲା। ତେବେ ଦ୍ୱିତୀୟାର୍ଦ୍ଧରେ ଅଷ୍ଟ୍ରେଲିଆ ଫରଓ୍ବାର୍ଡ ଜୋର୍ଡାନ ମୁରେ ୬୪ତମ ମିନିଟ୍‌ରେ ଏକ ଫିଲ୍ଡ ଗୋଲ ଦେଇ କେରଳକୁ ଅଗ୍ରଣୀ କରାଇଥିଲେ। ଏହାପରେ ମ୍ୟାଚ୍‌ ଶେଷ ହେବାର ଠିକ୍‌ ପୂର୍ବରୁ ଅର୍ଥାତ ଇଞ୍ଜୁରି ଟାଇମ୍‌ର ପଞ୍ଚମ ମିନିଟ୍‌ରେ ଅଷ୍ଟ୍ରେଲିଆର ଅନ୍ୟତମ ଫୁଟବଲର ସ୍କଟ ନେଭିଲେ ଇଷ୍ଟ ବେଙ୍ଗଲ ତରଫରୁ ଗୋଲ ଦେଇଥିଲେ। ଫଳରେ ମ୍ୟାଚ୍‌ ଅମୀମାଂସିତ ରହିଥିଲା। ଏଥିସହ ଇଷ୍ଟବେଙ୍ଗଲ ଏପର୍ଯ୍ୟନ୍ତ ୧୧ ମ୍ୟାଚ୍‌ ଖେଳି ୨ ବିଜୟ, ୫ ଡ୍ର ଓ ୪ ପରାଜୟ ସହ ୧୧ ପଏଣ୍ଟ ହାସଲ କରି ତାଲିକାର ନବମ ସ୍ଥାନରେ ରହିଛି। ଅନ୍ୟପଟେ କେରଳ ୧୧ ମ୍ୟାଚ୍‌ ଖେଳି ୨ ବିଜୟ, ୪ ଡ୍ର ଓ ୫ ପରାଜୟ ସହ ୧୦ ପଏଣ୍ଟ ପାଇ ଦଶମ ସ୍ଥାନରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଶେଷ ହେବ ଅପେକ୍ଷା, ଏହିଦିନ ଘୋଷଣା ହେବ 2027 ODI World Cupର କାର୍ଯ୍ୟକ୍ରମ

ନୂଆଦିଲ୍ଲୀ,୨୯।୯: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏବଂ କ୍ରିକେଟ ସାଉଥ ଆଫ୍ରିକା (CSA) ଗୁରୁବାର କେପ ଟାଉନରେ ୨୦୨୭ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା କରିବେ। ଏହି କାର୍ଯ୍ୟକ୍ରମ…

ବିରାଟ କୋହଲିଙ୍କ ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ରୋହିତ ଶର୍ମା, କହିଲେ,‘ଏହି କାରଣରୁ କମିଯାଇଛି ଯୋଗାଯୋଗ’

ନୂଆଦିଲ୍ଲୀ,୨୯।୯: ପ୍ରଥମ ଦିନିକିଆ ମ୍ୟାଚରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଆଠ ୱିକେଟର ଜବରଦସ୍ତ ବିଜୟ ପରେ, ଭାରତୀୟ ଦଳ ଦ୍ୱିତୀୟ ମ୍ୟାଚ ପାଇଁ ପ୍ରସ୍ତୁତି ଚଳାଇଛି। ବୁଧବାର ହେବାକୁ…

ପ୍ରଥମଥର ପାଇଁ ଆରମ୍ଭ ହେଲା ‘ଅଲ-ଫର୍ମାଟ’ ଟୁର୍ନାମେଣ୍ଟ: କ୍ରିକେଟ୍‌ ଜଗତରେ ଚହଳ, ଜାଣନ୍ତୁ ଏହା କ’ଣ

ଢାକା,୨୯।୯: କ୍ରିକେଟ୍‌ରେ ନୂଆ ପରୀକ୍ଷଣ କରିବାକୁ ଯାଉଛି ବାଂଲାଦେଶ। ତମିମ ଇକବାଲଙ୍କ ଅଧ୍ୟକ୍ଷତାରେ ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ‘ଡି-୩’ ବା ‘ଡୋମେଷ୍ଟିକ ୩’ ନାମରେ ଏକ…

କମାଲ କଲେ ନୀରୁ: ଏସିଆନ୍‌ ଗେମ୍ସରେ ନୂଆ ରେକର୍ଡ ସହ ଜିତିରେ ସ୍ବର୍ଣ୍ଣ

ନୂଆଦିଲ୍ଲୀ,୨୯।୯: ଏସୀୟ କ୍ରୀଡ଼ାରେ ଭାରତ ପାଇଁ ଆଉ ଏକ ସ୍ବର୍ଣ୍ଣ ପଦକ ଜିତିଛନ୍ତି ନୀରୁ ଧଣ୍ଡା। ମହିଳା ଟ୍ରାପ ଇଭେଣ୍ଟର ଫାଇନାଲ୍‌ରେ ନୀରୁ ୨୮ ପଏଣ୍ଟ ହାସଲ…

ଅନଲକି ଶୁବମନ ଗିଲ୍‌: ଭାରତ ପାଇଁ ଦ୍ରୁତ ଶତକ ହାସଲ କରିବା ସତ୍ତ୍ୱେ…

ନୂଆଦିଲ୍ଲୀ,୨୯।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଦମଦାର ଶତକ ହାସଲ କରିଛନ୍ତି। ଡାହାଣହାତୀ ବ୍ୟାଟର୍‌ ଗିଲ ୧୧୦ ରନ୍‌ର ଚମତ୍କାର ଇନିଂସ…

ବିନା ମ୍ୟାଚ୍‌ ଖେଳି ସ୍ବର୍ଣ୍ଣ ଜିତିବ ଟିମ୍‌ ଇଣ୍ଡିଆ! ଜାଣନ୍ତୁ କ’ଣ ରହିଛି ସମୀକରଣ

ନୂଆଦିଲ୍ଲୀ,୨୯।୯: ଏସିଆନ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟର ନକଆଉଟ ପର୍ଯ୍ୟାୟ ଉପରେ ବର୍ଷାର ପ୍ରଭାବ ଦେଖିବାକୁ ମିଳୁଛି। କ୍ୱାର୍ଟର ଫାଇନାଲ୍‌ରେ ଏକାଧିକ ମ୍ୟାଚ ବର୍ଷା ଯୋଗୁ ରଦ୍ଦ…

କେବେ ଆରମ୍ଭ ହେବ ୨୦୨୭ ବିଶ୍ୱକପ୍‌? ସାମ୍ନାକୁ ଆସିଲା ବଡ଼ ଅପଡେଟ୍‌,

ନୂଆଦିଲ୍ଲୀ,୨୯।୯: ୨୦୨୭ରେ ଖେଳାଯିବାକୁ ଥିବା ODI ବିଶ୍ୱକପ୍‌କୁ ନେଇ ବଡ଼ ଅପଡେଟ୍‌ ସାମ୍ନାକୁ ଆସିଛି । ଆନ୍ତର୍ଜାତୀୟ କ୍ରିକେଟ୍‌ ପରିଷଦ (ICC) ଆସନ୍ତା ଅକ୍ଟୋବର ୧ ତାରିଖରେ…

ରୋହିତ,ସେହ୍ବାଗ, ଇଶାନଙ୍କୁ ପଛରେ ପକାଇଲେ କୋହଲି, ନିଜ ନାଁରେ କଲେ ଅନନ୍ୟ ରେକର୍ଡ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୯।୯: ଦିନିକିଆ କ୍ରିକେଟରେ ବିରାଟ କୋହଲିଙ୍କ ନାମ ପୁଣିଥରେ ଏକ ବିଶେଷ ରେକର୍ଡ ସହ ଚର୍ଚ୍ଚାରେ ରହିଛି। ନିଜ ବ୍ୟାଟିଂ ଦ୍ୱାରା ଦୀର୍ଘଦିନ ଧରି ରେକର୍ଡ ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?